ସର୍ବଦଳୀୟ ବୈଠକ : ୨୭୯ ବୁଥ୍‌ରେ ଭୋଟ ଦେବେ ୨ଲକ୍ଷରୁ ଅଧିକ ଭୋଟର

ଭୁବନେଶ୍ୱର,୧୦ା୫(ବ୍ୟୁରୋ): ଝାରସୁଗୁଡ଼ା ଜିଲା ବ୍ରଜରାଜନଗର ଉପନିର୍ବାଚନ ପାଇଁ ସୋମବାର ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ସୁଶୀଲ କୁମାର ଲୋହାନୀଙ୍କ ଦ୍ୱାରା ସ୍ବୀକୃତିପ୍ରାପ୍ତ ରାଜନୈତିକ ଦଳଗୁଡିକର କର୍ମକର୍ତ୍ତାଙ୍କୁ ନେଇ ଏକ ସର୍ବଦଳୀୟ ବୈଠକ ଅନୁଷ୍ଠିତ ହୋଇଛି  । ନିର୍ବାଚନ ଆୟୋଗଙ୍କ ଦ୍ୱାରା ବ୍ରଜରାଜନଗର ଉପନିର୍ବାଚନ ଘୋଷଣା ସହ ସମ୍ପୂର୍ଣ୍ଣ ନିର୍ବାଚ1ନ ସୂଚୀ ସମ୍ପର୍କରେ ଉପସ୍ଥିତ ରାଜନୈତିକ ଦଳର କର୍ମକର୍ତ୍ତାଙ୍କୁ ମୁଖ୍ୟ ନିର୍ବାଚନ ଅଧିକାରୀ ଅବଗତ କରାଇଛନ୍ତି। ଜାନୁୟାରୀ ୨୦୨୨ରେ ପ୍ରକାଶିତ ଚୂଡ଼ାନ୍ତ ଭୋଟର ତାଲିକା ଅନୁଯାୟୀ ବ୍ରଜରାଜନଗର ବିଧାନସଭା ନିର୍ବାଚନମଣ୍ଡଳୀର ସମୁଦାୟ ଭୋଟରଙ୍କ ସଂଖ୍ୟା ୨,୧୪,୭୪୫ । ସେଥିମଧ୍ୟରୁ ୧,୦୯,୯୮୯ ଜଣ ପୁରୁଷ ଓ ୧,୦୪,୭୩୯ ଜଣ ମହିଳା ଏବଂ ୧୭ ଜଣ ତୃତୀୟଲିଙ୍ଗ ଭୋଟର ଅଛନ୍ତି  । ସମୁଦାୟ ଦିବ୍ୟାଙ୍ଗ ଭୋଟରଙ୍କ ସଂଖ୍ୟା ୩୫୦୯ ଥିବାବେଳେ ସେଥିମଧ୍ୟରୁ ୧୯୪୩ ଜଣ ପୁରୁଷ ଓ ୧୫୭୬ ମହିଳା ଦିବ୍ୟାଙ୍ଗ ଭୋଟର ଅଛନ୍ତି  । ଏହାବାଦ୍‌ ୮୦ ବର୍ଷରୁ ଊର୍ଦ୍ଧ୍ୱ ବୟସର ଭୋଟରଙ୍କ ସଂଖ୍ୟା ୩୧୨୭ ଥିବାବେଳେ ସେଥିରୁ ୧୪୩୨ ଜଣ ପୁରୁଷ ଓ ୧୬୯୫ ମହିଳା ଭୋଟର। ବ୍ରଜରାଜନଗର ନିର୍ବାଚନମଣ୍ଡଳୀରେ ସମସ୍ତ ଭୋଟରଙ୍କୁ ଫଟୋ ପରିଚୟ ପତ୍ର ପ୍ରଦାନ କରାଯାଇଥିବା ମୁଖ୍ୟ ନିର୍ବାଚନ ଅଧିକାରୀ ଲୋହାନୀ ନ୍‌ବୈଠକରେ ପ୍ରକାଶ କରିଛନ୍ତି  । ସେ ଆହୁରି କହିଛନ୍ତି, ନିର୍ବାଚନମଣ୍ଡଳୀରେ ସମୁଦାୟ ୨୫୭ ବୁଥ୍‌ ଥିବାବେଳେ କୋଭିଡ୍‌-୧୯ ଦୃଷ୍ଟିକୋଣରୁ ନିର୍ବାଚନ ଆୟୋଗଙ୍କ ନିଷ୍ପତ୍ତି କ୍ରମେ ଆଉ ଅତିରିକ୍ତ ୨୨ଟି ବୁଥ୍‌ ବଢ଼ାଯିବା ଫଳରେ ବୁଥସଂଖ୍ୟା ୨୭୯ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ-ପାକ୍‌ ନୌସେନା ଜାହାଜ ମୁହାଁମୁହିିଁ ଧକ୍କା

ନୂଆଦିଲ୍ଲୀ, ୧୭ା୯ : ଆରବ ସାଗରସ୍ଥିତ ଅନ୍ତର୍ଜାତୀୟ ଜଳଭାଗରେ ପାକିସ୍ତାନୀ ନୌସେନାର ଏକ ଜାହାଜ ଅତ୍ୟନ୍ତ ବେପରୁଆ ଭାବେ ଗତିକରି ଭାରତୀୟ ନୌସେନାର ଜାହାଜ ସହ ମୁହାଁମୁହିଁ…

PM ମୋଦିଙ୍କ ୭୭ତମ ଜନ୍ମଦିନ, ଗୁଜରାଟରେ ଜଳିବ ୮୮ ଲକ୍ଷ ଦୀପ

ନୂଆଦିଲ୍ଲୀ,୧୭।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୭୭ତମ ଜନ୍ମଦିନ ଅବସରରେ ଭାରତୀୟ ଜନତା ପାର୍ଟି (ଭାଜପା) ପକ୍ଷରୁ ଦେଶବ୍ୟାପୀ ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜନ କରାଯିବ। ବିଶେଷ କରି ଗୁଜରାଟରେ…

ମହାଶକ୍ତିଶାଳୀ ବୁଧାଦିତ୍ୟ ରାଜଯୋଗ: ଆଜିଠୁ ୫ ରାଶିଙ୍କ ଗୋଲଡେନ୍‌ ସମୟ ଆରମ୍ଭ, ଲାଗିବ ଲଟେରୀ, ଟଙ୍କାରେ ଶୋଇବେ!

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ୧୭ ସେପ୍ଟେମ୍ବର ୨୦୨୬ରେ ସୂର୍ଯ୍ୟ ସିଂହ ରାଶିରୁ ବାହାରି କନ୍ୟା ରାଶିରେ ପ୍ରବେଶ କରିବେ। ଦ୍ରିକ ପଞ୍ଚାଙ୍ଗ ଅନୁସାରେ, ସକାଳ ୭ଟା…

ପ୍ରଧାନମନ୍ତ୍ରୀ ମୋଦିଙ୍କ ନାମରେ ଅଛି ଏତେ ସମ୍ପତ୍ତି, ଜାଣନ୍ତୁ ପ୍ରପର୍ଟିର ପୂରା ତଥ୍ୟ

ନୂଆଦିଲ୍ଲୀ,୧୭।୯: ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ। ଏହି ଅବସରରେ ତାଙ୍କ ଜୀବନ ଓ ବ୍ୟକ୍ତିଗତ ସମ୍ପତ୍ତିକୁ ନେଇ ମଧ୍ୟ ଚର୍ଚ୍ଚା ହେଉଛି। ପ୍ରଧାନମନ୍ତ୍ରୀ କାର୍ଯ୍ୟାଳୟ (PMO)ରେ…

ସମ୍ବଲପୁରରେ ଡପ୍‌ଲର ୱେଦର ରାଡାରର ଉଦ୍‌ଘାଟନ

ସମ୍ବଲପୁର, ୧୭ା୯ (ପ୍ରମୋଦ ବହିଦାର): ପବିତ୍ର ନୂଅଁାଖାଇ ଉତ୍ସବ ଅବସରରେ ସମ୍ବଲପୁରରେ ପ୍ରାକୃତିକ ବିପର୍ଯ୍ୟୟ ମୁକାବିଲା କ୍ଷେତ୍ରରେ ଏକ ନୂତନ ଅଧ୍ୟାୟ ଯୋଡ଼ିହୋଇଛି। କେନ୍ଦ୍ର ବିଜ୍ଞାନ ଓ…

୧୯ରେ ଲଘୁଚାପ, ଶୁକ୍ରବାରଠାରୁ ବଢ଼ିବ ବର୍ଷା: ସମ୍ଭାବ୍ୟ ବାତ୍ୟାକୁ ନେଇ ଆଇଏମ୍‌ଡି ଡିଜି କହିଲେ…

ଭୁବନେଶ୍ୱର, ୧୭ା୯(ବନ୍ଦନା ସେଠୀ):ଉତ୍ତର ଥାଇଲାଣ୍ଡ ଉପରେ ବୁଧବାର ସକାଳ ୮ଟା ୩୦ ବେଳକୁ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆସନ୍ତା ୧୮ ତାରିଖ ସନ୍ଧ୍ୟାରେ ଘୂର୍ଣ୍ଣିବଳୟ ଉତ୍ତର…

ରାଉରକେଲାରେ ଲଜ୍ଜା! ମାନସିକ ବିକାରଗ୍ରସ୍ତ ମହିଳାଙ୍କୁ ଯୌନ ଉତ୍ପୀଡ଼ନ, ଦେହରେ କ୍ଷତବିକ୍ଷତ ଚିହ୍ନ; ଖୋଳତାଡ଼ କରୁଛି…

ରାଉରକେଲା, ୧୬।୯ (ସଙ୍ଗୀତା ଜେନା): ରାଉରକେଲା ସେକ୍ଟର-୩ ଥାନା ଅନ୍ତର୍ଗତ ସେକ୍ଟର-୨ ଏନ୍‌ଏସି ମାର୍କେଟ ଅଞ୍ଚଳରେ ଜଣେ ମାନସିକ ବିକାରଗ୍ରସ୍ତ ମହିଳାଙ୍କ ସହ ଯୌନ ଉତ୍ପୀଡ଼ନ ହୋଇଥିବା…

ବାତ୍ୟା ଆକଳନ ହୋଇନି, ଆତଙ୍କିତ ହୁଅନ୍ତୁ ନାହିଁ

ଭୁବନେଶ୍ୱର, ୧୬ା୯ (ବନ୍ଦନା ସେଠୀ) – ଉତ୍ତର ଥାଇଲାଣ୍ଡ ଉପରେ ବୁଧବାର ସକାଳ ୮ଟା ୩୦ ବେଳକୁ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆସନ୍ତା ୧୮ ତାରିଖ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?