ପୁରୀ,୨୮ା୬: ସୋମବାର ପବିତ୍ର ଦେବସ୍ନାନ ପୂର୍ଣ୍ଣିମା । ଆସନ୍ତାକାଲି ଅର୍ଥାତ୍ ସୋମବାର ପୁରୀ ମହାନଗର ନିଗମରେ ବନ୍ଦ ରହିବ ସମସ୍ତ ସ୍କୁଲ । ଶିଶୁ ବାଟିକାଠାରୁ ଦ୍ବାଦଶ ଶ୍ରେଣୀ ପର୍ଯ୍ୟନ୍ତ ପିଲାଙ୍କ ପାଇଁ ସ୍କୁଲ୍ ବନ୍ଦ ପାଇଁ ନିର୍ଦ୍ଦେଶ ଦିଆଯାଇଛି । ଦେବସ୍ନାନ ପୂର୍ଣ୍ଣିମା ଭିଡ଼କୁ ଦେଖି ସବୁ ସ୍କୁଲ ବନ୍ଦ ନିଷ୍ପତ୍ତି ନିଆଯାଇଛି । ସମସ୍ତ ସରକାରୀ, ବେସରକାରୀ ସ୍କୁଲ ବନ୍ଦ ରହିବ ।
କହିରଖୁଛୁ କି, ସ୍ନାନଯାତ୍ରା ଜ୍ୟେଷ୍ଠ ମାସ ଶୁକ୍ଳପକ୍ଷ ପୂର୍ଣ୍ଣିମା ତିଥିରେ ପାଳନ କରାଯାଏ । ଏହି ଦିନ ଶ୍ରୀମନ୍ଦିରର ସ୍ନାନ ମଣ୍ଡପରେ ଚତୁର୍ଦ୍ଧା ମୂର୍ତ୍ତିଙ୍କୁ ପାରମ୍ପରିକ ରୀତିରେ ବେଦଧ୍ୱନି ପୂର୍ବକ ୧୦୮ କଳସୀ ଜଳରେ ସ୍ନାନ କରାଯାଏ । ସାଧାରଣତଃ ବର୍ଷରେ ଥରେ ଶ୍ରୀଜଗନ୍ନାଥ ଭାଇଭଉଣୀଙ୍କ ସହିତ ଜଳସ୍ନାନ କରନ୍ତି । ଅନ୍ୟ ସମୟରେ ତାଙ୍କୁ ମନ୍ତ୍ରସ୍ନାନ କରାଯାଏ ।