ସ୍ମାର୍ଟ ହେଲ୍‌ଥ କାର୍ଡରେ ସାରା ଓଡ଼ିଶା

ଭୁବନେଶ୍ୱର,୧୬ା୧୨(ବ୍ୟୁରୋ): ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା (ବିଏସ୍‌କଓ୍ବୋଇ) ଅଧୀନରେ ଆରମ୍ଭ ହୋଇଥିବା ସ୍ମାର୍ଟ ହେଲ୍‌ଥ କାର୍ଡ ସ୍କିମ୍‌ରେ ସାମିଲ ହୋଇଛି ସାରା ଓଡ଼ିଶା। ଅଗଷ୍ଟ ୨୦ରେ ମାଲକାନଗିରିରୁ ଆରମ୍ଭ ହୋଇଥିବା ଏହି କାର୍ଯ୍ୟକ୍ରମ ଯାଜପୁର ଜିଲାରେ ଶେଷ ହୋଇଛି। ବୁଧବାର ଅନ୍ତିମ ପର୍ଯ୍ୟାୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍‌ଫରେନ୍ସ ଜରିଆରେ କେନ୍ଦ୍ରାପଡ଼ା ଏବଂ ଯାଜପୁର ଜିଲାରେ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି। ଏହାଦ୍ୱାରା କେନ୍ଦ୍ରାପଡ଼ାର ସାଢ଼େ ୧୧ ଲକ୍ଷ ଏବଂ ଯାଜପୁରର ୧୫ ଲକ୍ଷ ୪୦ ହଜାର ଲୋକ ଉପକୃତ ହେବେ। ମୋଟ୍‌ ଉପରେ ରାଜ୍ୟର ୯୬ ଲକ୍ଷ ପରିବାରର ୩.୫ କୋଟି ଲୋକ ଚିକିତ୍ସା ସୁବିଧା ପାଇପାରିବେ। ଉଭୟ ଜିଲାରେ ଜନସାଧାରଣଙ୍କୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି, ସେପ୍ଟେମ୍ବର ୧ରୁ ସାରା ରାଜ୍ୟରେ  ବିଏସ୍‌କଓ୍ବୋଇରେ ସେବା ଆରମ୍ଭ ହୋଇଛି। ଓଡ଼ିଶା ସ୍ବାସ୍ଥ୍ୟ ସେବାରେ ନୂଆ ଯୁଗର ଆରମ୍ଭ ହୋଇଛି। ସ୍ମାର୍ଟ ହେଲ୍‌ଥ କାର୍ଡ ରାଜ୍ୟବାସୀଙ୍କ ଚିକିତ୍ସା ଖର୍ଚ୍ଚ ଚିନ୍ତା ଦୂର କରିବ। ଖଣ୍ଡିଏ କାର୍ଡ ଧରି ଗରିବ ଲୋକମାନେ ଦେଶର ୨୦୦ ବଡ଼ ବଡ଼ ହସ୍ପିଟାଲରେ ବିନା ପଇସାରେ ଚିକିତ୍ସା ସୁବିଧା ପାଇପାରିବ। ଏଭଳି ଅଭିନବ ଯୋଜନାରେ ବ୍ୟକ୍ତିଗତ ଭାବେ ଖୁସି ବୋଲି ମୁଖ୍ୟମନ୍ତ୍ରୀ ନିଜ ଅଭିଭାଷଣରେ କହିଥିଲେ।
ଏହି ଅବସରରେ ମୁଖ୍ୟମନ୍ତ୍ରୀ କେନ୍ଦ୍ରାପଡ଼ା ଜିଲା ପାଇଁ ୧୫୦୦ କୋଟିରୁ ଊର୍ଦ୍ଧ୍ୱ ଟଙ୍କାରେ ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି। କେନ୍ଦ୍ରାପଡ଼ା ସହିତ ବିଜୁବାବୁଙ୍କ ସମ୍ପର୍କକୁ ମନେପକାଇ ସେ କହିଲେ, କେନ୍ଦ୍ରାପଡ଼ା ଥିଲା ବିଜୁବାବୁଙ୍କ କର୍ମଭୂମି। ସେଠାକାର ମାଟି, ପାଣି ଓ ପବନରେ ବିଜୁବାବୁଙ୍କ ସ୍ମୃତି ଜଡ଼ିତ ହୋଇରହିଛି। ଜିଲାରେ ଶିଳ୍ପର ବିକାଶ ଦୀର୍ଘଦିନର ଦାବି ଥିଲା। ରାଜ୍ୟ ସରକାର ବିଶ୍ବପ୍ରସିଦ୍ଧ ଷ୍ଟିଲ୍‌ କମ୍ପାନୀ ଆର୍ସେଲର ମିତ୍ତଲ ସହିତ ରାଜିନାମା କରିଛନ୍ତି । ଏହାଦ୍ବାରା କେନ୍ଦ୍ରାପଡ଼ା ଜାତୀୟ ଶିଳ୍ପ ମାନଚିତ୍ରରେ ଯୋଡ଼ିହେବ। ସେହିପରି ବଳରାମ ଯୋଜନାରେ ଜିଲାର ୨୧ ହଜାର ଭୂମିହୀନ ଚାଷୀଙ୍କୁ ୪୩ କୋଟି ଟଙ୍କାର ସହାୟତା ଦିଆଯାଇଛି। ଭୂମିହୀନ ଚାଷୀଙ୍କୁ ସହାୟତା ଦେବାରେ ଓଡ଼ିଶା ଦେଶରେ ଏକ ନମ୍ବର ରାଜ୍ୟ ହୋଇପାରିଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।
ଅନୁରୂପ ଭାବେ ଯାଜପୁରରେ ମୁଖ୍ୟମନ୍ତ୍ରୀ ୨୦୦୦ କୋଟି ଟଙ୍କା ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି। ଜିଲାରେ କାର୍ଯ୍ୟରତ ମିଶନ ଶକ୍ତିର ମା’ମାନଙ୍କ କାମକୁ ପ୍ରଶଂସା କରି ସେ କହିଲେ, ସେମାନଙ୍କର ବ୍ୟବସାୟ ବଢ଼ାଇବା ପାଇଁ ୨୨୨ କୋଟି ଟଙ୍କାର ଋଣ ସହାୟତା ଦିଆଯାଇଛି। ଯାଜପୁର ମ୍ୟୁନିସିପାଲିଟିର ସବୁ ପରିବାର ପାଇପ୍‌ ପାଣି ସୁବିଧା ପାଇପାରିଛନ୍ତି। ବ୍ୟାସନଗର ସହିତ ଆଉ ୮ ବ୍ଲକରେ ପାଇପ୍‌ ପାଣି ସଂଯୋଗ ପାଇଁ ୧୦୦୦ କୋଟି ଟଙ୍କାର ପ୍ରକଳ୍ପ ଆରମ୍ଭ କରାଯାଇଛି। ବରି ଓ କୋରେଇ ବ୍ଲକ୍‌ ପାଇଁ ପ୍ରକଳ୍ପ ପ୍ରସ୍ତୁତ କରାଯାଉଛି। ୨୦୨୪ ସୁଦ୍ଧା ଜିଲାର ସବୁ ପରିବାରକୁ ପାଇପ୍‌ ପାଣିର ସୁବିଧା ଯୋଗାଇ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି।
କେନ୍ଦ୍ରାପଡ଼ାରେ ସ୍ବାସ୍ଥ୍ୟମନ୍ତ୍ରୀ ନବକିଶୋର ଦାସ, ଜଳସମ୍ପଦ ଏବଂ ସୂଚନା ଓ ଲୋକସମ୍ପର୍କ ମନ୍ତ୍ରୀ ରଘୁନନ୍ଦନ ଦାସ, ବିଧାୟକ ଶଶିଭୂଷଣ ବେହେରା, ଯାଜପୁରରେ ସ୍ବାସ୍ଥ୍ୟମନ୍ତ୍ରୀ, ବିଜ୍ଞାନ ଓ ପ୍ରଯୁକ୍ତି ମନ୍ତ୍ରୀ ଅଶୋକ ପଣ୍ଡା, ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ପ୍ରମୁଖ ଯୋଗ ଦେଇଥିଲେ। ମୁଖ୍ୟମନ୍ତ୍ରୀଙ୍କ ଦୂରଦର୍ଶୀ ନେତୃତ୍ୱ ଯୋଗୁ ଓଡ଼ିଶା ବିଭିନ୍ନ କ୍ଷେତ୍ରରେ ଆଦର୍ଶ ସୃଷ୍ଟି କରିପାରିଛି ବୋଲି ସେମାନେ କହିଥିଲେ। ସରକାରୀ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ, ବିଧାୟକ ପ୍ରଣବ ପ୍ରକାଶ ଦାସଙ୍କ ସମେତ ଯାଜପୁରର ସମସ୍ତ ବିଧାୟକ ଓ ଏମ୍‌ପି ଉପସ୍ଥିତ ଥିଲେ। କାର୍ଯ୍ୟକ୍ରମରେ ରାଜ୍ୟର ୩୦ ଜିଲାର କଳାକାର ସାମିଲ ହୋଇଥିଲେ। ଶେଷରେ ଆକର୍ଷଣୀୟ ଆତସବାଜି ପ୍ରଦର୍ଶନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପୀତବାସ ହତ୍ୟା ମାମଲାର ସାକ୍ଷୀଙ୍କୁ ଧମକ: ଡାକ୍ତରଙ୍କ ମୋବାଇଲ ଫୋନ ଜବତ

ବ୍ରହ୍ମପୁର,୧୬ା୯(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁରର ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାର ସାକ୍ଷୀଙ୍କୁ ଜେଲ ଭିତରୁ ଯେଉଁ ମୋବାଇଲ ଫୋନରୁ ଧମକ ମିଳିଥିବା ତାହା ସେଠାରେ କାର୍ଯ୍ୟରତ…

ପୋଖରୀରେ ବୁଡ଼ି ଚାଲିଗଲା ଜୀବନ

ଦିଗପହଣ୍ଡି,୧୭।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମ ମା’ନାରାୟଣୀ ଠାକୁରାଣୀ ମନ୍ଦିର ନିକଟ ପୋଖରୀକୁ ଶୌଚ ପାଇଁ ଯାଇଥିବା ଜଣେ ମହିଳା ଗୁରୁବାର…

ରାଣୀ ସାହି ଦୁର୍ଗାପୂଜା କମିଟି ଗଠିତ, ଆଶ୍ୱିନ ମହାସପ୍ତମୀରୁ ହେବ ମହୋତ୍ସବ

ଦିଗପହଣ୍ଡି,୧୭ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୧୦ ନଂ. ୱାର୍ଡ ରାଣୀ ସାହି ଦୁର୍ଗାପୂଜା କମିଟିର ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ପ୍ରତିବର୍ଷ ଭଳି…

‘ମୁକ୍ତା’ଯୋଜନାରେ ହୋଇଥିବା କାର୍ଯ୍ୟର ଭିଜିଲାନ୍ସ ତଦନ୍ତ ହେବ: ବିଧାୟକ

ଗୁଡାରି,୧୭।୯(ପ୍ରମୋଦ କୁମାର ପତି): ଗୁଣୁପୁର ବିଧାୟକ ସତ୍ୟଜିତ ଗମାଙ୍ଗ ଗୁଡାରି ଏନ୍‌ଏସି କାର୍ଯ୍ୟାଳୟରେ ଗୁରୁବାର ବିଭିନ୍ନ ଯୋଜନାର ସମୀକ୍ଷା କରିଥିଲେ। ନଥିପତ୍ର ଯାଞ୍ଚ ପରେ ଭେଣ୍ଡି ଜୋନ…

ପ୍ରଧାନମନ୍ତ୍ରୀଙ୍କ ଦୀର୍ଘାୟୁ କାମନା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୭ା୯(ସୁଚିସ୍ମିତା ସାହୁ): ଭୁବନେଶ୍ୱର ସମେତ ସାରା ରାଜ୍ୟରେ ଜଳିଲା କୋଟିଏରୁ ଅଧିକ ‘ଆଶୀର୍ବାଦ ଦୀପ’। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୭୬ତମ ଜନ୍ମଦିନ ଅବସରରେ ଗୁରୁବାର ରାଜ୍ୟ ସରକାରଙ୍କ…

‘ସ୍ନେହଭରା ପ୍ରତ୍ୟେକ ଶବ୍ଦ ପାଇଁ…’ ଜନ୍ମଦିନର ଶୁଭେଚ୍ଛା ପାଇଁ କୃତଜ୍ଞତା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୧୭।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ଜନ୍ମଦିନ ଅବସରରେ ମିଳିଥିବା ଶୁଭେଚ୍ଛା ପାଇଁ କୃତଜ୍ଞତା ଜଣାଇଛନ୍ତି। ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ (X) ରେ ପୋଷ୍ଟ କରି…

ଜମିକୁ ଯାଇ ଗଛରେ ଝୁଲି ପଡ଼ିଲେ ଚାଷୀ

ଭେଡେନ,୧୭।୯(ହୃଷୀକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଥାନା ଅଧୀନ ରେଶମ ପ୍ରଧାନପାଲି ଗ୍ରାମରୁ ଗୁରୁବାର ଜଣେ ଚାଷୀଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତକ ଜଣକ ଉକ୍ତ ଗ୍ରାମର…

ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ଝଲସିଲା ମନ୍ଦିର ପ୍ରାଙ୍ଗଣ

ପାଟଣା,୧୭।୯(ବୀର କିଶୋର ଦାଶ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ ଅବସରରେ କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀର ବିଭିନ୍ନ ମନ୍ଦିର ଏବଂ ଧାର୍ମିକ ଅନୁଷ୍ଠାନରେରେ ଗୁରୁବାର ସନ୍ଧ୍ୟାରେ ପ୍ରଦୀପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?