୩୧ ଜାନୁୟାରୀ ପର୍ଯ୍ୟନ୍ତ ସବୁ ସ୍କୁଲ୍‌ ବନ୍ଦ, ସରକାରଙ୍କ ଘୋଷଣା…

ଡେରାଡୁନ୍‌, ୨୪।୧ : ଉତ୍ତରାଖଣ୍ଡରେ ସମସ୍ତ ସ୍କୁଲ୍‌ କଲେଜକୁ ଜାନୁୟାରୀ ୩୧ ପର୍ଯ୍ୟନ୍ତ ବନ୍ଦ କରାଯିବାକୁ ରାଜ୍ୟ ସରକାରଙ୍କ ପକ୍ଷରୁ ଘୋଷଣା କରାଯାଇଛି। ସ୍କୁଲ ସହିତ ସମସ୍ତ ଅଙ୍ଗନୱାଡି କେନ୍ଦ୍ର ମଧ୍ୟ ବନ୍ଦ ରଖିବାକୁ ନିର୍ଦ୍ଦେଶ ଜାରି ହୋଇଛି। କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ନୂଆ ମାର୍ଗଦର୍ଶିକା ଜାରି କରିଛନ୍ତି। ଏଥିରେ କେତେକ ପରିବର୍ତ୍ତନ କରାଯାଇଛି।

ଏହା ଅନୁସାରେ ଅଫ୍‌ଲାଇନ୍‌ କ୍ଲାସ ଆଉ କିଛି ସମୟ ପାଇଁ ସ୍ଥଗିତ ରହିବ ଏବଂ କେବଳ ଅନ୍‌ଲାଇନ୍‌ ମାଧ୍ୟମ ମାଧ୍ୟମରେ ପାଠପଢ଼ା କରାଯିବ। ସରକାରଙ୍କ ପକ୍ଷରୁ ହୋଇଥିବା ଟୁଇଟ ଅନୁଯାୟୀ, ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ଶିକ୍ଷାନୁଷ୍ଠାନ ଅଙ୍ଗନୱାଡି କେନ୍ଦ୍ର, କୋଚିଂ ସେଣ୍ଟର ଇତ୍ୟାଦି ବନ୍ଦ ରହିବ।

ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ଏହା ବଳବତ୍ତର ରହିବ। ଏହା ସହିତ ବଜାର, ମଲ, ସର୍ବସାଧାରଣ ସମାବେଶ ଇତ୍ୟାଦି ସମ୍ବନ୍ଧରେ ମଧ୍ୟ ନୂତନ ନିର୍ଦ୍ଦେଶାବଳୀ ଜାରି କରାଯାଇଛି। ରାତିର କର୍ଫ୍ୟୁର ସମୟରେ ମଧ୍ୟ ପରିବର୍ତ୍ତନ କରାଯାଇଛି।

ରାତି ୧୦ଟାରୁ ସକାଳ ୬ଟା ପର୍ଯ୍ୟନ୍ତ କଫ୍ୟୁ ଜାରି ରହିବ। ସମସ୍ତ ପ୍ରକାର ବଜାର କେବଳ ସକାଳ ୬ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ଖୋଲା ରହିବ।

ଏହା ବ୍ୟତୀତ ଜିମ, ଶପିଂ ମଲ, ସିନେମା ହଲ, ସେଲୁନ ଏବଂ ଅନ୍ୟାନ୍ୟ ସର୍ବସାଧାରଣ ସମାବେଶ କ୍ଷେତ୍ରରେ ସମସ୍ତ କୋଭିଡ-୧୯ ନିୟମ ଅନୁସରଣ କରି ଜନସାଧାରଣଙ୍କୁ କେବଳ ୫୦ ପ୍ରତିଶତ କ୍ଷମତା ସହିତ ଅନୁମତି ଦିଆଯାଇଛି।

କ୍ରୀଡା ଷ୍ଟାଡିୟମରେ ମଧ୍ୟ ସମାନ ନିୟମ ଲାଗୁ ହେବ। ଜାନୁୟାରୀ ୩୧ ପର୍ଯ୍ୟନ୍ତ ରାଜ୍ୟରେ କୌଣସି ରାଜନୈତିକ ସମାବେଶ ଆୟୋଜିତ ହେବ ନାହିଁ ବୋଲି ସରକାରଙ୍କ ପକ୍ଷରୁ ନିର୍ଦ୍ଦେଶ ଜାରି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

ହର୍ମୁଜ୍ ପ୍ରଣାଳୀ ନେଇ ଇରାନର ବଡ଼ ଘୋଷଣା, ଆମର ଭାରତୀୟ ବନ୍ଧୁମାନେ ସୁରକ୍ଷିତ…..

ନୂଆଦିଲ୍ଲୀ,୨ା୪: ପଶ୍ଚିମ ଏସିଆରେ ଚାଲିଥିବା ବିବାଦ ମଧ୍ୟରେ, ଇରାନ ଭାରତ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛି। ଇରାନ କହିଛି ଯେ ଏହାର ଭାରତୀୟ ବନ୍ଧୁମାନଙ୍କୁ…

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri