କାଲି ରାଜ୍ୟର ସବୁ ଶିକ୍ଷାନୁଷ୍ଠାନ ବନ୍ଦ

ଭୁବନେଶ୍ୱର,୨୫।୩(ବ୍ୟୁରୋ): କୃଷକ ସଂଗଠନ ଗୁଡ଼ିକର ଭାରତ ବନ୍ଦ ଡାକରା ପରିପ୍ରେକ୍ଷୀରେ ଶୁକ୍ରବାର ରାଜ୍ୟର ସବୁ ଶିକ୍ଷାନୁଷ୍ଠାନ ବନ୍ଦ ରହିବ। ରାଜ୍ୟର ସମସ୍ତ ସରକାରୀ, ଘରୋଇ ସ୍କୁଲ, କଲେଜ ଏବଂ ବିଶ୍ୱବିଦ୍ୟାଳୟ ବନ୍ଦ ରହିବ ବୋଲି ଗୁରୁବାର ରାଜ୍ୟ ସରକାରଙ୍କ ପକ୍ଷରୁ ଘୋଷଣା କରାଯାଇଛି।
ଅନ୍ୟପକ୍ଷରେ ଦୋଳ ପୂର୍ଣ୍ଣିମା ଓ ହୋଲି ପାଇଁ ଆସନ୍ତା ୨୮ ଓ ୨୯ ତାରିଖରେ ରାଜ୍ୟର ସମସ୍ତ ସ୍କୁଲ ବନ୍ଦ ରହିବ। ସ୍କୁଲ ବନ୍ଦ ନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଘୋଷଣା କରାଯାଇଛି।
ସୂଚନାରୁ ପ୍ରକାଶ, ମହାମାରୀ କରୋନା ପାଇଁ ରାଜ୍ୟର ସବୁ ଶିକ୍ଷାନୁଷ୍ଠାନ ବନ୍ଦ ରହିଥିଲା। କରୋନାର କୋପ କମିବା ପରେ ରାଜ୍ୟ ସରକାର ପର୍ଯ୍ୟାୟ କ୍ରମେ ନବମ, ଦଶମ ଓ ଦ୍ୱାଦଶ ଶ୍ରେଣୀ ସହ ମହାବିଦ୍ୟାଳୟ ଏବଂ ଇଞ୍ଜିନିୟରିଂ କଲେଜ ଗୁଡ଼ିକୁ ଖୋଲିଥିଲେ।