କୋରାପୁଟରେ ସର୍ବଦଳୀୟ ବୈଠକ

କୋରାପୁଟ,୧୧।୧୧(ସ୍ବ.ପ୍ର.): କୋଟିଆ ଗ୍ରାମପୁଞ୍ଜକୁ ନେଇ ଓଡ଼ିଶା ଓ ଆନ୍ଧ୍ର ପ୍ରଦେଶ ମଧ୍ୟରେ ଲାଗି ରହିଥିବା ବିବାଦର ସମାଧାନ ନେଇ ମଙ୍ଗଳବାର ଭୁବନେଶ୍ୱରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ ଆନ୍ଧ୍ର ମୁଖ୍ୟମନ୍ତ୍ରୀ ଜଗନ୍‌ମୋହନ ରେଡ୍ଡୀଙ୍କ ମଧ୍ୟରେ ଆଲୋଚନା ହୋଇଥିଲା। ଆଲୋଚନା ବେଳେ କୋଟିଆ ପ୍ରସଙ୍ଗ ଉଠିଥିଲା ା ଏ ଦିଗରେ ଆନ୍ଧ୍ର ଓ ଓଡ଼ିଶା ସରକାରଙ୍କ ଅଫିସରମାନେ ମିଳିତ ଭାବେ କାର୍ଯ୍ୟ କରିବାକୁ ନିଷ୍ପତ୍ତି ହୋଇଥିଲା। ଆନ୍ଧ୍ର ଏବଂ ଓଡ଼ିଶା ଜନସାଧାରଣଙ୍କ ସ୍ବାର୍ଥକୁ ଦୃଷ୍ଟିରେ ରଖି ଉଭୟ ରାଜ୍ୟର ମୁଖ୍ୟ ଶାସନ ସଚିବ ଏକ ଉଚ୍ଚସ୍ତରୀୟ କମିଟି ଗଠନ କରିବା ସହ ସର୍ବଦଳୀୟ ବୈଠକରେ ଏହି ପ୍ରସଙ୍ଗ ଆଲୋଚନାକରି ନିଷ୍ପତ୍ତି ନେବାକୁ ଧାର୍ଯ୍ୟ ହୋଇଥିଲା।
ସେହି ଅନୁସାରେ ବୁଧବାର ସନ୍ଧ୍ୟାରେ କୋରାପୁଟ ସ୍ବତନ୍ତ୍ର ସର୍କିଟ ହାଉସଠାରେ ଏକ ସର୍ବଦଳୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। କୋରାପୁଟ ବିଜେଡି ଜିଲା ସଭାପତି ଈଶ୍ୱର ଚନ୍ଦ୍ର ପାଣିଗ୍ରାହୀ ଏଥିରେ ଅଧ୍ୟକ୍ଷତା କରିଥିଲେ। ଜୟପୁର ବିଧାୟକ ତଥା କଂଗ୍ରେସର ତାରାପ୍ରସାଦ ବାହିନୀପତି, ଭାଜପାର ପୂର୍ବତନ ଏମ୍‌ପି ଜୟରାମ ପାଙ୍ଗୀ, କୋରାପୁଟ ବିଧାୟକ ତଥା ଜିଲା ଯୋଜନା ବୋର୍ଡ ଅଧ୍ୟକ୍ଷ ରଘୁରାମ ପଡାଲ, ପଟ୍ଟାଙ୍ଗୀ ବିଧାୟକ ପ୍ରୀତମ ପାଢ଼ୀ, ପଟ୍ଟାଙ୍ଗୀର ପୂର୍ବତନ ବିଧାୟକ ପ୍ରଫୁଲ୍ଲ କୁମାର ପାଙ୍ଗୀ, କୋରାପୁଟ କୋଟିଆ ସଙ୍ଗଠନର ସଦସ୍ୟ ତଥା ଓକିଲ ସଂଘ ସଭାପତି ଅଜିତ ପାତ୍ର, ଜିଲା ପରିଷଦ ସଦସ୍ୟା ପାର୍ବତୀ ମସ୍ତି, ବିକାଶ ପରିଷଦ ସଦସ୍ୟ ବିଦ୍ୟାଧର ଚୌଧୁରୀଙ୍କ ସମେତ ବିଭିନ୍ନ ଦଳର ନେତା, ବୁଦ୍ଧିଜୀବୀ ଓ ଗଣମାଧ୍ୟମ ପ୍ରତିନିଧିଙ୍କ ଉପସ୍ଥିତିରେ କୋଟିଆ ପ୍ରସଙ୍ଗ ଉପରେ ଆଲୋଚନା ହୋଇଥିଲା।ବୈଠକରେ ମଙ୍ଗଳବାର ଦୁଇ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ମଧ୍ୟରେ କୋଟିଆ ଉପରେ ହୋଇଥିବା ଆଲୋଚନାକୁ ସ୍ବାଗତ କରାଯାଇଥିଲା। ଉଭୟ ରାଜ୍ୟର ମୁଖ୍ୟମନ୍ତ୍ରୀ ଆଲୋଚନା କରୁଥିବାବେଳେ କୋଟିଆର ଧୂଳିପଦର ଗ୍ରାମରେ ଆନ୍ଧ୍ରର ଅନୁପ୍ରବେଶକୁ ବୈଠକରେ ଦୃଢ଼ ନିନ୍ଦା କରାଯାଇଥିଲା। କୋଟିଆରେ ଆନ୍ଧ୍ରର ଅନୁପ୍ରବେଶକୁ ସମ୍ପୂର୍ଣ୍ଣ ଭାବେ ବନ୍ଦ କରିବା, ଉଭୟ ରାଜ୍ୟର ମୁଖ୍ୟ ଶାସନ ସଚିବଙ୍କ ନେତୃତ୍ୱରେ ଗଠିତ ହେବାକୁ ଥିବା ଉଚ୍ଚସ୍ତରୀୟ କମିଟିରେ କିଏ ସଦସ୍ୟ ରହିବେ, କେତେ ଦିନ ମଧ୍ୟରେ ଏହାର କାର୍ଯ୍ୟ ଶେଷ ହେବ ସେନେଇ ରୂପରେଖ ସ୍ପଷ୍ଟ ହେଉ ବୋଲି ମତ ପ୍ରକାଶ ପାଇଥିଲା। ଏଥିସହ ଉଚ୍ଚସ୍ତରୀୟ କମିଟି ଆଲୋଚନା ପୂର୍ବରୁ ଜିଲା ସର୍ବଦଳୀୟ କମିଟିର ସଦସ୍ୟଙ୍କ ସହ ଆଲୋଚନା କରିବା, ଏହା ଆନ୍ତଃରାଜ୍ୟ ସୀମା ବିବାଦ ହୋଇଥିବାରୁ ପୂର୍ବତନ ଏମ୍‌ପି ଜୟରାମ ପାଙ୍ଗୀଙ୍କ ନେତୃତ୍ୱରେ ସର୍ବଦଳୀୟ କମିଟିର ସଦସ୍ୟମାନେ ଉଭୟ ରାଜ୍ୟର ମୁଖ୍ୟ ଶାସନ ସଚିବକୁ ସାକ୍ଷାତକରି କୋଟିଆ ଉପରେ ଆଲୋଚନା କରିବା, କେନ୍ଦ୍ର ସରକାର କୋଟିଆ ପ୍ରସଙ୍ଗ ଉପରେ ପଦକ୍ଷେପ ନେବା, କୋଟିଆ ଅଞ୍ଚଳରେ ଥିବା ଆନ୍ଧ୍ରର ଦଲାଲଙ୍କ ଉପରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ବୈଠକରେ ନିଷ୍ପତ୍ତି ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ଟୋକୀମରା ପର୍ବ ପାଇଁ ହାଟରେ ଜନସମୁଦ୍ର: ବିପଦପୂର୍ଣ୍ଣ ସ୍ଥାନରେ ଚାଲିଛି କିଣାବିକା, ପ୍ରଶାସନିକ ଅବହେଳାକୁ…

ଥୁଆମୂଳ ରାମପୁର,୨୪।୧୨(ଦୁର୍ଗା କୀର୍ତ୍ତି): ସ୍ଥାନୀୟ ଅଞ୍ଚଳର ଆଦିବାସୀମାନଙ୍କ ପାରମ୍ପରିକ ମୁଖ୍ୟ ପର୍ବ “ଟୋକୀମରା”ପାଇଁ ଆଜି କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ସ୍ଥିତ ବିଦେଶୀ...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri