Posted inଖେଳ

ବିଶ୍ୱକପ୍‌ ଆରମ୍ଭରୁ ବିପର୍ଯ୍ୟୟ

ଅଲ ଆମେରାତ,୧୭।୧୦: ଟି୨୦ ବିଶ୍ୱକପ୍‌ ଆରମ୍ଭରୁ ବିପର୍ଯ୍ୟୟ ଘଟିଛି। ବାଂଲାଦେଶକୁ ୬ ରନ୍‌ରେ ହରାଇ ଦେଇଛି ଦୁର୍ବଳ ସ୍କଟଲାଣ୍ଡ। ୧୪୧ ରନ୍‌ର ବିଜୟ ଲକ୍ଷ୍ୟ ନେଇ ଓହ୍ଲାଇଥିବା ବାଂଲାଦେଶ ୭ ଉଇକେଟ ହରାଇ ୧୩୪ ରନ୍‌ କରିବାକୁ ସକ୍ଷମ ହୋଇଥିଲା। ଏହି ବିପର୍ଯ୍ୟୟ ପାଇଁ ସ୍କଟଲାଣ୍ଡର ଫିଲ୍ଡରଙ୍କ ସହିତ ଉଭୟ ବ୍ୟାଟ ଓ ବଲରେ ପ୍ରଦର୍ଶନ କରିଥିବା କ୍ରିସ ଗ୍ରେଭେସଙ୍କୁ ଶ୍ରେୟ ଦେବାକୁ ପଡ଼ିବ।

ଆମନ୍ତ୍ରଣ ପାଇ ପ୍ରଥମେ ବ୍ୟାଟିଂ କରିଥିବା ସ୍କଟଲାଣ୍ଡ ଆରମ୍ଭରୁ ବିପର୍ଯ୍ୟୟର ସମ୍ମୁଖୀନ ହୋଇଥିଲା। ଏପରି କି ଦଳ ମାତ୍ର ୫୩ ରନ୍‌ରେ ହରାଇ ସାରିଥିଲା ୬ ଉଇକେଟ। କିନ୍ତୁ ଗ୍ରେଭେସଙ୍କ ସହ ମାର୍କ ଓ୍ବାଟ (୨୨) ମିଶି ୭ମ ଉଇକେଟ ପାଇଁ ୫୧ ରନ୍‌ ଯୋଡ଼ିଥିଲେ। ଗ୍ରେଭେସ ୨୮ ବଲରେ ଖେଳିଥିଲେ ୪୫ ରନ୍‌ର ବିସ୍ଫୋରକ ପାଳି। ତାଙ୍କ ଇନିଂସରେ ସାମିଲ ଥିଲା ୪ ଚୌକା ଓ ୨ ଛକା। ଫଳରେ ୨୦ ଓଭରରେ ୯ ଉଇକେଟ ହରାଇ ୧୪୦ ରନ୍‌ କରିଥିଲା।

ଜବାବରେ ବାଂଲାଦେଶ ୧୮ ରନ୍‌ ମଧ୍ୟରେ ଦୁଇ ଓପନରଙ୍କ ଉଇକେଟ ହରାଇବା ପରେ ଶାକିବ ଅଲ ହାସନ (୨୦) ଓ ମୁଶଫିକର ରହିମ (୩୮) ସ୍ଥିତି ସମ୍ଭାଳି ଥିଲେ। ମାତ୍ର ଦୁହିଁଙ୍କୁ ପ୍ୟାଭିଲିଅନ ପଠାଇଥିଲେ ଗ୍ରେଭେସ। ଅଧିନାୟକ ମେହମ୍ମୁଦୁଲା ୨୩ ଓ ଅଫିଫ ହୋସେନ (୧୮)ଙ୍କ ଯୋଗଦାନ ସତ୍ତ୍ୱେ ବାଂଲାଦେଶ ବିଜୟ ଲକ୍ଷ୍ୟଠାରୁ ୭ ରନ୍‌ ଦୂରରେ ରହି ଯାଇଥିଲା। ବିଜୟୀ ଦଳ ପାଇଁ ବ୍ରାଡଲି ୩ ଉଇକେଟ ନେଇଥିବା ବେଳେ ଗ୍ରେଭେସ ୨ ଉଇକେଟ ହାତେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶୀତ ମହୋତ୍ସବରେ ଯୋଗଦେବେ ନବରଙ୍ଗପୁର ବିଧାୟକ ଗୌରୀ ଶଙ୍କର: ଭାଜପା କର୍ମକର୍ତ୍ତଙ୍କୁ ଭେଟି …

ଦାରିଙ୍ଗବାଡି,୨୭।୧୨(ଅରୁଣ ସାହୁ ): ଦାରିଙ୍ଗବାଡିରେ ଆସନ୍ତା ଜାନୁଆରୀ ୮ରୁ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ଅନୁଷ୍ଠିତ ହେବାକୁ ଯାଉଛି। ଗତ ୨୦୧୫ରୁ ପ୍ରଥମଥର ପାଇଁ ତାଜ୍ୟ ସ୍ତରୀୟ...

ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା: ଭଞ୍ଜନଗର ଆଇଆରବି ବାଟାଲିୟନ ରନର୍ସ ଅପ୍‌

ଭଞ୍ଜନଗର, ୨ ୮।୧୨(ବାବୁଲା ପ୍ରଧାନ): ସ୍ପେଶାଲ ଅପରେଶନ ଗ୍ରୁପ (ଏସଓଜି) ଚନ୍ଦକା ଠାରେ ୮ମ ରାଜ୍ୟ ପୋଲିସ ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା ଉଦ୍‌ଯାପିତ ହୋଇଯାଇଛି...

ମ୍ଭାରୀଗୁଡା ରାସ୍ତାପଟେ ବୃଦ୍ଧା ଯାଉଥିବା ବେଳେ ହଠାତ୍‌ ଆସିଲା ଭାଲୁ : ପରେ…

ନୂଆପଡ଼ା/ସିନାପାଲି,୨୮ା୧୨ (ମକାରୁ ବେମାଲ/ମନଫୁଲ ମେହେର): ନୂଆପଡ଼ା ଜିଲା ସିନାପାଲି ଥାନା ଗଣ୍ଡାବାହାଲି ଗାଁରେ ଶୁକ୍ରବାର ଭାଲୁ ଆକ୍ରମଣରେ ଜଣେ ବୃଦ୍ଧାଙ୍କ ମୁତ୍ୟୁ ଘଟିଛି। ସେ ହେଲେ...

ସର୍ୱୋତ୍ତମ ପ୍ରତିନିଧିତ୍ୱ ବ୍ୟବସ୍ଥା

କ୍ଷତା, ଯୋଗ୍ୟତା ଓ ଲୋକପ୍ରିୟତା ନିର୍ୱିଶେଷରେ ହାତୀ ସୁନାକଳସ ଢାଳିଲା ପରି ଆମ ଲୋକପ୍ରତିନିଧିମାନେ ସଦନକୁ ନିର୍ୱାଚିତ ହୋଇଯାଉଛନ୍ତି। ନିର୍ୱାଚନର ନୀତି ନିୟମ ଅନୁଯାୟୀ ଜଣେ...

ସଙ୍କଟରେ ପକ୍ଷୀକୁଳ

ବତ୍ତର୍ର୍ନର ସ୍ତରକୁ ଲକ୍ଷ୍ୟ କଲେ ଜଣାଯାଏ ମଣିଷ ଆଗମନର ଢେର ଆଗରୁ ସୃଷ୍ଟି ହୋଇଥିଲେ ଉଦ୍ଭିଦମାନେ ଆଉ କ୍ରମେ ଉଦ୍ଭବ ହୋଇଥିଲେ ବିବିଧ ପ୍ରାଣୀ। ମଣିଷ...

ଉଦ୍ଦେଶ୍ୟ ଓ ଉଦାସୀନତା

ଭାରତୀୟ ଜନତା ପାର୍ଟି (ଭାଜପା) ଏହାର ବିଚାରଧାରାକୁ କାର୍ଯ୍ୟକାରୀ କରିବା ପାଇଁ ଦୃଢ଼ ସଂକଳ୍ପ ନେଇଛି ଏବଂ ଏହା ତାହାର ମୂଳ ଉଦ୍ଦେଶ୍ୟ। ଦଳ କ୍ଷମତାରେ...

କାଠଗଡ଼ାକୁ ଯିବେ ରହମାନ୍‌ ଡକୈତ

ମୁମ୍ୱାଇ,୨୮ା୧୨: ‘ଧୁରନ୍ଧର’ ଫିଲ୍ମର ସୁପରହିଟ୍‌ ସଫଳତା ପରେ ଅଭିନେତା ଅକ୍ଷୟ ଖାନ୍ନାଙ୍କ ଡିମାଣ୍ଡ ରାତାରାତି ବଢ଼ିଯାଇଛି। ସେ ନିଜ ସାଲାରି ୩ ଗୁଣା ବଢ଼ାଇଦେଇଛନ୍ତି। ଏପରି...

ପ୍ରତିଷ୍ଠା ଦିବସର ଦିନକ ପରେ ବଡ଼ ଘୋଷଣା କଲା ବିଜେଡି

ଭୁବନେଶ୍ୱର,୨୮ା୧୨(ସୁନିତ୍‌ ମିଶ୍ର): ବିଜେଡି ପ୍ରତିଷ୍ଠା ଦିବସ ପାଳନର ଦିନକ ପରେ ୧୧ ସାଙ୍ଗଠନିକ ଜିଲା ପାଇଁ ଦଳ ସଭାପତି ନବୀନ ପଟ୍ଟନାୟକ ଶନିବାର ତାଲିକା ପ୍ରକାଶ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri