ନିର୍ବାଚନ ପାଇଁ ସର୍ବଦଳୀୟ ବୈଠକ

ଢେଙ୍କାନାଳ ଅଫିସ, ୨୫ ।୧ ଢେଙ୍କାନାଳ ଜିଲାରେ ଅବାଧ ଏବଂ ନିରପେକ୍ଷ ନିର୍ବାଚନ ପରିଚାଳନା ଲାଗି ସୋମବାର ସର୍ବଦଳୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲା କାର୍ଯ୍ୟାଳୟରେ କରୋନା ମାର୍ଗଦର୍ଶିକା ଅନୁଯାୟୀ ଆୟୋଜିତ ଏହି ବୈଠକରେ ବିଭିନ୍ନ ରାଜନୈତିକ ଦଳର କର୍ମକର୍ତ୍ତା ଉପସ୍ଥିତ ଥିଲେ। ଜିଲାରେ ବିଭିନ୍ନ ସ୍ଥାନରେ ଲାଗିଥିବା ଏବଂ ଦୃଷ୍ଟିଗୋଚରକୁ ଆସୁ ନ ଥିବା ସରକାରୀ ପୋଷ୍ଟର, ହୋର୍ଡିଂ, ବ୍ୟାନର ହଟାଇବା, ଆଚରଣବିଧି ଉଲ୍ଲଂଘନ ହେଲେ ଦୃଷ୍ଟିକୁ ଆଣିବାକୁ ଜିଲାପାଳ ସରୋଜ କୁମାର ସେଠୀ ପରାମର୍ଶ ଦେଇଛନ୍ତି। ନିର୍ବାଚନ ଆୟୋଗଙ୍କ ନିର୍ଦ୍ଦେଶ ପାଳନ କରି ପ୍ରଚାର କରିବା, ପ୍ରଚାର ବେଳେ କରୋନା ସତର୍କତା ରକ୍ଷା, ଆଦର୍ଶ ଆଚରଣ ବିଧିକୁ ସମ୍ମାନ ଜଣାଇବା ଲାଗି ସାଧାରଣ ପର୍ଯ୍ୟବେକ୍ଷକ ମନୋଜ କୁମାର ମହାନ୍ତି ପରାମର୍ଶ ଦେଇଛନ୍ତି। ବୈଠକରେ ଏସ୍‌ପି ଲୋଗାନୟାଗୀ ଦିବ୍ୟା ଭି., ପିଡି ଡିଆରଡିଏ ସାଫଲ୍ୟ ମଣ୍ଡିତ ପ୍ରଧାନ, ଜିଲା ପଞ୍ଚାୟତ ଅଧିକାରୀ ଚନ୍ଦ୍ରଶେଖର ମହାରଣା, ବିଭିନ୍ନ ରାଜନୈତିକ ଦଳର ପ୍ରତିନିଧି ଉପସ୍ଥିତ ଥିଲେ। ଅତିରିକ୍ତ ଜିଲାପାଳ ଶଶାଙ୍କ ଶେଖର ଦାସ ଧନ୍ୟବାଦ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ମା’ ଦକ୍ଷିଣ କାଳୀଙ୍କ ୧୩ଦିନିଆ ଦଣ୍ଡ ଯାତ୍ରା ଆରମ୍ଭ, ଢହଢହ ଖରାରେ ଭୋକତା ଭୋଗିବେ….

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ସହର କଲେଜ ରୋଡ଼ ସ୍ଥିତ ମା’ ଦକ୍ଷିଣ କାଳୀଙ୍କ ତେର ଦିନିଆ ଦଣ୍ଡଯାତ୍ରା ଗୁରୁବାର ଶୁଭାରମ୍ଭ ହୋଇଛି । ମା’ ଦକ୍ଷିଣ…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

ଚତୁର୍ଥ ଥର ପାଇଁ ସମ୍ବଲପୁର କୋର୍ଟକୁ ବୋମା ଧମକ, ନେଦରଲାଣ୍ଡ ଓ ଜର୍ମାନୀରେ ଆଇପି ଆଡ୍ରେସ ଚିହ୍ନଟ

ସମ୍ବଲପୁର,୨।୪(ପ୍ରମୋଦ ବହିଦାର): ସମ୍ବଲପୁର ସହରର ଗୁରୁତ୍ୱପୂର୍ଣ୍ଣ କୋର୍ଟ ପରିସରକୁ ବୋମା ବିସ୍ଫୋରଣ ଉଡ଼ାଇବାର ଧମକପୂର୍ଣ୍ଣ ଇ-ମେଲ ଜିଲା ପୋଲିସ ପ୍ରଶାସନ ପାଇଁ ମୁଣ୍ଡବିନ୍ଧାର କାରଣ ସାଜିଛି। ଏହା…

ମଦ ବନ୍ଦ ଦାବିରେ ଅବକାରୀ ଥାନା ଘେରିଲେ ମହିଳା

ପାଟଣା,୨ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣାବ୍ଲକ ବଡ଼ ପାଟଣା ପଞ୍ଚାୟତ ଓ ଟାଙ୍ଗରପଡ଼ା ପଞ୍ଚାୟତ ବିଭିନ୍ନ ଗ୍ରାମର ଶତାଧିକ ମହିଳା କେନ୍ଦୁଝର ଏମ୍‌ପି ଅନନ୍ତ ନାୟକଙ୍କ ଅବକାରୀ…

ଏପ୍ରିଲ ୨୦ରେ ଐତିହାସିକ ଚନ୍ଦନ ଯାତ୍ରା, ଠାକୁରଙ୍କ ନୌବିହାର ପାଇଁ ଆସିଲା ଡ଼ଙ୍ଗା

ଗଞ୍ଜାମ,୨ା୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ କରଣ ସାହି ସ୍ଥିତ ଶ୍ରୀଶ୍ରୀ ମଦନ ମୋହନ ଗୋପାଳ ସ୍ୱାମୀଙ୍କ ପୀଠରେ ଚଳିତ ମାସ ରୁ ଆରମ୍ଭ ହେବ…

ମୁହାଁମୁହିଁ ଧକ୍କା ହୋଇ ଓଲଟିପଡିଲା ଅଟୋ, ଦୁଇ ଯାତ୍ରୀ….

ନନ୍ଦପୁର,୨।୪(ତୁଷାର କାନ୍ତ ମହାନ୍ତି): ନନ୍ଦପୁର ହାଣ୍ଡିପୁଟ ସଂଯୋଗୀ ଏମଡିଆର ୫୫ ରାସ୍ତାର ହିକିମପୁଟ-ମାରଡା ଛକ ମଧ୍ୟରେ ଗୁରୁବାର ସକାଳେ ଏପି୩୯ ଟିଏମ ୦୦୬୫ ଓ ଓଡ଼ି ୧୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri