୧୭ରେ ଭୁବନେଶ୍ୱରର ସମସ୍ତ ସ୍କୁଲ, କଲେଜ ଛୁଟି

ଭୁବନେଶ୍ୱର,୧୫ା୯(ଶର୍ମିଷ୍ଠା ପାଣିଗ୍ରାହୀ): ଆସନ୍ତା ୧୭ ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭୁବନେଶରରେ ‘ସୁଭଦ୍ରା’ ଯୋଜନାର ଶୁଭାରମ୍ଭ କରିବେ। ରାଜଧାନୀରେ ବିପୁଳ ଜନସମାଗମକୁ ଦୃଷ୍ଟିରେ ରଖି ଭୁବନେଶର ମହାନଗର ନିଗମ (ବିଏମ୍‌ସି) ଅନ୍ତର୍ଗତ ସମସ୍ତ ବିଶ୍ୱବିଦ୍ୟାଳୟ ଓ କଲେଜକୁ ସମ୍ପୂର୍ଣ୍ଣ ଛୁଟି ଘୋଷଣା କରାଯାଇଛି। ଏନେଇ ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ସମସ୍ତ ସରକାରୀ, ବେସରକାରୀ, ଡିମ୍‌ଡ ବିଶ୍ୱବିଦ୍ୟାଳୟକୁ ନିର୍ଦ୍ଦେଶ ଦିଆଯାଇଛି। ଅନ୍ୟପକ୍ଷରେ ଶନିବାର ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟ ପକ୍ଷରୁ ଭୁବନେଶ୍ୱରର ସମସ୍ତ ସ୍କୁଲ ଓ କଲେଜକୁ ସମ୍ପୂର୍ଣ୍ଣ ଛୁଟି ଘୋଷଣା କରାଯାଇଥିଲା। ଏଥିସହ ସମସ୍ତ ସରକାରୀ କାର୍ଯ୍ୟାଳୟ, ରାଜସ୍ବ ଓ ମାଜିଷ୍ଟରିଆଲ କୋର୍ଟ (କାର୍ଯ୍ୟନିର୍ବାହୀ) ପ୍ରଥମାର୍ଦ୍ଧ ଅର୍ଥାତ୍‌ ଅପରାହ୍ନ ୨ଟା ଯାଏ ବନ୍ଦ ରହିବ ବୋଲି ସରକାରଙ୍କ ପକ୍ଷରୁ ଛୁଟି ଘୋଷଣା କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଭବାନୀପାଟଣାରେ ଚୋରି ସାମଗ୍ରୀ ଜବତ: ନାବାଳକ ଗିରଫ

ଭବାନୀପାଟଣା,୧୨।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଭବାନୀପାଟଣା ଟାଉନ ଥାନା ପୋଲିସ ଚୋରି ସାମଗ୍ରୀ ସହ ଜଣେ ନାବାଳକଙ୍କୁ କାବୁ କରିଛି। ତାଙ୍କ ନିକଟରୁ ବିଭିନ୍ନ ସୁନାଗହଣା, ନଗଦ…

ଦାରିଙ୍ଗବାଡ଼ି ଓଡିଶା ଆଦର୍ଶ ବିଦ୍ୟାଳୟରେ ପୋଲିସ ପକ୍ଷରୁ ସଚେତନତା କାର୍ଯ୍ୟକ୍ରମ: ୧୮ କୃତି ଛାତ୍ରଛାତ୍ରୀ ପୁରସ୍କୃତ

ଦାରିଙ୍ଗବାଡି, ୧୨।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ସ୍ଥିତ ଓଡିଶା ଆଦର୍ଶ ବିଦ୍ୟାଳୟ ପରିସରରେ ଜିଲା ପୋଲିସ ପକ୍ଷରୁ ଏସପି ରମେନ୍ଦ୍ର ପ୍ରସାଦ ଏବଂ ବାଲିଗୁଡା…

ତ୍ରିରଙ୍ଗା ଆମ ଦେଶର ଗର୍ବ ଓ ଏକତାର ପ୍ରତୀକ: ହାଟଡିହୀରେ ଭାଜପାର ‘ହରଘର ତ୍ରିରଙ୍ଗା’ କାର୍ଯ୍ୟକ୍ରମ ଅନୁଷ୍ଠିତ

ହାଟଡିହୀ,୧୨।୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହାଟଡିହୀ ବ୍ଲକ ଶାଳଣିଆଁ ମଣ୍ଡଳ ଭାଜପା ପକ୍ଷରୁ ବୁଧବାର ‘ହରଘର ତ୍ରିରଙ୍ଗା’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ…

ସାନଖେମୁଣ୍ଡିରେ ଧାନମଣ୍ଡି ପଞ୍ଜୀକରଣର ନୂଆ ନିୟମ କୋହଳ କରିବାକୁ ଦାବି: ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ…

ଦିଗପହଣ୍ଡି,୧୨।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ଅଞ୍ଚଳରେ ଚଳିତ ବର୍ଷ ଧାନମଣ୍ଡିରେ ନାମ ପଞ୍ଜୀକରଣ ପାଇଁ ସରକାରଙ୍କ ଆଣିଥିବା ନୂତନ ନିୟମକୁ କୋହଳ କରାଯିବା ନେଇ…

ପାଟଣାରେ ଭାଜପା ପକ୍ଷରୁ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା, ସାମିଲ ହେଲେ ବିଧାୟକଙ୍କ ସହ…

ପାଟଣା,୧୨।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ମଣ୍ଡଳ ଭାଜପା ପକ୍ଷରୁ ବୁଧବାର ଏକ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି। ସ୍ଥାନୀୟ ମୁଖ୍ୟାଳୟ ପ୍ରାଚୀନ ଆନନ୍ଦେଶ୍ୱର…

ରାଜପଥରେ ଆମ୍ବୁଲାନ୍ସ ବିଳମ୍ବ ହେଲେ ଦେବାକୁ ହେବ ଜୋରିମାନା, NHAI ଧାର୍ଯ୍ୟ କଲା ପ୍ରତି ମିନିଟ୍‌ର ଦାମ୍

ନୂଆଦିଲ୍ଲୀ,୧୨ା୮: ଭାରତୀୟ ଜାତୀୟ ରାଜପଥ ପ୍ରାଧିକରଣ (NHAI) ସଡ଼କ ଦୁର୍ଘଟଣା ପରେ ଉଦ୍ଧାର ଏବଂ ରିଲିଫ୍ କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ଏବଂ ରାଜପଥରେ ଜରୁରୀକାଳୀନ ସେବାଗୁଡ଼ିକୁ ଅଧିକ…

ଭିଜିଲାନ୍ସ ଜାଲରେ ବ୍ରହ୍ମପୁର CDAO, ୧୫ ହଜାର ଲାଞ୍ଚ ନେଇ ଧରାପଡ଼ିଲେ

ବ୍ରହ୍ମପୁର,୧୨ା୮: ଭିଜିଲାନ୍ସ ଜାଲରେ ବ୍ରହ୍ମପୁର ମୁଖ୍ୟ ଜିଲା କୃଷି ଅଧିକାରୀ (CDAO) ବ୍ୟୋମକେଶ ମିଶ୍ର । ୧୫,୦୦୦ ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ ବିଭାଗ…

ବରଗଡ଼ ଓକିଲ ସଂଘ ସଭାପତିଙ୍କୁ ଆକ୍ରମଣ ଘଟଣା: ଜିଲାପାଳ ଓ ଏସପିଙ୍କୁ ଭେଟିଲା ଅଲ୍ ଓଡିଶା ଲୟର୍ସ ଆସୋସିଏସନ୍

ବରଗଡ଼,୧୨।୮(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଓକିଲ ସଂଘ ସଭାପତି ଭୀଷ୍ମଦେବ ସରାଫଙ୍କ ପ୍ରତି ଗତ ୬ ତାରିଖରେ ହୋଇଥିବା ଆକ୍ରମଣ ଘଟଣାର ତ୍ୱରିତ ତଦନ୍ତ ଏବଂ ଆଇନଜୀବୀମାନଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri