Posted inଖେଳ

ମୃତ୍ୟୁକୁ ହରାଇଥିବା କ୍ରିକେଟର୍‌ ରଚିଲେ ଇତିହାସ

ଚଟ୍ଟୋଗ୍ରାମ,୮।୨: ବାଂଲାଦେଶର ଚଟ୍ଟୋଗ୍ରାମରେ ଖେଳାଯାଉଥିବା ପ୍ରଥମ ଟେଷ୍ଟରେ ଓ୍ବେଷ୍ଟଇଣ୍ଡିଜ୍‌ ଘରୋଇ ଦଳକୁ ୩ ଉଇକେଟ୍‌ରେ ପରାସ୍ତ କରିଛି। ଏହି ବିଜୟ ଓ୍ବେଷ୍ଟଇଣ୍ଡିଜ୍‌ ପାଇଁ ଖାସ୍‌ ଥିଲା। ବାଂଲାଦେଶ ଓ୍ବେଷ୍ଟଇଣ୍ଡିଜ୍‌କୁ ୩୯୫ରନ୍‌ର ବିଶାଳ ବିଜୟ ଲକ୍ଷ୍ୟ ଦେଇଥିଲା। ଏହି ଲକ୍ଷ୍ୟକୁ ପିଛା କରିବା ଓ୍ବେଷ୍ଟଇଣ୍ଡିଜ୍‌ ପାଇଁ କଷ୍ଟକର ହୋଇଥିଲେ ମଧ୍ୟ ଅଲରାଉଣ୍ଡର କାଇଲ ମେୟର୍ସଙ୍କ ଚମତ୍କାର ଶତକ ବଳରେ ଅସମ୍ଭବ ସମ୍ଭବରେ ପରିଣତ ହୋଇଥିଲା। କ୍ୟାରିୟର୍‌ର ପ୍ରଥମ ମ୍ୟାଚ୍‌ରେ କାଇଲ ୩୧୦ଟି ବଲ୍‌ରେ ୨୧୦ ରନ୍‌ର ପାଳି ଖେଳିଥିଲେ। ଏହି ପାଳିରେ ସେ ଅନେକ ରେକର୍ଡ ହାସଲ କରିଥିଲେ। ସେ ବିଶ୍ୱର ଏକମାତ୍ର କ୍ରିକେଟର୍‌ ଭାବେ ଡେବ୍ୟୁ ମ୍ୟାଚ୍‌ର ଦ୍ୱିତୀୟ ଇନିଂସରେ ଦ୍ୱିଶତକ ଅର୍ଜନ କରିଛନ୍ତି। କାଇଲି ବାରବାଡୋସର ଖେଳାଳି ଅଛନ୍ତି। ସେ ଜଣେ ମିଡିୟମ୍‌ ପେସ୍‌ ବୋଲର୍‌ ଏବଂ ବିସ୍ଫୋରକ ବ୍ୟାଟ୍ସମ୍ୟାନ୍‌ ଭାବେ ଜଣାଶୁଣା। ୨୦୧୭ରେ ସେ ମୁତ୍ୟୁମୁଖରୁ ବର୍ତ୍ତିଥିଲେ। କାଇଲି ମାୟର୍ସ ଭିଣ୍ଡଓ୍ବାର୍ଡ ଆୟଲାଣ୍ଡ ପ୍ରାଞ୍ଚାଇଜ୍‌ ଟିମ୍‌ର ଟ୍ରେନିଂ କ୍ୟାମ୍ପରେ ଯୋଗ ଦେବା ପାଇଁ ଡୋମିନିକା ଯାଇଥିଲେ। ସେଠାରେ ଏକ ବାତ୍ୟା ହୋଇଥିଲା। ସେତେବେଳେ କାଇଲିଙ୍କ ସହ ସମସ୍ତ ଯୋଗାଯୋଗ ବିଚ୍ଛିନ୍ନ ହୋଇଯାଇଥିଲା। ସେ ସମୟରେ ଡୋମିନିକାରେ ମାରିୟ ତୁଫାନ ତାଣ୍ଡବ ଲୀଳା ରଚିଥିଲା। କାଇଲିଙ୍କ ମାତାପିତା ଭୟଭୀତ ହୋଇଯାଇଥିଲେ। ସୌଭାଗ୍ୟବଶତଃ ସେ ମୃତ୍ୟୁମୁଖରୁ ବର୍ତ୍ତିଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

AI ଦୌଡ଼ରେ ଗୁଗଲର ବଡ଼ ପଦକ୍ଷେପ: ୪.୭୫ ବିଲିୟନ ଡଲାରରେ କିଣିଲା ଏହି କମ୍ପାନୀ

ନୂଆଦିଲ୍ଲୀ,୨୨ା୧୨: କୃତ୍ରିମ ବୁଦ୍ଧିମତା ବା ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) କ୍ଷେତ୍ରରେ ନିଜର ଦବଦବା ବଜାୟ ରଖିବା ପାଇଁ ଗୁଗଲର ପ୍ୟାରେଣ୍ଟ କମ୍ପାନୀ ‘ଆଲଫାବେଟ୍’ ଏକ ବଡ଼...

ପ୍ରତି ଘଣ୍ଟାରେ କେଉଁ ଦେଶରେ ହେଉଛି ସବୁଠାରୁ ଅଧିକ ମୃତ୍ୟୁ ? ଜାଣନ୍ତୁ ଭାରତର ସ୍ଥାନ

ନୂଆଦିଲ୍ଲୀ,୨୨ା୧୨: ବିଶ୍ୱର ଜନସଂଖ୍ୟା ଆଜି ୮୦୦ କୋଟି ଅତିକ୍ରମ କରିଥିବା ବେଳେ ଭାରତ ୧୪୬ କୋଟିରୁ ଅଧିକ ଜନସଂଖ୍ୟା ସହ ପ୍ରଥମ ସ୍ଥାନରେ ରହିଛି। ତେବେ...

ଭାରତୀୟ ଖେଳାଳିଙ୍କ ‘ଅନୈତିକ ଆଚରଣ’: ପାକିସ୍ତାନ କୋଚ୍ ସରଫରାଜଙ୍କ ବଡ଼ ଅଭିଯୋଗ

ମୁମ୍ବାଇ,୨୨ା୧୨: ୧୯ ବର୍ଷରୁ କମ୍ ଏସିଆ କପ୍ ଫାଇନାଲରେ ଭାରତକୁ ୧୯୧ ରନର ବିଶାଳ ବ୍ୟବଧାନରେ ହରାଇ ପାକିସ୍ତାନ ଚାମ୍ପିଅନ୍ ହୋଇଛି। ତେବେ ଏହି ଐତିହାସିକ...

ମହିଳା କ୍ରିକେଟରଙ୍କ ପାଇଁ ଖୁସି ଖବର: ଅଢେଇଗୁଣା ମ୍ୟାଚ୍ ଫି’ ବଢ଼ାଇଲା BCCI

ମୁମ୍ବାଇ,୨୨ା୧୨: ଦେଶର ମହିଳା କ୍ରିକେଟରଙ୍କ ପାଇଁ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ଏକ ବଡ଼ ଉପହାର ଦେଇଛି। ସୋମବାର, ଡିସେମ୍ବର ୨୨ ତାରିଖରେ ଅନୁଷ୍ଠିତ...

ବିଭିନ୍ନ ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଅଙ୍ଗନଓ୍ବାଡି କର୍ମୀ: ଦେଲେ ଚେତାବନୀ, ସମାଧାନ ନ ହେଲେ…

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ): ସୋମବାର ପଶ୍ଚିମ ଓଡ଼ିଶା ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକା ସଂଘ ନେତୃତ୍ୱରେ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।...

ଗାଁକୁ ଫେରୁଥିବାବେଳେ ଟ୍ରେନରୁ ଖସି ଦାଦନ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର, ୨୨।୧୨(ଉମା ଚରଣ ନେପାକ): ପାତ୍ରପୁର ବ୍ଳକ ବାଦପୁର ପଞ୍ଚାୟତ ତିନିଘରିଆ ଗ୍ରାମର ନରସିଂହ ନାଇକ (୨୮) ନେଲୁରୁ ସ୍ଥିତ ଦିଶା ନାମକ ଏକ କମ୍ପାନୀରେ...

MGNREGA ନାମ ବଦଳାଇବା ବିବାଦ: ରାଜରାସ୍ତାକୁ ଓହ୍ଲାଇଲା କଂଗ୍ରେସ, କେନ୍ଦ୍ର ସରକାରଙ୍କୁ ଦେଲା ଚେତାବନୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ନାମକୁ କେନ୍ଦ୍ର ସରକାର ଇତିମଧ୍ୟରେ ବଦଳାଇଛନ୍ତି। ଏଥିସହ ନୂଆ ଯୋଜନାରେ ବ୍ୟାପକ...

ଭଞ୍ଜନଗର ଏନ୍‌ଏସିକୁ ମିଳିଲା ମ୍ୟୁନିସିପାଲଟି ମାନ୍ୟତା: ମିଶିବ ଏହି ସବୁ ଗାଁ, ଖୁସିରେ ଅଞ୍ଚଳବାସୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନ୍‌ଏସିକୁ ସୋମବାରଠାରୁ ବିଧିବଦ୍ଧ ଭାବେ ମ୍ୟୁନିସିପାଲଟି ମାନ୍ୟତା ମିଳିଛି। ସେହିଭଳି ଜଗନ୍ନାଥପ୍ରସାଦ ପଞ୍ଚାୟତକୁ ଏନ୍‌ଏସି ମାନ୍ୟତା ମିଳିଛି। ଆଜି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri