ଶନିବାର କେନ୍ଦୁଝରର ସମସ୍ତ ସ୍କୁଲ ଛୁଟି: ପିଲାଙ୍କ ଛୁଟି, ଶିକ୍ଷକ ରହିବେ ଉପସ୍ଥିତ  

କେନ୍ଦୁଝର,୨୫।୧୦(ନରେଶଚନ୍ଦ୍ର ପଟ୍ଟନାୟକ): ବାତ୍ୟା ଦୁର୍ବଳ ହୋଇଛି ସତ ହେଲେ ବିପଦ ଟଳିନି। ଏବେ ବି ଉପକୂଳବର୍ତ୍ତୀ ଜିଲାଗୁଡ଼ିକୁ ବର୍ଷାର ଭୟ ଅଛି। ଏ ନେଇ ରେଡ ଆର୍ଲଟ ମଧ୍ୟ କରାଯାଇଛି। ପାଣିପାଗ ପୂର୍ବାନୁମାନ କହୁଛିଯେ, ଶନିବାର ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ଏ ନେଇ ପୂର୍ବ ଆକଳନ ଅନୁଯାୟୀ କେନ୍ଦୁଝର ଜିଲାର  ସମସ୍ତ ସ୍କୁଲ ଛୁଟି ଘୋଷଣା ହୋଇଛି।  ଜିଲା ଶିକ୍ଷା ବିଭାଗ ଜିଲାର ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲଗୁଡ଼ିକୁ  ଛୁଟି ଘୋଷଣା କରଛି।
ସେହିପରି ଅଙ୍ଗନଓ୍ବାଡି କେନ୍ଦ୍ର ମଧ୍ୟ ବନ୍ଦ ରହିବ। ତେବେ ଶିକ୍ଷକମାନେ ସ୍କୁଲରେ ଉପସ୍ଥିତ ରହିବେ ବୋଲି ଆଦେଶ ଜାରି ହୋଇଛି। ସମସ୍ତ ସ୍କୁଲ ଛୁଟି ରହିବ ବୋଲି ଜିଲା ଶିକ୍ଷା ଅଧିକାରୀ ନିର୍ଦ୍ଦେଶ ଦେଇଛନ୍ତି।ତେବେ କେବଳ କେନ୍ଦୁଝର ନୁହେଁ ଭଦ୍ରକ,ବାଲେଶ୍ୱରରେ ମଧ୍ୟ ସ୍କୁଲଗୁଡ଼ିକ ଛୁଟି ରହିବ।
ସୂଚନା ଅନୁଯାୟୀ, ଭଦ୍ରକରେ ଶନିବାର ସବୁ ସ୍କୁଲ-କଲେଜ ବନ୍ଦ ରହିବ। ପ୍ରଥମରୁ ଦ୍ୱାଦଶ ଯାଏଁ ବନ୍ଦ ରହିବ ସମସ୍ତ ସ୍କୁଲ ଓ କଲେଜ। ସରକାରୀ ସହ ବେସରକାରୀ ସ୍କୁଲ ମଧ୍ୟ ବନ୍ଦ ରହିବ ବୋଲି ଡିଇଓ ଚିଠିରେ କହିଛନ୍ତି। ପ୍ରବଳ ବର୍ଷା ଆଶଙ୍କା ଥିବାରୁ ସ୍କୁଲ ବନ୍ଦ ରଖିବାକୁ ନିଷ୍ପତ୍ତି ନିଆଯାଇଛି ବୋଲି ସୂଚନା ଦେଇଛନ୍ତି। ସେହିପରି ବାଲେଶ୍ୱରରେ ସ୍କୁଲଗୁଡିକ ବାତ୍ୟା ଆଶ୍ରୟସ୍ଥଳୀ ହୋଇଥିବାରୁ ବନ୍ଦ ନିଷ୍ପତ୍ତି ନିଆଯାଇଛି। କେନ୍ଦୁଝରରେ ପ୍ରବଳ ବର୍ଷା ଆଶଙ୍କା ରହିଛି। ତେଣୁ ସବୁ ସ୍କୁଲ-କଲେଜକୁ ବନ୍ଦ ରଖାଯାଇଛି।

Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନୀ-ବାଂଲାଦେଶୀ ଭାଇ ଭାଇ, 2026 T20 World Cup ପୂର୍ବରୁ ପାକିସ୍ତାନୀ କ୍ୟାପଟେନଙ୍କ ବୟନକୁ ନେଇ ବିବାଦ

ନୂଆଦିଲ୍ଲୀ,୫।୨: ପାକିସ୍ତାନ କ୍ରିକେଟ ଦଳର ଅଧିନାୟକ ସଲମାନ ଆଗା ICCକୁ ଉସୁକାଇବାକୁ ଚେଷ୍ଟା କରିଛନ୍ତି। ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ବାଂଲାଦେଶ କ୍ରିକେଟ ଦଳକୁ 2026 T20…

ଅଶ୍ବିନୀ ବୈଷ୍ଣବଙ୍କୁ ଓଡିଶାରେ ପୁରାଇ ଦେବୁନି..’: ରାଜ୍ୟସଭାରେ ଗର୍ଜିଲେ ମୁନ୍ନା ଖାଁ

ନୂଆଦିଲ୍ଲୀ,୫।୨: ରାଜ୍ୟସଭାରେ ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବଙ୍କୁ ଟାର୍ଗେଟ କରି ଗର୍ଜିଛନ୍ତି ଏମପି ମୁନ୍ନା ଖାଁ। ନବରଙ୍ଗପୁର ଏବଂ ମାଲକାନଗିରି ଜିଲାକୁ ରେଳପଥ ସଂଯୋଗ ପାଇଁ କେନ୍ଦ୍ର ସରକାରଙ୍କ…

ନୂତନ ଉପନିବନ୍ଧନ କାର୍ଯ୍ୟାଳୟ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ: ଏଣିକି ଆଉ ହଇରାଣ ହେବେନି ଅଞ୍ଚଳବାସୀ

ତୁମୁଡିବନ୍ଧ,୫।୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧରେ ଅଭାସୀ ମାଧ୍ୟମରେ ଗୁରୁବାର ମୁଖ୍ୟମନ୍ତ୍ରୀ ତୁମୁଡିବନ୍ଧ ତହସିଲ କାଯ୍ୟଳୟ ପରିସରରେ ଉପନିବନ୍ଧନ କାର୍ଯ୍ୟାଳୟ ଉଦ୍‌ଘାଟନ କରିଛନ୍ତି। ଏହି କାର୍ଯ୍ୟକ୍ରମଟିକୁ…

ଶନି ଦେବଙ୍କ ବିରଳ ସଂଯୋଗ; ବରବାଦ ହେବେ ନା ଧନ ପାଇବେ ଏହି ୩ ରାଶି!

ଶୁକ୍ରବାର, ଫେବୃଆରୀ 6, 2026 ରେ, ବୁଧ ଏବଂ ଶନି ପରସ୍ପର ପ୍ରତି 30 ଡିଗ୍ରୀ କୋଣରେ ଅବସ୍ଥିତ ହେବେ। ଏହା ଦ୍ୱିଦ୍ୱାଦଶ ଯୋଗ ସୃଷ୍ଟି କରିବ।…

ସ୍ପଷ୍ଟ କଲା ଭାରତ, ନଇଁବ ନାହିଁ ଦେଶ ରୁଷିଆରୁ କିଣିବ ତେଲ!

ନୂଆଦିଲ୍ଲୀ,୫।୨: ଭାରତ ଏବଂ ଆମେରିକା ମଧ୍ୟରେ ଏକ ବାଣିଜ୍ୟ ଚୁକ୍ତି ଉପରେ ସହମତ ହୋଇଛି। ଏହା ସହିତ, ଏକ ପ୍ରମୁଖ ପ୍ରଶ୍ନ ଉଠିଛି: ଭାରତ ରୁଷିଆରୁ ତେଲ…

ଖୋଲିଲା ‘ଲକ୍ଷ୍ମୀ ଭଣ୍ଡାର’, ମହିଳା-ଗିଗ ଓ୍ବାର୍କର୍ସଙ୍କୁ ବଡ଼ ଉପହାର ହେଲେ ମମତା

କୋଲକାତା,୫।୨: ଗୁରୁବାର ପଶ୍ଚିମବଙ୍ଗ ବିଧାନସଭାରେ ରାଜ୍ୟ ବଜେଟ ଉପସ୍ଥାପିତ ହୋଇଛି। ପଶ୍ଚିମବଙ୍ଗ ଅର୍ଥମନ୍ତ୍ରୀ ଚନ୍ଦ୍ରିମା ଭଟ୍ଟାଚାର୍ଯ୍ୟ ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ୪.୦୬ ଲକ୍ଷ କୋଟି ଟଙ୍କାର…

IPLରୁ ବାଦ୍‌ ପଡ଼ିବା ପରେ ଚମକିଲା ମୁସ୍ତାଫିଜୁର ରହମାନଙ୍କ ଭାଗ୍ୟ

ନୂଆଦିଲ୍ଲୀ, ୫।୨: ଭାରତୀୟ କ୍ରିକେଟ ନିୟନ୍ତ୍ରଣ ବୋର୍ଡର ନିର୍ଦ୍ଦେଶରେ ବାଂଲାଦେଶର ଷ୍ଟାର ଦ୍ରୁତ ବୋଲର ମୁସ୍ତାଫିଜୁର ରହମାନଙ୍କୁ କୋଲକାତା ନାଇଟ ରାଇଡର୍ସ ଦଳରୁ ମୁକ୍ତ କରାଯାଇଥିଲା। IPL…

Baba Venga: ଡରାଉଛି ବାବା ଭେଙ୍ଗାଙ୍କ ଭବିଷ୍ୟବାଣୀ; ୨୦୨୬ରେ ବଢିବ ନା ଶସ୍ତା ହେବ ସୁନା?

ପ୍ରସିଦ୍ଧ ବୁଲଗେରିଆନ୍ ଭବିଷ୍ୟବ୍ୟକ୍ତା ବାବା ଭେଙ୍ଗା, ଚଳିତ ବର୍ଷ ପାଇଁ ଅନେକ ଭୟଙ୍କର ଚେତାବନୀ ଦେଇଥିଲେ। ସେ ଭବିଷ୍ୟବାଣୀ କରିଥିଲେ ଯେ ବିଶ୍ୱ ଏକ ଗମ୍ଭୀର ଆର୍ଥିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri