ସମାଲୋଚନା ପରେ ବଦଳିଲା ନିଷ୍ପତ୍ତି, ନୟାଗଡ଼ରେ ୨୦ ରୁ ୨୩ ସମସ୍ତ ବିଦ୍ୟାଳୟ ଛୁଟି

ନୟାଗଡ଼, ୧୯।୪(ଲୋକନାଥ ମିଶ୍ର): ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ନୟାଗଡ଼ ଜିଲା ପ୍ରଶାସନ ଜିଲାର ସମସ୍ତ ପ୍ରକାର ବିଦ୍ୟାଳୟ ଓ ଅଙ୍ଗନଓ୍ବାଡି କେନ୍ଦ୍ର ଗୁଡ଼ିକୁ ଚଳିତ ମାସ ୨୦ରୁ ୨୩ ତାରିଖ ପର୍ଯ୍ୟନ୍ତ ଛୁଟି ଘୋଷଣା କରିଛନ୍ତି । ଜିଲାପାଳଙ୍କ ଆଦେଶ କ୍ରମେ ଜିଲା ଶିକ୍ଷାଧିକାରୀ ଚିଠି ନମ୍ବର ୨୭୯୦ ତା ୧୯.୪. ୨୬ ମାଧ୍ୟମରେ ଜିଲ୍ଲାର ସମସ୍ତ ପ୍ରକାରର ପ୍ରାଥମିକ, ଉଚ୍ଚ ପ୍ରାଥମିକ ଏବଂ ମାଧ୍ୟମିକ ବିଦ୍ୟାଳୟ ଗୁଡ଼ିକ ଛୁଟି ରହିବ।

ତେବେ ଏହି ସମୟ ମଧ୍ୟରେ ବିଦ୍ୟାଳୟର ଅଫିସ ଖୋଲା ରହିବ ସହିତ ପିଲାଙ୍କ ନାମଲେଖା, ପରୀକ୍ଷାକାର୍ଯ୍ୟ ତଥା ଜନଗଣନା କାର୍ଯ୍ୟ ଯଥାରୀତି ଚାଲିବା ସହିତ ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀଶିକ୍ଷକ ବିଦ୍ୟାଳୟ ଆସିବେ ବୋଲି ଜିଲା ଶିକ୍ଷା ବିଭାଗ ପକ୍ଷରୁ କୁହାଯାଇଛି । ତେବେ ଏହି ନିର୍ଦ୍ଦେଶନାମା ପୂର୍ବରୁ ବିଦ୍ୟାଳୟ ସକାଳ ସାଢେ ୬ଟାରୁ ସାଢ଼େ ୯ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ଏନେଇ ସମାଲୋଚନା ଓ ପ୍ରତିବାଦ ପରେ ପୁଣି ପ୍ରଶାସନ ନିଷ୍ପତ୍ତି ବଦଲାଇଛି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ରୋଷେଇ ବେଳେ ବିସ୍ଫୋରଣ ହେଲା ଗ୍ଯାସ ସିଲିଣ୍ଡର, ହୁତୁହୁତୁ ହୋଇ ଜଳିଗଲା ୩…

ଦିଗପହଣ୍ଡି,୧୯ା୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମ ଦଳିତ ସାହିରେ ଭୟାବହ ଅଗ୍ନିକାଣ୍ଡ ହୋଇଛି । ରବିବାର  ସନ୍ଧ୍ୟାରେ ରୋଷେଇ ଗ୍ଯାସ ସିଲିଣ୍ଡର ଲିକ୍ ହୋଇ…

ସାଙ୍ଗ ଗୁଳିରେ ଚାଲିଗଲା ସାଙ୍ଗର ଜୀବନ

ଫୁଲବାଣୀ/ଚକାପାଦ/ବାଲିଗୁଡା,୧୯ା୪(ରାକେଶ କୁମାର ରାଉତ/ପ୍ରତାପ କିଶୋର ବେହେରା/ ସଞ୍ଜୟ କୁମାର ପାଣିଗ୍ରାହୀ): ଜଙ୍ଗଲକୁ ଶିକାର କରିବାକୁ ୩ ସାଙ୍ଗ ଯାଇଥିଲେ। ହେଲେ ଶିକାର କଲାବେଳେ ବନ୍ଧୁକ ଧରିଥିବା ଯୁବକଙ୍କ…

ପ୍ରେମିକାକୁ ମାଡ଼ ମାରିଲେ ପ୍ରେମିକ, ନିର୍ଯାତନା ସହି ନପାରି ଆତ୍ମହତ୍ୟା କଲେ

କୋରାପୁଟ,୧୯ା୪(ଅମିତାଭ ବେହେରା ): ପ୍ରେମିକର ନିର୍ଯ୍ୟାତନା ସହି ନପାରି ବେକରେ ରସି ଲଗାଇ ଆତ୍ମହତ୍ୟା କଲେ ଛାତ୍ରୀ । ଏହି ଘଟଣା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ…

ଚକା ଫାଟି ଗଛରେ ପିଟିହେଲା କାର: ପରିବାରର ୬ଗୁରୁତର

ବଘିଆପଡ଼ା,୧୯।୪(ଶ୍ରୀକାନ୍ତ ସାହୁ): ଖୋର୍ଦ୍ଧା-ବଲାଙ୍ଗୀର ୫୭ ନମ୍ୱର ଜାତୀୟ ରାଜପଥ ବୌଦ୍ଧ ଥାନା ଜହ୍ନାପଙ୍କ ଗାୟତ୍ରୀ ପ୍ରଜ୍ଞାପୀଠ ନିକଟରେ ରବିବାର ଏକ ଦୁର୍ଘଟଣା ଘଟିଛି। ଏକ କାର୍‌ର ଆଗ…

ଥୁଆମୂଳ ରାମପୁରରେ ଅବକାରୀ ବିଭାଗର ଚଢ଼ାଉ: ୨୫ କୁଇଣ୍ଟାଲ ମହୁଲ ସହ ପିକଅପ୍ ଭ୍ୟାନ ଜବତ

ଥୁଆମୂଳ ରାମପୁର,୧୯ା୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଅଞ୍ଚଳରେ ଅବକାରୀ ବିଭାଗ ପକ୍ଷରୁ ଅବୈଧ ମହୁଲ ଚାଲାଣ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ବିଭାଗ…

କବିସୂର୍ଯ୍ୟଙ୍କ ଶ୍ରାଦ୍ଧତ୍ସୋବ ପାଳନ ପାଇଁ ପ୍ରସ୍ତୁତି ଚୂଡାନ୍ତ

ଦିଗପହଣ୍ଡି,୧୯।୪(ଅଶେଷ ନାଥ ମିଶ୍ର) ଓଡ଼ିଆ ସାହିତ୍ୟାକାଶର ଉଜ୍ଜଳତମ ନକ୍ଷତ୍ର କବିସୂର୍ଯ୍ୟ ବଳଦେବ ରଥ ବୈଶାଖ ମାସ ଅକ୍ଷୟ ତୃତୀୟା ତିଥିରେ ଜନ୍ମ ଗ୍ରହଣ କରିଥିଲେ। ପବିତ୍ର ଜନ୍ମମାଟି…

ପାରିବାରିକ ହିଂସା, ଟାଙ୍ଗିଆ ଚୋଟରେ ମହିଳା ଗୁରୁତର

ଦିଗପହଣ୍ଡି,୧୯ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭ୍ରମରପୁର ବାଘମରା ସାହିରେ ରବିବାର ଅପରାହ୍ନରେ ପାରିବାରିକ ହିଂସା ଦେଖିବାକୁ ମିଳିଛି । ଜଣେ ମହିଳାଙ୍କୁ ଟାଙ୍ଗିଆରେ…

ଶ୍ରୀନଗର ବିମାନବନ୍ଦରରୁ ୨ ଆମେରିକୀୟ ଅଟକ, ପୋଲିସର ତଦନ୍ତ ଜାରି

ଶ୍ରୀନଗର,୧୯ା୪: ଶ୍ରୀନଗର ବିମାନବନ୍ଦରରୁ ରବିବାର ୨ଜଣ ଆମେରିକୀୟଙ୍କୁ ଅଟକ ରଖାଯାଇଛି। ବିମାନବନ୍ଦରରେ ଯାଞ୍ଚ ବେଳେ ସେମାନଙ୍କ ଲଗେଜ୍‌ରୁ ସାଟେଲାଇଟ୍‌ ଫୋନ୍‌ ମିଳିଥିବା ସୁରକ୍ଷା ଅଧିକାରୀଙ୍କ ସୂତ୍ରରୁ କୁହାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri