ଉପନିର୍ବାଚନ ପାଇଁ ସର୍ବଦଳୀୟ ବୈଠକ

ଭୁବନେଶ୍ୱର,୨।୧୦(ବ୍ୟୁରୋ): ନିର୍ବାଚନ ପ୍ରଚାର ବେଳେ କୌଣସି ପ୍ରାର୍ଥୀଙ୍କ ବିରୋଧରେ ବ୍ୟକ୍ତିଗତ ଆକ୍ଷେପ କରାଯାଇ ପାରିବ ନାହିଁ। ଭାରତର ମୁଖ୍ୟ ନିର୍ବାଚନ କମିଶନ ଏ ନେଇ କଟକଣା ଜାରି କରିଛନ୍ତି। ଅପରାଧ ପୃଷ୍ଠଭୂମି ଥିବା ବ୍ୟକ୍ତିଙ୍କୁ ଯଦି କୌଣସି ରାଜନୈତିକ ଦଳ ବାଲେଶ୍ୱର ଏବଂ ତିର୍ତ୍ତୋଲ ଉପନିର୍ବାଚନ ପାଇଁ ପ୍ରାର୍ଥୀ କରିବେ ତେବେ ସମ୍ପୃକ୍ତ ଦଳକୁ କୈଫିୟତ ଦେବାକୁ ପଡ଼ିବ। ଏଥିସହିତ ଲୋକଙ୍କ ଅବଗତି ନିମନ୍ତେ ସମ୍ପୃକ୍ତ ପ୍ରାର୍ଥୀ ଅତି କମ୍‌ରେ ୩ ଥର ଖବରକାଗଜ ଓ ବୈଦ୍ୟୁତିକ ଗଣମାଧ୍ୟମରେ ପ୍ରଚାର ପ୍ରସାର କରାଇବେ। ଗୁରୁବାର ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟରେ ଅନୁଷ୍ଠିତ ସର୍ବଦଳୀୟ ବୈଠକରେ ଏହି ସୂଚନା ଦିଆଯାଇଛି।
ବାଲେଶ୍ୱର ଏବଂ ତିର୍ତ୍ତୋଲ ଉପନିର୍ବାଚନ ପୂର୍ବରୁ ମୁଖ୍ୟ ନିର୍ବାନ ଅଧିକାରୀ ସୁଶୀଲ କୁମାର ଲୋହାନୀଙ୍କ ଅଧ୍ୟକ୍ଷତାରେ ସର୍ବଦଳୀୟ ବୈଠକ ଅନୁଷ୍ଠିତ ହୋଇଛି। ନଭେମ୍ବର ୩ରେ ହେବାକୁ ଥିବା ଉପନିର୍ବାଚନରେ ପ୍ରଥମ ଥର ଲାଗି ୮୦ ବର୍ଷ ବୟସରୁ ଊର୍ଦ୍ଧ୍ୱ ଭୋଟର, ଭିନ୍ନକ୍ଷମ, କୋଭିଡ୍‌ ଆକ୍ରାନ୍ତ ଏବଂ ସନ୍ଦିଗ୍ଧ କୋଭିଡ୍‌ ଆକ୍ରନ୍ତ ଭୋଟରଙ୍କୁ ପୋଷ୍ଟାଲ ବାଲଟ ଜରିଆରେ ଭୋଟ ଦେବାର ସୁଯୋଗ ଯୋଗାଇ ଦିଆଯିବ ବୋଲି ମୁଖ୍ୟ ନିର୍ବାଚନ ଅଧିକାରୀ କହିଛନ୍ତି। ନିର୍ବାଚନ ଆୟୋଗଙ୍କ ନିର୍ଦ୍ଦେଶାନୁସାରେ କୋଭିଡ୍‌କୁ ଦୃଷ୍ଟିରେ ରଖି ପ୍ରତି ବୁଥ୍‌ରେ ସର୍ବାଧିକ ୧ ହଜାର ଭୋଟର ଭୋଟ ଦେଇପାରିବେ। ଏଥିସହିତ ମତଦାତାଙ୍କ ସୁବିଧା ପାଇଁ ଅତିରିକ୍ତ ବୁଥ୍‌ ଖୋଲାଯିବ। ନିର୍ବାଚନ ପ୍ରଚାର ବେଳେ ରାଜନୈତିକ ଦଳଗୁଡ଼ିକ କୋଭିଡ୍‌ ଗାଇଡ୍‌ଲାଇନ ଅନୁପାଳନ କରିବା ବାଧ୍ୟତାମୂଳକ ବୋଲି ବୈଠକରେ ସୂଚନା ଦିଆଯାଇଥିଲା। ନାମାଙ୍କନପତ୍ର ଦାଖଲ ସମୟରେ ସର୍ବାଧିକ ୨ ଜଣ ଯାଇପାରିବେ। ପଦଯାତ୍ରା ଓ ଘରକୁ ଘର ବୁଲି ପ୍ରଚାର କରିବା ସମୟରେ ପ୍ରାର୍ଥୀଙ୍କ ସହ ସର୍ବାଧିକ ୫ ଜଣ ରହିପାରିବେ। ଆସନ୍ତା ଉପନିର୍ବାଚନକୁ ଶାନ୍ତିଶୃଙ୍ଖଳାର ସହ ସମ୍ପନ୍ନ କରିବାକୁ ମୁଖ୍ୟ ନିର୍ବାଚନ ଅଧିକାରୀ ସମସ୍ତ ରାଜନୈତିକ ଦଳର ସହଯୋଗ ଲୋଡ଼ଛନ୍ତି। ବୈଠକରେ କଂଗ୍ରେସ ପକ୍ଷରୁ ଶିବାନନ୍ଦ ରାୟ, ଭାରତୀୟ କମ୍ୟୁନିଷ୍ଟ ପାର୍ଟିର ଦୁଷ୍ମନ୍ତ କୁମାର ଦାସ, ଭାଜପା ପକ୍ଷରୁ ଜଗନ୍ନାଥ ପ୍ରଧାନ, ବିଜେଡି ପକ୍ଷରୁ ମାନସ ରଞ୍ଜନ ମଙ୍ଗରାଜ ପ୍ରମୁଖ ଯୋଗଦେଇଥିଲେ।
ସୂଚନାଯୋଗ୍ୟ, ଉକ୍ତ ଦୁଇ ନିର୍ବାଚନମଣ୍ଡଳୀରେ ନଭେମ୍ବର ୩ରେ ଭୋଟଗ୍ରହଣ ଓ ୧୦ ତାରିଖରେ ଭୋଟ ଗଣତି କରାଯିବ। ଅକ୍ଟୋବର ୯ରେ ବିଜ୍ଞପ୍ତି ପ୍ରକାଶ କରାଯିବ। ୧୯ରେ ନାମାଙ୍କନପତ୍ର ଦାଖଲ, ୧୭ରେ ପ୍ରାର୍ଥତ୍ପତ୍ର ଯାଞ୍ଚ, ୧୯ରେ ନାମାଙ୍କନ ପତ୍ର ପ୍ରତ୍ୟାହାର କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ନୂଆପଡ଼ାରେ ପୁଣି ବାଘ ଆତଙ୍କ: ରାସ୍ତା ପାର ହେଲା କଲରାପତରିଆ, ଭୟରେ ଗ୍ରାମବାସୀ

ନୂଆପଡ଼ା, ୨୮/୯ (ମକାରୁ ବେମାଲ): ନୂଆପଡ଼ା ଜିଲାରେ କିଛି ଦିନର ବ୍ୟବଧାନ ପରେ ପୁଣି ବାଘ ଆତଙ୍କ ଦେଖାଦେଇଛି। ରବିବାର ରାତି ପ୍ରାୟ ସାଢ଼େ ୧୦ଟା ସମୟରେ…

ପ୍ରତିବର୍ଷ ଏକ ବର୍ଗକିଲୋମିଟର ସଙ୍କୁଚିତ ହେଉଛି ମା’ ବରୁଣେଇ ପୀଠ, ପର୍ଯ୍ୟଟକଙ୍କ ପାଇଁ ପାଲଟିଛି ଅପହଞ୍ଚ

କେନ୍ଦ୍ରାପଡା,୨୮ା୯ (ଜଗନ୍ନାଥ ଧଳ): ଜାତୀୟ ଉଦ୍ୟାନ ଭିତରକନିକା ଜୈବ ବିବିଧତା ବିଭବ ମଧ୍ୟରେ ବରୁଣେଇ ଦୀପରେ ମା’ ବରୁଣେଇ ଦୀର୍ଘ ବର୍ଷ ଧରି ପୂଜା ପାଉଥିଲେ ମଧ୍ୟ…

ସ୍କୁଲ ଯିବା ବାଟରେ ସ୍କୁଟି ଆଗକୁ ଆସିଗଲା ଛେଳି, ଦୁର୍ଘଟଣାରେ ଚାଲିଗଲା ଶିକ୍ଷୟିତ୍ରୀଙ୍କ ଜୀବନ

ବାସୁଦେବପୁର,୨୮ା୯(କାଳି ପଦ ରାୟ): ଭଦ୍ରକ ଜିଲା ବାସୁଦେବପୁର ମନ୍ଦାରୀ ବନ୍ଧ ମୁଣ୍ଡ ପୋଲ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ମୃତକ ହେଉଛନ୍ତି ବାସୁଦେବପୁର ପୌରାଞ୍ଚଳ…

ଦେଶୀ ବିହନ ସଂରକ୍ଷଣରେ ବୈଦନାଥଙ୍କ ନିଆରା ପ୍ରୟାସ, ୨୨ କିସମର ଧାନ ସଂଗ୍ରହ କରି…

କର୍ଲାମୁଣ୍ଡା,୨୮ା୯(ପ୍ରଦୀପ କୁମାର ସାହୁ): ଦେଶୀ ବିହନର ସୁରକ୍ଷା ସହ ପ୍ରାକୃତିକ ଚାଷକୁ ପ୍ରୋତ୍ସାହନ, ମାଟି ଓ ଜୈବବିବିଧତାର ସୁରକ୍ଷା ତଥା ବିଷମୁକ୍ତ ଓ ପୁଷ୍ଟିକର ଖାଦ୍ୟ ଉତ୍ପାଦନ…

ରେକର୍ଡ ଭାଙ୍ଗିବା ପରେ ମୁହଁ ଖୋଲିଲେ କୋହଲି, ଗିଲ୍‌ଙ୍କ କ୍ୟାପ୍ଟେନ୍ସିକୁ ନେଇ କହିଲେ ବଡ଼ କଥା

ନୂଆଦିଲ୍ଲୀ,୨୮ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ODIରେ ଦମଦାର ପ୍ରଦର୍ଶନ କରିଛନ୍ତି ଟିମ୍‌ ଇଣ୍ଡିଆର ଷ୍ଟାର ବ୍ୟାଟର ବିରାଟ କୋହଲି । ମାତ୍ର ୮୮ ବଲ୍‌ରୁ ୧୩୯ ରନ୍‌ର…

ଶାହୀ ମସଜିଦକୁ ନେଇ ଉତ୍ତେଜନା, ପୋଲିସ ଉପରକୁ ପଥରମାଡ଼

ଭୋପାଳ,୨୮ା୯: ସିଂହସ୍ଥ-୨୦୨୮ ପ୍ରସ୍ତୁତି ମଧ୍ୟରେ ମଧ୍ୟପ୍ରଦେଶର ଉଜ୍ଜୟିନୀରେ ଶାହୀ ମସଜିଦର କିଛି ଅଂଶ ହଟାଇବାକୁ ନେଇ ବିବାଦ ତୀବ୍ର ହୋଇଛି । ସୋମବାର ପ୍ରଶାସନ ପକ୍ଷରୁ ପ୍ରଭାବିତ…

ମହିଳା ସାମ୍ବାଦିକାଙ୍କ ପ୍ରଶ୍ନରେ ଅଜବ ଇଙ୍ଗିତ କଲେ ମନ୍ତ୍ରୀ, ଭିଡିଓ ଭାଇରାଲ ପରେ ହଇଚଇ

ନ୍ୟୁୟର୍କ,୨୮ା୯: ଜାତିସଂଘ ସାଧାରଣ ସଭା ଅବସରରେ ପାକିସ୍ତାନର ପ୍ରତିରକ୍ଷା ମନ୍ତ୍ରୀ ଖ୍ୱାଜା ଆସିଫଙ୍କ ଏକ ଭିଡିଓକୁ ନେଇ ସୋସିଆଲ ମିଡିଆରେ ଚର୍ଚ୍ଚା ଜୋର ଧରିଛି । ଭିଡିଓରେ…

କଳିଙ୍ଗା ଘାଟିରେ ଭୂସ୍ଖଳନ ପରେ ଆସୁନି ଗାଡ଼ିମୋଟର, ଦରଦାମ୍‌ ଉପରେ ପଡୁଛି ଘୋର ପ୍ରଭାବ

ରାଇକିଆ,୨୮ା୯(ପ୍ରଦୀପ ବେହେରା): କଳିଙ୍ଗା ଘାଟିରେ ଭୂସ୍ଖଳନର ପ୍ରଭାବ କନ୍ଧମାଳ ଜିଲାବାସୀଙ୍କ ଉପରେ ପଡ଼ିବା ଆରମ୍ଭ କରିଛି। ବିଶେଷ କରି ରାଇକିଆ, ଜି. ଉଦୟଗିରି ଅଞ୍ଚଳକୁ ନିୟମିତ ବସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?