ବନ୍ଦ ରହିବ ସବୁ ଧର୍ମାନୁଷ୍ଠାନ

ବାଲେଶ୍ୱର ଅଫିସ,୧୦।୧: ମହାମାରୀ କରୋନାର ଭୟାବହତାକୁ ଦୃଷ୍ଟିରେ ରଖି ବାଲେଶ୍ୱର ଜିଲାର ସମସ୍ତ ଧର୍ମାନୁଷ୍ଠାନ ବନ୍ଦ ରଖିବାକୁ ଜିଲାପାଳ କେ.ସୁଦର୍ଶନ ଚକ୍ରବର୍ତ୍ତୀ ନିର୍ଦ୍ଦେଶ ଦେଇଛନ୍ତି। ରବିବାରଠାରୁ ଆସନ୍ତା ଫେବୃୟାରୀ ୧ତାରିଖ ପର୍ଯ୍ୟନ୍ତ ଜିଲାରେ ଥିବା ସମସ୍ତ ମନ୍ଦିର, ମସଜିଦ୍‌ ଓ ଗୁରୁଦ୍ୱାଜ ପ୍ରମୁଖ ଧର୍ମାନୁଷ୍ଠାନ ବନ୍ଦ ରଖିବାକୁ ଅଫିସ୍‌ ଚିଠି ନଂ.୧୦୮ରେ ଜିଲାପାଳ ଏହି ସ୍ବତନ୍ତ୍ର ନିର୍ଦ୍ଦେଶ ଦେଇଛନ୍ତି।
ଜିଲାର ଚନ୍ଦନଶ୍ୱର ମନ୍ଦିର, ଭୂଷଣ୍ଡେଶ୍ୱର ମନ୍ଦିର, କ୍ଷୀରଚୋରା ଗୋପୀନାଥ ମନ୍ଦିର, ପଞ୍ଚଲିଙ୍ଗେଶ୍ୱର, ନୀଳଗିରି ଜଗନ୍ନାଥ ମନ୍ଦିର, ଇମାମୀ ଜଗନ୍ନାଥ ମନ୍ଦିର, ସଜନାଗଡ଼ ଭୁଦାର ଚଣ୍ଡୀ ମନ୍ଦିର, ଝାଡ଼େଶ୍ୱର ମନ୍ଦିର, ରାମେଶ୍ୱର ମନ୍ଦିର ଆଦି ଜନସାଧାରଣଙ୍କ ପାଇଁ ବନ୍ଦ ରହିବ। କେବଳ ସର୍ବନିମ୍ନ ପୁରୋହିତ,ସେବାୟତ ଏବଂ କର୍ମଚାରୀଙ୍କ ସହିତ ନୀତିକାନ୍ତି ସହ ସମ୍ପୃୃକ୍ତ ବ୍ୟକ୍ତିଙ୍କୁ ମନ୍ଦିର ଭିତରକୁ ଯିବାକୁ ଅନୁମତି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗଭୀର ସମୁଦ୍ରରୁ ଉଦ୍ଧାର ହେଲା ଟ୍ରଲର: ବଞ୍ଚିଛନ୍ତି ମତ୍ସ୍ୟଜୀବୀ, ୩ ତାରିଖରୁ ଥିଲେ ନିଖୋଜ

ଭୋଗରାଇ,୨୭।୮(ପ୍ରଦୀପ ଦାସ): ବାଲେଶ୍ୱର ଜିଲା ଭୋଗରାଇ ସୀମାନ୍ତ ପଶ୍ଚିମବଙ୍ଗ ଦୀଘା ଉପକୂଳ ଗଭୀର ସମୁଦ୍ରରୁ ଆନ୍ଧ୍ରପ୍ରଦେଶର ଏକ ମାଛ ଧରା ଟ୍ରଲର ଭାସମାନ ଅବସ୍ଥାରେ ବିପଦରେ ଥିବା…

ସୋର ଉପକାରାଗାରର ୱାର୍ଡରଙ୍କୁ ମରଣାନ୍ତର ଆକ୍ରମଣ, ଦିବାଲୋକରେ ଗୋଡାଇ ଗୋଡାଇ ହାଣିଲେ

ସୋର,୨୬।୮(ଜନ୍ମେଜୟ ମିଶ୍ର): ସୋର ଉପକାରାଗାରର ୱାର୍ଡରଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି । ଦିନ ଦ୍ବିପହରରେ ମାଣତ୍ରୀ ଛକ ନିକଟରେ ତିନଜଣ ଦୁର୍ବୃତ୍ତ ହାଣି ଦେଇଥିବା ଜଣାପଡ଼ିଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri