ନିର୍ବାଚନରେ ଦିଆଯାଇଥିବା ସମସ୍ତ ପ୍ରତିଶ୍ରୁତି ପୂରଣ ହେବ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୫।୧୨: ନିର୍ବାଚନ ସମୟରେ ଆମେ ଲୋକଙ୍କୁ ଯେଉଁ ପ୍ରତିଶ୍ରୁତି ଦେଇଥିଲୁ, ସବୁ ପ୍ରତିଶ୍ରୁତିକୁ ଗୋଟି ଗୋଟି କରି ପୂରଣ କରି ଚାଲିଛୁ। ଯେଉଁ ଦିନ ସରକାର ଗଠନ ହେଲା, ସେହି ଦିନ ହିଁ କ୍ୟାବିନେଟ୍ ବସାଇ ଆମେ ଚାରିଟି ମୁଖ୍ୟ ନିଷ୍ପତ୍ତି ନେଇଥିଲୁ। ସରକାର ଗଠନର ଛ’ ମାସ ମଧ୍ୟରେ ସେହି ଚାରିଟି ଯାକ ନିଷ୍ପତ୍ତି କାର୍ଯ୍ୟକାରୀ କରିଛୁ। ଶ୍ରୀମନ୍ଦିର’ର ଚାରି ଦ୍ଵାର ଖୋଲିବା, ଶ୍ରୀମନ୍ଦିର’ର ଉନ୍ନତି ପାଇଁ ୫୦୦ କୋଟି ଟଙ୍କାର କର୍ପସ ପାଣ୍ଠି ଗଠନ ସହିତ ସୁଭଦ୍ରା ଯୋଜନାରେ ମା’ ମାନଙ୍କୁ ୫୦ ହଜାର ଟଙ୍କା ପ୍ରଦାନ ଓ ଚାଷୀ ଭାଇ ମାନଙ୍କୁ ୮୦୦ ଟଙ୍କା ଇନପୁଟ୍ ସହାୟତା ପ୍ରଦାନ ସବୁ ପ୍ରତିଶ୍ରୁତି କାର୍ଯ୍ୟକାରୀ କରିଛୁ। ଲୋକଙ୍କ ଭିତରେ ସରକାରଙ୍କ ଉପରେ ଭରସା ସୃଷ୍ଟି ହୋଇ ପାରିଛି । ଲୋକ ଅନୁଭବ କରୁଛନ୍ତି, ଯେ ସରକାରଙ୍କ କଥା ଓ କାମ ସମାନ ।

ଆଉ ଗୋଟିଏ କଥା ହେଉଛି, ଗୋଟିଏ ସରକାର ଭାବେ ଲୋକଙ୍କୁ ନିୟମିତ ଭାବେ ଭେଟିବା, ସେମାନଙ୍କ ସୁଖ ଦୁଃଖ ବୁଝିବା । ଆମ ସରକାର ଗଠନର ପ୍ରଥମ ଦିନରୁ ହିଁ ମୁଁ ନିଜେ ଲୋକଙ୍କୁ ନିୟମିତ ଭାବେ ଭେଟୁଛି ଓ ସେମାନଙ୍କ ସମସ୍ୟା ସମାଧାନ ପାଇଁ ପଦକ୍ଷେପ ନେଉଛି । ପ୍ରତି ସୋମବାର ଦିନ ମୁଁ ଓ ମୋ ମନ୍ତ୍ରୀ ମଣ୍ଡଳର ସଦସ୍ୟ ମାନେ ଅଭିଯୋଗ ପ୍ରକୋଷ୍ଠରେ ଲୋକଙ୍କୁ ଶୁଣି ତାଙ୍କ ସମସ୍ୟାର ସମାଧାନ ପାଇଁ ପଦକ୍ଷେପ ନେଉଛୁ । ଆମ ପାଇଁ ଖୁସିର କଥା, ଆମ ସରକାର ‘ଲୋକଙ୍କ ସରକାର’ ବା People’s Government ଭାବରେ ସୁନାମ ଅର୍ଜନ କରିଛି । ଗୋଟିଏ ନୂଆ ସରକାର ପାଇଁ ଏହା କିଛି କମ୍ ଉପଲବ୍​ଧି ନୁହେଁ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

ଆମ ସରକାର ଲୋକଙ୍କୁ ସୁଶାସନ ଦେବା ପାଇଁ ସବୁ ପ୍ରକାର ଉଦ୍ୟମ ଜାରି ରଖିଛି । କେବଳ ସେତିକି ନୁହେଁ, ଓଡ଼ିଶାର ଲୋକଙ୍କ ସୁନ୍ଦର ଭବିଷ୍ୟତ ପାଇଁ ଏକ ‘ଭିଜନ ଡକୁମେଣ୍ଟ’ ମଧ୍ୟ ପ୍ରସ୍ତୁତ କରୁଛୁ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ୨୦୩୬ କୁ ଦୃଷ୍ଟିରେ ରଖି ଏକ ସମୃଦ୍ଧ ଓଡିଶା ଗଠନ ପାଇଁ ଯୋଜନା ପ୍ରସ୍ତୁତ କରିବା ବାଜପେୟୀଜୀଙ୍କ ପୁଣ୍ୟ ଜୟନ୍ତୀ ଅବସରରେ ସୁଶାସନ ପାଇଁ ଆମର ଏହି ସଂକଳ୍ପ ଓ କାର୍ଯ୍ୟାବଳୀ ହେବ ତାଙ୍କ ପ୍ରତି ଶ୍ରେଷ୍ଠ ଶ୍ରଦ୍ଧାଞ୍ଜଳି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ନିଶାଖୋର ପୁଅ ପାଇଁ ଆତ୍ମହତ୍ୟା କରିଦେଲେ ମା’-ବାପା! ଘର ଭିତରୁ ପୋଲିସ…

ପୁରୀ,୨୧ା୬(ଅଜିତ କୁମାର ମହାନ୍ତି): ପୁରୀ ତାଳବଣିଆ ଥାନା ଅନ୍ତର୍ଗତ ସେନାପତି ବଗିଚା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ରବିବାର ଦେଖିବାକୁ ମିଳିଛି। ଘର ଭିତରୁ ପୋଲିସ ଦମ୍ପତିଙ୍କ…

ନୂଆପଡ଼ାରେ ସକାଳୁ ସ୍କୁଲ ଆସିବେ ପିଲା

ନୂଆପଡ଼ା,୨୧ା୬(ମକାରୁ ବେମାଲ): ନୂଆପଡ଼ା ଜିଲାରେ ସକାଳୁଆ ସ୍କୁଲ ଅବଧି ବଢ଼ିଛି। ୨୨ରୁ ୨୫ ତାରିଖ ପର୍ଯ୍ୟନ୍ତ ସକାଳୁଆ ସ୍କୁଲ ହେବାକୁ ଜିଲାପାଳ ନିଷ୍ପତ୍ତି ନେଇଛନ୍ତି। ହିଟ ଓ୍ବେଭ୍‌…

ଗଞ୍ଜାମ କଲେଜରେ ଅନ୍ତର୍ଜାତୀୟ ଯୋଗ ଦିବସ

ଗଞ୍ଜାମ, ୨୧।୬ (ବିଦ୍ୟାଧର ସାହୁ): ଗଞ୍ଜାମ କଲେଜ ପରିସରରେ ରବିବାର ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ କରାଯାଇଥିଲା। କଲେଜର ଅଧ୍ୟକ୍ଷା ଡ଼. ସ୍ମରଣିକା ହୋତାଙ୍କ ସମେତ ୮୦ରୁ…

ଦିଗପହଣ୍ଡି ମିନି ଷ୍ଟାଡିୟମରେ ଅନ୍ତର୍ଜାତୀୟ ଯୋଗ ଦିବସରେ ଯୋଗଦେଲେ ବିଧାୟକ ସିଦ୍ଧାନ୍ତ     

ଦିଗପହଣ୍ଡି,୨୧|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବିଜୁ ପଟ୍ଟନାୟକ ମିନି ଷ୍ଟାଡିୟମରେ ପ୍ରତିବର୍ଷ ଭଳି ଚଳିତ ବର୍ଷ ସ୍ଥାନୀୟ ଏନଏସି ପ୍ରଶାସନ ପକ୍ଷରୁ ଆୟୋଜିତ…

ଯୋଗ ଦିବସ,ସୁସ୍ଥ ରହିବା ପାଇଁ ଯୋଗ ନିହାତି ଆବଶ୍ୟକ : ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ

ଭଞ୍ଜନଗର, ୨୧।୬ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗରସ୍ଥିତ ବେଲେଶ୍ୱର ପୀଠରେ ରବିବାର ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ…

ପୁଣି ବନ୍ଦ ହେଲା ହର୍ମୁଜ ପ୍ରଣାଳୀ, IRGC ଘୋଷଣା ପୂର୍ବରୁ କେତେ ଭାରତୀୟ ଜାହାଜ ବାହାରିଛି? ଚମକାଇ ଦେବ ସଂଖ୍ୟା

ତେହରାନ,୨୧।୬: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ଶନିବାର (ଜୁନ ୨୦, ୨୦୨୬) ତିନୋଟି ଭାରତୀୟ ଅଶୋଧିତ ତୈଳ ସୁପରଟ୍ୟାଙ୍କର୍‌ ସୁରକ୍ଷିତ ଭାବରେ ହର୍ମୁଜ ପ୍ରଣାଳୀ ପାର କରିଛନ୍ତି।…

ବଲାଙ୍ଗୀରରେ ଆନ୍ତର୍ଜାତୀୟ ଯୋଗ ଦିବସ

ବଲାଙ୍ଗୀର, ୨୧/୬ (ସୁନିଲ କୁମାର ମହାନ୍ତି): ରବିବାର ଆନ୍ତର୍ଜାତୀୟ ଯୋଗ ଦିବସ ଅବସରରେ ବଲାଙ୍ଗୀର ଜିଲାର ବିଭିନ୍ନ ସ୍କୁଲ, କଲେଜ, ସାମାଜିକ ଓ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ…

ରକ୍ତଦାନ ମହତଦାନ: କବି ସମ୍ରାଟ ମିଡିଆ କ୍ଲବ୍ ପକ୍ଷରୁ…

ଭଞ୍ଜନଗର, ୨୧/୬ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରର କବି ସମ୍ରାଟ ମିଡିଆ କ୍ଲବ୍ ପକ୍ଷରୁ ରବିବାର ସ୍ଥାନୀୟ ନିୟନ୍ତ୍ରିତ ବଜାର କମିଟି ସମ୍ମିଳନୀ କକ୍ଷରେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri