‘ସମସ୍ତ ଉଠାଦୋକାନୀ ଥଇଥାନ ହେବେ’

ଭୁବନେଶ୍ୱର, ୩୦।୪ (ବନ୍ଦନା ସେଠୀ):ଭୁବନେଶ୍ୱରରେ ଥିବା ୧୦୦ ଉଠାଦୋକାନୀ ସଂଘର ସଭାପତି ଓ ସମ୍ପାଦକଙ୍କୁ ନେଇ ସୋମବାର ବିଜୁ ଶ୍ରମିକ ସାମ୍ମୁଖ୍ୟ ସଭାଗୃହରେ ଏକ ଜରୁରିକାଳୀନ ବୈଠକ ଅନୁଷ୍ଠିତ ହୋଇଯାଇଛି। ନିଖିଳ ଓଡ଼ିଶା ରାସ୍ତାପାର୍ଶ୍ୱ ଉଠାଦୋକାନୀ ମହାସଂଘ ସଭାପତି ପ୍ରତାପ କୁମାର ସାହୁଙ୍କ ସଭାପତିତ୍ୱରେ ଆୟୋଜିତ ଏହି ବୈଠକରେ ବିଏମ୍‌ସି ମେୟର ସୁଲୋଚନା ଦାସ ଯୋଗଦେଇ ଉଠାଦୋକାନୀଙ୍କ ବିଭିନ୍ନ ସମସ୍ୟା ଉପରେ ଆଲୋକପାତ କରିଥିଲେ। ଭୁବନେଶ୍ୱରରେ ଏବେ ବହୁ ଭେଣ୍ଡିଂଜୋନ୍‌ କରାଯାଇଛି, ଆଗକୁ ପ୍ରତ୍ୟେକ ୱାର୍ଡ଼ରେ ଭେଣ୍ଡିଂଜୋନ୍‌ କରାଯାଇ ଉଠାଦୋକାନୀଙ୍କୁ ଥଇଥାନ କରାଯିବ ବୋଲି ମେୟର ପ୍ରତିଶ୍ରୁତି ଦେଇଛନ୍ତି। ଭୁବନେଶ୍ୱର ଉତ୍ତର ବିଧାୟକ ସୁଶାନ୍ତ କୁମାର ରାଉତ ଯୋଗଦେଇ କହିଲେ, ଉତ୍ତର ନିର୍ବାଚନମଣ୍ଡଳୀରେ ଥିବା ଉଠାଦୋକାନୀଙ୍କ ସମସ୍ୟା ନେଇ ଅବଗତ ରହିଛି। ତେବେ ନିର୍ବାଚନ ପାଇଁ ଆଚରଣବିଧି ଲାଗିଥିବାରୁ ବର୍ତ୍ତମାନ କୌଣସି ପ୍ରତିଶ୍ରୁତି ଦିଆଯିବ ନାହିଁ। ନିର୍ବାଚନ ସରିବା ପରେ ସମସ୍ତ ସମସ୍ୟାର ସମାଧାନ କରାଯିବ ବୋଲି ବିଧାୟକ କହିଥିଲେ। ମହାସଂଘ ଉପଦେଷ୍ଟା ତଥା ଭୁବନେଶ୍ୱର ମଧ୍ୟ ବିଧାୟକ ଅନନ୍ତ ନାରାୟଣ ଜେନା ଯୋଗଦେଇ କହିଲେ, ଆଗକୁ ପର୍ଯ୍ୟାପ୍ତ ପରିମାଣର ଭେଣ୍ଡିଂଜୋନ ପ୍ରତିଷ୍ଠା କରାଯାଇ ସମସ୍ତ ଉଠାଦୋକାନୀଙ୍କୁ ଥଇଥାନ କରାଯିବ। ଏଥିସହ ଦୋକାନୀଙ୍କ ଯେଉଁସବୁ ସମସ୍ୟା ରହିଛି, ମୁଖ୍ୟମନ୍ତ୍ରୀଙ୍କ ସହିତ ଆଲୋଚନା କରାଯାଇ ତାହାର ସମାଧାନ କରାଯିବ ବୋଲି ସେ କହିଥିଲେ। ବିଜେଡି ଏମ୍‌ପି ପ୍ରାର୍ଥୀ କ୍ୟାପ୍‌ଟେନ ମନ୍ମଥ ରାଉତରାୟ ଯୋଗଦେଇ ସମସ୍ତ ଉଠାଦୋକାନୀଙ୍କ ସହ ଆଲୋଚନା କରିଥିଲେ। ମହାସଂଘର ମୁଖ୍ୟ ଉପଦେଷ୍ଟା ତଥା କଟକ ମେୟର ସୁବାସ ସିଂ ଯୋଗଦେଇ ମୁଖ୍ୟମନ୍ତ୍ରୀ ଉଠାଦୋକାନୀମାନଙ୍କ ସମସ୍ୟା ପ୍ରତି ଯନତ୍ବାନ ଅଛନ୍ତି ବୋଲି କହିଥିଲେ। ଯୁଗ୍ମ କୋଷାଧ୍ୟକ୍ଷ ପ୍ରଦୀପ କୁମାର ସାହୁ ଧନ୍ୟବାଦ ଅର୍ପଣ କରିଥିଲେ। ବୈଠକକୁ ମହାସଂଘର ସାଧାରଣ ସମ୍ପାଦକ ଅନୁଜ କୁମାର ପ୍ରଧାନ, ନିରଞ୍ଜନ ପାଣ୍ଡେ, ଧନେଶ୍ୱର ବାରିକ, ବିପିନ ଜେନା, ଭାରତୀ ସେଠୀ ପ୍ରମୁଖ ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଘୋଷଣା କଲେ ସରକାର; ଏତିକି ମାସ ଯାଏ WFH କରିବେ ୫୦% କର୍ମଚାରୀ, ଗାଡ଼ି ପାର୍କିଂ…

ନୂଆଦିଲ୍ଲୀ,୧।୭: ଶୀତକାଳୀନ ପ୍ରଦୂଷଣର ମୁକାବିଲା ପାଇଁ ଦିଲ୍ଲୀ ସରକାର ଏକ ମାଷ୍ଟର ପ୍ଲାନ ଘୋଷଣା କରିଛନ୍ତି। ଏହି ଯୋଜନା ଅନୁଯାୟୀ, ନଭେମ୍ବର ୧ ରୁ ଫେବୃଆରୀ ୨୮…

ସଚେତନ ନାଗରିକ ମଞ୍ଚର ନୂତନ କର୍ମକର୍ତ୍ତା: ଗୋବିନ୍ଦ ବନଛୋରନ ସଭାପତି, ଉପସଭାପତି ହେଲେ…

କେସିଙ୍ଗା,୧ା୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରସ୍ଥିତ ସଚେତନ ନାଗରିକ ମଞ୍ଚ କେସିଙ୍ଗାର ନୂଆ କମିଟି ଆର୍‌ଏମ୍‌ସିର ସଭାଗୃହରେ ପୂର୍ବତନ ସଭାପତି ଚିତ୍ତରଞ୍ଜନ ଭୋଇଙ୍କ ସଭାପତିତ୍ୱରେ ସଭା…

ଡାକ୍ତର ଦିବସ; କଳାହାଣ୍ଡିରେ ସ୍ୱାସ୍ଥ୍ୟ ସେବା ଠପ୍, ରୋଗୀ ହନ୍ତସନ୍ତ

ଭବାନୀପାଟଣା,୧।୭(ଉତ୍ତମ କୁମାର ଦାଶ): ଜାତୀୟ ଡାକ୍ତର ଦିବସରେ ଡାକ୍ତରମାନେ ଆନ୍ଦୋଳନକୁ ଓହ୍ଲାଇଛନ୍ତି । ବୁଧବାର ଓଡ଼ିଶା ମେଡିକାଲ ସର୍ଭିସେସ ଆସୋସିଏସନ (ଓମସା)ର କାର୍ଯ୍ୟବନ୍ଦ ଆନ୍ଦୋଳନ ଯୋଗୁଁ ରାଜ୍ୟ…

ଚାଇନାର କୃତିମ ସୂର୍ଯ୍ୟ! ବିଶ୍ୱର ସବୁଠାରୁ ବଡ଼ ଚୁମ୍ୱକ ଦେଖି ସମସ୍ତେ ତାଜୁବ

ନୂଆଦିଲ୍ଲୀ,୧।୭: ଚୀନ୍ ନିଜର ‘କମ୍ପ୍ରିହେନ୍‌ସିଭ୍ ରିସର୍ଚ୍ଚ ଫାସିଲିଟି ଫର୍ ଫ୍ୟୁଜନ୍ ଟେକ୍ନୋଲୋଜି’ (CRAFT) ପାଇଁ ବିଶ୍ୱର ସବୁଠାରୁ ବଡ଼ ସୁପରକଣ୍ଡକ୍ଟିଂ ମ୍ୟାଗ୍ନେଟ୍ (ଚୁମ୍ବକ) ପ୍ରସ୍ତୁତ କରିଛି ଏବଂ ଏହାର…

WhatsAppର ନୂଆ ଫିଚର୍ସରୁ ବଢ଼ୁଛି ସାଇବର ଠକେଇ! ରୋକିବାକୁ କେନ୍ଦ୍ର ସରକାରଙ୍କ ମାଷ୍ଟର ପ୍ଲାନ୍

ନୂଆଦିଲ୍ଲୀ,୧।୭:  ଦେଶରେ ସାଇବର ଅପରାଧ ବୃଦ୍ଧି ପାଉଥିବା ଘଟଣା ଉପରେ ରୋକ ​​ଲଗାଇବା ପାଇଁ କେନ୍ଦ୍ର ସରକାର ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି । ଏହି ପଦକ୍ଷେପର…

ମନ୍ତ୍ରୀଙ୍କ ହାଇ ଆଲର୍ଟ, ଜରୁରୀ ପରିସ୍ଥିତିରେ ସଜାଗ ରହିବାକୁ ୟୁଏଲ୍‌ବିକୁ ନିର୍ଦ୍ଦେଶ

ଭୁବନେଶ୍ୱର,୧ା୭: ସମସ୍ତ ସହରାଞ୍ଚଳ ସ୍ଥାନୀୟ ସଂସ୍ଥା (ୟୁଏଲ୍‌ବି)କୁ ହାଇ ଆଲର୍ଟରେ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି ରାଜ୍ୟ ସରକାର। ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର…

ମୋଦି କ୍ୟାବିନେଟ୍‌ରେ ବଡ଼ ବୈଠକ: ରାସନ ସମେତ ୪ଟି ବଡ଼ ନିଷ୍ପତ୍ତି ସମ୍ଭବ, ସିଧାସଳଖ ପ୍ରଭାବିତ ହେବେ ସାଧାରଣ ଜନତା!

ନୂଆଦିଲ୍ଲୀ,୧।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଆଜି ବୁଧବାର ଦିଲ୍ଲୀରେ କେନ୍ଦ୍ର କ୍ୟାବିନେଟ୍‌ର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ଦେଶହିତ, ଆର୍ଥିକ ସୁଧାର…

ବଙ୍ଗରେ ଟିଏମସି ଏମପି ମହୁଆ ମୋଇତ୍ରାଙ୍କ ଉପରକୁ ଅଣ୍ଡାମାଡ଼, ଭାଜପା…

କୋଲକାତା,୧।୭: ତୃଣମୂଳ କଂଗ୍ରେସ (ଟିଏମସି) ଏମପି ମହୁଆ ମୋଇତ୍ରାଙ୍କ ଉପରକୁ ଅଣ୍ଡା ମାଡ଼ ହୋଇଛି । ବୁଧବାର ଅଭିଯୋଗ କରିଛନ୍ତି ଯେ ପଶ୍ଚିମବଙ୍ଗର ଏକ ରେଷ୍ଟୁରାଣ୍ଟ ବାହାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri