Posted inଜାତୀୟ

ଭାଙ୍ଗିବ ସବୁ ରେକର୍ଡ! ଅମିତ ଶାହାଙ୍କ ପାଇଁ ଭାଜପା ରଖିଲା ବଡ ଟାର୍ଗେଟ

ନୂଆଦିଲ୍ଲୀ,୬।୫: ଚଳିତ ଲୋକ ସଭା ନିର୍ବାଚନ ୨୦୨୪ ରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଭାଜପାର ପାରମ୍ପାରିକ ଆସନ ଗାନ୍ଧୀ ନଗରରୁ ପ୍ରତିଦ୍ୱନ୍ଦ୍ୱିତା କରିବାକୁ ଯାଉଛନ୍ତି। ଆଜି ସେ ତାଙ୍କ ନାମାଙ୍କନପତ୍ର ଦାଖଲ କରିଥିଲେ। ଗାନ୍ଧୀ ନଗର ଲୋକ ସଭା ଆସନରୁ କଂଗ୍ରେସ ଏକ ଶକ୍ତିଶାଳୀ ପ୍ରାର୍ଥୀ ଦେବାରେ ବିଫଳ ହୋଇଛି। ତେଣୁ ଭାଜପା ଆଶା କରୁଛି ଯେ ଏଥର ଅମିତ ଶାହା ଗତଥର ତୁଳନାରେ ଅଧିକ ବ୍ୟବଧାନରେ ଏହି ଆସନ ଜିତିବାକୁ ଯାଉଛନ୍ତି। ୨୦୧୯ ଲୋକ ସଭା ନିର୍ବାଚନରେ ଅମିତ ଶାହା ସାଢେ ପାଞ୍ଚ ଲକ୍ଷ ଭୋଟରେ ଜିତିଥିଲେ।

ଏଥର ଭାରତୀୟ ଜନତା ପାର୍ଟି ଅମିତ ଶାହାଙ୍କ ପାଇଁ ୧୦ ଲକ୍ଷ ଭୋଟରେ ବିଜୟ ଲକ୍ଷ୍ୟ ସ୍ଥିର କରିଛନ୍ତି। ଏହାର ଅର୍ଥ ହେଉଛି କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀଙ୍କ ପାଇଁ ୧୦ ଲକ୍ଷରୁ ଅଧିକ ଭୋଟର ରେକର୍ଡ ବିଜୟ ବ୍ୟବଧାନ ଆଶା କରଯୋଇଛି। ଅତୀତରେ, ମୁଖ୍ୟତଃ ସହରାଞ୍ଚଳ ନିର୍ବାଚନମଣ୍ଡଳୀରେ ଭାଜପା ଷ୍ଟାଲୱାର୍ଟ ଏଲ.କେ ଆଡଭାନୀ ଏବଂ ଅଟଳ ବିହାରୀ ବାଜପେୟୀ ପ୍ରତିନିଧିତ୍ୱ କରିଛନ୍ତି। ଯଦିଓ ଏହି ଆସନ ୧୯୮୯ ରୁ ଭାଜପାର ଏକ ଗଡ଼ ହୋଇଆସୁଛି। କିନ୍ତୁ ଯେତେବେଳେ କଂଗ୍ରେସ ଟି ଏନ ସେଶନ ଏବଂ ରାଜେଶ ଖାନ୍ନାଙ୍କ ପରି ହାଇ-ପ୍ରୋଫାଇଲ ପ୍ରାର୍ଥୀ ଚୟନ କଲା, ସେତେବେଳେ ଆକର୍ଷଣୀୟ ପ୍ରତିଯୋଗିତା ଦେଖିବାକୁ ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ

ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…

ବଡ଼ ଖବର: ବିଜେଡି ସଂସଦୀୟ ଦଳ ନେତା ପଦରୁ ସସ୍ମିତ ପାତ୍ରଙ୍କ ଇସ୍ତଫା, ବଢ଼ିଲା ଚର୍ଚ୍ଚା

ଭୁବନେଶ୍ୱର,୮।୪: ଓଡ଼ିଶା ରାଜନୀତିରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ରାଜ୍ୟ ସଭାରେ ବିଜେଡି ସଂସଦୀୟ ଦଳ ନେତା ପଦରୁ ଇସ୍ତଫା ଦେଇଛନ୍ତି ଡକ୍ଟର ସସ୍ମିତ ପାତ୍ର।…

ଇରାନକୁ ଅସ୍ତ୍ରଶସ୍ତ୍ର ଯୋଗାଉଥିବା ଦେଶ ଉପରେ ଲାଗିବ ୫୦% ଟାରିଫ, ଯୁଦ୍ଧବିରତି ପରେ ଟ୍ରମ୍ପଙ୍କ ଘୋଷଣା

ଓ୍ବାଶିଂଟନ୍‌,୮।୪:  ଯୁଦ୍ଧବିରତି ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି । ସେ ଦୃଢ଼ତାର ସହିତ କହିଛନ୍ତି ଯେ ଇରାନରେ ନେତୃତ୍ୱର ଏକ…

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରି ବନ୍ଧା ହେଲେ ଯୁବକ

ଆନନ୍ଦପୁର,୮ା୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ରାମଚନ୍ଦ୍ରପୁରୁ ଥାନା ଅଧୀନ କଡ଼ରାପlଳ ଗ୍ରାମର ପ୍ରଦୋଷ ବରାଳ (୨୮) ଗତ ମଙ୍ଗଳବାର କୌଣସି କାରଣରୁ ରାମଚନ୍ଦ୍ରପୁରୁ ଥାନା ଅଧୀନ…

MI ବିପକ୍ଷରେ ଆଉଟ୍ ହୋଇ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ! ଭାଇରାଲ୍ ହେଉଛି ଭିଡିଓ

ମୁମ୍ବାଇ,୮।୪: ଆଇପିଏଲ ୨୦୨୬ର ୧୩ତମ ଲିଗ୍ ମ୍ୟାଚ୍, ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ଏକ ଚମତ୍କାର ଇନିଂସ ଖେଳିଥିଲେ । ମାତ୍ର ୧୪ ବଲ୍‌ରେ ୩୯ ରନ୍…

ପୋଲତଳୁ ମିଳିଲା ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ…

ବଲାଙ୍ଗୀର/ଲାଠୋର,୮ା୪(ସୁନିଲ କୁମାର ମହାନ୍ତି/ଭୁବନେଶ୍ୱର ବାରିକ): ବଲାଙ୍ଗୀର ଜିଲା ଲାଠୋର ଥାନା ଅଧୀନ କରୁଆଁଝର କୋଉ ପୋଲତଳୁ ପୋଲିସ ବୁଧବାର ଏକ ମୃତଦେହ ଜବତ କରିଛି। ମୃତକ ଜଣକ…

ଯୁଦ୍ଧବିରତି ଭିତରେ ଇରାନ କଲା ବଡ଼ ଘୋଷଣା, ହର୍ମୁଜରେ ଜାହାଜ ଗଲେ ଉଡାଇ ଦେବୁ…

ନୂଆଦିଲ୍ଲୀ,୮।୪: ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧବିରତି କାର୍ଯ୍ୟକାରୀ ହେବାର ପ୍ରାୟ 12 ଘଣ୍ଟା ବିତିଗଲା, ଯେତେବେଳେ ଇରାନ ନୌସେନା ହରମୁଜ ପ୍ରଣାଳୀ ସମ୍ପର୍କରେ ଏକ ବଡ଼…

ଯୁଦ୍ଧବିରତିର ମାତ୍ର କିଛି ଘଣ୍ଟା ପରେ ଇରାନ ତୈଳ ବିଶୋଧନାଗାରରେ ବିସ୍ଫୋରଣ, କିଏ କଲା ଆକ୍ରମଣ?

ତେହେରାନ,୮।୪: ଆମେରିକା ସର୍ତ୍ତମୂଳକ ଯୁଦ୍ଧବିରତି ଘୋଷଣା କରିବାର କିଛି ଘଣ୍ଟା ପରେ ଇରାନର ଲାଭାନ ଦ୍ୱୀପରେ ପ୍ରଥମ ବଡ଼ ଆକ୍ରମଣ ହୋଇଛି । ଲାଭାନ ଦ୍ୱୀପରେ ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri