Posted inଖେଳ

ଧାରା ଭାଙ୍ଗିଲା ଭାରତ

ଅହମ୍ମଦାବାଦ,୧୮।୩: ସ୍ଥାନୀୟ ନରେନ୍ଦ୍ର ମୋଦି ଷ୍ଟାଡିମୟରେ ଖେଳାଯାଇଥିବା ୪ର୍ଥ ଟି୨୦ ମ୍ୟାଚ୍‌ରେ ଇଂଲଣ୍ଡକୁ ୮ ରନ୍‌ରେ ହରାଇ ଦେଇଛି ଭାରତ। ଏଥି ଯୋଗୁ ୫ ମ୍ୟାଚ୍‌ ବିଶିଷ୍ଟ ସିରିଜ୍‌ ଏବେ ୨-୨ର ବରାବର ସ୍ଥିତିରେ ପହଞ୍ଚିଛି। ସିରିଜ୍‌ର ଅନ୍ତିମ ତଥା ଫାଇନାଲ ମ୍ୟାଚ୍‌ ଆସନ୍ତା ଶନିବାର ସମାନ ଭେନ୍ୟୁରେ ଖେଳାଯିବ।

ସୂର୍ଯ୍ୟକୁମାର ଯାଦବଙ୍କ ଅର୍ଦ୍ଧଶତକୀୟ ଇନିଂସ ବଳରେ ଆମନ୍ତ୍ରଣ ପାଇ ପ୍ରଥମେ ବ୍ୟାଟିଂ କରିଥିବା ଟିମ୍‌ ଇଣ୍ଡିଆ ପୂରା ୨୦ ଓଭରରେ ୮ ଉଇକେଟ ହରାଇ ୧୮୫ ରନ୍‌ କରିଥିଲା। ସୂର୍ଯ୍ୟ ସର୍ବାଧିକ ୫୭ ରନ୍‌ କରିଥିବାବେଳେ ତାଙ୍କୁ ସହାୟତା ଦେଇଥିଲେ ଶ୍ରେୟାସ ଆୟାର (୩୭) ଓ ରିଷଭ ପନ୍ତ (୩୦) ଉପଯୁକ୍ତ। ଭ୍ରମଣକାରୀ ବୋଲରଙ୍କ ମଧ୍ୟରେ ସବୁଠୁ ଘାତକ ସାବ୍ୟସ୍ତ ହୋଇଥିଲେ ଜୋଫ୍ରା ଆର୍ଚ୍ଚର। ସେ ୪ ଉଇକେଟ ହାତେଇଥିଲେ। ଜବାବରେ ଭାରତୀୟ ବୋଲିଂ ଆଟାକ୍‌ ଇଂଲଣ୍ଡ ଦଳକୁ କ୍ରମାଗତ ଝଟକା ଦେଇଥିଲା। ଏଥିଯୋଗୁ ଇଂଲଣ୍ଡ ଶେଷ ପର୍ଯ୍ୟନ୍ତ ଖେଳି ୮ ଉଇକେଟ ହରାଇ ୧୭୭ ରନ୍‌ କରିବାକୁ ସକ୍ଷମ ହୋଇଥିଲା। ଦଳ ପାଇଁ ଜାସନ ରୟ ୪୦, ବେନ ଷ୍ଟୋକ୍ସ ୪୬, ଜନ୍ନି ବେଆରଷ୍ଟୋ ୨୫ ରନ୍‌ କରିଥିଲେ। ଭାରତ ପାଇଁ ଶାର୍ଦ୍ଦୁଳ ଠାକୁର ସର୍ବାଧିକ ୩ ଉଇକେଟ ନେଇଥିବାବେଳେ ରାହୁଲ ଚହର ଓ ହାର୍ଦ୍ଦିକ ପାଣ୍ଡ୍ୟା ୨ ଲେଖାଏ ଉଇକେଟ ହାତେଇଥିଲେ। ଚଳିତ ସିରିଜ୍‌ରେ ପ୍ରଥମ ଥର ପାଇଁ ଆଗ ବ୍ୟାଟିଂ କରିଥିବା ଦଳ ବିଜୟ ହାସଲ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

୩ରେ ଆସି ୫ରେ ଫେରିବେ ଶାହା: ଜାଣନ୍ତୁ ସମ୍ପୂର୍ଣ୍ଣ କାର୍ଯ୍ୟକ୍ରମ

ଭୁବନେଶ୍ୱର,୧ା୭(ସୁନିତ୍‌ ମିଶ୍ର):ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ୩ ତାରିଖ ସା ୮ଟା ୪୦ରେ ଝାରସୁଗୁଡ଼ା ଠାରେ ପହଞ୍ଚିବେ। ଏହାପରେ ସ୍ଥାନୀୟ ଏକ ଘରୋଇ ହୋଟେଲରେ ରାତ୍ରିଯାପନ କରିବେ।…

ଭାଜପାରେ ଚାଲିଛି ପତିଆରା ଲଢେଇ: ନିଗମ ପାଇଁ ଚତୁର ଗୋଟିଚାଳନା

ଭୁବନେଶ୍ୱର,୧।୭(ସୁନିତ୍‌ ମିଶ୍ର): ଓଡ଼ିଶାରେ ଭାଜପା ଶାସନକୁ ଆସିବାର ୨ ବର୍ଷ ପୂର୍ତ୍ତି ଉତ୍ସବ ନିକଟରେ ପାଳନ ହୋଇସାରିଛି। ରାଜ୍ୟର ଅନେକ ଜିଲାରେ ଏବେ ମଧ୍ୟ ସରକାରୀ ସ୍ତରରେ…

କାଲି ଥିଲେ ଶକ୍ତିଶାଳୀ, ଏବେ ମାଛି ଉଡାଉଛନ୍ତି ଏସବୁ ଆଇପିଏସ୍‌ ଅଫିସର

ଭୁବନେଶ୍ୱର,୧।୭(ସୁନିତ୍‌ ମିଶ୍ର): ୧୯୯୭ ବ୍ୟାଚ୍‌ ଆଇପିଏସ୍‌ ଅଫିସର ଡି.ଏସ୍‌. କୁଟ୍ଟେ, ୧୯୯୮ ବ୍ୟାଚ୍‌ ଆଇପିଏସ୍‌ ରବି କାନ୍ତ, ୨୦୦୪ ବ୍ୟାଚ୍‌ ଆଇପିଏସ୍‌ ଆଶିଷ ସିଂ ଏବଂ ୨୦୧୦…

ଟି୨୦ ବିଶ୍ୱକପ୍‌: ଫାଇନାଲରେ ପହଞ୍ଚିଲା ଅଷ୍ଟ୍ରେଲିଆ

ଲଣ୍ଡନ,୩୦ା୬: ଆଶ୍‌ଲେ ଗାର୍ଡନରଙ୍କ ଅଲ୍‌ରାଉଣ୍ଡ ପ୍ରଦର୍ଶନ ଓ ବେଥ୍‌ ମୁନିଙ୍କ ଅପରାଜିତ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ଅଷ୍ଟ୍ରେଲିଆ ଚଳିତ ମହିଳା ଟି୨୦ ବିଶ୍ୱକପ୍‌ ଫାଇନାଲରେ ପ୍ରବେଶ କରିଛି।…

୨୨ ବର୍ଷ ଧରି ବସବାସ ପରେ ବି ମିଳିଲାନି ମୌଳିକ ପରିଚୟ: ଉଚ୍ଛେଦ ଭୟରେ କୁର୍ଲୁପଡ଼ା କଲେକ୍ଟରପଡ଼ାର ୩୨ ପରିବାର

କେସିଙ୍ଗା, ୧।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ କୁର୍ଲୁପଡ଼ା ଗ୍ରାମର କଲେକ୍ଟରପଡ଼ାରେ ବସବାସ କରୁଥିବା ପ୍ରାୟ ୩୨ଟି ଗରିବ ପରିବାର ଗତ ୨୨ ବର୍ଷ…

୧୦ ଦଫା ଦାବି ନେଇ ଆନ୍ଦୋଳନକୁ ଓହ୍ଲାଇଲେ ଡାକ୍ତର: ରୋଗୀ ସେବା ପ୍ରଭାବିତ

ଦାରିଙ୍ଗବାଡି,୧।୭(ଅରୁଣ ସାହୁ): ରାଜ୍ୟବ୍ୟାପୀ ଓଡିଶା ମେଡିକାଲ ସର୍ଭିସେସ ଆସୋସିଏସନ(ଓଏମଏସଏ) ପକ୍ଷରୁ ୧୦ ଦଫା ଦାବି ନେଇ ଆନ୍ଦୋଳନକୁ ଓହ୍ଲାଇଛନ୍ତି। ଏହି କ୍ରମରେ କନ୍ଧମାଳ ଜିଲା ଦାରିଙ୍ଗବାଡି ଗୋଷ୍ଠୀ…

ଯୁବତୀଙ୍କୁ କାର୍‌ରେ ଅପହରଣ କରି ନେଇଥିଲେ ମନୋଜ: ୨୪ ଘଣ୍ଟାରେ ମିଳିଲା…

ପାରଳାଖେମୁଣ୍ଡି,୧।୭(ଗିରିଧାରୀ ପରିଛା): ପାରଳାଖେମୁଣ୍ଡି ପୋଲିସ ଜଣେ ଯୁବତୀଙ୍କ ଅପହରଣ ମାମଲାରେ ତ୍ୱରିତ ପଦକ୍ଷେପ ନେଇ ମାତ୍ର ୨୪ ଘଣ୍ଟା ମଧ୍ୟରେ ଅପହୃତାଙ୍କୁ ସୁରକ୍ଷିତ ଉଦ୍ଧାର କରିବା ସହ…

ତାରାତାରିଣୀ ମନ୍ଦିର ନିକଟ ହୋଟେଲରୁ ମିଳିଲା ଯୁବକଙ୍କ ମୃତଦେହ: ବଢୁଛି ସନ୍ଦେହ

ପୁରୁଷୋତ୍ତମପୁର,୧।୭ (ସବିତା ମିଶ୍ର) ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ତାରାତାରିଣୀ ମନ୍ଦିର ନିକଟରେ ଥିବା ଏକ ହୋଟେଲ ଲକ୍ଷ୍ମୀପ୍ରିୟା ନିକଟରୁ ବୁଧବାର ସକାଳେ ଯୁବକଙ୍କ ମୃତଦେହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri