Posted inଖେଳ

ଇଞ୍ଜିନିୟରିଂ ଡିଗ୍ରୀ ହାସଲ କରିଥିଲେ ଏହିସବୁ ପ୍ରସିଦ୍ଧ କ୍ରିକେଟର

ସେପ୍ଟେମ୍ବର ୧୫କୁ ସମଗ୍ର ଦେଶରେ ଇଞ୍ଜିନିୟର୍ସ ଦିବସ ଭାବେ ପାଳନ କରାଯାଏ। ଏହି ବିଶିଷ୍ଟ ଇଞ୍ଜନିୟର ତଥା ଭାରତରତ୍ନ ଏମ. ବିଶ୍ୱେଶ୍ୱରାୟଙ୍କ ଜୟନ୍ତୀ ହୋଇତତ୍ବାରୁ ତାଙ୍କ ସ୍ମୃତିରେ ଏହି ଦିନକୁ ଇଞ୍ଜିନିୟର୍ସ ଦିବସ ଭାବେ ପାଳନ କରାଯାଏ। ଏହି ଦିବସରେ କିଛି ପ୍ରସିଦ୍ଧ କ୍ରିକେଟରଙ୍କ ବିଷୟରେ କହିବାକୁ ଯାଉଛୁ, ଯେଉଁମାନେ ଇଞ୍ଜିନିୟରିଂ ଛାଡି କ୍ରିକେଟରେ କ୍ୟାରିୟର୍‌ ଗଢିଥିଲେ।

ଇରାପଲ୍ଲୀ ପ୍ରସନ୍ନା
ଭାରତୀୟ କ୍ରିକେଟ ଦଳର ପୂର୍ବତନ ସ୍ପିନର ଇରାପଲ୍ଲୀ ପ୍ରସନ୍ନା କ୍ରିକେଟରେ କ୍ୟାରିୟର ଗଢିବା ପୂର୍ବରୁ ଜଣେ ଇଞ୍ଜିନିୟର ଥିଲେ। ସେ ନ୍ୟାଶନାଲ୍‌ ଇନଷ୍ଟିଚ୍ୟୁଟ୍‌ ଅଫ୍‌ ଇଞ୍ଜିନିୟରିଂ, ମହୀଶୂରରୁ ଇଞ୍ଜିନିୟରିଂ ପାସ୍‌ କରିଥିଲେ।

ଏସ୍‌.ଭେଙ୍କଟରାଘବନ୍‌
ଏସ୍‌.ଭେଙ୍କଟରାଘବନ୍‌ ଦୁଇଟି ବିଶ୍ୱକପ୍‌ରେ ଭାରତୀୟ ଦଳର ନେତୃତ୍ୱ ନେଇଥିଲେ। ସେ ୧୯୭୦ରେ ଭାରତୀୟ ଦଳର ସକ୍ରିୟ ସଦସ୍ୟ ଥିଲେ। ଭେଙ୍କଟରାଘବନ୍‌ ଚେନ୍ନାଇରେ କଲେଜ୍‌ ଅଫ୍‌ ଇଞ୍ଜିନିୟରିଂ ଡିଗ୍ରୀ ହାସଲ କରିଥିଲେ।

କ୍ରିଷ୍ଣାମାଚାରୀ ଶ୍ରୀକାନ୍ତ
୧୯୮୦ରେ ଭାରତର ଜଣେ ବିସ୍ଫୋରକ ବ୍ୟାଟ୍ସମ୍ୟାନ୍‌ ଭାବେ ଖ୍ୟାତି ଅର୍ଜନ କରିଥିଲେ କ୍ରିଷ୍ଣାମାଚାରୀ ଶ୍ରୀକାନ୍ତ। ସେ ଚେନ୍ନାଇ କଲେଜ୍‌ ଅଫ୍‌ ଇଞ୍ଜିନିୟରିଂରୁ ଡିଗ୍ରୀ କରିଥିଲେ। କଲେଜରେ ପଢୁଥିବାବେଳେ ସେ କ୍ରିକେଟ ଖେଳୁଥିଲେ। ଏହାପରେ ସେ ଭାରତ ପକ୍ଷରୁ ଖେଳିଥିଲେ।

ଅନିଲ କୁମ୍ବଲେ
ଭାରତର ପ୍ରସିଦ୍ଧ ସ୍ପିନର ଅନିଲ କୁମ୍ବଲେ କ୍ରିକେଟକୁ ଆସିବା ପୂର୍ବରୁ ଜଣେ ଇଞ୍ଜିନିୟର ଥିଲେ। ରାଷ୍ଟୀୟ ବିଦ୍ୟାଳୟ କଲେଜ ଅଫ୍‌ ଇଞ୍ଜିନିୟରିଂ, ବେଙ୍ଗାଲୁରୁରୁ ସେ ମେକାନିକାଲ୍ସ ଇଞ୍ଜିନିୟରିଂରେ ଡିଗ୍ରୀ ହାସଲ କରିଥିଲେ। ପରେ କ୍ରିକେଟରେ ନିଜ କ୍ୟାରିୟର ଗଢି ଟେଷ୍ଟରେ ୬୧୯ ଏବଂ ଏକଦିବସୀୟ ମ୍ୟାଚରେ ୩୩୭ଟି ଉଇକେଟ୍‌ ନେଇଥିଲେ।

ଜବଗଲ ଶ୍ରୀନାଥ
ପୂର୍ବତନ ଭାରତୀୟ ପେସର୍‌ ଜବଗଲ ଶ୍ରୀନାଥ ମଧ୍ୟ ଜଣେ ଇଞ୍ଜିନିୟର ଛାତ୍ର ଥିଲେ। ସେ ଜୟଚାମା ରାଜେନ୍ଦ୍ର କଲେଜ୍‌ ଅଫ୍‌ ଇଞ୍ଜିନିୟରିଂ, ମହୀଶୂରରୁ ଡିଗ୍ରୀ ହାସଲ କରିଥିଲେ।

ରବିଚନ୍ଦ୍ରନ ଅଶ୍ୱିନ୍‌
ଭାରତର ଅଫ୍‌ ସ୍ପିନ୍‌ ବୋଲର୍‌ ରବିଚନ୍ଦ୍ରନ ଅଶ୍ୱିନ୍‌ ଏସଏସଏନ କଲେଜ୍‌ ଅଫ୍‌ ଇଞ୍ଜିନିୟରିଂ, ଚେନ୍ନାଇରୁ ଆଇଟିରେ ଡିଗ୍ରୀ ହାସଲ କରିଥିଲେ। ଏହାପରେ ସେ କ୍ରିକେଟରେ କ୍ୟାରିୟର ଆରମ୍ଭ କରିଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ଆଉ ଏକ ଲଘୁଚାପ, ୬ ଦିନ ଯାଏ ପ୍ରବଳ ବର୍ଷା, ଏସବୁ ଜିଲାକୁ ରେଡ୍‌ ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୮ା୮(ବନ୍ଦନା ସେଠୀ) – ଉତ୍ତର ବଙ୍ଗୋପସାଗର ଓ ସଂଲଗ୍ନ ପଶ୍ଚିମବଙ୍ଗ-ବାଂଲାଦେଶ ଉପକୂଳ ଅଞ୍ଚଳରେ ଉପରିବାୟୁ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଶନିବାର ଏହା ପ୍ରଭାବରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର…

ଏମ୍‌ପି ସୁଜିତ କୁମାରଙ୍କଠାରୁ ୫୦ ଲକ୍ଷର ଠକେଇ: ପୂର୍ବତନ ମନ୍ତ୍ରୀଙ୍କ ପୁଅ ଗିରଫ

ଭୁବନେଶ୍ୱର,୨୮ା୮(ତ୍ରିନାଥ ମହାନ୍ତି): ଜମି ଠକେଇ ମାମଲାରେ ପୂର୍ବତନ ମନ୍ତ୍ରୀ ତଥା ଢେଙ୍କାନାଳ ଜିଲା ପରଜଙ୍ଗ ବିଧାନସଭା କ୍ଷେତ୍ରର ପୂର୍ବତନ ବିଜେଡି ବିଧାୟକ ନୃସିଂହ ଚରଣ ସାହୁଙ୍କ ପୁଅ…

ଯଜ୍ଞସ୍ଥଳରୁ ଆନ୍ଦୋଳନକାରୀ ହିରାମଲ୍‌ଙ୍କୁ ଉଠାଇ ନେଲା ପୋଲିସ: କୋର୍ଟ ଚାଲାଣ ନକରି ଥାନାରେ ରଖିବାକୁ ନେଇ…

ଥୁଆମୂଳ ରାମପୁର, ୨୮।୮ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଅଞ୍ଚଳର ଡିଜିମାଳି ପାହାଡ଼ରେ ଖଣି ଖନନକୁ ନେଇ ବିରୋଧ ଓ ଆନ୍ଦୋଳନ ଚାଲିଥିବା ବେଳେ…

୫ ଦିନ ହେଲା ଅନ୍ଧାରରେ ଗାଁ

ନବରଙ୍ଗପୁର,୨୮।୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ବ୍ଲକ୍‌ ବିରିଗୁଡ଼ା ଗାଁ ଗତ ୫ ଦିନ ହେଲା ଅନ୍ଧକାରରେ ରହିଛି। ଲଗାଣ ବର୍ଷା ଓ ପବନ ଯୋଗୁ ଟ୍ରାନ୍ସଫର୍ମରରୁ…

ହିମାଳୟରେ ମହାସଙ୍କଟ! ୨୦୫୦ ସୁଦ୍ଧା ତରଳିଯିବ ୪୫% ଗ୍ଲେସିୟର: ଭାରତ ଉପରେ ବଢ଼ିବ ମହାବନ୍ୟାର ବିପଦ!

ନୂଆଦିଲ୍ଲୀ,୨୮।୮: ନେପାଳରେ ନିକଟରେ ଘଟିଥିବା ଗ୍ଲେସିୟର ବିପର୍ଯ୍ୟୟ ହିମାଳୟ ପାର୍ବତ୍ୟ ଅଞ୍ଚଳରେ ଦ୍ରୁତ ଗତିରେ ବଦଳୁଥିବା ପରିବେଶକୁ ନେଇ ପୁଣି ଥରେ ଗମ୍ଭୀର ଚିନ୍ତା ବଢ଼ାଇ ଦେଇଛି…

ଛାତ୍ରଙ୍କ ମୃତଦେହ ଜବତ ପରେ ହଷ୍ଟେଲ ଛାଡ଼ିଲେ ୫୪ ପିଲା

ବୋରିଗୁମ୍ମା,୨୮ା୮(ଗୋପାଳ ହରିଜନ): କୋରାପୁଟ ଜିଲା ବୋରିଗୁମ୍ମା ବ୍ଲକ୍‌ ଗୁମୁଡ଼ା ଏସ୍‌ଏସ୍‌ଡି ସରକାରୀ ଉଚ୍ଚ ବିଦ୍ୟାଳୟ ପଛ ପଟେ ଥିବା ନାଳରୁ ଗତ ବୁଧବାର ଜଣେ ୮ମ ଶ୍ରେଣୀ…

ବରଗଡ଼ରେ ଟ୍ରାଫିକ ସମସ୍ୟା: ଏସପିଙ୍କୁ ଫେରାଦ ହେଲା ଅଭିଭାବକ ମହାସଂଘ

ବରଗଡ଼,୨୮।୮(ପ୍ରେମାନନ୍ଦ ଖମାରୀ): ବରଗଡ ସହରର ଟ୍ରାଫିକ ସମସ୍ୟା ନେଇ ଓଡିଶା ଅଭିଭାବକ ମହାସଂଘ, ବରଗଡ଼ ଜିଲା ଶାଖା ଉଦବେଗ ପ୍ରକାଶ କରିଛି। ଏହି କ୍ରମରେ ଶୁକ୍ରବାର ମହାସଂଘର…

ମହିଳା ଡାକ୍ତରଙ୍କୁ ଗାଳିଗୁଲଜ, ସରପଞ୍ଚ ଗିରଫ

ମାର୍ଶାଘାଇ, ୨୮ା୮ (ଶୁଭେନ୍ଦୁ ପ୍ରସାଦ ଚୌଧୁରୀ ): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ଜଣେ ମହିଳା ଡାକ୍ତରଙ୍କୁ ଗାଳିଗୁଲଜ, ଧମକ ଦେବା ଅଭିଯୋଗରେ ପୋଲିସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri