ଓଡ଼ିଶାରେ କାଲିଠୁ ସମସ୍ତ ସ୍କୁଲ ଓ କଲେଜ ବନ୍ଦ: ରାଜ୍ୟ ସରକାରଙ୍କ ଘୋଷଣା

ଭୁବନେଶ୍ୱର, ୨୨।୪: ଆସନ୍ତାକାଲି ଠାରୁ ସ୍କୁଲ ପିଲାଙ୍କ ପାଇଁ ଖରା ଛୁଟି ଘୋଷଣା। ଅପ୍ରେଲ ୨୩ ତାରିଖ ଠାରୁ ଅଙ୍ଗନବାଡି, ଶିଶୁବାଟିକା ଠାରୁ ଆରମ୍ଭ କରି ଦ୍ବାଦଶ ଶ୍ରେଣୀ ପର୍ଯ୍ୟନ୍ତ, ରାଜ୍ୟର ସମସ୍ତ ସରକାରୀ ଓ ବେସରକାରୀ ଶିକ୍ଷାନୁଷ୍ଠାନ ବନ୍ଦ ରହିବ। ରାଜ୍ୟରେ ବର୍ତ୍ତମାନ ଚାଲିଥିବା ଭିଷଣ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ପିଲାମାନଙ୍କ ସ୍ବାସ୍ଥ୍ୟର ସୁରକ୍ଷା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଏ ସଂପର୍କରେ ସମୀକ୍ଷା କରିବା ପରେ ଏହି ନିର୍ଦ୍ଦେଶ ଦେଇଛନ୍ତି।

ଏହି ନିର୍ଦ୍ଦେଶ ଅନୁଯାୟୀ ଅଙ୍ଗନବାଡି କେନ୍ଦ୍ର, ଶିଶୁବାଟିକା ଠାରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ସରକାରୀ, ବେସରକାରୀ ସ୍କୁଲ ବନ୍ଦ ରହିବ। ସୂଚନାଯୋଗ୍ୟ ଯେ ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଓ ଦିନ ତାପମାତ୍ରାରେ ଅତ୍ୟଧିକ ବୃଦ୍ଧି ଯୋଗୁ ସାଧାରଣ ଜୀବନଯାପନ ବାଧାପ୍ରାପ୍ତ ହେଉଛି। ତେଣୁ ପିଲାମାନଙ୍କ ସ୍ବାସ୍ଥ୍ୟକୁ ସର୍ବାଧିକ ଗୁରୁତ୍ବ ଦେଇ ମୁଖ୍ୟମନ୍ତ୍ରୀ ଏହି ନିଷ୍ପତ୍ତି ଗ୍ରହଣ କରିଛନ୍ତି । ଏହି ସମୟ ମଧ୍ୟରେ ଅଙ୍ଗନବାଡି ପିଲା ମାନଙ୍କୁ ସେମାନଙ୍କ ଘରେ ଶୁଖିଲା ଖାଦ୍ୟ ଯୋଗାଇ ଦେବା ପାଇଁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି ।

ସୂଚନାଯୋଗ୍ୟ ଯେ ଉଭୟ ସରକାରୀ ଓ ବେସରକାରୀ କଲେଜ ପିଲାମାନଙ୍କ ପାଇଁ ରାଜ୍ୟ ସରକାର ଅପ୍ରେଲ ୨୩ ତାରିଖ ଠାରୁ ୫ ଦିନ ପାଇଁ ଛୁଟି ଘୋଷଣା କରିଛନ୍ତି । ତେବେ, ଏହି ସମୟରେ ପୂର୍ବରୁ ନିର୍ଦ୍ଧାରିତ ପରୀକ୍ଷା ଗୁଡିକ ନିର୍ଦ୍ଦିଷ୍ଟ ତାରିଖରେ ହେବ ଏବଂ ସଂପୃକ୍ତ ଅଧିକାରୀମାନେ ଏଥିପ୍ରତି ଯତ୍ନବାନ ହେବାକୁ ନିର୍ଦ୍ଦେଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଟୁରିଷ୍ଟ ବସ୍‌ରେ ଯାତ୍ରୀ ନେବା ପଡ଼ିଲା ମହଙ୍ଗା

କୋକସରା,୨୧।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଳକ ବିଜୁ ଏକ୍ସପ୍ରେସ ୱେ ଏବଂ ୨୬ ନମ୍ବର ଜାତୀୟ ରାଜପଥରେ ୧୫ରୁ ଊଦ୍ଦର୍‌ବ ଟୁରିଷ୍ଟ ବସ୍‌ ବେଆଇନ…

ଘରପଟ୍ଟା ପାଇଁ ତହସିଲଦାରଙ୍କ ଦ୍ୱାରସ୍ଥ ହେଲେ ବଳଦିଆଡ଼ିହ ଗ୍ରାମବାସୀ

ଗଞ୍ଜାମ,୨୧ା୮(ବିଦ୍ୟାଧର ସାହୁ): ଗଞ୍ଚାମ ବ୍ଲକ୍‌ ହୁମା ପଞ୍ଚାୟତ ଅନ୍ତର୍ଗତ ବଳଦିଆଡ଼ିହ ଗ୍ରାମର ଗ୍ରାମବାସୀମାନେ ହୁମା ପଞ୍ଚାୟତର ସମିତି ସଭ୍ୟ ଧ୍ରୁବ ଚରଣ ସାହୁଙ୍କ ନେତୃତ୍ୱରେ ଗଞ୍ଜାମ ତହସିଲଦାର…

ପ୍ରଧାନ ଶିକ୍ଷକଙ୍କ ବାଇକରେ ଥିବା ମଦ ବୋତଲ ଭାଇରାଲ: ପ୍ରଧନଶିକ୍ଷକ ନିଲମ୍ବିତ

ପାତ୍ରପୁର,୨୧ା୮(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ତୁରୁବୁଡି ପଞ୍ଚାୟତ ନୂଆଗଡ଼ ପ୍ରାଥମିକ ବିଦ୍ୟାଳୟ ଛାତ୍ରୀଛାତ୍ରଙ୍କୁ ଗତ ଦୁଇ ଦିନ ହେଲା ମଧ୍ୟାହ୍ନ ଭୋଜନ ମିଳୁ…

ଦୁଇଟି ସନ୍ତାନର ବାପା ହେବା ପରେ ଶେଷରେ ପ୍ରେମିକାଙ୍କ ହାତ ଧରିଲେ ଅର୍ଜୁନ ରାମପାଲ, ଛୁଟୁଛି ଶୁଭେଚ୍ଛାର ସୁଅ

ମୁମ୍ବାଇ: ବିବାହ କରି ଚର୍ଚ୍ଚାକୁ ଆସିଛନ୍ତି ଆଉଜଣେ ଅଭିନେତା । ସେ ହେଲେ ବଲିଉଡ ଅଭିନେତା ଅର୍ଜୁନ ରାମପାଲ। ପ୍ରେମିକା ତଥା ସାଉଥ ଆଫ୍ରିକାନ ମଡେଲ ଫ୍ୟାଶନ…

ଅସ୍ତିତ୍ୱ ହରାଉଛି ପ୍ରାକୃତିକ ଜଳ ଉତ୍ସ ସୁନ୍ଦରନାଳ

କୁଆଁରମୁଣ୍ଡା,୨୧ା୮(ମହେନ୍ଦ୍ର କୁମାର ସାହୁ): ସୁନ୍ଦରନାଳ ହେଉଛି କୁଆଁରମୁଣ୍ଡା ବ୍ଲକ ଅଞ୍ଚଳରେ ପ୍ରବାହିତ ଏକ ପ୍ରାକୃତିକ ଜଳ ଉତ୍ସ। ଏହି ଜଳ ଉତ୍ସ କୁମଝରିଆ ପଞ୍ଚାୟତର ପଟୁଆ ବାହାଲ-ତାଲସେରା…

ଭଡା ଘରୁ ମିଳିଲା ପୋଲିସ କର୍ମଚାରୀଙ୍କ ମୃତଦେହ: ୩ ବର୍ଷ ହେଲା…

ଭବାନୀପାଟଣା,୨୧।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ପୁରୁଣାପଡାର ଏକ ଭଡା ଘରୁ ଶୁକ୍ରବାର ଜଣେ ଡିଭିଏଫ(ଜିଲା ସ୍ୱେଚ୍ଛାସେବୀ ବାହିନୀ)ପୋଲିସ କର୍ମଚାରୀଙ୍କ ଝୁଲନ୍ତା ମୃତ ଦେହ…

ହୀରାକୁଦରେ ବନ୍ଦ ହେଲା ୮ ଗେଟ୍‌, ୭ ଗେଟ୍‌ରେ ହେଉଛି ବନ୍ୟାଜଳ ନିଷ୍କାସନ

ସମ୍ବଲପୁର,୨୧ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ କ୍ରମଶଃ ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଶୁକ୍ରବାର ଜଳଭଣ୍ଡାରର ୨ ପର୍ଯ୍ୟାୟରେ ୮ ସ୍ଲୁଇସ୍‌…

ଚାଷ କାମ ଚାଲିଥିବା ବେଳେ ବଜ୍ରପାତ: ଜଣେ ମୃତ ଜଣେ ଗୁରୁତର

ମହାକାଳପଡ଼ା, ୨୧।୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ଯଦୁପୁର ପଞ୍ଚାୟତର ଯଦୁପୁର ଖସାଡ଼ି ଗ୍ରାମ ନିକଟରେ ଚାଷ ଜମିରେ ବେଉଷଣ କାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri