କୋରାପୁଟରେ ସର୍ବଦଳୀୟ ବୈଠକ

କୋରାପୁଟ,୧୧।୧୧(ସ୍ବ.ପ୍ର.): କୋଟିଆ ଗ୍ରାମପୁଞ୍ଜକୁ ନେଇ ଓଡ଼ିଶା ଓ ଆନ୍ଧ୍ର ପ୍ରଦେଶ ମଧ୍ୟରେ ଲାଗି ରହିଥିବା ବିବାଦର ସମାଧାନ ନେଇ ମଙ୍ଗଳବାର ଭୁବନେଶ୍ୱରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ ଆନ୍ଧ୍ର ମୁଖ୍ୟମନ୍ତ୍ରୀ ଜଗନ୍‌ମୋହନ ରେଡ୍ଡୀଙ୍କ ମଧ୍ୟରେ ଆଲୋଚନା ହୋଇଥିଲା। ଆଲୋଚନା ବେଳେ କୋଟିଆ ପ୍ରସଙ୍ଗ ଉଠିଥିଲା ା ଏ ଦିଗରେ ଆନ୍ଧ୍ର ଓ ଓଡ଼ିଶା ସରକାରଙ୍କ ଅଫିସରମାନେ ମିଳିତ ଭାବେ କାର୍ଯ୍ୟ କରିବାକୁ ନିଷ୍ପତ୍ତି ହୋଇଥିଲା। ଆନ୍ଧ୍ର ଏବଂ ଓଡ଼ିଶା ଜନସାଧାରଣଙ୍କ ସ୍ବାର୍ଥକୁ ଦୃଷ୍ଟିରେ ରଖି ଉଭୟ ରାଜ୍ୟର ମୁଖ୍ୟ ଶାସନ ସଚିବ ଏକ ଉଚ୍ଚସ୍ତରୀୟ କମିଟି ଗଠନ କରିବା ସହ ସର୍ବଦଳୀୟ ବୈଠକରେ ଏହି ପ୍ରସଙ୍ଗ ଆଲୋଚନାକରି ନିଷ୍ପତ୍ତି ନେବାକୁ ଧାର୍ଯ୍ୟ ହୋଇଥିଲା।
ସେହି ଅନୁସାରେ ବୁଧବାର ସନ୍ଧ୍ୟାରେ କୋରାପୁଟ ସ୍ବତନ୍ତ୍ର ସର୍କିଟ ହାଉସଠାରେ ଏକ ସର୍ବଦଳୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। କୋରାପୁଟ ବିଜେଡି ଜିଲା ସଭାପତି ଈଶ୍ୱର ଚନ୍ଦ୍ର ପାଣିଗ୍ରାହୀ ଏଥିରେ ଅଧ୍ୟକ୍ଷତା କରିଥିଲେ। ଜୟପୁର ବିଧାୟକ ତଥା କଂଗ୍ରେସର ତାରାପ୍ରସାଦ ବାହିନୀପତି, ଭାଜପାର ପୂର୍ବତନ ଏମ୍‌ପି ଜୟରାମ ପାଙ୍ଗୀ, କୋରାପୁଟ ବିଧାୟକ ତଥା ଜିଲା ଯୋଜନା ବୋର୍ଡ ଅଧ୍ୟକ୍ଷ ରଘୁରାମ ପଡାଲ, ପଟ୍ଟାଙ୍ଗୀ ବିଧାୟକ ପ୍ରୀତମ ପାଢ଼ୀ, ପଟ୍ଟାଙ୍ଗୀର ପୂର୍ବତନ ବିଧାୟକ ପ୍ରଫୁଲ୍ଲ କୁମାର ପାଙ୍ଗୀ, କୋରାପୁଟ କୋଟିଆ ସଙ୍ଗଠନର ସଦସ୍ୟ ତଥା ଓକିଲ ସଂଘ ସଭାପତି ଅଜିତ ପାତ୍ର, ଜିଲା ପରିଷଦ ସଦସ୍ୟା ପାର୍ବତୀ ମସ୍ତି, ବିକାଶ ପରିଷଦ ସଦସ୍ୟ ବିଦ୍ୟାଧର ଚୌଧୁରୀଙ୍କ ସମେତ ବିଭିନ୍ନ ଦଳର ନେତା, ବୁଦ୍ଧିଜୀବୀ ଓ ଗଣମାଧ୍ୟମ ପ୍ରତିନିଧିଙ୍କ ଉପସ୍ଥିତିରେ କୋଟିଆ ପ୍ରସଙ୍ଗ ଉପରେ ଆଲୋଚନା ହୋଇଥିଲା।ବୈଠକରେ ମଙ୍ଗଳବାର ଦୁଇ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ମଧ୍ୟରେ କୋଟିଆ ଉପରେ ହୋଇଥିବା ଆଲୋଚନାକୁ ସ୍ବାଗତ କରାଯାଇଥିଲା। ଉଭୟ ରାଜ୍ୟର ମୁଖ୍ୟମନ୍ତ୍ରୀ ଆଲୋଚନା କରୁଥିବାବେଳେ କୋଟିଆର ଧୂଳିପଦର ଗ୍ରାମରେ ଆନ୍ଧ୍ରର ଅନୁପ୍ରବେଶକୁ ବୈଠକରେ ଦୃଢ଼ ନିନ୍ଦା କରାଯାଇଥିଲା। କୋଟିଆରେ ଆନ୍ଧ୍ରର ଅନୁପ୍ରବେଶକୁ ସମ୍ପୂର୍ଣ୍ଣ ଭାବେ ବନ୍ଦ କରିବା, ଉଭୟ ରାଜ୍ୟର ମୁଖ୍ୟ ଶାସନ ସଚିବଙ୍କ ନେତୃତ୍ୱରେ ଗଠିତ ହେବାକୁ ଥିବା ଉଚ୍ଚସ୍ତରୀୟ କମିଟିରେ କିଏ ସଦସ୍ୟ ରହିବେ, କେତେ ଦିନ ମଧ୍ୟରେ ଏହାର କାର୍ଯ୍ୟ ଶେଷ ହେବ ସେନେଇ ରୂପରେଖ ସ୍ପଷ୍ଟ ହେଉ ବୋଲି ମତ ପ୍ରକାଶ ପାଇଥିଲା। ଏଥିସହ ଉଚ୍ଚସ୍ତରୀୟ କମିଟି ଆଲୋଚନା ପୂର୍ବରୁ ଜିଲା ସର୍ବଦଳୀୟ କମିଟିର ସଦସ୍ୟଙ୍କ ସହ ଆଲୋଚନା କରିବା, ଏହା ଆନ୍ତଃରାଜ୍ୟ ସୀମା ବିବାଦ ହୋଇଥିବାରୁ ପୂର୍ବତନ ଏମ୍‌ପି ଜୟରାମ ପାଙ୍ଗୀଙ୍କ ନେତୃତ୍ୱରେ ସର୍ବଦଳୀୟ କମିଟିର ସଦସ୍ୟମାନେ ଉଭୟ ରାଜ୍ୟର ମୁଖ୍ୟ ଶାସନ ସଚିବକୁ ସାକ୍ଷାତକରି କୋଟିଆ ଉପରେ ଆଲୋଚନା କରିବା, କେନ୍ଦ୍ର ସରକାର କୋଟିଆ ପ୍ରସଙ୍ଗ ଉପରେ ପଦକ୍ଷେପ ନେବା, କୋଟିଆ ଅଞ୍ଚଳରେ ଥିବା ଆନ୍ଧ୍ରର ଦଲାଲଙ୍କ ଉପରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ବୈଠକରେ ନିଷ୍ପତ୍ତି ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମହାନଦୀ ବ୍ରିଜରୁ ଡେଇଁପଡିଲେ ଯୁବକ, କାହିଁକି ଜାଣନ୍ତୁ…

ସମ୍ବଲପୁର,୧୪।୭: ସମ୍ବଲପୁର ମହାନଦୀ ଚାଉଁରପୁର ବ୍ରିଜ୍‌ରୁ ଜଣେ ଯୁବକ ନଦୀକୁ ଡେଇଁପଡିଥିଲେ। ହେଲେ ଡେଇଁ ପଡିଥିବା ଯୁବକଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି। ପରେ ତାଙ୍କୁ ମେଡିକାଲରେ…

କ୍ରୀଡ଼ାରେ ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟର ସଫଳତା: ବିଭିନ୍ନ ବର୍ଗରେ ମିଳିଲା ପଦକ

ଭଞ୍ଜନଗର,୧୪।୭(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ଛାତ୍ରୀଛାତ୍ରମାନେ ଭୁବନେଶ୍ୱରରେ ଅନୁଷ୍ଟିତ ରିଜିଓନାଲ ଡାଇରେକ୍ଟରସ୍ତରୀୟ ଖେଳକୁଦ ପ୍ରତିଯୋଗିତା ୨୦୨୬-୨୦୨୭ରେ ସଫଳତା ହାସଲ କରିଛନ୍ତି। ଆୟୁଷ୍ମାନ ନାୟକ ଅଣ୍ଡର…

ତାଇୱାନରେ ଚମକିଲା ନୂଆଖାଇ ବାଲୁକା କଳା: ଓମପ୍ରକାଶ କଲେ ବଡ଼ କାରନାମା

କର୍ଲାମୁଣ୍ଡା:୧୪/୭(ପ୍ରଦୀପ କୁମାର ସାହୁ):ଚଳିତ ମାସ ୪ ତାରିଖ ରୁ ୧୦ ରିଖ ପର୍ଯନ୍ତ ତାଇୱାନ ରେ ଅନୁଷ୍ଠିତ ଟଙ୍ଗସାଇଓ ଆନ୍ତର୍ଜାତୀୟ ବାଲୁକା କଳା ପ୍ରଦର୍ଶନୀରେ ଭାରତରୁ ପ୍ରତିନିଧିତ୍ୱ…

ପ୍ରଶାସନର କଡ଼ା କାର୍ଯ୍ୟାନୁଷ୍ଠାନ: ବିଭିନ୍ନ ଦେକାନରେ ଅଚାନକ ଚଢାଉ, ଆଦାୟ ହେଲା ଏତିକି ଟଙ୍କା ଜରିମାନା

ଜମନକିରା, ୧୪।୭: (ରବୀନ୍ଦ୍ର ପ୍ରସାଦ ଦାନୀ): ସମ୍ବଲପୁର ଜିଲାରେ ତମାଖୁ ନିୟନ୍ତ୍ରଣ ଏବଂ ସର୍ବସାଧାରଣ ସ୍ଥାନରେ ଧୂମ୍ରପାନ ରୋକିବା ପାଇଁ ପ୍ରଶାସନ ପକ୍ଷରୁ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ…

କେନ୍ଦୁପତ୍ର ଶ୍ରମିକଙ୍କୁ ବୋନସ ଘୋଷଣା: ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଲା କେନ୍ଦୁପତ୍ର କର୍ମଚାରୀ ସଂଘ

ବରଗଡ,୧୪।୭(ପ୍ରେମାନନ୍ଦ ଖମାରୀ): ଓଡ଼ିଶା ସରକାରଙ୍କ କ୍ୟାବିନେଟ ମିଟିଂରେ ରାଜ୍ୟରେ କାର୍ଯ୍ୟରତ ୧୨ ଲକ୍ଷ କେନ୍ଦୁପତ୍ର ଶ୍ରମିକମାନଙ୍କ ପାଇଁ କେନ୍ଦୁପତ୍ର ଦର ବୃଦ୍ଧି ଓ ବୋନସ ପ୍ରଦାନ ପାଇଁ…

ବରଯାତ୍ରୀ ପ୍ରସେଶନ୍‌ରେ ସଂଘର୍ଷ: ଚାଲିଗଲା ଯୁବକଙ୍କ ଜୀବନ

ବଞ୍ଚୋ/ଆନନ୍ଦପୁର,୧୪।୭(ପ୍ରଦୋଷ ବିଶ୍ୱାଳ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅନ୍ତର୍ଗତ ବରୁଆଁ ଗ୍ରାମରେ ବରଯାତ୍ରୀ ସମୟରେ ଡିଜେ ବାଜା ଏବଂ ନାଚକୁ କେନ୍ଦ୍ର କରି ୨…

ସ୍କୁଲ ଗେଟ୍‌ରେ ତାଲା ପକାଇ ଧାରଣାରେ ବସିଲେ ଛାତ୍ରୀଛାତ୍ର, ଜାଣନ୍ତୁ କାହିଁକି…

ଗଞ୍ଜାମ,୧୪।୭ (ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ସାନ ରାମଚନ୍ଦ୍ରପୁର ପଞ୍ଚାୟତ ମଧୁରଚୁଆ ସ୍କୁଲରେ ତାଲା ପକାଇଲେ ଛାତ୍ରୀଛାତ୍ର ଓ ଅଭିଭାବକ। ଦୀର୍ଘ ଦିନ ଧରି ଏହି…

ବଡ଼ଗୁଡା ନିକଟରେ ମୁହାଁମୁହିଁ ଧକ୍କା ହେଲେ ଦୁଇ ବାଇକ, ମୃତ୍ୟୁ ସଂଖ୍ୟା….

ଗୁଣପୁର,୧୪।୭(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ଏବଂ ଗଜପତି ଜିଲe କାଶୀନଗର ରାସ୍ତାର ବଡଗୁଡ଼ା ନିକଟରେ ମଙ୍ଗଳବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଏଥିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri