ସ୍ମାର୍ଟ ହେଲ୍‌ଥ କାର୍ଡରେ ସାରା ଓଡ଼ିଶା

ଭୁବନେଶ୍ୱର,୧୬ା୧୨(ବ୍ୟୁରୋ): ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା (ବିଏସ୍‌କଓ୍ବୋଇ) ଅଧୀନରେ ଆରମ୍ଭ ହୋଇଥିବା ସ୍ମାର୍ଟ ହେଲ୍‌ଥ କାର୍ଡ ସ୍କିମ୍‌ରେ ସାମିଲ ହୋଇଛି ସାରା ଓଡ଼ିଶା। ଅଗଷ୍ଟ ୨୦ରେ ମାଲକାନଗିରିରୁ ଆରମ୍ଭ ହୋଇଥିବା ଏହି କାର୍ଯ୍ୟକ୍ରମ ଯାଜପୁର ଜିଲାରେ ଶେଷ ହୋଇଛି। ବୁଧବାର ଅନ୍ତିମ ପର୍ଯ୍ୟାୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍‌ଫରେନ୍ସ ଜରିଆରେ କେନ୍ଦ୍ରାପଡ଼ା ଏବଂ ଯାଜପୁର ଜିଲାରେ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି। ଏହାଦ୍ୱାରା କେନ୍ଦ୍ରାପଡ଼ାର ସାଢ଼େ ୧୧ ଲକ୍ଷ ଏବଂ ଯାଜପୁରର ୧୫ ଲକ୍ଷ ୪୦ ହଜାର ଲୋକ ଉପକୃତ ହେବେ। ମୋଟ୍‌ ଉପରେ ରାଜ୍ୟର ୯୬ ଲକ୍ଷ ପରିବାରର ୩.୫ କୋଟି ଲୋକ ଚିକିତ୍ସା ସୁବିଧା ପାଇପାରିବେ। ଉଭୟ ଜିଲାରେ ଜନସାଧାରଣଙ୍କୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି, ସେପ୍ଟେମ୍ବର ୧ରୁ ସାରା ରାଜ୍ୟରେ  ବିଏସ୍‌କଓ୍ବୋଇରେ ସେବା ଆରମ୍ଭ ହୋଇଛି। ଓଡ଼ିଶା ସ୍ବାସ୍ଥ୍ୟ ସେବାରେ ନୂଆ ଯୁଗର ଆରମ୍ଭ ହୋଇଛି। ସ୍ମାର୍ଟ ହେଲ୍‌ଥ କାର୍ଡ ରାଜ୍ୟବାସୀଙ୍କ ଚିକିତ୍ସା ଖର୍ଚ୍ଚ ଚିନ୍ତା ଦୂର କରିବ। ଖଣ୍ଡିଏ କାର୍ଡ ଧରି ଗରିବ ଲୋକମାନେ ଦେଶର ୨୦୦ ବଡ଼ ବଡ଼ ହସ୍ପିଟାଲରେ ବିନା ପଇସାରେ ଚିକିତ୍ସା ସୁବିଧା ପାଇପାରିବ। ଏଭଳି ଅଭିନବ ଯୋଜନାରେ ବ୍ୟକ୍ତିଗତ ଭାବେ ଖୁସି ବୋଲି ମୁଖ୍ୟମନ୍ତ୍ରୀ ନିଜ ଅଭିଭାଷଣରେ କହିଥିଲେ।
ଏହି ଅବସରରେ ମୁଖ୍ୟମନ୍ତ୍ରୀ କେନ୍ଦ୍ରାପଡ଼ା ଜିଲା ପାଇଁ ୧୫୦୦ କୋଟିରୁ ଊର୍ଦ୍ଧ୍ୱ ଟଙ୍କାରେ ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି। କେନ୍ଦ୍ରାପଡ଼ା ସହିତ ବିଜୁବାବୁଙ୍କ ସମ୍ପର୍କକୁ ମନେପକାଇ ସେ କହିଲେ, କେନ୍ଦ୍ରାପଡ଼ା ଥିଲା ବିଜୁବାବୁଙ୍କ କର୍ମଭୂମି। ସେଠାକାର ମାଟି, ପାଣି ଓ ପବନରେ ବିଜୁବାବୁଙ୍କ ସ୍ମୃତି ଜଡ଼ିତ ହୋଇରହିଛି। ଜିଲାରେ ଶିଳ୍ପର ବିକାଶ ଦୀର୍ଘଦିନର ଦାବି ଥିଲା। ରାଜ୍ୟ ସରକାର ବିଶ୍ବପ୍ରସିଦ୍ଧ ଷ୍ଟିଲ୍‌ କମ୍ପାନୀ ଆର୍ସେଲର ମିତ୍ତଲ ସହିତ ରାଜିନାମା କରିଛନ୍ତି । ଏହାଦ୍ବାରା କେନ୍ଦ୍ରାପଡ଼ା ଜାତୀୟ ଶିଳ୍ପ ମାନଚିତ୍ରରେ ଯୋଡ଼ିହେବ। ସେହିପରି ବଳରାମ ଯୋଜନାରେ ଜିଲାର ୨୧ ହଜାର ଭୂମିହୀନ ଚାଷୀଙ୍କୁ ୪୩ କୋଟି ଟଙ୍କାର ସହାୟତା ଦିଆଯାଇଛି। ଭୂମିହୀନ ଚାଷୀଙ୍କୁ ସହାୟତା ଦେବାରେ ଓଡ଼ିଶା ଦେଶରେ ଏକ ନମ୍ବର ରାଜ୍ୟ ହୋଇପାରିଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।
ଅନୁରୂପ ଭାବେ ଯାଜପୁରରେ ମୁଖ୍ୟମନ୍ତ୍ରୀ ୨୦୦୦ କୋଟି ଟଙ୍କା ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି। ଜିଲାରେ କାର୍ଯ୍ୟରତ ମିଶନ ଶକ୍ତିର ମା’ମାନଙ୍କ କାମକୁ ପ୍ରଶଂସା କରି ସେ କହିଲେ, ସେମାନଙ୍କର ବ୍ୟବସାୟ ବଢ଼ାଇବା ପାଇଁ ୨୨୨ କୋଟି ଟଙ୍କାର ଋଣ ସହାୟତା ଦିଆଯାଇଛି। ଯାଜପୁର ମ୍ୟୁନିସିପାଲିଟିର ସବୁ ପରିବାର ପାଇପ୍‌ ପାଣି ସୁବିଧା ପାଇପାରିଛନ୍ତି। ବ୍ୟାସନଗର ସହିତ ଆଉ ୮ ବ୍ଲକରେ ପାଇପ୍‌ ପାଣି ସଂଯୋଗ ପାଇଁ ୧୦୦୦ କୋଟି ଟଙ୍କାର ପ୍ରକଳ୍ପ ଆରମ୍ଭ କରାଯାଇଛି। ବରି ଓ କୋରେଇ ବ୍ଲକ୍‌ ପାଇଁ ପ୍ରକଳ୍ପ ପ୍ରସ୍ତୁତ କରାଯାଉଛି। ୨୦୨୪ ସୁଦ୍ଧା ଜିଲାର ସବୁ ପରିବାରକୁ ପାଇପ୍‌ ପାଣିର ସୁବିଧା ଯୋଗାଇ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି।
କେନ୍ଦ୍ରାପଡ଼ାରେ ସ୍ବାସ୍ଥ୍ୟମନ୍ତ୍ରୀ ନବକିଶୋର ଦାସ, ଜଳସମ୍ପଦ ଏବଂ ସୂଚନା ଓ ଲୋକସମ୍ପର୍କ ମନ୍ତ୍ରୀ ରଘୁନନ୍ଦନ ଦାସ, ବିଧାୟକ ଶଶିଭୂଷଣ ବେହେରା, ଯାଜପୁରରେ ସ୍ବାସ୍ଥ୍ୟମନ୍ତ୍ରୀ, ବିଜ୍ଞାନ ଓ ପ୍ରଯୁକ୍ତି ମନ୍ତ୍ରୀ ଅଶୋକ ପଣ୍ଡା, ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ପ୍ରମୁଖ ଯୋଗ ଦେଇଥିଲେ। ମୁଖ୍ୟମନ୍ତ୍ରୀଙ୍କ ଦୂରଦର୍ଶୀ ନେତୃତ୍ୱ ଯୋଗୁ ଓଡ଼ିଶା ବିଭିନ୍ନ କ୍ଷେତ୍ରରେ ଆଦର୍ଶ ସୃଷ୍ଟି କରିପାରିଛି ବୋଲି ସେମାନେ କହିଥିଲେ। ସରକାରୀ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ, ବିଧାୟକ ପ୍ରଣବ ପ୍ରକାଶ ଦାସଙ୍କ ସମେତ ଯାଜପୁରର ସମସ୍ତ ବିଧାୟକ ଓ ଏମ୍‌ପି ଉପସ୍ଥିତ ଥିଲେ। କାର୍ଯ୍ୟକ୍ରମରେ ରାଜ୍ୟର ୩୦ ଜିଲାର କଳାକାର ସାମିଲ ହୋଇଥିଲେ। ଶେଷରେ ଆକର୍ଷଣୀୟ ଆତସବାଜି ପ୍ରଦର୍ଶନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୬ ବଲ୍‌ରେ ୫ ଉଇକେଟ…ଇତିହାସ ରଚିଲେ ୨୮ ବର୍ଷୀୟ ଏହି ବୋଲର୍‌; ପ୍ରଥମ ଥର…

ନୂଆଦିଲ୍ଲୀ,୨୩।୧୨: ଟି୨୦ଆଇ କ୍ରିକେଟ୍‌ରେ ଏକ ଓଭରରେ ୫ ଉଇକେଟ୍ ନେବା ପ୍ରତ୍ୟେକ ବୋଲରଙ୍କ ସ୍ୱପ୍ନ ଅଟେ। ୪ ଓଭରର ସ୍ପେଲ୍‌ରେ ଏହି କାରନାମା କରିବା ବହୁତ...

ଆଶେସ୍‌ ଖରାପ ପ୍ରଦର୍ଶନ ପରେ ମଦ ପିଇ ମାତାଲ ହେଲେ ଇଂଲଣ୍ଡ କ୍ରିକେଟର, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୩।୧୨: ଅଷ୍ଟ୍ରେଲିଆ ବିପକ୍ଷ ଆଶେସ୍ ସିରିଜ୍ ମଧ୍ୟରେ ଇଂଲଣ୍ଡ କ୍ରିକେଟ୍ ଦଳ ପାଇଁ ଏକ ଅଡୁଆ ପରିସ୍ଥିତି ସୃଷ୍ଟି ହୋଇଛି। ଦଳର ଷ୍ଟାର୍ ବ୍ୟାଟର ବେନ୍...

ଦିଲ୍ଲୀ କ୍ୟାପିଟାଲ୍ସର ବଡ଼ ଘୋଷଣା: ୨୫ ବର୍ଷୀୟ ଏହି ଖେଳାଳି ହେଲେ ନୂଆ ଅଧିନାୟକ

ନୂଆଦିଲ୍ଲୀ,୨୩।୧୨: ଦିଲ୍ଲୀ କ୍ୟାପିଟଲ୍ସ ଏକ ବଡ଼ ଘୋଷଣା କରିଛି। ମହିଳା ପ୍ରିମିୟର ଲିଗ୍ (WPL) ୨୦୨୬ ସିଜନ୍ ପୂର୍ବରୁ ଟିମ୍‌କୁ ନୂଆ ଅଧିନାୟକ ମିଳିଛି। ଅକ୍ସନ୍...

୭ ସରକାରୀ ମେଡିକାଲ କଲେଜରେ ନିର୍ମାଣ ହେବ ରୋଗୀ ସମ୍ପର୍କୀୟଙ୍କ ପାଇଁ ବିଶ୍ରାମାଗାର: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୩।୧୨: ରାଜ୍ୟର ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଏକ ବଡ଼ ପଦକ୍ଷେପ ସ୍ୱରୂପ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର...

Gotra Matching for Marriage: ସମାନ ଗୋତ୍ରରେ ବିବାହ କରିବା ଶୁଭ ନା ଅଶୁଭ? ଜାଣନ୍ତୁ କ’ଣ କୁହେ…

ହିନ୍ଦୁ ଧର୍ମରେ ବିବାହ ପୂର୍ବରୁ କୁଣ୍ଡଳୀ ମିଳନ ସହିତ ଗୋତ୍ରର ପରୀକ୍ଷା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ବିବେଚନା କରାଯାଏ। ଏକ ଗୋତ୍ରରେ ବିବାହକୁ ସାଧାରଣତଃ ଅଶୁଭ...

ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା: ପାଖରେ ପଡ଼ିଛି ମୋବାଇଲ, ବ୍ୟାଗ୍‌; ମିଳିନି ପରିଚୟ…

ଛତ୍ରପୁର, ୨୩।୧୨(ଦିଲ୍ଲୀପ ସାମଲ): ବିଶାଖାପାଟଣାରୁ ଭୁବନେଶ୍ୱର ଯାଉଥିବା ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଜଣେ ଯୁବକ ଆତ୍ମହତ୍ୟା କରିଛନ୍ତି। ମୃତକଙ୍କ ପରିଚୟ ଜଣା ପଡ଼ିନାହିଁ।...

SCBରେ ନିର୍ମାଣ ହେବ ୧୭ ମହଲା ବିଶିଷ୍ଟ ମଲ୍‌ଟି ଲେଭଲ୍ ପାର୍କିଂ

ଭୁବନେଶ୍ୱର,୨୩।୧୨: ରାଜ୍ୟର ସ୍ୱାସ୍ଥ୍ୟ ଭିତ୍ତିଭୂମିକୁ ସୁଦୃଢ଼ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଲୋକସେବା ଭବନଠାରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର...

୨୦୨୬ ତାମିଲନାଡୁ ନିର୍ବାଚନ: ୩୦%ରୁ ଅଧିକ ଭୋଟ୍ ପାଇବା ନେଇ ବିଜୟଙ୍କ ଦାବି

ଚେନ୍ନାଇ,୨୩।୧୨: ୨୦୨୬ ତାମିଲନାଡୁ ବିଧାନସଭା ନିର୍ବାଚନକୁ ନେଇ ଏବେଠାରୁ ରାଜନୀତି ସରଗରମ ହେବାରେ ଲାଗିଛି। ସୁପରଷ୍ଟାର ବିଜୟଙ୍କ ନୂତନ ରାଜନୈତିକ ଦଳ ‘ତାମିଲଗା ଭେଟ୍ରି କାଝାଗାମ’...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri