ଆସନ୍ତା ୨୮, ୨୯ ତାରିଖ ରାଜ୍ୟର ସମସ୍ତ ସ୍କୁଲ ଛୁଟି

ଭୁବନେଶ୍ୱର,୨୫।୩(ବ୍ୟୁରୋ): ପବିତ୍ର ଦୋଳପୂର୍ଣ୍ଣିମା ଓ ହୋଲି ଉପଲକ୍ଷେ ଆସନ୍ତା ୨୮ ଓ ୨୯ତାରିଖ ଦୁଇଦିନ ରାଜ୍ୟର ସମସ୍ତ ସ୍କୁଲ ଛୁଟି ରହିବ। ଏହି ଦୁଇଦିନ କୌଣସି ପ୍ରକାରର ପାଠପଢ଼ା ହେବ ନାହିଁ। ଏ ନେଇ ଗୁରୁବାର ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ନିର୍ଦ୍ଦେଶନାମା ଜାରି ହୋଇଛି।
ରାଜ୍ୟ ସ୍କୁଲ ଓ ଗଣଶିକ୍ଷା ବିଭାଗର ଅତିରିକ୍ତ ସଚିବ ପ୍ରତାପ କୁମାର ମିଶ୍ର ସମସ୍ତ ଜିଲା ଶିକ୍ଷା ଅଧିକାରୀ, ସ୍କୁଲ ଓ ଗଣଶିକ୍ଷା ବିଭାଗର ସମସ୍ତ ନିର୍ଦ୍ଦେଶକଙ୍କୁ ଚିଠି ଲେଖି ୨୮ ଓ ୨୯ତାରିଖରେ ଦୋଳ ଓ ହୋଲି ଯୋଗୁ ପାଠପଢ଼ା ନ କରାଇବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ଏହି ନିର୍ଦ୍ଦେଶନାମା ରାଜ୍ୟର ସମସ୍ତ ସରକାରୀ, ସରକାରୀ ସହାୟତାପ୍ରାପ୍ତ ଓ ବେସରକାରୀ ସ୍କୁଲ ପାଇଁ ଉଦ୍ଦିଷ୍ଟ। ଏହି ଦୁଇଦିନ କୌଣସି ପ୍ରକାରର ପାଠପଢ଼ା ନ କରିବାକୁ ବିଭାଗ ପକ୍ଷରୁ କୁହାଯାଇଛି।
ସୂଚନାଯୋଗ୍ୟ, ରାଜ୍ୟ ସ୍କୁଲ ଓ ଗଣଶିକ୍ଷା ବିଭାଗ ଜାନୁୟାରୀ ୨ତାରିଖରେ ସମସ୍ତ ସ୍କୁଲକୁ ନବମ ଓ ଏକାଦଶ ଶ୍ରେଣୀର ପିଲାଙ୍କୁ ସ୍କୁଲରେ ପାଠପଢ଼ା ଏବଂ ଅନ୍ୟ ଶ୍ରେଣୀର ପିଲାମାନଙ୍କୁ ଅନ୍‌ଲାଇନରେ ପାଠପଢ଼ା ପାଇଁ ଅନୁମତି ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବନ ନିଗମର ବିଭିନ୍ନ ସମସ୍ୟା ସମାଧାନ ଦାବି: ଖାଲି ପଦବୀ ପୂରଣ ଉପରେ ଗୁରୁତ୍ୱ

ଭଞ୍ଜନଗର, ୩।୮(ବାବୁଲା ପ୍ରଧାନ): ନିଖିଳ ଉତ୍କଳ ବନ ନିଗମ କର୍ମଚାରୀ ସଂଘର ରାଜ୍ୟସ୍ତରୀୟ ସମ୍ପାଦକ ସମ୍ମିଳନୀ ସୋମବାର ଭୁବନେଶ୍ୱରସ୍ଥିତ ରାଜ୍ୟ କାର୍ଯ୍ୟାଳୟରେ ସଂଘର ସଭାପତି ପ୍ରିୟଦର୍ଶୀ ମିଶ୍ରଙ୍କ…

କ୍ରିକେଟ ଜଗତରୁ ଆସିଲା ବଡ଼ ଖବର: ୮ ବର୍ଷ ପାଇଁ ଏହି କ୍ରିକେଟରଙ୍କୁ ବ୍ୟାନ୍‌ କଲା ICC

ନୂଆଦିଲ୍ଲୀ,୩।୮: କ୍ରିକେଟ ଜଗତରୁ ଏକ ଚମକାଇଦେଲା ଭଳି ଖବର ସାମ୍ନାକୁ ଆସିଛି। ମ୍ୟାଚ ଫିକ୍ସିଂ ମାମଲାରେ ଦୋଷୀ ସାବ୍ୟସ୍ତ ହେବା ପରେ ଆମେରିକାର କ୍ରିକେଟର ଅଖିଲେଶ ରେଡ୍ଡିଙ୍କୁ…

ଶ୍ରାବଣ ସୋମବାରରେ ପାଟଣା ଅଞ୍ଚଳରେ ଭକ୍ତିମୟ ପରିବେଶ, ହରହର ମହାଦେବ ଧ୍ବନୀରେ ପ୍ରକମ୍ପିତ ମନ୍ଦିର

ପାଟଣା,୩ା୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍ ଅଞ୍ଚଳର ଶୈବ ପୀଠ ଗୁଡ଼ିକରେ ଭକ୍ତଙ୍କ ସମାଗମ ଦେଖିବାକୁ ମିଳିଥିଲା । ଶ୍ରାବଣ ମାସ ପ୍ରଥମ ସୋମବାର…

ଛାଡ଼ପତ୍ର ହେଲେ କାଙ୍ଗାଳ ହେବେ ରୋନାଲ୍ଡୋ! ବିବାହ ପୂର୍ବରୁ ରୋନାଲ୍ଡୋ-ଜର୍ଜିନା କରିଥିଲେ ଏହି ଏଗ୍ରିମେଣ୍ଟ

ଲିସବନ,୩।୮: ପର୍ତ୍ତୁଗାଲର ଦିଗ୍ଗଜ ଫୁଟବଲର୍‌ କ୍ରିଷ୍ଟିଆନୋ ରୋନାଲ୍ଡୋ ଏବଂ ତାଙ୍କ ଗର୍ଲଫ୍ରେଣ୍ଡ ଜର୍ଜିନା ରୋଡ୍ରିଗେଜଙ୍କ ବିବାହ ତାରିଖକୁ ନେଇ ଚାଲିଥିବା କଳ୍ପନାଜଳ୍ପନା ମଧ୍ୟରେ ଉଭୟଙ୍କର ବିବାହ ପୂର୍ବରୁ…

ପାନବରଜରେ ଗୁଳିମାଡ଼ ଘଟଣାର ପର୍ଦ୍ଧାଫାଶ କଲା ପୋଲିସ, ପ୍ଲଟ୍‌ ବ୍ୟବସାୟରୁ ହୋଇଥିଲା ବିବାଦ

ଖୋର୍ଦ୍ଧା,୩।୮(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ଆଦର୍ଶ ଥାନା ଅନ୍ତର୍ଗତ ପାନବରଜ ଗ୍ରାମରେ ଗୁଳିକାଣ୍ଡ ମାମଲାରେ ପୋଲିସ ୮ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ଖୋର୍ଦ୍ଧା ଆଦର୍ଶ ଥାନା…

ରାଉରକେଲା ସିଭିଲ୍ ଟାଉନ୍‌ସିପ୍‌ରେ ସେକ୍ସ ରାକେଟ୍‌ ଠାବ, ପ୍ରଲୋଭନ ଦେଖାଇ…

ରାଉରକେଲା,୩ା୮(ସଙ୍ଗୀତା ଜେନା): ସହରର ସିଭିଲ୍ ଟାଉନ୍‌ସିପ୍ ଅଞ୍ଚଳରେ ଏକ ବଡ଼ ଧରଣର ସେକ୍ସ ରାକେଟ୍ (ଦେହବ୍ୟାପାର) ଠାବ ହୋଇଛି। ରଘୁନାଥପାଲୀ ଥାନା ପୋଲିସ ବିଶ୍ୱସ୍ତ ସୂତ୍ରରୁ ଖବର…

ଏନ୍‌ଲିନୋ ପାଇଁ ସତର୍କ କଲେ ସର୍ବୋଚ୍ଚ ଯନ୍ତ୍ରୀ

ଭୁବନେଶ୍ୱର,୩।୮: ରାଜ୍ୟରେ ବନ୍ୟା ପ୍ରକୋପ ହ୍ରାସ ପାଇଥିବା ସର୍ବୋଚ୍ଚ ଯନ୍ତ୍ରୀ ସୋମବାର ପ୍ରକାଶ କରିଛନ୍ତି। ମହାନଦୀ ଉପର ମୁଣ୍ଡରେ କି ତଳ ମୁଣ୍ଡରେ ବର୍ଷା ହୋଇ ନାହିଁ।…

ଶ୍ରାବଣ ସୋମବାରରେ ତିନି ରାଜ୍ୟରୁ ଆସିଲେ ଭକ୍ତ, ସ୍ଥାନୀୟ ଯୁବକଙ୍କ ପକ୍ଷରୁ ନିଆଗଲା ବଡ଼ ପଦକ୍ଷେପ

କଲ୍ୟାଣସିଂହପୁର, ୩।୮(ଦୀପକ କୁମାର ପରିଡ଼ା): ପବିତ୍ର ଶ୍ରାବଣ ମାସର ପ୍ରଥମ ସୋମବାର ଅବସରରେ ରାୟଗଡ଼ା ଜିଲା କଲ୍ୟାଣସିଂହପୁର ସ୍ଥିତ ଐତିହାସିକ ଦେବଗିରି ଶୈବପୀଠ ଉତ୍ସବମୁଖର ହୋଇଉଠିଛି। ହାତୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri