Posted inରାଜ୍ୟ

ସବୁ ଦର ବଢ଼ିଲାଣି, ଆମ ଦରମା ବଢ଼ାଅ

ଭୁବନେଶ୍ୱର,୧୬ା୩(ବ୍ୟୁରୋ): ଦୀର୍ଘ ବର୍ଷ ହେବ ବିଧାୟକ ଓ ପୂର୍ବତନ ବିଧାୟକଙ୍କ ଦରମା କିମ୍ବା ଅନ୍ୟାନ୍ୟ ଭତ୍ତା ବଢ଼ିନାହିଁ। ପେଟ୍ରୋଲ, ଡିଜେଲ ଦର ବଢ଼ିଲାଣି। ଅନ୍ୟାନ୍ୟ ଆନୁଷଙ୍ଗିକ ଦର ବୃଦ୍ଧି ହେଲାଣି। ଗାଡ଼ି ଚଲାଇବା, ଖର୍ଚ୍ଚ ତୁଲାଇବା କଷ୍ଟକର ହୋଇ ପଡ଼ିଲାଣି। ସକାଳ ହେଲେ ଲୋକଙ୍କ ପାଇଁ ଖର୍ଚ୍ଚ କରିବାକୁ ପଡୁଛି। ବାହାଘର, ଏକୋଇଶିଆ, ବ୍ରତଘର, ରାମଲୀଳା, ଗୋଟିପୁଅ ନାଚ, ଫୁଟ୍‌ବଲ, କ୍ରିକେଟ ଖେଳ ଆଦି ପାଇଁ ଲୋକଙ୍କୁ ଅର୍ଥ ଦେବାକୁ ପଡୁଛି। ସେ ଟଙ୍କା ଆଣିବୁ କେଉଁଠୁ। ଅନ୍ୟ ରାଜ୍ୟରେ ବିଧାୟକଙ୍କ ଦରମା ଓ ଅନ୍ୟାନ୍ୟ ଖର୍ଚ୍ଚ ବଢ଼ାଯାଉଛି। ଆମର ଦରମା ଓ ପେନ୍‌ସନ ତୁରନ୍ତ ବଢ଼ାଯାଉ। ଏ ସଂକ୍ରାନ୍ତ କମିଟି ରିପୋର୍ଟ ଦେଇ ସାରିଛି। ବିଧାନସଭାରେ ତୁରନ୍ତ ବିଲ୍‌ ଅଣାଯାଉ। ଦଳଗତ ନିର୍ବିିଶେଷରେ ବିଧାୟକମାନେ ବାଚସ୍ପତିଙ୍କ ନିକଟରେ ଏମିତି ଗୁହାରି କରିଛନ୍ତି।

ବୁଧବାର ଶୂନ୍ୟକାଳରେ କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର କହିଛନ୍ତି- ବିଧାୟକ, ପୂର୍ବତନ ବିଧାୟକଙ୍କ ଦରମା ଓ ପେନ୍‌ସନ ବଢ଼ାଇବାକୁ ବିଜେଡି ସଦସ୍ୟ ଅମର ଶତପଥୀଙ୍କ ଅଧ୍ୟକ୍ଷତାରେ ଏକ କମିଟି ଗଠନ କରାଯାଇଥିଲା। ଏହି କମିଟି ବିଭିନ୍ନ ରାଜ୍ୟ ଗସ୍ତ କରି ରିପୋର୍ଟ ଦେଇସାରିଛି। କମିଟି ରିପୋର୍ଟ ଦେବା ପରେ ମଧ୍ୟ କିଛି ଜଣାପଡୁନି। ସବୁ ବିଧାୟକଙ୍କର ଏକମତ। ବିଧାନସଭାରେ ଏ ନେଇ ବିଲ୍‌ ଅଣାଯାଉ ବୋଲି ନରସିଂହ ବାଚସ୍ପତିଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ବିଜେଡି ସଭ୍ୟ ଅମର ଶତପଥୀ, ପଦ୍ମନାଭ ବେହେରା, କଂଗ୍ରେସ ସଭ୍ୟ ତାରା ପ୍ରସାଦ ବାହିନୀପତି, ସୁରେଶ କୁମାର ରାଉତରାୟ, ଭାଜପା ସଭ୍ୟ ମୋହନ ଚରଣ ମାଝି ପ୍ରମୁଖ ନରସିଂହ ଉଠାଇଥିବା ପ୍ରସ୍ତାବକୁ ସମର୍ଥନ କରିବା ସହ ତୁରନ୍ତ ବିଧାନସଭାରେ ବିଲ୍‌ ଆଣି ବିଧାୟକଙ୍କ ଦରମା ଓ ଅନ୍ୟାନ୍ୟ ଖର୍ଚ୍ଚ ବଢ଼ାଇବାକୁ ଦାବି କରିଛନ୍ତି। ବିଧାୟକମାନଙ୍କ ଉଦ୍‌ବେଗକୁ ଦେଖି ବାଚସ୍ପତି ବିକ୍ରମ କେଶରୀ ଆରୁଖ କହିଲେ, ବିଧାୟକ ଅମର ଶତପଥୀଙ୍କ ଅଧ୍ୟକ୍ଷତାରେ ଗଠିତ କମିଟି ରିପୋର୍ଟକୁ ସଂସଦୀୟ ବ୍ୟାପାର ବିଭାଗକୁ ପଠାଇ ଦିଆଯାଇଛି। ବିଭାଗ ଗୃହର ନେତାଙ୍କ ସହ ଏ ନେଇ ଆଲୋଚନା କରିବା ସହ ବିଧାନସଭାରେ ବିଲ୍‌ ଉପସ୍ଥାପନ କରିବାକୁ ବାଚସ୍ପତି ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବେଲଗୁଣ୍ଠାରେ ଜିଲାସ୍ତରୀୟ ଅଭିଯୋଗ ଶୁଣାଣି, ୪ ଜଣଙ୍କୁ ୨୫ ହଜାର ଟଙ୍କା ସହାୟତା ପ୍ରଦାନ

ଭଞ୍ଜନଗର,୧୩।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଲକ ସମ୍ମିଳନୀ କକ୍ଷରେ ସୋମବାର ଗଞ୍ଜାମ ଜିଲ୍ଲା ସ୍ତରୀୟ ମିଳିତ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଅତିରିକ୍ତ…

କାଳୀମେଘା ହତ୍ୟାକାଣ୍ଡ ଘଟଣା; ସ୍ତ୍ରୀ ରଚିଥିଲା ଷଡଯନ୍ତ୍ର, ପତ୍ନୀ ସମେତ ୫ ଗିରଫ

କଳିଙ୍ଗନଗର,୧୩।୪(ଶୁଭାଶିଷ ରାଉତ ): ପୂର୍ବତନ ବିଧାୟକ ପ୍ରଣବ ପ୍ରକାଶ ଦାସଙ୍କ କାଳୀମେଘା ସ୍ଥିତ ଗେଷ୍ଟହାଉସ ସମ୍ମୁଖରେ ଗୁଳି ମାଡ଼ରେ ଜଣେ ଯୁବକଙ୍କ ମୃତ୍ୟୁ ଘଟଣାର ଫର୍ଦ୍ଧାଫାଶ କରିଛି…

ବଲାଙ୍ଗୀର ତହସିଲ୍ ଅଫିସ ପରିସରରେ ଜଳିଗଲା ବୁଲେଟ୍, କେମିତି ଲାଗିଲା ନିଆଁ?

ବଲାଙ୍ଗୀର,୧୩।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତହସିଲ୍ ଅଫିସ ପରିସରରେ ଅଭାବନୀୟ ଘଟଣା । ଜଣେ ଓକିଲ ତାଙ୍କ ବୁଲେଟ୍ ରଖି ରେକର୍ଡ ରୁମକୁ ଯାଇଥିବା ବେଳେ ହଠାତ୍…

ବନ୍ଧାହେଲେ କୁବେର ଗୁଡାରି ରେଞ୍ଜର

ଗୁଡାରି,୧୩।୪(ପ୍ରମୋଦ କୁମାର ପତି): ଗୁଡାରି ରେଞ୍ଜର ସୁକୁମାର ଦୁଖୁ ରବିବାର ରାତିରେ ଓଡିଶା ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଛନ୍ତି। ଗୁଡାରି ରେଞ୍ଜର ନିଜ ଅଫିସ ଗାଡ଼ି (ବୋଲେରୋ…

ରଙ୍ଗ ରୁଟ୍‌ରେ ପଶିଆସିଲା ହାଇଓ୍ବା: ଧକ୍କାଦେଲା କଲେଜ ବସ୍‌,୧୫ରୁ ଉର୍ଦ୍ଧ୍ୱ ଛାତ୍ର ଗୁରୁତର  

କଳିଙ୍ଗନଗର,୧୩୪(ଶୁଭାଶିଷ ରାଉତ ): ଯାଜପୁର ଜିଲା କୋରେଇ ଥାନା ଅନ୍ତର୍ଗତ ଓଉପଦା ଛକ ନିକଟରେ ଏକ ଘରୋଇ କଲେଜ(ପ୍ରୟାସ)ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ରଙ୍ଗରୁଟରେ ପଶିଆସିଥିବା ଏକ ହାଇୱାକୁ…

ଯୁବ ବ୍ୟବସାୟୀଙ୍କୁ ଗାଡ଼ି ଚଢ଼ାଇ ହତ୍ୟା ଉଦ୍ୟମ: ପ୍ରି ପ୍ଲାନ୍‌ରେ ଲୁଚାଯାଇଥିବା ଗାଡ଼ି ଜବତ

ବଲାଙ୍ଗୀର/ସଇଁତଳା,୧୩।୪(ସୁନିଲ ମହାନ୍ତି/ରାଖାଲ ପ୍ରସାଦ ଶତପଥୀ): ବଲାଙ୍ଗୀର ଜିଲା ସଇଁତଳା ଜାତୀୟ ରାଜପଥ-୨୬ ନବୀନ ଛକ ନିକଟରେ ଶୁକ୍ରବାର ଅପରାହ୍ନ ସମୟରେ ଏକ ଚାରି ଚକିଆ ଗାଡ଼ି ମଡ଼ାଇ…

ଅନ୍ଧକାର ଘେରରେ ଛତ୍ରପୁର ଶିଶୁ ଉଦ୍ୟାନ; ଜଳୁନି ଲାଇଟ୍, ପ୍ରଶାସନକୁ ଧ୍ୟାନ ଦେବାକୁ ଦାବି

ଛତ୍ରପୁର,୧୩।୪(ଦିଲୀପ ସାମଲ): ସାରା ଦିନ କଠିନ ପରିଶ୍ରମ କରି ପାଠ ପଢୁଥିବା ଶିଶୁଟିଏ ସଞ୍ଜ ନଇଁଲେ ନିଜକୁ ଖେଳ କୁଦରେ ଲିପ୍ତ କରି ଦେଇଥାଏ। ଆଉ ଯେତେବେଳେ…

ମାନସ ରଞ୍ଜନ ମଙ୍ଗରାଜ,ସୁଲତା ଦେଓଙ୍କୁ ଗୁରୁ ଦାୟିତ୍ୱ ଦେଲେ ନବୀନ

ଭୁବନେଶ୍ୱର,୧୩।୪: ମାନସ ରଞ୍ଜନ ମଙ୍ଗରାଜ ଏବଂ ସୁଲତା ଦେଓଙ୍କୁ ଗୁରୁ ଦାୟିତ୍ୱ ଦେଇଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ମାନସଙ୍କୁ ବିଜେଡି ସଂସଦୀୟ ଦଳ ନେତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri