Posted inଜାତୀୟ

ମୋଦିଙ୍କ ଅଧ୍ୟକ୍ଷତାରେ ସର୍ବଦଳୀୟ ବୈଠକ ଡକାଯାଉ: କଂଗ୍ରେର ବଡ଼ ଦାବି

ନୂଆଦିଲ୍ଲୀ, ୧୦ା୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଏକ ସର୍ବଦଳୀୟ ବୈଠକ ଡାକିବାକୁ ଶନିବାର କଂଗ୍ରେସ ପ୍ରସ୍ତାବ ଦେଇଛି। ୧୯୭୧ ଯୁଦ୍ଧ ବେଳେ ତତ୍କାଳୀନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀଙ୍କ ନେତୃତ୍ୱକୁ ମନେ ପକାଇ ସରକାର ସବୁ ଦଳଙ୍କୁ ବିଶ୍ୱାସକୁ ନେବା ଆବଶ୍ୟକ ବୋଲି କଂଗ୍ରେସ ନେତାମାନେ କହିଛନ୍ତି।

ଏଥିସହିତ ପାର୍ଲାମେଣ୍ଟର ସ୍ବତନ୍ତ୍ର ଅଧିବେଶନ ଡକାଯାଇ ଗତ ୧୮ ଦିନ ମଧ୍ୟରେ ଘଟିଥିବା ଘଟଣା ସମ୍ପର୍କରେ ଆଲୋଚନା କରାଯିବାକୁ ବିରୋଧୀ ଦଳ ଦାବି କରିଛି। ଭାରତ ଓ ପାକିସ୍ତାନ ଅସ୍ତ୍ରବିରତି ପାଇଁ ରାଜି ହୋଇଥିବା ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଶନିବାର ଅପରାହ୍ନରେ କହିବାର କିଛି ସମୟ ପରେ ବହିର୍ବ୍ୟାପାର ସଚିବ ବିକ୍ରମ ମିସ୍ରି ଏହା ଘୋଷଣା କରିଥିଲେ। ଉଭୟ ଦେଶର ସାମରିକ ଅଭିଯାନ ମହାନିର୍ଦ୍ଦେଶକ ଜଳ, ସ୍ଥଳ ଓ ଆକାଶରେ ସମସ୍ତ ଗୁଳି ବିନିମୟ ଓ ସାମରିକ କାର୍ଯ୍ୟାନୁଷ୍ଠାନ ଅପରାହ୍ନ ୫ଟାରୁ ବନ୍ଦ ରଖିବାକୁ ରାଜି ହୋଇଥିବା ମିସ୍ରି କହିଥିଲେ।

ହେଲେ ଏହାର ୩ ଘଣ୍ଟା ପରେ ପାକିସ୍ତାନୀ ସେନା ଜମ୍ମୁ-କଶ୍ମୀର, ପଞ୍ଜାବ, ରାଜସ୍ଥାନ ଓ ଗୁଜରାଟ ଭଳି ସୀମାନ୍ତ ରାଜ୍ୟଗୁଡ଼ିକୁ ପୁନର୍ବାର ଟାର୍ଗେଟ କରିଛି। ପାକ୍‌ ରେଞ୍ଜର୍ସ ଅସ୍ତ୍ରବିରତି ଉଲ୍ଲଂଘନ କରି ନିୟନ୍ତ୍ରଣ ରେଖା ଓ ଅନ୍ତର୍ଜାତୀୟ ରେଖାରେ ତୁହାକୁତୁହା ଗୁଳିଗୋଳା ବର୍ଷଣ କରୁଛନ୍ତି। ସେହିପରି ଉତ୍ତର ଓ ପଶ୍ଚିମ ଭାରତର ଅନେକ ସହର ଆକାଶରେ ପାକିସ୍ତାନୀ ଡ୍ରୋନ୍‌ ଚକ୍କର ମାରୁଥିବା ଦେଖିବାକୁ ମିଳିଛି। ଏହାକୁ ଦୃଷ୍ଟିରେ ରଖି ସମ୍ପୃକ୍ତ ସହରଗୁଡ଼ିକରେ ବ୍ଲାକ୍‌ଆଉଟ୍‌୍‌ ଘୋଷଣା କରାଯିବା ସହ ଯୁଦ୍ଧ ସାଇରନ୍‌ ବଜାଇ ଜନସାଧାରଣଙ୍କୁ ସତର୍କ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ସାନ୍ତାଳୀ ଭାଷାରେ ଉନ୍ମୋଚନ ହେଲା ଭାରତର ସମ୍ବିଧାନ: ରାଷ୍ଟ୍ରପତି କହିଲେ, ଗର୍ବର ବିଷୟ

ନୂଆଦିଲ୍ଲୀ,୨୫ା୧୨:ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୁରୁବାର ସାନ୍ତାଳୀ ଭାଷାରେ ଭାରତର ସମ୍ବିଧାନକୁ ଉନ୍ମୋଚନ କରିଛନ୍ତି। ରାଷ୍ଟ୍ରପତି ଭବନରେ ଏହାର ଉନ୍ମୋଚନ କରାଯାଇଛି। ୨୦୦୩ର ଆଇନରେ ସଂଶୋଧନ ଅଣାଯାଇ...

ମାତ୍ର ୫ ଦିନରେ ଦୋଷୀଙ୍କୁ ମିଳିଲା ଦଣ୍ଡ: କୋର୍ଟଙ୍କ ରାୟଙ୍କ ଦେଖି ଲୋକେ ଆଶ୍ଚର୍ଯ୍ୟ

ଜୟପୁର,୨୫।୧୨: ରାଜସ୍ଥାନର କୋଟପୁଟଲି-ବେହରର ଜିଲାରେ ଏକ ଚୋରି ମାମଲାରେ ଅଭିଯୁକ୍ତକୁ ପାଞ୍ଚ ଦିନ ମଧ୍ୟରେ କୋର୍ଟ ଦଣ୍ଡାଦେଶ ଶୁଣାଇଛି। କୋର୍ଟ ତାଙ୍କୁ ଦୁଇ ବର୍ଷ ଜେଲଦଣ୍ଡ...

ସୋସିଆଲ ମିଡିଆ ନୀତିରେ ବଡ଼ ପରିବର୍ତ୍ତନ କଲା ଭାରତୀୟ ସେନା, ଏଣିକି ଦେଖିପାରିବେ ହେଲେ…

ନୂଆଦିଲ୍ଲୀ,୨୫।୧୨: ଭାରତୀୟ ସେନା ଏହାର ସୈନିକ ଏବଂ ଅଧିକାରୀମାନଙ୍କ ପାଇଁ ସୋସିଆଲ ମିଡିଆ ଆପ୍ ବ୍ୟବହାର ସମ୍ପର୍କରେ ନୂତନ ନିର୍ଦ୍ଦେଶାବଳୀ ଜାରି କରିଛି । ପ୍ରତିରକ୍ଷା ଅଧିକାରୀଙ୍କ...

ଆଶ୍ଚର୍ଯ୍ୟ ଲାଗିଲେ ବି ସତ, ପୋଷା କୁକୁର ପାଇଁ ଫିନାଇଲ ପିଇ ଜୀବନ ହାରିଲେ ଦୁଇ ଭଉଣୀ

ନୂଆଦିଲ୍ଲୀ,୨୫।୧୨: ଉତ୍ତର ପ୍ରଦେଶର ରାଜଧାନୀ ଲକ୍ଷ୍ନୌରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଦୁଇ ଭଉଣୀ ଫିନାଇଲ୍ ପିଇ ଆତ୍ମହତ୍ୟା କରିଛନ୍ତି । ଏହାର  କାରଣ...

ଜାଣନ୍ତି କି ସରକାରୀ ଅନୁମୋଦନ ପାଇଥିବା ୨ ବିମାନ କମ୍ପାନୀର ମାଲିକ କିଏ?

ନୂଆଦିଲ୍ଲୀ,୨୫ା୧୨: କେନ୍ଦ୍ର ସରକାର ଇଚ୍ଛା ପ୍ରକାଶ କରୁଥିବା ଏୟାରଲାଇନ୍ସ ସହିତ ଅନେକ ବୈଠକ କରିବା ପରେ ଭାରତରେ ନୂଆ ଏୟାରଲାଇନ୍ସକୁ କାର୍ଯ୍ୟ କରିବାକୁ ଅନୁମତି ଦେଇଛନ୍ତି।...

ଭାରତକୁ ନେଇ ଏମିତି କହିଦେଲା ଚାଇନା: ବିଶ୍ୱରେ ଖେଳିଗଲା ଚାଞ୍ଚଲ୍ୟ, ଆମେରିକା….

ନୂଆଦିଲ୍ଲୀ,୨୫।୧୨: ଭାରତ-ଚାଇନା ସମ୍ପର୍କକୁ ନେଇ ଆମେରିକାର ପ୍ରତିରକ୍ଷା ବିଭାଗ (ପେଣ୍ଟାଗନ)ର ଏକ ସାମ୍ପ୍ରତିକ ରିପୋର୍ଟକୁ ଦେଖି ଚାଇନା ରାଗିଯାଇଛି। ରିପୋର୍ଟରେ କୁହାଯାଇଛି, ଚାଇନା ଦ୍ୱିପାକ୍ଷିକ ସମ୍ପର୍କକୁ...

‘ନା ପୋଷ୍ଟ, ନା ଲାଇକ, ନା କମେଣ୍ଟ, ଏବେ ସେନାକୁ ଇନଷ୍ଟାଗ୍ରାମରେ କେବଳ ରିଲ ଦେଖିବାକୁ ମିଳିଲା ଅନୁମତି

ନୂଆଦିଲ୍ଲୀ,୨୫।୧୨: ଭାରତୀୟ ସେନା ସୋସିଆଲ ମିଡିଆ ବ୍ୟବହାର ସମ୍ପର୍କରେ ଏହାର ନୀତି ସଂଶୋଧନ କରିଛି। ନୂତନ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ଅନୁଯାୟୀ, ସେନା ସୈନିକ ଏବଂ ଅଧିକାରୀମାନେ...

ଏଣିକି ଘରର ଝିଅ-ବୋହୂଙ୍କୁ ସ୍ମାର୍ଟଫୋନ୍‌ ମନା, ବ୍ୟବହାର କରିବେ ପୁରୁଷ

ଜୟପୁର,୨୫ା୧୨: ଏଣିକି ଘରର ଝିଅ-ବୋହୂ ବ୍ୟବହାର କରିପାରିବେନି ସ୍ମାର୍ଟଫୋନ୍‌। ମାତ୍ର ଏହାକୁ ଘରର ପୁରୁଷମାନେ ବ୍ୟବହାର କରିପାରିବେ। ଘରର ମହିଳାମାନେ କେବଳ କି-ପ୍ୟାଡ୍‌ ଫୋନ୍‌ ବ୍ୟବହାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri