ବଜେଟ ଅଧିବେଶନ ଲାଗି ଆଜି ସର୍ବଦଳୀୟ ବୈଠକ

ଭୁବନେଶ୍ୱର,୧୫ା୩(ବ୍ୟୁରୋ): ବିଧାନସଭାର ବଜେଟ ଅଧିବେଶନ ୨୫ ତାରିଖରୁ ଆରମ୍ଭ ହେବାକୁ ଯାଉଛି। ଷୋଡ଼ଶ ବିଧାନସଭାର ୬ଦିନିଆ ଅଧିବେଶନ କିପରି ସୁଚାରୁ ରୂପେ ସବୁଦଳର ନେତୃବୃନ୍ଦଙ୍କ ସହଯୋଗ ଓ ସହଭାଗିତାରେ ସମ୍ପାଦିତ ହେବ ସେନେଇ ଆଲୋଚନା ପାଇଁ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ଏକ ସର୍ବଦଳୀୟ ବୈଠକ ନିମନ୍ତେ ଆହ୍ବାନ ଦେଇଛନ୍ତି। ଏହା ମଙ୍ଗଳବାର ୧୧ଟା ୩୦ରେ ସଚିବାଳୟର ୫୯ ନମ୍ବର ପ୍ରକୋଷ୍ଠରେ ଅନୁଷ୍ଠିତ ହେବ। ସମ୍ପ୍ରତି ପୌର ଓ ମହାନଗର ନିଗମ ନିର୍ବାଚନରେ ବିଧାୟକ ଏବଂ ବିଧାୟିକାମାନେ ବ୍ୟସ୍ତ ରହୁଥିବା ହେତୁ ଅଧିବେଶନ ଆରମ୍ଭ ହେବାର ୧୦ ଦିନ ପୂର୍ବରୁ ସର୍ବଦଳୀୟ ବୈଠକ ଆହ୍ବାନ କରାଯାଇଛି। ବିଧାନସଭାର ନିୟମାବଳୀ ଏବଂ ପ୍ରକ୍ରିୟା ଅନୁଯାୟୀ ଅଧିବେଶନ ଅନୁଷ୍ଠିତ ହେବ। ଅଧିବେଶନରେ ପ୍ରଶ୍ନକାଳ, ଶୂନ୍ୟକାଳ ତଥା ମୁଲତବୀ ପ୍ରସ୍ତାବ ଆଦି ରହିବ ବୋଲି ସେ ପ୍ରକାଶ କରିଛନ୍ତି। ବିଧାନସଭା ଆରମ୍ଭ ଅର୍ଥାତ୍‌ ମାର୍ଚ୍ଚ ୨୫ରେ ରାଜ୍ୟପାଳ ଗଣେଶୀ ଲାଲ ତାଙ୍କ ଅଭିଭାଷଣ ପ୍ରଦାନ କରିବେ। ଏହାପରେ ୨୫, ୨୬ ଏବଂ ୨୮ ତାରିଖ ଏହିପରି ୩ ଦିନ ଧରି ଗୃହରେ ରାଜ୍ୟପାଳଙ୍କ ଅଭିଭାଷଣ ଉପରେ ବିସ୍ତୃତ ଆଲୋଚନା ହେବ। ମାର୍ଚ୍ଚ ୩୦ରେ ଅର୍ଥ ଓ ଅବକାରୀ ମନ୍ତ୍ରୀ ନିରଞ୍ଜନ ପୂଜାରୀ ୨୦୨୨-୨୩ ଆର୍ଥିକ ବର୍ଷ ପାଇଁ ରାଜ୍ୟ ବଜେଟ ଉପସ୍ଥାପନ କରିବେ। ମାର୍ଚ୍ଚ ୩୧ରେ ଭୋଟ ଅନ୍‌ ଆକାଉଣ୍ଟ ସଂକ୍ରାନ୍ତୀୟ ବ୍ୟୟମଞ୍ଜୁରୀ ବିଲ୍‌ ପାରିତ ହେବା ଆଦି ସମ୍ପର୍କରେ ସର୍ବଦଳୀୟ ବୈଠକରେ ଆଲୋଚନା କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଅବସରକୁ ନେଇ ମୁହଁ ଖୋଲିଲେ ଶାମି

ନୂଆଦିଲ୍ଲୀ,୩୧ା୩: ଭେଟେରାନ ଭାରତୀୟ ପେସର ମହମ୍ମଦ ଶାମି ଏବେ ଅବସର ସମ୍ପର୍କରେ ଚିନ୍ତା କରୁ ନ ଥିବା କହିଛନ୍ତି। ସେ ତାଙ୍କର ବୟସ, ଆହତ ସମସ୍ୟା କିମ୍ବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri