‘ମହିମାପୀଠର ସବୁ ଆବଶ୍ୟକତା ପୂରଣ କରାଯିବ’

ଢେଙ୍କାନାଳ ଅଫିସ,୩୦।୫: ମହିମା ଧର୍ମ ଓଡ଼ିଶାରୁ ସୃଷ୍ଟି ହୋଇଛି। ସରଳ ଜୀବନଯାପନ, ସମାନତା, ବିଶ୍ୱ କଲ୍ୟାଣ, ନିଷ୍ଠାର ସହ ସେବା କରିବା ଏହାର ମୁଖ୍ୟ ଉଦ୍ଦେଶ୍ୟ। ଓଡ଼ିଶା ବ୍ୟତୀତ ଆସାମ, ଝାଡ଼ଖଣ୍ଡ, ଛତିଶଗଡ଼ରେ ମଧ୍ୟ ଏହି ଧର୍ମ ଲୋକପ୍ରିୟ। ରାଜ୍ୟ ଓ ରାଜ୍ୟ ବାହାରେ ଏହାର ପ୍ରଚାର ପ୍ରସାର ପାଇଁ ମୁଖ୍ୟମନ୍ତ୍ରୀ ସମସ୍ତ ସହଯୋଗ କରିବେ ବୋଲି କହିଛନ୍ତି। ମହିମା ଧର୍ମର ବିକାଶ ଓ ଆବଶ୍ୟକତା ପାଇଁ ଯାହା ପ୍ରସ୍ତାବ ଦିଆଯିବ, ସେସବୁକୁ ପୂରଣ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ପ୍ରତିଶ୍ରୁତି ଦେଇ ଏଠାକୁ ପଠାଇଛନ୍ତି ବୋଲି କହିଛନ୍ତି ରାଜ୍ୟ ସରକାରଙ୍କ ୫-ଟି ସଚିବ ଭି. କାର୍ତ୍ତିକେୟନ ପାଣ୍ଡିଆନ୍‌। ବିଶ୍ୱପ୍ରସିଦ୍ଧ ମହିମା ଧର୍ମପୀଠ ଯୋରନ୍ଦା ଗାଦିମନ୍ଦିର ନିକଟରେ ସୋମବାର ଆୟୋଜିତ ଏକ କାର୍ଯ୍ୟକ୍ରମରେ ଯୋଗଦେଇ ୫-ଟି ସଚିବ ଏହା କହିଛନ୍ତି।
ମହିମାଧର୍ମର ମହିମା ବଖାଣି ୫-ଟି ସଚିବ କହିଲେ, ମୁଖ୍ୟମନ୍ତ୍ରୀଙ୍କୁ ଦେଖା କରିବାକୁ ଆସୁଥିବା ମହିମା ସାଧୁସନ୍ଥମାନେ ତାଙ୍କୁ ତାଳପତ୍ର ପଙ୍ଖା ପ୍ରଦାନ କରିଥାଆନ୍ତି। ସନ୍ଥକବି ଭୀମ ଭୋଇଙ୍କ ପ୍ରତି ମୁଖ୍ୟମନ୍ତ୍ରୀଙ୍କ ଯଥେଷ୍ଟ ସମ୍ମାନ ରହିଛି। ଭିନ୍ନକ୍ଷମଙ୍କ ପାଇଁ ଅନୁଷ୍ଠିତ ଶିବିରକୁ ସେ ଭୀମ ଭୋଇ ସାମର୍ଥ୍ୟ ଶିବିର ବୋଲି ନାମକରଣ କରାଯାଇଛି। ବଲାଙ୍ଗୀର ମେଡିକାଲ କଲେଜକୁ ସନ୍ଥକବି ଭୀମ ଭୋଇଙ୍କ ନାମରେ ନାମିତ କରାଯାଇଛି। ଢେଙ୍କାନାଳ ଜିଲାର କାଲୁରିଆ-ଦିଘି ମଧ୍ୟରେ ପ୍ରବାହିତ ବ୍ରାହ୍ମଣୀ ନଦୀ ଉପରେ ନବନିର୍ମିତ ସେତୁକୁ ‘ମହିମା ସେତୁ’ ଭାବେ ନାମିତ କରାଯାଇଛି ବୋଲି ସେ ସୂଚନା ଦେଇଥିଲେ। ଏହି ଅବସରରେ ୫-ଟି ସଚିବ ଅଲେଖ ମହିମା ସ୍ବାମୀଙ୍କ ନିକଟରେ ଜଗତମଙ୍ଗଳ କାମନା କରିବା ସହ ସାଧୁସନ୍ଥଙ୍କ ଆଶୀର୍ବାଦ ଲୋଡ଼ିଥିଲେ।
ମଧ୍ୟାହ୍ନ ୧୨ଟାରେ ୫-ଟି ସଚିବ ଏକ ହେଲିକପ୍ଟରରେ ଆସି ଯୋରନ୍ଦା ହାଇସ୍କୁଲରେ କରାଯାଇଥିବା ଅସ୍ଥାୟୀ ହେଲିପ୍ୟାଡ୍‌ରେ ଅବତରଣ କରିଥିଲେ। ତାଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ଅତିରିକ୍ତ ସଚିବ ରୂପାରୋଶନ ସାହୁ, କ୍ରୀଡ଼ା ସଚିବ ଭିନିଲ କ୍ରିଷ୍ଣା ମଧ୍ୟ ଆସିଥିଲେ। ପ୍ରଶାସନ ପକ୍ଷରୁ ଜିଲାପାଳ ସରୋଜ ସେଠୀ ତାଙ୍କୁ ସ୍ବାଗତ କରିଥିଲେ। ସଭା ପରେ ୫-ଟି ସଚିବ ଗାଦିମନ୍ଦିର, ଶୂନ୍ୟମନ୍ଦିର, ଅଖଣ୍ଡବତି ମନ୍ଦିର, ଜ୍ୟୋତିମନ୍ଦିର, ବଳ୍କଳଧାରୀ, କୌପୀନଧାରୀ ମହିମା ସମାଜର ଆଶ୍ରମ, ଭଜନ ମଣ୍ଡପ, ନବାହ୍ନ ମଣ୍ଡପ ବୁଲି ଦେଖିଥିଲେ। ପୀଠରେ ରାଜ୍ୟ ସରକାରଙ୍କ ପ୍ରଦତ୍ତ ୧୦ କୋଟି ଟଙ୍କାରେ ଚାଲିଥିବା ଉନ୍ନୟନମୂଳକ କାର୍ଯ୍ୟର ଅନୁଧ୍ୟାନ କରିଥିଲେ। ମହିମା ସାଧୁମାନେ ଲିଖିତ ଭାବେ ସମସ୍ୟା ଉପସ୍ଥାପନ କରିଥିଲେ। ପରେ ବଳ୍କଳଧାରୀ ମହିମା ସମାଜ ଆସ୍ଥାନ ପରିସରରେ ଉଭୟ ଗୋଷ୍ଠୀର ସାଧୁସନ୍ଥଙ୍କ ସହ ପ୍ରସାଦ ସେବନ କରିଥିଲେ। ମନ୍ତ୍ରୀ ପ୍ରଫୁଲ୍ଲ କୁମାର ମଲ୍ଲିକ, ଏମ୍‌ପି ମହେଶ ସାହୁ, ଜିଲା ବିଜେଡି ପର୍ଯ୍ୟବେକ୍ଷକ ତଥା ବିଧାୟକ ପ୍ରଣବ ପ୍ରକାଶ ଦାସ, ଢେଙ୍କାନାଳ ବିଧାୟକ ସୁଧୀର କୁମାର ସାମଲ, ପରଜଙ୍ଗ ବିଧାୟକ ଡା. ନୃସିଂହ ଚରଣ ସାହୁ, ହିନ୍ଦୋଳ ବିଧାୟିକା ସୀମାରାଣୀ ନାୟକ, ତାଳଚେର ବିଧାୟକ ବ୍ରଜକିଶୋର ପ୍ରଧାନ, ପାଲଲହଡା ବିଧାୟକ ମୁକେଶ ପାଲ, ଛେଣ୍ଡିପଦା ବିଧାୟକ ସୁଶାନ୍ତ ବେହେରା, କୋରାପୁଟରୁ ଆସିଥିବା ସଂଯୋଜକ ଈଶ୍ୱରଚନ୍ଦ୍ର ପାଣିଗ୍ରାହୀ ପ୍ରମୁଖ ଉପସ୍ଥିତ ଥିଲେ।
ବଳ୍କଳଧାରୀ ମହିମା ସମାଜ ପକ୍ଷରୁ ନିତ୍ୟାନନ୍ଦ ବାବା, କୌପୀନଧାରୀ ମହିମା ସମାଜ ପକ୍ଷରୁ ଶ୍ରୀମଦ୍‌ ରଘୁନାଥ ବାବା, ଅବିନାଶୀ ବାବାଙ୍କ ସମେତ ଶତାଧିକ ସାଧୁସନ୍ଥ ଉପସ୍ଥିତ ଥିଲେ। ଉତ୍ତର କେନ୍ଦ୍ରାଞ୍ଚଳ ଡିଆଇଜି ବ୍ରିଜେଶ କୁମାର ରାୟଙ୍କ ନେତୃତ୍ୱ ଏବଂ ଏସ୍‌ପି ଜ୍ଞାନରଞ୍ଜନ ମହାପାତ୍ରଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଆଇନଶୃଙ୍ଖଳା ରକ୍ଷା ପାଇଁ ପୋଲିସ ମୁତୟନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୧୫ ଦିନରେ ଦଳବଦଳ: ଭାଜପାରେ ମିଶିଥିବା କର୍ମୀ ବିଜେଡିକୁ ଫେରିଲେ

ବିଞ୍ଝାରପୁର,୨୪ା୪(ରାମକୃଷ୍ଣ ଦାସ):ସାଧାରଣ ନିର୍ବାଚନକୁ ଦୃଷ୍ଟିରେ ରଖି ବିଞ୍ଝାରପୁରରେ ଏଥର ୩ ପ୍ରମୁଖ ରାଜନୈତିକ ଦଳ ନିଜର ରଣନୀତି ସୁଦୃଢ଼ କରୁଛନ୍ତି। ବିଞ୍ଝାରପୁର ନିର୍ବାଚନମଣ୍ଡଳୀ ଭାଜପା ପ୍ରାର୍ଥୀ...

ବର୍ଷାଙ୍କୁ ଜିତାଇବାକୁ ପ୍ରଣବଙ୍କ ନିବେଦନ

ଚଣ୍ଡିଖୋଲ/ବଡ଼ଚଣା,୨୪ା୪(ପ୍ରଦୀପ୍ତ କୁମାର ପୃଷ୍ଟି/ଦିଲୀପ କୁମାର ମହାନ୍ତି):ଯାଜପୁର ଜିଲା ବଡ଼ଚଣା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ବିଜେଡି ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କୁ ପ୍ରାର୍ଥୀ କରିଛି। ରାଜନୀତି କ୍ଷେତ୍ରରେ ସମ୍ପୂର୍ଣ୍ଣ...

୨୯ ଓଭର ହେଡ୍‌ ଟାଙ୍କି, ଲୋକଙ୍କୁ ପାଣି ମୁନ୍ଦେ ମିଳୁନି

ମାର୍ଶାଘାଇ,୨୪ା୪ (ଶୁଭେନ୍ଦୁ ପ୍ରସାଦ ଚୌଧୁରୀ):କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ବ୍ଲକ ଅଞ୍ଚଳରେ ପାନୀୟ ଜଳ ସମସ୍ୟାକୁ ନେଇ ଲୋକେ ତ୍ରାହି ତ୍ରାହି ଡାକିଲେଣି। ପ୍ରଚଣ୍ଡ ରୌଦ୍ରତାପ ସାଙ୍ଗକୁ...

ଋ଼ଣ ଖିଲାପ ପରେ ଘର ଅଧିଗ୍ରହଣ କଲା ବ୍ୟାଙ୍କ

ପାରାଦୀପ,୨୪।୪(ଶରତ ରାଉତ):ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ଗଡ଼ଠାରେ ମଙ୍ଗଳବାର ଏକ କୋଠାଘରକୁ ବ୍ୟାଙ୍କ କର୍ତ୍ତୃପକ୍ଷ ନିଜ ହେପାଜତକୁ ନେଇଛନ୍ତି। ଉକ୍ତ ଘର ପାଇଁ ନିଆଯାଇଥିବା ଋ଼ଣ...

ଶୁଖିଲାଣି ଜଳାଶୟ, ଉତ୍କଟ ଜଳ ସଙ୍କଟ

ଜଗତ୍‌ସିଂହପୁର, ୨୩ା୪ (ପ୍ରମୋଦ କୁମାର ନାୟକ):ପ୍ରବଳ ଗ୍ରୀଷ୍ମପ୍ରବାହ ଯୋଗୁ ଜଗତ୍‌ସିଂହପୁର ସହରରେ ଜଳସଙ୍କଟ ସୃଷ୍ଟି ହୋଇଛି। ଗଡିଆ, ପୋଖରୀଗୁଡିକ ଶୁଖିଯିବା ସହ ଭୂତଳ ଜଳସ୍ତର ହ୍ରାସ...

ବିଜେଡି, ଭାଜପାରେ ଗୋଷ୍ଠୀ କନ୍ଦଳ

ପଟ୍ଟାମୁଣ୍ଡାଇ,୨୪ା୪ (କଳ୍ପତରୁ ନାୟକ):କେନ୍ଦ୍ରାପଡ଼ା ଜିଲା ରାଜନଗର ବିଧାନସଭା ଆସନ ସବୁବେଳେ ରାଜ୍ୟ ରାଜନୀତିରେ ସମ୍ବେଦନଶୀଳ ଓ ଗୁରୁତ୍ୱପୂର୍ଣ୍ଣ ହୋଇଆସିଛି। ସବୁଥର ଏହି ଆସନରେ ବିଜେଡି ଓ...

ବିଜେଡି ଛାଡ଼ିଲେ ବରିଷ୍ଠ ନେତା ଭକ୍ତିପ୍ରସାଦ

ଅନୁଗୋଳ,୨୪।୪ (ଅମିତ କୁମାର ସାମଲ):ଅନୁଗୋଳ ଜିଲାର ବରିଷ୍ଠ ନେତା ଭକ୍ତି ପ୍ରସାଦ ଦାସ ମଙ୍ଗଳବାର ବିଜୁ ଜନତା ଦଳରୁ ଇସ୍ତଫା ଦେଇଛନ୍ତି। ଦଳରେ ତାଙ୍କୁ ଅଣଦେଖା...

ରଣେନ୍ଦ୍ରଙ୍କ ଭାଇରାଲ ଭିଡିଓକୁ ନେଇ ହଇଚଇ

ନିମାପଡ଼ା,୨୪ା୪(ରଞ୍ଜନ ପଟ୍ଟନାୟକ):ପୁରୀ ଜିଲା ବିଜେଡି ପର୍ଯ୍ୟବେକ୍ଷକ ରଣେନ୍ଦ୍ର ପ୍ରତାପ ସ୍ବାଇଁଙ୍କ ଭାଇରାଲ ଭିଡିଓକୁ ନେଇ ଏବେ ନିମାପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀରେ ହଟଚମଟ ସୃଷ୍ଟି ହୋଇଛି। ସମ୍ପ୍ରତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri