ଭଦ୍ରକରେ ବୁଧବାର ସମସ୍ତ ସ୍କୁଲ-ଅଙ୍ଗନବାଡ଼ି ଛୁଟି

ଭଦ୍ରକ,୨୮।୭: ପ୍ରବଳ ବର୍ଷା ଏବଂ ଖରାପ ପାଗକୁ ଦୃଷ୍ଟିରେ ରଖି ଭଦ୍ରକ ଜିଲା ପ୍ରଶାସନ ପକ୍ଷରୁ ଏକ ବଡ଼ ନିଷ୍ପତ୍ତି ନିଆଯାଇଛି। ଆସନ୍ତାକାଲି ଅର୍ଥାତ ବୁଧବାର  ଜିଲାର ସମସ୍ତ ବିଦ୍ୟାଳୟ ଏବଂ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ।

ଜିଲାପାଳଙ୍କ ନିର୍ଦ୍ଦେଶନାମା ଅନୁଯାୟୀ, ଜିଲାର ସମସ୍ତ ସରକାରୀ, ଅନୁଦାନପ୍ରାପ୍ତ ଏବଂ ବେସରକାରୀ ବିଦ୍ୟାଳୟଗୁଡ଼ିକରେ ପାଠପଢ଼ା ସ୍ଥଗିତ ରହିବ।

ତେବେ ଜରୁରୀ ପରିସ୍ଥିତି ଏବଂ ମୁକାବିଲା ପାଇଁ ସ୍କୁଲର ସମସ୍ତ ଶିକ୍ଷକ, ଶିକ୍ଷୟିତ୍ରୀ ଏବଂ ଅଣଶିକ୍ଷକ କର୍ମଚାରୀମାନଙ୍କୁ ସଜାଗ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି। ପ୍ରଶାସନର ଆବଶ୍ୟକତା ଅନୁଯାୟୀ ସେମାନେ ତୁରନ୍ତ ନିଜର ଦାୟିତ୍ୱ ପାଳନ କରିବେ ବୋଲି ସୂଚନା ମିଳିଛି।

Dharitri – Odisha’s No.1 Odia Daily