ରାଜଧାନୀରେ ସବୁ ବେସରକାରୀ କାର୍ଯ୍ୟାଳୟ-ରେଷ୍ଟୁରାଣ୍ଟ-ବାର୍‌ ବନ୍ଦ…

ନୂଆଦିଲ୍ଲୀ, ୧୧।୧ : ଦେଶରେ କରୋନା ମହାମାରୀ ସଙ୍କଟ ଯୋଗୁ ଆତଙ୍କ ଦେଖାଦେଇଛି। ଦୈନିକ ସଂକ୍ରମଣ ପୁଣି ବୃଦ୍ଧି ପାଇବାରେ ଲାଗିଛି। ରାଜଧାନୀ ଦିଲ୍ଲୀରେ ଦିନକୁ ଦିନ ସଂକ୍ରମଣ ସ୍ଥିତି ଅସମ୍ଭାଳ ହେବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ରାଜଧାନୀରେ ସମସ୍ତ ବେସରକାରୀ କାର୍ଯ୍ୟାଳୟ, ରେଷ୍ଟୁରାଣ୍ଟ ଏବଂ ବାର୍‌ ବନ୍ଦ କରାଯିବାକୁ ନିର୍ଦ୍ଦେଶ ଜାରି ହୋଇଛି। ଦିଲ୍ଲୀର ସମସ୍ତ ଘରୋଇ କାର୍ଯ୍ୟାଳୟ ବନ୍ଦ କରିବାକୁ ଦିଲ୍ଲୀ ବିପର୍ଯ୍ୟୟ ପରିଚାଳନା ପ୍ରାଧିକରଣ (ଡିଡିଏମ୍‌ଏ) ନିର୍ଦ୍ଦେଶ ଦେଇଛନ୍ତି। ରେଷ୍ଟୁରାଣ୍ଟରୁ କେବଳ ଖାଦ୍ୟ ସାମଗ୍ରୀର ହୋମ୍‌ ଡେଲିଭରୀ କରାଯିବ।
ସମସ୍ତ କର୍ମଚାରୀଙ୍କୁ ଘରୁ କାମ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଉପରାଜ୍ୟପାଳ ଅନିଲ ବୈଜଲଙ୍କ ଅଧ୍ୟକ୍ଷତାରେ ଦିଲ୍ଲୀ ବିପର୍ଯ୍ୟୟ ପରିଚାଳନା ପ୍ରାଧିକରଣର ଏକ ବୈଠକ ଅନୁଷ୍ଠିତ ହୋଇଥିଲା ବୈଠକରେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ, ସ୍ବାସ୍ଥ୍ୟମନ୍ତ୍ରୀ ସତ୍ୟେନ୍ଦ୍ର ଜୈନ ଏବଂ ଅନ୍ୟ ବରିଷ୍ଠ ଅଧିକାରୀମାନେ ମଧ୍ୟ ଯୋଗ ଦେଇଥିଲେ। ସଂକ୍ରମଣ ସ୍ଥିତିକୁ ଦୃଷ୍ଟିରେ ରଖି ଏଭଳି ନିଷ୍ପତ୍ତି ଗ୍ରହଣ କରାଯାଇଛି। ଫଳରେ ରାଜଧାନୀରେ ସଙ୍କଟ ସୃଷ୍ଟି ହୋଇଛି।

ବେସରକାରୀ ବ୍ୟାଙ୍କ, ଅତ୍ୟାବଶ୍ୟକ ସେବା ପ୍ରଦାନ କରୁଥିବା କମ୍ପାନୀଗୁଡିକର କାର୍ଯ୍ୟାଳୟଗୁଡିକୁ ପୃଥକ ଭାବରେ ତାଲିକାଭୁକ୍ତ କରାଯାଇଛି। ଏସବୁ କାର୍ଯ୍ୟାଳୟ ସହିତ ବୀମା, ମେଡିକାଲ କମ୍ପାନୀ, ଉତ୍ପାଦନ ଏବଂ ବିତରଣର ପରିଚାଳନା ଆବଶ୍ୟକ କରୁଥିବା ଫାର୍ମା କମ୍ପାନୀଗୁଡିକର କାର୍ଯ୍ୟାଳୟ, ରିଜର୍ଭ ବ୍ୟାଙ୍କ ଅଫ ଇଣ୍ଡିଆ ଦ୍ୱାରା ନିୟନ୍ତ୍ରିତ ସଂସ୍ଥା କିମ୍ବା ମଧ୍ୟସ୍ଥି, ସମସ୍ତ ଅଣ-ବ୍ୟାଙ୍କିଙ୍ଗ ଆର୍ଥିକ ନିଗମ, ସମସ୍ତ ମାଇକ୍ରୋ ଫାଇନାନ୍ସ ଅନୁଷ୍ଠାନ ଆଦି ଖୋଲା ରହିବ। କୋର୍ଟ,ଟ୍ରିବ୍ୟୁନାଲ,କମିଶନ, ଆଇନଜୀବୀଙ୍କ କାର୍ଯ୍ୟାଳୟ, କୋରିଅର୍‌ ସେବା ଆଦି କାର୍ଯ୍ୟାଳୟ ଖୋଲାଯାଇପାରିବ ବୋଲି ଡିଡିଏମ୍‌ଏ ପକ୍ଷରୁ ନିର୍ଦ୍ଦେଶ ଜାରି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରାଇଭେଟ ପାର୍ଟ ବିକ୍ରି କଲେ ମିଳିବ ୧.୨୦ କୋଟି! Reel ଦେଖି ନାବାଳକଙ୍କ ସହ ଭୟଙ୍କର କାଣ୍ଡ, କାଟିଦେଲେ…

ଭୋପାଳ,୧୮।୮: ଭୋପାଳରେ ଛୋଟା ତାଳାବ କୂଳରୁ ପୋଲିସ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରିଥିଲା। ଏହାପରେ ପୋଲିସ ମୃତ ଯୁବକଙ୍କ ସମ୍ପର୍କରେ ତଦନ୍ତ ଆରମ୍ଭ କରିଥିଲା। ଧୋବି…

ବୟଫ୍ରେଣ୍ଡଙ୍କ ସହ ମୋମୋ ଖାଉଥିଲେ ସ୍ତ୍ରୀ, ହଠାତ୍‌ ପହଞ୍ଚିଗଲେ ସ୍ବାମୀ: ଆଉ ତା’ପରେ ଯାହା ଘଟିଲା…

ଭୋପାଳ,୧୮।୮: ମଧ୍ୟପ୍ରଦେଶର ଭୋପାଳରୁ ଏକ ଅଜବ ପାରିବାରିକ ନାଟକ ସାମ୍ନାକୁ ଆସିଛି, ଯାହା ସମସ୍ତଙ୍କୁ ସ୍ତବ୍ଧ କରିଦେଇଛି। ଏଠାରେ ଏକ ଅନୈତିକ ସମ୍ପର୍କର ହାଇଭୋଲଟେଜ ଡ୍ରାମା ରାସ୍ତା…

ବଡ଼ ଘୋଷଣା କଲା ଭାଜପା: ୩ ରାଜ୍ୟ ପାଇଁ…

ନୂଆଦିଲ୍ଲୀ,୧୮।୮: ଆଗାମୀ ବିଧାନସଭା ନିର୍ବାଚନ ପୂର୍ବରୁ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ତିନୋଟି ରାଜ୍ୟ ପାଇଁ ନୂତନ ପ୍ରଭାରୀ ନିଯୁକ୍ତ କରିଛନ୍ତି। ଉତ୍ତର ପ୍ରଦେଶ, ପଞ୍ଜାବ…

ପର୍ବପର୍ବାଣୀ ଋତୁ ପୂର୍ବରୁ LPGକୁ ନେଇ ବଡ଼ ନିଷ୍ପତ୍ତି ନେଲେ ସରକାର, ଜାଣନ୍ତୁ କ’ଣ…

ନୂଆଦିଲ୍ଲୀ, ୧୮।୮: ଆସନ୍ତା କିଛି ସପ୍ତାହରେ ଗଣେଶ ଚତୁର୍ଥୀ, ନବରାତ୍ରି, ଦୀପାବଳି ଏବଂ ଏହାପରେ ବିବାହ ଋତୁ ଆରମ୍ଭ ହେବାକୁ ଯାଉଛି। ଏଭଳି ସମୟରେ ରୋଷେଇ ଘରେ…

 କିଏ ଗଠନ କରିଥିଲା ‘ଦିମାଗି ନକ୍ସଲ’ ପାର୍ଟି? ପ୍ରତିଷ୍ଠାତାଙ୍କ ପରିଚୟ ରହସ୍ୟ ହୋଇ ରହିଛି

ଦଳ କିଏ ଗଠନ କରିଥିଲା ‘ଦିମାଗି ନକ୍ସଲ’ ପାର୍ଟି? ପ୍ରତିଷ୍ଠାତାଙ୍କ ପରିଚୟ ରହସ୍ୟ ହୋଇ ରହିଛି ନୂଆଦିଲୀ,୧୮।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସ୍ବାଧୀନତା ଦିବସ ଭାଷଣରେ ଉଲ୍ଲେଖ…

ବାନ୍ଦା ଘାଟିରେ ଫସିଲେ ପର୍ଯ୍ୟଟକ: ରାସ୍ତା ଅବସ୍ଥା ଶୋଚନୀୟ

ଦାରିଙ୍ଗବାଡି,୧୮।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ପର୍ତ୍ତମାହା ପଞ୍ଚାୟତର ବାନ୍ଦା ଘାଟିରେ ପର୍ଯ୍ୟଟକଙ୍କ କାର ଫସିଯାଇଛି। ଲଘୁଚାପ ଜନିତ ବର୍ଷା ଯୋଗୁ ଏବେ ଉକ୍ତ ଘାଟି…

ଘର ବାହାରେ ଖେଳୁଥିବା ବେଳେ ଶିଶୁକନ୍ୟାଙ୍କୁ ଟେକି ନେଇଗଲା ବାଘ, ତାପରେ…

ମାଲକାନଗିରି,୧୮।୮(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ମାଥିଲି ବ୍ଲକ ଇନ୍ଦ୍ରାଗୁଡ଼ା ଗ୍ରାମରେ ବାଘ ଆତଙ୍କ ଦେଖିବାକୁ ମିଳିଛି । ଘର ବାରଣ୍ଡାରେ ଶିଶୁକନ୍ୟା ଜଣକ ଖେଳୁଥିବା ବେଳେ ହଠାତ୍…

ମହିଳାଙ୍କ ଖାତାକୁ ଆସିବ ୩ହଜାର ଟଙ୍କା, ହେଲେ ସରକାର କାହିଁକି ଦେଉଛନ୍ତି ଏହି ଟଙ୍କା? ଜାଣନ୍ତୁ ଏହା ପଛର ରହସ୍ୟ

କୋଲକାତା,୧୮।୮: ପଶ୍ଚିମବଙ୍ଗ ସରକାରଙ୍କ ଅନ୍ନପୂର୍ଣ୍ଣା ଯୋଜନାରେ ହିତାଧିକାରୀ ମହିଳାଙ୍କ ବ୍ୟାଙ୍କ ଆକାଉଣ୍ଟକୁ ପାଣ୍ଠି ସ୍ଥାନାନ୍ତର ପ୍ରକ୍ରିୟା ସୋମବାର (ଅଗଷ୍ଟ ୧୭, ୨୦୨୬) ଠାରୁ ଆରମ୍ଭ ହୋଇଛି। ରାଜ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri