ଏହି ଜିଲାରେ ସମସ୍ତ ସ୍କୁଲ ଛୁଟି ଘୋଷଣା

ଭୁବନେଶ୍ୱର, ୧୫।୭: ପ୍ରବଳ ବର୍ଷା ପାଇଁ ଆଜି ପୁରୀ ଜିଲାରେ ସମସ୍ତ ସ୍କୁଲ ବନ୍ଦ ରହିବ।
ସରକାରୀ, ବେସରକାରୀ ଓ ଅନୁଦାନପ୍ରାପ୍ତ ସ୍କୁଲ ପାଇଁ ଛୁଟି ଘୋଷଣା। ଶିଶୁବାଟିକାରୁ ଯୁକ୍ତ-୨ ପର୍ଯ୍ୟନ୍ତ ଛୁଟି ଘୋଷଣା କରିଛନ୍ତି ଜିଲାପାଳ।

ଉତ୍ତର ଓଡ଼ିଶା-ପଶ୍ଚିମ ବଙ୍ଗୋପସାଗର ଉପକୂଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଗତକାଲିର ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ସୃଷ୍ଟି ହୋଇଛି ଏହି ଲଘୁଚାପ। ବୁଧବାର ସକାଳ ୫.୩୦ରେ ଲଘୁଚାପ କ୍ଷେତ୍ର ସୃଷ୍ଟି ନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଏହା ପ୍ରଭାବରେ ରାଜ୍ୟରେ ବର୍ଷା ପରିମାଣ ବଢ଼ିବା ସହ ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି।

Odisha’s No.1 Odia Daily

Share