୩ରୁ ଖୋଲିବ ସମସ୍ତ ଧର୍ମାନୁଷ୍ଠାନ

ଖୋର୍ଦ୍ଧା ଅଫିସ,୨୫ା୧୨:ଆସନ୍ତା ଜାନୁୟାରୀ ୩ତାରିଖରୁ ଖୋର୍ଦ୍ଧା ଜିଲାର ସମସ୍ତ ମନ୍ଦିର ଓ ଧାର୍ମିକ ଅନୁଷ୍ଠାନ ଖୋଲିବା ଲାଗି ପ୍ରଶାସନ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି। ଏ ନେଇ ଜିଲା ପ୍ରଶାସନ ପକ୍ଷରୁ ଗୁରୁବାର ଏସ୍‌ଓପି ଜାରି କରାଯାଇଛି। କୋଭିଡ୍‌-୧୯ ଗାଇଡ୍‌ଲାଇନ ଅନୁଯାୟୀ ମନ୍ଦିରରେ ଭକ୍ତଙ୍କ ଦର୍ଶନ ବ୍ୟବସ୍ଥା କରାଯିବ ବୋଲି ଜିଲାପାଳ ସନତ ମହାନ୍ତି କହିଛନ୍ତି। ତେବେ ଭୁବନେଶ୍ୱରର ଶ୍ରୀଲିଙ୍ଗରାଜ ଏବଂ ଅନ୍ୟ ମନ୍ଦିର ଏଥିରେ ଅନ୍ତର୍ଭୁକ୍ତ ନୁହେଁ ବୋଲି ଖୋର୍ଦ୍ଧା ଜିଲା ପ୍ରଶାସନ ପକ୍ଷରୁ ସ୍ପଷ୍ଟ କରାଯାଇଛି।
ସମସ୍ତ ମନ୍ଦିର ଓ ଧାର୍ମିକ ଅନୁଷ୍ଠାନ ଖୋଲିବା ନେଇ ବିଭିନ୍ନ ମନ୍ଦିର ପରିଚାଳନା ଏବଂ ଧର୍ମାନୁଷ୍ଠାନ କମିଟିର କର୍ମକର୍ତ୍ତାଙ୍କ ସହ ପ୍ରଶାସନ ଡିସେମ୍ବର ୨୧ରେ ବୈଠକ କରିଥିଲା। ଏବେ ମନ୍ଦିର ଖୋଲିବା ନିଷ୍ପତ୍ତି ପରେ ଭକ୍ତଙ୍କ ମହଲରେ ଉତ୍କଣ୍ଠା ଓ ଉତ୍ସାହ ଦେଖିବାକୁ ମିଳିଛି। କୋଭିଡ୍‌ ଗାଇଡ୍‌ଲାଇନକୁ ମନ୍ଦିର ଓ ଧାର୍ମିକ ଅନୁଷ୍ଠାନ କଡାକଡି ପାଳନ କରିବେ। ମାସ୍କ ବାଧ୍ୟତାମୂଳକ କରାଯାଇଛି। ପ୍ରବେଶ ପଥରେ ଥର୍ମାଲ ସ୍କ୍ରିନିଂ ଓ ସାନିଟାଇଜ ବ୍ୟବସ୍ଥା ରହିବ। ଦର୍ଶନ ସମୟରେ ଶ୍ରଦ୍ଧାଳୁ ସାମାଜିକ ଦୂରତା ରକ୍ଷା କରିବେ। ୬୫ବର୍ଷରୁ ଉର୍ଦ୍ଧ୍ୱ ଏବଂ ୧୦ବର୍ଷରୁ କମ୍‌ ବୟସର ଶିଶୁ ଏବଂ ଗର୍ଭବତୀ ମହିଳାଙ୍କୁ ମନ୍ଦିରକୁ ନ ଯିବା ଲାଗି ପ୍ରଶାସନ ପକ୍ଷରୁ ପରାର୍ମଶ ଦିଆଯାଇଛି। କୋଭିଡ ନିୟମ ଉଲ୍ଲଘଂନ ହେଲେ ବିପର୍ଯ୍ୟୟ ପରିଚାଳନା ଅଧିନିୟମ ୨୦୦୫ ଏବଂ ଏପିଡେମିକ ଡିଜିଜ୍‌ ଆକ୍ଟ ୧୯୮୭ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଏ ନେଇ ସ୍ଥାନୀୟ ତହସିଲଦାର ଓ ଭାରପ୍ରାପ୍ତ ଥାନାଧିକାରୀମାନଙ୍କ ତରଫରୁ ଏନ୍‌ଫୋର୍ସମେଣ୍ଟ ଟିମ ଗଠନ କରାଯାଇଛି। ଏହି ଟିମ୍‌ ନିଜ ଅଞ୍ଚଳରେ ମନ୍ଦିରରେ ଯାଞ୍ଚ କରିବା ସହ ଆବଶ୍ୟକ ପଦକ୍ଷେପ ଗ୍ରହଣ କରିବେ ବୋଲି ଜିଲା ପ୍ରଶାସନ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବଜେଟ ଉପସ୍ଥାପନ ପୂର୍ବରୁ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ: ସୁବର୍ଣ୍ଣ ଯୁଗ ଆଡ଼କୁ…

ଭୁବନେଶ୍ୱର,୨୦।୨: ରାଜ୍ୟ ସରକାରଙ୍କ ପକ୍ଷରୁ ୨୦୨୬-୨୭ ଆର୍ଥିକବର୍ଷ ପାଇଁ ଆଉ କିଛି ସମୟ ପରେ ବଜେଟ ଉପସ୍ଥାପନ ହେବାକୁ ଯାଉଛି। ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ…

ସୁପର ୮ରେ ଟିମ ଇଣ୍ଡିଆର ପ୍ଲେଇଂ ଇଲେଭେନରୁ ବାଦ ପଡିପାରନ୍ତି ଅଭିଷେକ ଶର୍ମାଙ୍କ ସମେତ ଏହି ୩ ଖେଳାଳି, ନାମ ଜାଣିଲେ ବିଶ୍ୱାସ ହେବନି

ନୂଆଦିଲ୍ଲୀ,୨୦।୨: ୨୦୨୬ ଟି୨୦ ବିଶ୍ୱକପର ସୁପର ୮ ପର୍ଯ୍ୟାୟ ଫେବୃଆରୀ ୨୧ରେ ଆରମ୍ଭ ହେଉଛି। ପରବର୍ତ୍ତୀ ପର୍ଯ୍ୟାୟକୁ ଯାଉଥିବା ସମସ୍ତ ଆଠଟି ଦଳକୁ ଚାରିଟି ଦଳରେ ବିଭକ୍ତ…

ଟି-୨୦ ବିଶ୍ୱକପ୍‌ରେ ପୁଣି ହେବ କି ଭାରତ-ପାକିସ୍ତାନ ମ୍ୟାଚ୍‌: ଜାଣନ୍ତୁ କ’ଣ ରହିଛି ସମୀକରଣ

ନୂଆଦିଲ୍ଲୀ,୨୦।୨: ଟି୨୦ ବିଶ୍ୱକପର ୨୭ତମ ଲିଗ ମ୍ୟାଚ ଭାରତ ଏବଂ ପାକିସ୍ତାନ ମଧ୍ୟରେ କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିଲା। ଟିମ ଇଣ୍ଡିଆ ଏହି ମ୍ୟାଚକୁ ୬୧…

ଘର ଭିତରୁ ମିଳିଲା ମହିଳାଙ୍କ ଗଳିତ ମୃତଦେହ, ବଢ଼ିଲା ହତ୍ୟା ସନ୍ଦେହ

ବ୍ରଜରାଜନଗର,୨୦।୨(ବିଜୟ ବରାଡ଼): ଝାରସୁଗୁଡ଼ା ଜିଲା ଓରିଏଣ୍ଟ ଥାନା ଅନ୍ତର୍ଗତ ସାନଯୋବ ହନୁମାନ ମନ୍ଦିରପଡ଼ାରେ ରହୁଥିବା ଜଣେ ମହିଳାଙ୍କ ଗଳିତ ମୃତଦେହ ପୋଲିସ ଜବତ କରିଛି। ମୃତକ ହେଲେ…

ଆଗାମୀ ଦୁଇଦିନ ବଜ୍ରପାତ ସହ ପ୍ରବଳ ବର୍ଷା! ଏସବୁ ଜିଲାକୁ ହାଇ ଆଲର୍ଟ…

ନୂଆଦିଲ୍ଲୀ,୨୦।୨: ୨୪ ଘଣ୍ଟା ଭିତରେ ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଅନୁଭୁତ ହୋଇଛି । ଭାରତୀୟ ପାଣିପାଗ ବିଭାଗ (IMD) ଅନୁଯାୟୀ ଆଗାମୀ ୨…

ବିଧାନସଭାରୁ ଆସିଲା ସାଂଘାତିକ ଚିତ୍ର, ପୁଣି ବଢ଼ିଲା ଡ୍ରପ୍‌ ଆଉଟ୍‌, ୧୨.୮%ରୁ ବଢ଼ି…

ଭୁବନେଶ୍ୱର,୨୦ା୨: ଡ୍ରପ୍‌ ଆଉଟକୁ ନେଇ ବିଧାନସଭାରୁ ଆସିଛି ସାଂଘାତିକ ଚିତ୍ର। ପୁଣି ବଢ଼ିଛି ଡ୍ରପ୍‌ ଆଉଟ୍‌। ଏହା ୧୨.୮%ରୁ ବଢ଼ି ୧୫%ରେ ପହଞ୍ଚିଛି। ୨୦୨୪-୨୫ ଶିକ୍ଷାବର୍ଷରେ ୯ମ…

DA Hike: କର୍ମଚାରୀଙ୍କ ପାଇଁ ଖୁସି ଖବର, ହୋଲି ପୂର୍ବରୁ ଆସିବ ଅଧିକ ଦରମା!

ନୂଆଦିଲ୍ଲୀ,୨୦।୨: ଖୁବଶୀଘ୍ର ଖୁସି ଖବର ଦେବାକୁ ଯାଉଛନ୍ତି ମୋଦି ସରକାର । ୧ କୋଟିରୁ ଅଧିକ କର୍ମଚାରୀ ଓ ପେନସନଭୋଗୀଙ୍କ ପାଇଁ ଖୁସି ଖବର ରହିଛି ।…

ଆଲୋକମାଳାରେ ଝଲସୁଛି ବ୍ରାହ୍ମଣୀଗାଁ: ନାମଯଜ୍ଞରେ କମ୍ପୁଛି ମୁକ୍ତେଶ୍ୱରଙ୍କ ପୀଠ

ଦାରିଙ୍ଗବାଡ଼ି/ବ୍ରାହ୍ମଣୀଗାଁ,୨୦ା୨ଅରୁଣ ସାହୁ/ମନୋରଞ୍ଜନ ରଣା): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁଠାରେ ଶ୍ରୀ ଶ୍ରୀ ମୁକ୍ତେଶ୍ୱର ମହାରୁଦ୍ରଙ୍କ ଜୀର୍ଣ୍ଣୋଦ୍ଧାର ଭବ୍ୟ ମନ୍ଦିର ଓ ହନୁମାନଙ୍କ ବିଗ୍ରହ ପ୍ରତିଷ୍ଠା ମହାସମାରୋହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri