ବିଧାନସଭାରେ ଦ୍ରୌପଦୀଙ୍କୁ ଅଭିନନ୍ଦନ ଜଣାଇଲେ ସବୁ ଦଳ

ଭୁବନେଶ୍ୱର,୨୩ା୭(ବ୍ୟୁରୋ): ଏନ୍‌ଡିଏ ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ ରାଷ୍ଟ୍ରପତି ଭାବେ ନିର୍ବାଚିତ ହୋଇଛନ୍ତି। ଶୁକ୍ରବାର ସମସ୍ତ ଦଳ ଏହି ବିଜୟ ପାଇଁ ଅଭିନନ୍ଦନ ଜଣାଇଛନ୍ତି। ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପାଇଁ ଏକ ଧନ୍ୟବାଦ ପ୍ରସ୍ତାବ ବିଧାନସଭାରେ ଆଗତ କରିବାକୁ ଭାଜପା ପକ୍ଷରୁ ଦାବି କରାଯାଇଥିଲା। ଶୂନ୍ୟକାଳରେ ଏହି ପ୍ରସଙ୍ଗ ଉଠାଇ ବିରୋଧୀ ଦଳ ଉପନେତା ବିଷ୍ଣୁ ଚରଣ ସେଠୀ କହିଲେ, ଗତକାଲି ଦେଶ ଏବଂ ଓଡ଼ିଶା ପାଇଁ ଗର୍ବ ଓ ଗୌରବର ଦିନ ଥିଲା। ମୁଖ୍ୟମନ୍ତ୍ରୀଙ୍କ ସମେତ ଅନ୍ୟ ସଦସ୍ୟମାନଙ୍କୁ ଧନ୍ୟବାଦ। ଏନ୍‌ଡିଏ ପ୍ରାର୍ଥୀଙ୍କୁ ସମର୍ଥନ କରିଥିବାରୁ କଂଗ୍ରେସ ସଭ୍ୟ ମହମ୍ମଦ ମୋକିମଙ୍କୁ ଏବଂ ଯେଉଁମାନେ ଭୋଟ ଦେଇନାହାନ୍ତି ସେମାନଙ୍କୁ ମଧ୍ୟ ସେ ଧନ୍ୟବାଦ ଦେଇଥିଲେ। ଓଡ଼ିଶାର ଜଣେ ଆଦିବାସୀ ମହିଳା ଦେଶର ସର୍ବୋଚ୍ଚ ପଦବୀରେ ବସିଛନ୍ତି। ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଦେବା ଲାଗି ଗୃହରେ ଏକ ଧନ୍ୟବାଦ ପ୍ରସ୍ତାବ ଆଗତ କରାଯାଉ ଓ ଏହାକୁ ସର୍ବସମ୍ମତିକ୍ରମେ ପାରିତ କରାଯାଉ ବୋଲି ସେ ଦାବି କରିଥ୍‌ତ୍ଲେ। ବିଜେଡି ସଭ୍ୟ ଅମର ଶତପଥୀ କହିଥିଲେ ଯେ ରାଷ୍ଟ୍ରପତି ଭାବେ ନିର୍ବାଚିତ ହୋଇଥିବାରୁ ଦ୍ରୌପଦୀ ମୁର୍ମୁଙ୍କୁ ଅଭିନନ୍ଦନ ଜଣାଇବା। ସୁରେଶ କୁମାର ରାଉତରାୟ କହିଥିଲେ ଯେ ଦ୍ରୌପଦୀ ମୁର୍ମୁ ଓଡ଼ିଶା ପାଇଁ
ଗର୍ବ ଓ ଗୌରବ। ତାଙ୍କ ପାଇଁ ଆମେ ଗର୍ବିତ। ଆମେ ପାର୍ଟି ନିଷ୍ପତ୍ତି ଅନୁଯାୟୀ ତାଙ୍କୁ ଭୋଟ ନ ଦେଇଥିଲେ ମଧ୍ୟ ଓଡ଼ିଶାର ଝିଅ ହିସାବରେ ଆମେ ଗର୍ବିତ।


Enter your email to get our daily news in your inbox.

All Right Reserved By Dharitri.Com

ଅଭିଷେକଙ୍କ ବିସ୍ଫୋରକ ବ୍ୟାଟିଂ, ଓ୍ବେଷ୍ଟଇଣ୍ଡିଜ୍‌ ଆଗରେ ୨୨୪ ରନ୍‌ର ଟାର୍ଗେଟ ରଖିଲା ଭାରତ

ଇନ୍ଦୋର,୧୧ା୧୦: ହୋଲ୍କର ଷ୍ଟାଡିୟମରେ ରବିବାର ଅନୁଷ୍ଠିତ ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ-ଓ୍ବେଷ୍ଟଇଣ୍ଡିଜ୍‌ ପରସ୍ପରକୁ ଭେଟିଛନ୍ତି। ଆମନ୍ତ୍ରଣ ପାଇ ପ୍ରଥମେ ବ୍ୟାଟିଂ କରିଥିବା ଭାରତ ଅଭିଷେକ ଶର୍ମାଙ୍କ ବିସ୍ଫୋରକ…

‘କୃଷି, ଏକତା ଅଘରିଆଙ୍କ ଶକ୍ତି’

ବଲାଙ୍ଗୀର,୧୧।୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ୮୪ ଘର ଅଘରିଆ ସମାଜ ପକ୍ଷରୁ ରବିବାର ସ୍ଥାନୀୟ କୋଶଳ କଳା ମଣ୍ଡଳରେ ନୂଆଁଖାଇ ଭେଟ୍‌ଘାଟ୍‌ ଅନୁଷ୍ଠିତ ହୋଇଯାଇଛି। ଅଘରିଆ ସମାଜର…

କୋର୍ଟରେ ଜାମିନ ନାମଞ୍ଜୁର ଜେଲ ଗଲେ ଅଭିଯୁକ୍ତ, ଜାଣନ୍ତୁ କ’ଣ ଥିଲା ମାମଲା…

ଦିଗପହଣ୍ଡି,୧୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ପିଣ୍ଟୁ ସାହୁଙ୍କୁ ରବିବାର ଦିଗପହଣ୍ଡି ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ…

ବଡ଼ ଖୁଲାସା କଲେ ଧର୍ମେନ୍ଦ୍ର; ଭାଜପା ଛାଡ଼ି ଏହି ଦଳରେ ହେବେ ସାମିଲ, ସାମ୍ନାକୁ ଆସିଲା ଫଟୋ

ଲକ୍ଷ୍ନୌ,୧୧।୧୦: ଭାଜପାରୁ ଇସ୍ତଫା ଦେଇଥିବା ଉତ୍ତରପ୍ରଦେଶର ଆଁଓଲା ଲୋକସଭା ଆସନର ପୂର୍ବତନ ଏମପି ଧର୍ମେନ୍ଦ୍ର କଶ୍ୟପ ରବିବାର ଲକ୍ଷ୍ନୌରେ ସମାଜବାଦୀ ପାର୍ଟି (ସପା) ମୁଖ୍ୟ ଅଖିଳେଶ ଯାଦବଙ୍କୁ…

ଶୈଳପୁତ୍ରୀ ବେଶରେ ଦର୍ଶନ ଦେଲେ ମା’ ଉଗ୍ରତାରା, ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼

ନିରାକାରପୁର,୧୧।୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ଟାଙ୍ଗୀବ୍ଲକ ସାନ ରାଉତପଡା ପଞ୍ଚାୟତ ମୁଳିଝରଗଡ଼ ହାତୀଆ ଶୁଣି ପାହାଡ଼ ପାଦଦେଶରେ ଅବସ୍ଥିତ ମା’ଉଗ୍ରତାରାଙ୍କ ପୀଠରେ ବାସନ୍ତୀକ ଆଶ୍ୱିନ ନବରାତ୍ରର…

ବଲାଙ୍ଗୀରରେ ମର୍ମନ୍ତୁଦ ଦୁର୍ଘଟଣା; ଟ୍ରକ୍‌ ଚକା ତଳେ ଚାଲିଗଲା ମହିଳାଙ୍କ ଜୀବନ

ବଲାଙ୍ଗୀର,୧୧।୧୦( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଇଁତଳା ୨୬ନମ୍ବର ଜାତୀୟ ରାଜପଥ ସଦର ବ୍ଲକ ଅନ୍ତର୍ଗତ ରତାଖଣ୍ଡି ଠାରେ ଏକ ମର୍ମନ୍ତ ଦୁର୍ଘଟଣା ଘଟିଛି । ବାଇକ୍-ଟ୍ରକ…

ବିବାହର ୩ ଦିନ ପରେ ବୋହୂଙ୍କ ଭୟଙ୍କର କାଣ୍ଡ! ପୂରା ପରିବାରକୁ ଦେଇଦେଲେ ମୂଷାମରା ଔଷଧ, ତାପରେ….

ମୁମ୍ବାଇ,୧୧।୧୦: ବିବାହର ଖୁସି ମନାଉଥିବା ପରିବାରରେ ହଠାତ୍‌ ଖେଳିଗଲା ଆତଙ୍କ । ବିବାହର ମାତ୍ର ୭୨ ଘଣ୍ଟା ମଧ୍ୟରେ ନବବଧୂ ନିଜ ସ୍ୱାମୀଙ୍କ ସମେତ ଶାଶୂଘରର ଅନ୍ୟ…

ମା’ ଦୁର୍ଗାଙ୍କ ନବରାତ୍ର ପୂଜା ଆରମ୍ଭ, ଉତ୍ସବ ମୁଖର ଗାଁଠୁ ସହର

ଛତ୍ରପୁର,୧୧।୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅଧୀନ ଅଗସ୍ତି ନୂଆଗାଁ ଗ୍ରାମର କଲ୍ୟାଣୀ ଯୁବକ ସଂଘ ପକ୍ଷରୁ ରବିବାର ମା’ ଦୁର୍ଗାଙ୍କ ନବରାତ୍ର ପୂଜା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?