ସର୍ବଦଳୀୟ ବୈଠକ ନିଷ୍ଫଳ, ଧାରଣାରେ ବିରୋଧୀ

ଭୁବନେଶ୍ୱର,୨୬ା୩(ରବିନାରାୟଣ ଜେନା):ଗୋଟିଏପଟେ କଂଗ୍ରେସର ଘଣ୍ଟ, କରତାଳି ମାଡ଼ ଓ ଅନ୍ୟପଟେ ବିଜେଡି ନାରାବାଜିରେ ମଙ୍ଗଳବାର କମ୍ପିଥିଲା ବିଧାନସଭା। ମହିଳା ସୁରକ୍ଷା ପ୍ରସଙ୍ଗକୁ ନେଇ କଂଗ୍ରେସ ସଦସ୍ୟମାନେ ଗୃହରେ କମ୍ପମାନ କରିଥିବାବେଳେ ପ୍ରମୁଖ ବିରୋଧୀ ବିଜେଡି ସଦସ୍ୟଙ୍କ ଏସ୍‌ସି, ଏସ୍‌ଟି ଏବଂ ଓବିସିଙ୍କୁ ଶିକ୍ଷା ଓ ନିଯୁକ୍ତି କ୍ଷେତ୍ରରେ ସଂଖ୍ୟାନୁପାତିକ ସଂରକ୍ଷଣ ଏବଂ ଜାତିଭିତ୍ତିକ ଜନଗଣନା ଦାବିରେ ଗୃହ ଏକପ୍ରକାର ଅଚଳାବସ୍ଥାକୁ ଚାଲିଯାଇଥିଲା। ପରିସ୍ଥିତି ଏପରି ହୋଇଥିଲା ଯେ, ବିରୋଧୀ କିଛି ଶୁଣିବା ଅବସ୍ଥାରେ ନ ଥିଲେ। ବାଚସ୍ପତି ସୁରମା ପାଢ଼ୀ ବାରମ୍ବାର ସଦସ୍ୟଙ୍କୁ ନିଜ ଆସନକୁ ଯିବାକୁ ଅନୁରୋଧ କରିଥିଲେ ହେଁ ସେମାନେ କର୍ଣ୍ଣପାତ କରି ନ ଥିଲେ। ପରେ ବାଚସ୍ପତି ସର୍ବଦଳୀୟ ବୈଠକ ଡାକିଥିଲେ। ହେଲେ ତାହା ନିଷ୍ଫଳ ହୋଇଥିଲା। ବାରମ୍ବାର ହଟ୍ଟଗୋଳ ଲାଗି ରହିବାରୁ ବାଚସ୍ପତି ୪ଟି ପର୍ଯ୍ୟାୟରେ ଗୃହକୁ ୪ଟା ପର୍ଯ୍ୟନ୍ତ ମୁଲତବୀ କରିଦେଲେ। ଫଳରେ ପ୍ରଶ୍ନକାଳ ଓ ଶୂନ୍ୟକାଳ ଧୋଇଯାଇଥିଲା।
ଗୃହକାର୍ଯ୍ୟ ଆରମ୍ଭ ହେବା ମାତ୍ରେ ବିରୋଧୀ ବିଜେଡି ଓ କଂଗ୍ରେସ ସଦସ୍ୟମାନେ ଗୃହର ମଧ୍ୟଭାଗକୁ ଆସି ହଟ୍ଟଗୋଳ ଓ ନାରାବାଜି କରିଥିଲେ। କଂଗ୍ରେସର ବରିଷ୍ଠ ସଦସ୍ୟ ତାରାପ୍ରସାଦ ବାହିନୀପତି ଘଣ୍ଟ ମାଡ଼କରି ଗୃହକୁ ହୁଲସ୍ଥୂଲ କରିଦେଇଥିଲେ। ଏଥିସହ କଂଗ୍ରେସର ଅନ୍ୟ ସଦସ୍ୟମାନେ କରତାଳି ଓ ସରକାର ବିରୋଧୀ ସ୍ଲୋଗାନ ଦେଇଥିଲେ। ସେହିପରି ବିଜେଡି ସଂରକ୍ଷଣ ପ୍ରସଙ୍ଗରେ ପ୍ଲାକାର୍ଡ ଧରି ପ୍ରବଳ ସ୍ଲେଗାନ ଦେଇଥିଲା। ଫଳରେ ଗୋଟିଏ ମିନିଟ୍‌ ମଧ୍ୟ ଗୃହ ସୁରୁଖୁରୁରେ ଚାଲିବା ସମ୍ଭବପର ହୋଇପାରି ନ ଥିଲା।
ଗୃହ ବାହାରେ କଂଗ୍ରେସ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡ଼ାମ କହିଥିଲେ, ମା’ମାନଙ୍କ ସୁରକ୍ଷା ପାଇଁ କଂଗ୍ରେସ ଗୃହ କମିଟି ଦାବିକରି ଆସୁଛି। ସରକାର ନିଦାବିଷ୍ଣୁ ସାଜିଛନ୍ତି। ସେଥିପାଇଁ ଆମେ ବିଧାନସଭା ଗୃହ ତଥା ପବିତ୍ର ମନ୍ଦିରରେ ଘଣ୍ଟମାଡ଼ କରୁଛୁ। ଭାବୁଛୁ ସରକାର ଟିକେ ଚେତିବେ, ହେଲେ ତାଙ୍କର ନାରୀଙ୍କ ପ୍ରତି ଟିକିଏ ବି ସମ୍ମାନ ନାହିଁ। ଯେପର୍ଯ୍ୟନ୍ତ ସେମାନେ ଗୃହ କମିଟି ଗଠନ ପାଇଁ ରୁଲିଂ ଦେଇନାହାନ୍ତି ସେପର୍ଯ୍ୟନ୍ତ କଂଗ୍ରେସ ପ୍ରତିବାଦ କରିବ ବୋଲି କାଡ଼ାମ କହିଥିଲେ।
ସଦସ୍ୟ ଅରୁଣ କୁମାର ସାହୁ କହିଛନ୍ତି, ଭାଜପା ପାଖରେ କୌଣସି ପ୍ରଶ୍ନର ଉତ୍ତର ନାହିଁ। ଯେତେବେଳେ ବିରୋଧୀ ଦଳ ଲୋକଙ୍କ ସ୍ବରକୁ ଶାଣିତ କରୁଛି, ସେତେବେଳେ ସେମାନେ କହୁଛନ୍ତି ବିରୋଧୀ ଗୃହ ଚଳାଇ ଦେଉନାହାନ୍ତି। ହେଲେ ଗୃହ ଚଳାଇବା ଦାୟିତ୍ୱ ସରକାରଙ୍କର। ସରକାର କିଛି ନ ଶୁଣିବାରୁ ଆମେ ଆନ୍ଦୋଳନ କରି ଗେଟ୍‌ ଆଗରେ ବସିଲୁ। ସରକାର ନ ଶୁଣିଲେ ବିରୋଧୀ କାହିଁକି ଗୃହକୁ ଯିବେ? ଯେବେ ଜମ୍ମୁ- କଶ୍ମୀର ଏସ୍‌ଟିଏସ୍‌ସି/ଓବିସି ସଂରକ୍ଷଣକୁ ମୁଖ୍ୟମନ୍ତ୍ରୀ ସ୍ବାଗତ କଲେ, ଓଡ଼ିଶାରେ କିଛି ନ କରି ଶିଶୁ ସରକାର ହୋଇ ରହିବ କି ବୋଲି ସାହୁ ପ୍ରଶ୍ନ କରିଥିଲେ।
ଓ ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣଚନ୍ଦ୍ର ମହାପାତ୍ର କହିଛନ୍ତି, ବିରୋଧୀ ସଦସ୍ୟମାନେ ଗୃହ ଭିତରେ ଦୁଃଶାସନ ଓ ଦୁର୍ଯ୍ୟୋଧନ ଭଳି ହେଉଛନ୍ତି। ବାଚସ୍ପତିଙ୍କୁ ଗୃହ ଚଳାଇବାକୁ ଦେଉନାହାନ୍ତି। ଏହାଦ୍ୱାରା ଅନ୍ୟ ସଦସ୍ୟମାନେ ସେମାନଙ୍କ ଅଞ୍ଚଳର ସମସ୍ୟା ଉତ୍‌ଥାପନ କରିପାରୁନାହାନ୍ତି। ବିରୋଧୀମାନେ ବିରୋଧ କରିବାକୁ ମନା ନାହିଁ, ହେଲେ ସେମାନଙ୍କ ଆଚରଣ ଓ ଉଚ୍ଚାରଣ ସୀମା ଟପିଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

AI ଦୌଡ଼ରେ ଗୁଗଲର ବଡ଼ ପଦକ୍ଷେପ: ୪.୭୫ ବିଲିୟନ ଡଲାରରେ କିଣିଲା ଏହି କମ୍ପାନୀ

ନୂଆଦିଲ୍ଲୀ,୨୨ା୧୨: କୃତ୍ରିମ ବୁଦ୍ଧିମତା ବା ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) କ୍ଷେତ୍ରରେ ନିଜର ଦବଦବା ବଜାୟ ରଖିବା ପାଇଁ ଗୁଗଲର ପ୍ୟାରେଣ୍ଟ କମ୍ପାନୀ ‘ଆଲଫାବେଟ୍’ ଏକ ବଡ଼...

ପ୍ରତି ଘଣ୍ଟାରେ କେଉଁ ଦେଶରେ ହେଉଛି ସବୁଠାରୁ ଅଧିକ ମୃତ୍ୟୁ ? ଜାଣନ୍ତୁ ଭାରତର ସ୍ଥାନ

ନୂଆଦିଲ୍ଲୀ,୨୨ା୧୨: ବିଶ୍ୱର ଜନସଂଖ୍ୟା ଆଜି ୮୦୦ କୋଟି ଅତିକ୍ରମ କରିଥିବା ବେଳେ ଭାରତ ୧୪୬ କୋଟିରୁ ଅଧିକ ଜନସଂଖ୍ୟା ସହ ପ୍ରଥମ ସ୍ଥାନରେ ରହିଛି। ତେବେ...

ଭାରତୀୟ ଖେଳାଳିଙ୍କ ‘ଅନୈତିକ ଆଚରଣ’: ପାକିସ୍ତାନ କୋଚ୍ ସରଫରାଜଙ୍କ ବଡ଼ ଅଭିଯୋଗ

ମୁମ୍ବାଇ,୨୨ା୧୨: ୧୯ ବର୍ଷରୁ କମ୍ ଏସିଆ କପ୍ ଫାଇନାଲରେ ଭାରତକୁ ୧୯୧ ରନର ବିଶାଳ ବ୍ୟବଧାନରେ ହରାଇ ପାକିସ୍ତାନ ଚାମ୍ପିଅନ୍ ହୋଇଛି। ତେବେ ଏହି ଐତିହାସିକ...

ବିଭିନ୍ନ ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଅଙ୍ଗନଓ୍ବାଡି କର୍ମୀ: ଦେଲେ ଚେତାବନୀ, ସମାଧାନ ନ ହେଲେ…

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ): ସୋମବାର ପଶ୍ଚିମ ଓଡ଼ିଶା ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକା ସଂଘ ନେତୃତ୍ୱରେ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।...

ସ୍ପୋର୍ଟ୍ସ କ୍ୟାପିଟାଲରୁ ଟ୍ରେନ୍ ଟଏଲଟ୍: ଓଡ଼ିଶା ଖେଳାଳିଙ୍କ କଦର୍ଯ୍ୟ ଯାତ୍ରାକୁ ନେଇ ସାରା ଦେଶରେ ହଇଚଇ

ଭୁବନେଶ୍ୱର,୨୨।୧୨: ଓଡ଼ିଶାର କ୍ରୀଡ଼ା ଭବିଷ୍ୟତ କୁହାଯାଉଥିବା ଯୁବ କୁସ୍ତି ପ୍ରତିଭାମାନଙ୍କ ଅପମାନଜନକ ଯାତ୍ରାର ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଉତ୍ତରପ୍ରଦେଶର...

ସୃଷ୍ଟି ହେଲା ୨୪ ନୂଆ NAC , ୫ ମ୍ୟୁନିସିପାଲିଟି: ଯୋଡି ହେବ ଏସବୁ ଅଞ୍ଚଳ

ଭୁବନେଶ୍ୱର,୨୨।୧୨: ୨୪ ନୂଆ NAC ଓ ୫ ମ୍ୟୁନିସିପାଲିଟି ନେଇ ସୋମବାର ସରକାରୀ ବିଜ୍ଞପ୍ତି ପ୍ରକାଶ ପାଇଛି। ୧୪ ଜିଲାରେ ୨୪ ନୂଆ NAC ନେଇ...

ମୋହନ ସରକାରଙ୍କ ଅମଳରେ ପଛେଇଗଲା ଓଡ଼ିଶା, ବେକାରୀ ବୃଦ୍ଧି: ବିଜେଡିର ସାଂଘାତିକ ଅଭିଯୋଗ

ଭୁବନେଶ୍ୱର,୨୨।୧୨: ଓଡ଼ିଶାରେ ଶାସନ କରୁଥିବା ଭାଜପା ସରକାରଙ୍କୁ ଅର୍ଥନୈତିକ ବିଫଳତା ପ୍ରସଙ୍ଗରେ ଘେରିଛି ବିରୋଧୀ ବିଜୁ ଜନତା ଦଳ (ବିଜେଡି)। ରାଜ୍ୟର ଅଭିବୃଦ୍ଧି ହାର କମିବା...

ଗାଁକୁ ଫେରୁଥିବାବେଳେ ଟ୍ରେନରୁ ଖସି ଦାଦନ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର, ୨୨।୧୨(ଉମା ଚରଣ ନେପାକ): ପାତ୍ରପୁର ବ୍ଳକ ବାଦପୁର ପଞ୍ଚାୟତ ତିନିଘରିଆ ଗ୍ରାମର ନରସିଂହ ନାଇକ (୨୮) ନେଲୁରୁ ସ୍ଥିତ ଦିଶା ନାମକ ଏକ କମ୍ପାନୀରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri