Posted inଖେଳ

ମୃତ୍ୟୁକୁ ହରାଇଥିବା କ୍ରିକେଟର୍‌ ରଚିଲେ ଇତିହାସ

ଚଟ୍ଟୋଗ୍ରାମ,୮।୨: ବାଂଲାଦେଶର ଚଟ୍ଟୋଗ୍ରାମରେ ଖେଳାଯାଉଥିବା ପ୍ରଥମ ଟେଷ୍ଟରେ ଓ୍ବେଷ୍ଟଇଣ୍ଡିଜ୍‌ ଘରୋଇ ଦଳକୁ ୩ ଉଇକେଟ୍‌ରେ ପରାସ୍ତ କରିଛି। ଏହି ବିଜୟ ଓ୍ବେଷ୍ଟଇଣ୍ଡିଜ୍‌ ପାଇଁ ଖାସ୍‌ ଥିଲା। ବାଂଲାଦେଶ ଓ୍ବେଷ୍ଟଇଣ୍ଡିଜ୍‌କୁ ୩୯୫ରନ୍‌ର ବିଶାଳ ବିଜୟ ଲକ୍ଷ୍ୟ ଦେଇଥିଲା। ଏହି ଲକ୍ଷ୍ୟକୁ ପିଛା କରିବା ଓ୍ବେଷ୍ଟଇଣ୍ଡିଜ୍‌ ପାଇଁ କଷ୍ଟକର ହୋଇଥିଲେ ମଧ୍ୟ ଅଲରାଉଣ୍ଡର କାଇଲ ମେୟର୍ସଙ୍କ ଚମତ୍କାର ଶତକ ବଳରେ ଅସମ୍ଭବ ସମ୍ଭବରେ ପରିଣତ ହୋଇଥିଲା। କ୍ୟାରିୟର୍‌ର ପ୍ରଥମ ମ୍ୟାଚ୍‌ରେ କାଇଲ ୩୧୦ଟି ବଲ୍‌ରେ ୨୧୦ ରନ୍‌ର ପାଳି ଖେଳିଥିଲେ। ଏହି ପାଳିରେ ସେ ଅନେକ ରେକର୍ଡ ହାସଲ କରିଥିଲେ। ସେ ବିଶ୍ୱର ଏକମାତ୍ର କ୍ରିକେଟର୍‌ ଭାବେ ଡେବ୍ୟୁ ମ୍ୟାଚ୍‌ର ଦ୍ୱିତୀୟ ଇନିଂସରେ ଦ୍ୱିଶତକ ଅର୍ଜନ କରିଛନ୍ତି। କାଇଲି ବାରବାଡୋସର ଖେଳାଳି ଅଛନ୍ତି। ସେ ଜଣେ ମିଡିୟମ୍‌ ପେସ୍‌ ବୋଲର୍‌ ଏବଂ ବିସ୍ଫୋରକ ବ୍ୟାଟ୍ସମ୍ୟାନ୍‌ ଭାବେ ଜଣାଶୁଣା। ୨୦୧୭ରେ ସେ ମୁତ୍ୟୁମୁଖରୁ ବର୍ତ୍ତିଥିଲେ। କାଇଲି ମାୟର୍ସ ଭିଣ୍ଡଓ୍ବାର୍ଡ ଆୟଲାଣ୍ଡ ପ୍ରାଞ୍ଚାଇଜ୍‌ ଟିମ୍‌ର ଟ୍ରେନିଂ କ୍ୟାମ୍ପରେ ଯୋଗ ଦେବା ପାଇଁ ଡୋମିନିକା ଯାଇଥିଲେ। ସେଠାରେ ଏକ ବାତ୍ୟା ହୋଇଥିଲା। ସେତେବେଳେ କାଇଲିଙ୍କ ସହ ସମସ୍ତ ଯୋଗାଯୋଗ ବିଚ୍ଛିନ୍ନ ହୋଇଯାଇଥିଲା। ସେ ସମୟରେ ଡୋମିନିକାରେ ମାରିୟ ତୁଫାନ ତାଣ୍ଡବ ଲୀଳା ରଚିଥିଲା। କାଇଲିଙ୍କ ମାତାପିତା ଭୟଭୀତ ହୋଇଯାଇଥିଲେ। ସୌଭାଗ୍ୟବଶତଃ ସେ ମୃତ୍ୟୁମୁଖରୁ ବର୍ତ୍ତିଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ-ଆଫଗାନିସ୍ତାନ ଟି୨୦ ସିରିଜ୍‌ ଏହି ଚ୍ୟାନେଲର ହେବ ପ୍ରସାରଣ, ଜାଣନ୍ତୁ…

ନୂଆଦିଲ୍ଲୀ,୮ା୯: ଆସନ୍ତା ୧୩ ତାରିଖରୁ ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଆରମ୍ଭ ହେବାକୁ ଥିବା ଅନ୍ତର୍ଜାତୀୟ ଟି୨୦ ସିରିଜ୍‌ ଲାଗି ସୋନୀ ସ୍ପୋଟର୍‌ସ ନେଟ୍‌ଓ୍ବର୍କ ପ୍ରସାରଣ ଅଧିକାର…

ଗଣେଶପୂଜା କମିଟିକୁ ପୋଲିସର କଡ଼ା ନିର୍ଦ୍ଦେଶ, ଡିଜେ ସାଉଣ୍ଡ, ଅଶ୍ଳୀଳ ନୃତ୍ୟ ସମ୍ପୂର୍ଣ୍ଣ ମନା

ପୁରୁଷୋତ୍ତମପୁର,୮।୯(ସବିତା ମିଶ୍ର): ଆସନ୍ତା ୧୪ ତାରିଖରେ ହେବାକୁ ଥିବା ଗଣେଷପୂଜାକୁ ଶାନ୍ତିଶୃଙ୍ଖଳାର ସହ ପାଳନ କରିବାକୁ ପୁରୁଷୋତ୍ତମପୁର ପୋଲିସ ଏବଂ ପ୍ରଶାସନ ପକ୍ଷରୁ କଡ଼ା ପଦକ୍ଷେପ ନିଆଯାଇଛି।…

ଋଷିକୁଲ୍ୟା ପାଇଁ ବିପଦ ସାଜିଛି କାଶତଣ୍ଡୀ

ଧରାକୋଟ,୮ା୯ (ବିଷ୍ଣୁ କେଶରୀ ଆଚାର୍ଯ୍ୟ): କନ୍ଧମାଳ ଜିଲାର ଋଷୀମାଳ ପର୍ବତରୁ ଋଷିକୁଲ୍ୟା ନଦୀ ଜନ୍ମନେଇ ଗଞ୍ଜାମ ଜିଲାର ସୋରଡା, ଧାକୋଟ, ଆସିକା, ହିଞ୍ଜିଳି, ପୁରୁଷୋତ୍ତମପୁର ବ୍ଲକ୍‌ ପରେ…

ବାଲୁଙ୍କେଶ୍ୱର ହାଇସ୍କୁଲ ସହକାରୀ ଶିକ୍ଷକଙ୍କୁ ମରଣାନ୍ତକ ଆକ୍ରମଣ

ଖଲ୍ଲିକୋଟ, ୮/୯/୨୦୨୬ (ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ଏନ୍‌ଏସି ଅନ୍ତର୍ଗତ ବାଲୁଙ୍କେଶ୍ୱର ହାଇସ୍କୁଲର ଜଣେ ସହକାରୀ ଶିକ୍ଷକଙ୍କୁ ସ୍କୁଲ ଗେଟ୍‌ ନିକଟରେ ମଙ୍ଗଳବାର ମରଣାନ୍ତକ ଆକ୍ରମଣ କରାଯାଇଛି।…

ଦୁର୍ଗମ ଜଙ୍ଗଲରେ ଚଢାଉ: ମଦ କାରଖାନା ଭାଙ୍ଗିଲା ଅବକାରୀ ବିଭାଗ, ୧୯ ହଜାର ଲିଟର ମଦ ପୋଚ * ୧୧ ଶହ ଲିଟର ଦେଶୀ ମଦ ଜବତ

ଦିଗପହଣ୍ଡି,୮।୯(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ଜନଜାତି ବହୁଳ ଦାମପୁର ଗାଁ ନିକଟ ଦୁର୍ଗମ ଜଙ୍ଗଲରେ ମଙ୍ଗଳବାର ସକାଳେ ସାନଖେମୁଣ୍ଡି…

ଭ୍ରମରପୁର ସ୍କୁଲରେ ଶିକ୍ଷକ ବଦଳି ବାତିଲ ଦାବିରେ ଜେନ୍ ଆଲଫାଙ୍କ ଆନ୍ଦୋଳନ, ସ୍କୁଲ ସମ୍ମୁଖରେ ଉତ୍ତେଜନା            

ଦିଗପହଣ୍ଡି,୮|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭ୍ରମରପୁର ଗ୍ରାମ ପ୍ରକଳ୍ପ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ ଭାଗବତ ପ୍ରସାଦ ନାୟକଙ୍କୁ ଚୌଧୁରୀ ଟିକରପଡ଼ା ଗ୍ରାମ ବିଦ୍ୟାଳୟକୁ…

ଘରେ କରୁଥିଲେ କାମ: ବିଦ୍ୟୁତ୍‌ ଆଘାତରେ ଚାଲିଗଲା ଦିନ ମଜୁରିଆଙ୍କ ଜୀବନ

କୁଆଁରମୁଣ୍ଡା,୮।୯(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜଲା ବୀରମିତ୍ରପୁର ଥାନା କୁଆଁରମୁଣ୍ଡା ଫାଣ୍ଡି ଅନ୍ତର୍ଗତ ଚୁଟିଆଟୋଲି ଗ୍ରାମ ରୀତା ତିର୍କୀଙ୍କ ଘର ସେଣ୍ଟ୍ରିଂ କାମ କରୁଥିବା ବେଳେ ମଙ୍ଗଳବାର…

ବୁଧଙ୍କ ନକ୍ଷତ୍ର ପରିବର୍ତ୍ତନରେ ୩ ରାଶି ହେବେ ଭାଗ୍ୟଶାଳୀ; କ୍ୟାରିୟରରେ ବଡ଼ ଅଫର୍‌, ଘରକୁ ଆସିବ ଟଙ୍କା!

ବୈଦିକ ଜ୍ୟୋତିଷରେ ବୁଧ ଏକ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ଗ୍ରହ, ଯିଏକି ପ୍ରତ୍ୟକ୍ଷ ଭାବରେ ଜୀବନକୁ ଗଭୀର ଭାବେ ପ୍ରଭାବିତ କରନ୍ତି। ଜ୍ୟୋତିଷଙ୍କ ଅନୁଯାୟୀ, ବୁଧ ଗ୍ରହ ମାନସିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri