ସବୁ ଆର୍‌ଟିଓରେ ହେବ ସ୍ବତନ୍ତ୍ର ସିଙ୍ଗଲ୍‌ ୱିଣ୍ଡୋ କାଉଣ୍ଟର୍‌

କଟକ ଅଫିସ,୧୬ା୭: ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ (ଆର୍‌ଟିଓ)ଗୁଡ଼ିକରେ ପ୍ରାୟତଃ ସବୁ ସମୟରେ ଭିଡ଼ ଜମୁଥିବାରୁ ଦିବ୍ୟାଙ୍ଗମାନେ ଅସୁବିଧାର ସମ୍ମୁଖୀନ ହେଉଥିଲେ। ବିଶେଷକରି ଡ୍ରାଇଭିଂ ଲାଇସେନ୍ସ ଏବଂ ଅନ୍ୟାନ୍ୟ ପ୍ରମାଣପତ୍ର ଆବେଦନରେ ସମସ୍ୟା ଭୋଗୁଥିଲେ। ଏହାକୁ ଦୃଷ୍ଟିରେ ରଖି ସମସ୍ତ ଆର୍‌ଟିଓରେ ସ୍ବତନ୍ତ୍ର ସିଙ୍ଗଲ୍‌ ଓ୍ବିଣ୍ଡୋ କାଉଣ୍ଟର୍‌ ଖୋଲିବା ପାଇଁ ରାଜ୍ୟ ବାଣିଜ୍ୟ ଓ ପରିବହନ ବିଭାଗ ତରଫରୁ ନିଷ୍ପତ୍ତି ନିଆଯାଇଛି। ଏ ନେଇ ବୁଧବାର ବିଭାଗ ପକ୍ଷରୁ ପରିବହନ କମିଶନର୍‌ଙ୍କୁ ଚିଠି ଲେଖାଯାଇଛି। ତୁରନ୍ତ ସମସ୍ତ ଆର୍‌ଟିଓରେ ଏହି ବ୍ୟବସ୍ଥା କରିବା ଦିଗରେ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦିଆଯାଇଛି।
ସୂଚନା ଅନୁଯାୟୀ, ଗତ ଡିସେମ୍ବର ୨୦ ତାରିଖରେ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ବିଭାଗର ରାଜ୍ୟସ୍ତରୀୟ ଉପଦେଷ୍ଟା ବୋର୍ଡ ବୈଠକ ଅନୁଷ୍ଠିତ ହୋଇଥିଲା। ଏଥିରେ ବିଭାଗୀୟ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡାଙ୍କ ସମେତ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ। ପରିବହନ କାର୍ଯ୍ୟାଳୟଗୁଡ଼ିକରେ ଦିବ୍ୟାଙ୍ଗମାନେ କିଭଳି ସମସ୍ୟାର ସମ୍ମୁଖୀନ ହେଉଛନ୍ତି, ସେନେଇ ଆଲୋଚନା କରାଯାଇଥିଲା। ସ୍ବତନ୍ତ୍ର ସିଙ୍ଗଲ୍‌ ଓିଣ୍ଡୋ କାଉଣ୍ଟର୍‌ ଖୋଲିବା ପାଇଁ ପରିବହନ ବିଭାଗକୁ ଅନୁରୋଧ କରିବାକୁ ନିଷ୍ପତ୍ତି ନିଆଯାଇଥିଲା। ଏନେଇ ପରିବହନ ବିଭାଗକୁ ଚିଠି ଲେଖାଯାଇଥିଲା। ବିଭାଗ ସ୍ତରରେ ଏହି ପ୍ରସ୍ତାବ ଉପରେ ଆଲୋଚନା ପରେ ଏହାକୁ କାର୍ଯ୍ୟକାରୀ କରିବା ପାଇଁ ନିଷ୍ପତ୍ତି ହୋଇଛି। ଏହି ଅନୁଯାୟୀ ବୁଧବାର ପରିବହନ କମିଶନର୍‌ଙ୍କୁ ଚିଠି ଲେଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ବେଙ୍ଗାଲୁରୁରେ ବର୍ଷା ହେବା କ୍ଷଣି ବନ୍ୟା ସ୍ଥିତି ସୃଷ୍ଟି ହେଉଛି। ଏହା ଯୋଗୁ ଲୋକେ ଅସୁବିଧାର ସମ୍ମୁଖୀନ ହେବା ସହ ବୁଲାକୁକୁରଙ୍କ ଜୀବନ ପ୍ରତି ବିପଦ ଦେଖାଦେଉଛି।…

ପଦବୀ ନୁହେଁ କ୍ଷମତା

ଭାରତୀୟ ଗଣତନ୍ତ୍ରର ସବୁଠାରୁ ବଡ଼ ଶକ୍ତି ହେଉଛି ସମାନତା। ଆମ ସମ୍ବିଧାନ ପ୍ରତ୍ୟେକ ନାଗରିକଙ୍କୁ ଜାତି, ଧର୍ମ, ବର୍ଣ୍ଣ, ଲିଙ୍ଗ କିମ୍ବା ଆର୍ଥିକ ସ୍ଥିତିର ଭେଦଭାବ ବିନା…

ସଂସ୍କାରମୂଳକ ଶିକ୍ଷା ଓ ସାମାଜିକ ଦାୟିତ୍ୱବୋଧ

ଗଲା ବର୍ଷର ଏକ ଖବରଟିଏ ସମସ୍ତଙ୍କ ମଧ୍ୟରେ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିଥିଲା। ୨୦୧୯ ବ୍ୟାଚ୍‌ ଓଏଏସ୍‌ ଟପ୍ପର ୧୫ ହଜାର ଟଙ୍କା ଲାଞ୍ଚ ନେଉଥିବା ଅଭିଯୋଗରେ ଭିଜିଲାନ୍ସ…

ଆଟ ଜମିକୁ ଧାନବିକ୍ରି ପଞ୍ଜୀକରଣରୁ ବାଦ୍‌: ତେଜି ଉଠିଲା ଚାଷୀ ଅସନ୍ତୋଷ

ବରଗଡ଼,୨୬।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଖରିଫ୍‌ ଧାନବିକ୍ରି ପାଇଁ ପଞ୍ଜୀକରଣ ପ୍ରକ୍ରିୟା ଚାଲିଛି। ଏହି ପ୍ରକ୍ରିୟା ସରିବାକୁ ଆଉମାତ୍ର ୬ ଦିନ ବାକି ରହିଛି। ଅନ୍ୟପଟେ ଏପର୍ଯ୍ୟନ୍ତ…

ବିଜୟ ସରକାରର ୧୦୦ ଦିନ ପୂର୍ତ୍ତିରେ ରଜନୀକାନ୍ତଙ୍କ ‘ସାଇଲେଣ୍ଟ ମୋଡ’, ପ୍ରଶ୍ନ ଶୁଣି ଏମିତି ଦେଲେ ରିଆକ୍ସନ

ଚେନ୍ନାଇ,୨୬।୮: ଥଲାପତି ବିଜୟ ମେ’ ୧୦ ତାରିଖରେ ତାମିଲନାଡୁର ମୁଖ୍ୟମନ୍ତ୍ରୀ ପଦର ଶପଥ ନେଇଥିଲେ। ତାମିଲନାଡୁରେ ସରକାର ଗଠନକୁ ନେଇ ରହିଥିବା ସସ୍ପେନ୍ସର ଅନ୍ତ ଘଟାଇ, ନିଜ…

କୀର୍ତ୍ତନ ମଣ୍ଡଳୀ ଉପରେ ମାଡ଼ିଗଲା କାର୍‌: ଚାଲିଗଲା ୫ ଜୀବନ

ପାଟନା,୨୬।୮: ବିହାରର ସୁପୌଲ ଜିଲାରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ପିପ୍ରା ଥାନା ଅଞ୍ଚଳର କଟାୟା ଚୌକର ବଜରଙ୍ଗବଳୀ ମନ୍ଦିର ନିକଟରେ ଏକ ନିୟନ୍ତ୍ରଣହୀନ କାର…

ଧନଲାଭର ମହାଯୋଗ! ଏହି ୫ ରାଶିଙ୍କ ପାଇଁ ଶୁଭ ସଙ୍କେତ, ଜାଣନ୍ତୁ କ’ଣ କହୁଛି ଆଜିର ରାଶିଫଳ

୨୬ ଅଗଷ୍ଟ ୨୦୨୬ ଜ୍ୟୋତିଷ ଦୃଷ୍ଟିରୁ ଏକ ବିଶେଷ ଦିନ ହୋଇପାରେ। ଏହି ଦିନ ଶ୍ରାବଣ ଶୁକ୍ଳ ପକ୍ଷର ତ୍ରୟୋଦଶୀ ତିଥି ଏବଂ ବୁଧବାରର ସଂଯୋଗ ରହିଛି।…

କ୍ରିତି ସାନନଙ୍କ ସମର୍ଥନରେ ବାହାରିଲେ ରାହୁଲ ଗାନ୍ଧୀ, ମୁହଁତୋଡ଼ ଜବାବ ଦେଇ କହିଲେ…

ନୂଆଦିଲ୍ଲୀ,୨୬।୮: ଲୋକ ସଭାରେ ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀ ଅଭିନେତ୍ରୀ କ୍ରିତି ସାନନଙ୍କ ସମର୍ଥନରେ ଆଗକୁ ଆସିଛନ୍ତି। ଇନଷ୍ଟାଗ୍ରାମରେ କ୍ରିତି ସାନନଙ୍କ ଷ୍ଟୋରିକୁ ରିପୋଷ୍ଟ କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri