Posted inଜାତୀୟ

ଶୀତ ଅଧିବେଶନ ପୂର୍ବରୁ ସର୍ବଦଳୀୟ ବୈଠକ

ନୂଆଦିଲ୍ଲୀ,୩।୧୨(ପି.ଟି.): ଆସନ୍ତା ୪ ତାରିଖରେ ପାର୍ଲାମେଣ୍ଟର ଶୀତ ଅଧିବେଶନ ଆରମ୍ଭ ହେବାକୁ ଯାଉଥିବାବେଳେ ଏଥିପାଇଁ ଶନିବାର ସର୍ବଦଳୀୟ ବୈଠକ ବସିଥିଲା। ଏହି ଅଧିବେଶନରେ ମୁଖ୍ୟତଃ ତୃଣମୂଳ କଂଗ୍ରେସ ଏମ୍‌ପି ମହୁଆ ମୋଇତ୍ରଙ୍କୁ ଲୋକ ସଭାରୁ ସମ୍ଭାବ୍ୟ ବହିଷ୍କାର, ଆପରାଧିକ ଆଇନ ସ୍ଥାନରେ ତିନୋଟି ନୂଆ ବିଲ୍‌, ନିର୍ବାଚନ କମିଶନର ନିଯୁକ୍ତି ଲାଗି ପ୍ରସ୍ତାବିିତ ଆଇନ ମୁଖ୍ୟ ପ୍ରସଙ୍ଗ ହେବାକୁ ଯାଉଛି। ଗୃହରେ ଆଲୋଚନା ପାଇଁ ଅନୁକୂଳ ବାତାବରଣ ସୁନିଶ୍ଚିତ କରିବା ନିମନ୍ତେ ସର୍ବଦଳୀୟ ବୈଠକରେ ସରକାର ବିରୋଧୀ ଦଳଗୁଡ଼ିକୁ ନିବେଦନ କରିଛନ୍ତି। ପାର୍ଲାମେଣ୍ଟର ସବୁ ଦଳର ନେତାମାନଙ୍କ ବୈଠକରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଅଧ୍ୟକ୍ଷତା କରିଥିଲେ। ଏଥିରେ ସଂସଦୀୟ ବ୍ୟାପାର ମନ୍ତ୍ରୀ ପ୍ରହ୍ଲାଦ ଜୋଷୀ, କଂଗ୍ରେସ ନେତା ଜୟରାମ ରମେଶ, ଗୌରବ ଗୋଗୋଇ, ପ୍ରମୋଦ ତିଓ୍ବାରୀ, ଟିଏମ୍‌ସି ନେତା ସୁଦୀପ ବନ୍ଦୋପାଧ୍ୟାୟ ଏବଂ ଡେରେକ ଓ’ବ୍ରାଏନ୍‌, ଏନ୍‌ସିପି ନେତା ଫୌଜିଆ ଖାନ୍‌ ପ୍ରମୁଖ ଯୋଗଦେଇଥିଲେ। ରବିବାର ୪ ରାଜ୍ୟ ବିଧାନସଭା ନିର୍ବାଚନ ଫଳାଫଳ ଆସିବାକୁ ଥିବାରୁ ଏହା ଶୀତ ଅଧିବେଶନକୁ ପ୍ରଭାବିତ କରିବ।
‘କ୍ୟାଶ୍‌ ଫର୍‌ କ୍ୱେରି’ ଅଭିଯୋଗରେ ଟିଏମ୍‌ସି ଏମ୍‌ପି ମହୁଆଙ୍କୁ ଲୋକ ସଭାରୁ ବହିଷ୍କାର କରିବା ଲାଗି ଏଥିକ୍ସ କମିଟି ସୁପାରିସ କରିଥିବାବେଳେ ସୋମବାର ଅଧିବେଶନର ପ୍ରଥମ ଦିନରେ ଏହାକୁ ଗୃହରେ ଉପସ୍ଥାପନ କରାଯିବ। ମହୁଆଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ ପୂର୍ବରୁ ଏଥିକ୍ସ କମିଟି ରିପୋର୍ଟ ଉପରେ ଗୃହରେ ଆଲୋଚନା ପାଇଁ ଟିଏମ୍‌ସି ନେତା ଦାବି କରିଛନ୍ତି। ଏହା ବ୍ୟତୀତ ମଣିପୁର ସ୍ଥିତି, ଦରଦାମ୍‌ ବୃଦ୍ଧି, ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଏବଂ ସିବିଆଇର ଦୁରୁପଯୋଗ, ଆଇନ ନାଁରେ ହିନ୍ଦୀ ଭାଷାକୁ ଲଦିଦିଆଯିବା ଆଦି ପ୍ରସଙ୍ଗ ଉପରେ ଆଲୋଚନା ପାଇଁ ବିରୋଧୀ ଚାପ ପକାଇଥିବା ତିଓ୍ବାରୀ କହିଛନ୍ତି। ଅନ୍ୟପକ୍ଷରେ ସମସ୍ତ ପ୍ରସଙ୍ଗରେ ଆଲୋଚନା ପାଇଁ ସରକାର ପ୍ରସ୍ତୁତ ଥିବା ସଂସଦୀୟ ବ୍ୟାପାର ମନ୍ତ୍ରୀ କହିଥିବାବେଳେ ଏଥିପାଇଁ ଗୃହରେ ଅନୁକୂଳ ବାତାବରଣ ବଜାୟ ରଖିବା ପାଇଁ ସେ ଆଶାବ୍ୟକ୍ତ କରିଛନ୍ତି। ସେହିପରି ମହାରାଷ୍ଟ୍ରରେ ମରାଠା ଏବଂ ଧାଙ୍ଗର ସମ୍ପ୍ରଦାୟ ପାଇଁ ସଂରକ୍ଷଣ ପ୍ରସଙ୍ଗ ଆଲୋଚନା ନିମନ୍ତେ ଶିବସେନା ନେତା ରାହୁଲ ଶଓ୍ବୋଲେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୧୦୦ ଫୁଟ ଘେରିବନ୍ଧ ଭୁଶୁଡ଼ିବା ପରେ ତରବରିଆ କାମ, ଯନ୍ତ୍ରୀଙ୍କ ଦେଖାନାହିଁ, ଯନ୍ତ୍ର କରୁଛି…

ମହାକାଳପଡ଼ା,୫ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ରଡ଼ିଆ-କଂସାର-ବଡ଼ ଦାଣ୍ଡୁଆ ଲୁଣା ଘେରିବନ୍ଧ ନିର୍ମାଣ କାର୍ଯ୍ୟରେ ବହୁ କୋଟି ଟଙ୍କା ବ୍ୟୟ ଅଟକଳ କରାଯାଇଛି।…

୩୧ ଅକ୍ଟୋବର ଯାଏ ୩ରାଶିଙ୍କ ଫିଟିଲା ଭାଗ୍ୟ; ଚାକିରିରେ ମିଳିବ ବଡ଼ ପ୍ରମୋଶନ, ହୁ ହୁ ହୋଇ ବଢିବ ଟଙ୍କା…

ବୈଦିକ ଜ୍ୟୋତିଷରେ ଦେବଗୁରୁ ବୃହସ୍ପତିଙ୍କୁ ଜ୍ଞାନ, ଧନ, ସୁଖ, ସନ୍ତାନ ଏବଂ ସୌଭାଗ୍ୟର କାରକ ଗ୍ରହ ଭାବେ ବିବେଚନା କରାଯାଏ। ଗୁରୁ ଯେତେବେଳେ ରାଶି ପରିବର୍ତ୍ତନ କରନ୍ତି,…

କେସିଙ୍ଗା ଅବକାରୀ ଥାନାରେ ନୂଆ ଓଆଇସିଙ୍କ ଯୋଗଦାନ

କେସିଙ୍ଗା,୫ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନାରେ ନୂତନ ଭାବେ ମଳୟ ପ୍ରଧାନ ଓଆଇସି ଭାବେ ଯୋଗଦାନ କରିଛନ୍ତି। ସେ ଏହା ପୂର୍ବରୁ ବରଗଡ଼ରେ ଏଆଇସି…

ହୃଦୟ ଜିଣିଲେ ହାର୍ଦ୍ଦିକ ପାଣ୍ଡ୍ୟା: ଭାରତୀୟ ସୈନ୍ୟଙ୍କ ସହ…

ନୂଆଦିଲ୍ଲୀ,୫।୯: ଭାରତୀୟ କ୍ରିକେଟ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଫଟୋ BSF (ସୀମା ସୁରକ୍ଷା ବଳ) କର୍ମଚାରୀଙ୍କ ସହ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ସେ…

ସ୍ତ୍ରୀ ପଛେ ପଛେ ସ୍ବାମୀଙ୍କ ମୃତ୍ୟୁ, ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳି ଆଣିଲେ ୨ ମୃତଦେହ, ସନ୍ଦେହରେ…

ଭଦ୍ରକ,୫ା୯(ସନାତନ ରାଉତ): ମୃତ୍ୟୁର ୨ ଦିନ ପରେ ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳା ହେଲା ଶବ। ସାପ କାମୁଡ଼ାରେ ମୃତ୍ୟୁ ହୋଇଥିବା ସନ୍ଦେହ କରି ପରିବାର…

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କଲା ଆମେରିକା; ଖାର୍ଗ ଦ୍ୱୀପ ନିକଟରେ ୪ କ୍ଷେପଣାସ୍ତ୍ର ମାଡ଼

ତେହରାନ,୫।୯: ଆମେରିକା ଖାର୍ଗ ଦ୍ୱୀପ ନିକଟରେ ଏକ ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କରିଛି। ଆମେରିକା ଜାହାଜ ଉପରେ ଲଗାତାର ଚାରୋଟି କ୍ଷେପଣାସ୍ତ୍ର ମାଡ଼ କରିଛି।…

ଫାଇନାଲ ମ୍ୟାଚ ପୂର୍ବରୁ ବୈଭବଙ୍କୁ ନେଇ ଏ କ’ଣ କହିଦେଲେ ଇଶାନ କିଶନ, ଚାରିଆଡେ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ, ୫।୯: ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ରବିବାରଠାରୁ ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଖେଳାଯିବ। ଚେନ୍ନାଇର ଏମଏ ଚିଦମ୍ବରମ ଷ୍ଟାଡିୟମରେ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri