ପ୍ରାର୍ଥିପତ୍ର ପ୍ରତ୍ୟାହାର ନେଇ ସ୍ବାଧୀନ ପ୍ରାର୍ଥୀଙ୍କ ସହ ସର୍ବଦଳୀୟ କମିଟିର ଆଲୋଚନା

କୋରାପୁଟ,୨୩ା୧(ସ୍ବ.ପ୍ର.): କୋରାପୁଟ ଜିଲାର ପଟ୍ଟାଙ୍ଗୀ ବ୍ଳକ ଅଧୀନ ଜିଲା ପରିଷଦ ଜୋନ -୧ରେ ଯାଉଥିବା କୋଟିଆ ପାଇଁ ସର୍ବଦଳୀୟ ପ୍ରାର୍ଥୀ ମମତା ଜାନିଙ୍କ ସହ ୨ଜଣ ମହିଳା ସ୍ବାଧୀନ ପ୍ରାର୍ଥୀ ନାମାଙ୍କନ ଦାଖଲ କରିବା ପରେ ରାଜନୈତିକ ଉଷ୍ମତା ବୃଦ୍ଧି ପାଇଛି।

ଶନିବାର ପ୍ରାର୍ଥିପତ୍ର ଯାଞ୍ଚ ସମୟରେ ସ୍ବାଧୀନ ପ୍ରାର୍ଥୀ ଟିକାଇ ଗେମେଲ ଓ ସବିନା ବୁଡିଆଙ୍କ ସହ ସର୍ବଦଳୀୟ କମିଟିର ସଦସ୍ୟମାନେ କୋରାପୁଟଠାରେ ଆଲୋଚନା କରିଛନ୍ତି। ବିଜେଡି ଜିଲା ସଭାପତି ଈଶ୍ୱର ଚନ୍ଦ୍ର ପାଣିଗ୍ରାହୀ, ଭାଜପା ଜିଲା ସଭାପତି ସୁମନ୍ତ ପ୍ରଧାନ, କଂଗ୍ରେସ ନେତା ତଥା ପୂର୍ବତନ ବିଧାୟକ ରାମଚନ୍ଦ୍ର କାଡାମ, ପୂର୍ବତନ ଏମ୍‌ପି ଜୟରାମ ପାଙ୍ଗୀ, ପୂର୍ବତନ ବିଧାୟକ ପ୍ରଫୁଲ୍ଲ ପାଙ୍ଗୀ, କୋରାପୁଟ ବିଧାୟକ ରଘୁରାମ ପଡାଲ, ପଟ୍ଟାଙ୍ଗୀ ବିଧାୟକ ପ୍ରୀତମ ପାଢୀ ପ୍ରମୁଖ ସ୍ବାଧୀନ ପ୍ରାର୍ଥୀ ଟିକାଇ ଓ ସବିନାଙ୍କ ସହ ପ୍ରାର୍ଥତ୍ପତ୍ର ପ୍ରତ୍ୟାହାର ନେଇ ଆଲୋଚନା କରିଥିଲେ। ଏହି ଆଲୋଚନାର ସୁଫଳ ମିଳିପାରେ ବୋଲି ଆଶା କରାଯାଉଥିବା ବିଜେଡି ଜିଲା ସଭାପତି ପାଣିଗ୍ରାହୀ କହିଛନ୍ତି। ସୂଚନାଯୋଗ୍ୟ, କୋଟିଆ ଜିଲା ପରିଷଦ ନିମନ୍ତେ ୩ ଜଣ ସ୍ବାଧୀନ ପ୍ରାର୍ଥୀ ନାମାଙ୍କନପତ୍ର ଦାଖଲ କରିଥିବାବେଳେ ପଞ୍ଚାୟତର ସରପଞ୍ଚ ପାଇଁ ୯ ଜଣ, ସମିତି ସଭ୍ୟ ପାଇଁ ଜଣେ ଏବଂ ୱାର୍ଡମେମ୍ବର ଲାଗି ୧୪ ଜଣ ପ୍ରାର୍ଥୀ ସେମାନଙ୍କ ନାମାଙ୍କନପତ୍ର ଦାଖଲ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାଗ୍ରସ୍ତଙ୍କୁ ଡାକ୍ତରଖାନା ନେଲେ ଭାଜପା ନେତା

ହାଟଡିହୀ,୧ା୭(ଶୁଭକାନ୍ତ ନାୟକ): ସାହାଯ୍ୟ ଏବଂ ମହାନତାର ପ୍ରମାଣ ଦେଖାଇଛନ୍ତି କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡର ଭାଜପା ନେତା ଆଲୋକ ସେଠୀ। ବୁଧବାର ଆଲୋକ ଏକ କାର୍ଯ୍ୟକ୍ରମରେ ଯୋଗ…

ଆଷାଢ଼ରେ ନାହିଁ ବର୍ଷା; ପୋଡ଼ିଗଲାଣି ଧାନ ତଳି, ଘୋଡ଼ାହାଡ଼ ଡ଼୍ୟାମକୁ ଦିଗପହଣ୍ଡି-ସାନଖେମୁଣ୍ଡି ଚାଷୀଙ୍କ ଭରସା  

ଦିଗପହଣ୍ଡି,୧ା୭(ଅଶେଷ ନାଥ ମିଶ୍ର): ଆଷାଢ଼ରେ ଗଞ୍ଜାମ ଜିଲା ଦିଗପହଣ୍ଡି ଓ ସାନଖେମୁଣ୍ଡି ବ୍ଲକ ଅଞ୍ଚଳରେ ବର୍ଷା ନାହିଁ ।ଚାଷୀ ବୃନ୍ଦ ଖରିଫ ଧାନ ଚାଷ ପାଇଁ ବିହନ…

ବିଜେଡିରୁ ଭାଜପା, ପୁଣି ବିଜେଡିକୁ ଆସିବା ପରେ ଏବେ ହରଡ଼ଘଣାରେ ବ୍ଲକ ଅଧ୍ୟକ୍ଷା

ଛତ୍ରପୁର,୧ା୭(ଦିଲ୍ଲୀପ ସାମଲ): ବିଜେଡିରୁ ଭାଜପା ଓ ପୁଣି ବିଜେଡିକୁ ଆସିବା ପରେ ଗଞ୍ଜାମ ଜିଲା ବୁଗୁଡା ବ୍ଲକ ଅଧ୍ୟକ୍ଷା କେ.ପ୍ରିୟଦର୍ଶିନୀ ଆଚାରୀ ଏବେ ହରଡ଼ଘଣାରେ ପଡ଼ିଯାଇଛନ୍ତି। ଅଧ୍ୟକ୍ଷାଙ୍କ…

୧୦ ଦଫା ଦାବି ନେଇ ଡାକ୍ତରଙ୍କ ଧର୍ମଘଟ, ସରକାର ଆମ ଦାବି ପୂରଣ ନ କଲେ…

କେସିଙ୍ଗା,୧ା୭(ତୁମେଶ୍ୱର ସାହୁ): ଜୁଲାଇ ୧ରେ ଡାକ୍ତର ଦିବସରେ ଓଡ଼ିଶା ମେଡିକାଲ ସର୍ଭିସ ଆସୋସିଏଶନର ନିର୍ଦ୍ଦେଶ କ୍ରମେ କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ ବୁଧବାରଠାରୁ ଆରମ୍ଭ…

ପାଟପୁର ଥାନା ପକ୍ଷରୁ ନିଆରା ପ୍ରୟାସ, ନିଶା ଦ୍ରବ୍ୟ ସେବନ ବିରୋଧରେ ନେଲେ ଶପଥ 

ଦିଗପହଣ୍ଡି,୧ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଆମ ପୋଲିସ ସମିତି ପକ୍ଷରୁ ବୁଧବାର ନିଶାମୁକ୍ତ ଓଡ଼ିଶା ଅଭିଯାନ ଆନୁକୁଲ୍ୟରେ ସଚେତନତା ସଭା…

ସମ୍ପର୍କରେ କଳଙ୍କ: ନାବାଳିକା ଶାଳୀଙ୍କୁ ଗର୍ଭବତୀ କଲେ ଭିଣୋଇ, ଏମିତି ଧରାପଡିଲା…

ପାରଳାଖେମୁଣ୍ଡି,୧ା୭(ଗିରିଧାରୀ ପରିଛା): ଗଜପତି ଜିଲା ଗାରାବନ୍ଧ ଥାନା ଅନ୍ତର୍ଗତ ରାୟଗଡ଼ ବ୍ଲକର ସାନ ଅନତାରସିଂ ଗ୍ରାମରୁ ଏକ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି । ଜଣେ ବିବାହିତ…

ଦାୟିତ୍ୱ ଗ୍ରହଣ କଲେ ନୂଆ ଯୋଗାଣ ଅଧିକାରୀ, କହିଲେ ସମସ୍ତ କାର୍ଯ୍ୟକୁ ଦୁର୍ନୀତିମୁକ୍ତ କରିବା ସହ…

ଛତ୍ରପୁର,୧ା୭(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାର ମୁଖ୍ୟ ଜିଲା ଯୋଗାଣ ଅଧିକାରୀ ଭାବେ ବସନ୍ତ କୁମାର ପଣ୍ଡା ବୁଧବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ସେ ପୂର୍ବରୁ କେନ୍ଦୁଝର ମୁଖ୍ୟ…

ଇନ୍‌ଷ୍ଟାଗ୍ରାମରୁ ପ୍ରେମ, ବିବାହ ପାଇଁ ଜିଦ୍‌ କରିବାରୁ ପ୍ରେମିକାଙ୍କୁ ହତ୍ୟା, ପୋଲିସ ଆଗରେ ପ୍ରେମିକ କହିଲେ ପୂରା ଘଟଣା…

ହାଟଡିହୀ/ଛେନାପଦୀ,୧ା୭(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): ପଶ୍ଚିମବଙ୍ଗ ପ୍ରେମିକାକୁ ଓଡ଼ିଶା ଡକାଇ ଝାଡ଼ଖଣ୍ଡ ପ୍ରେମିକ କେନ୍ଦୁଝର ଜିଲା ସୋସୋ ଥାନା ଅଞ୍ଚଳରେ ଗତ ମଙ୍ଗଳବାର ହତ୍ୟା କରିଥିବା ଘଟଣାରେ ପର୍ଦାଫାଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri