ଆସିଲା ବଡ଼ ଅପ୍‌ଡେଟ୍‌: ଏହିଦିନରୁ ସ୍ବାଭାବିକ ହେବ ସମସ୍ତ ବିଦ୍ୟାଳୟ

ଭୁବନେଶ୍ୱର,୨୦ା୬(ଅସମାପିକା ସାହୁ): ପାଣିପାଗ ବିଭାଗର ସୂଚନାକୁ ଆଧାର କରି ରାଜ୍ୟ ସରକାର ସମସ୍ତ ସରକାରୀ, ବେସରକାରୀ ଓ ଅନୁଦାନପ୍ରାପ୍ତ ବିଦ୍ୟାଳୟଗୁଡ଼ିକ ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ଜୁନ୍‌ ୨୧ ଯାଏ ସକାଳ ୬ଟା ୩୦ରୁ ୧୦ଟା ୩୦ ପର୍ଯ୍ୟନ୍ତ ଖୋଲା ରହିବ। ୨୨ତାରିଖଠାରୁ ସମସ୍ତ ବିଦ୍ୟାଳୟ ସ୍ବାଭାବିକ ଭାବେ ପରିଚାଳନା କରାଯିବ ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ସୂତ୍ରରୁ ପ୍ରକାଶ।

ସୂଚନାଯୋଗ୍ୟ, ସାରା ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେଉଥିବାରୁ ସ୍କୁଲ ଖୋଲା ରହିବ କି ନାହିଁ ଏନେଇ ନିଷ୍ପତ୍ତି ନେବାକୁ ସବୁ ଜିଲାର ଜିଲାପାଳଙ୍କୁ ନିର୍ଦ୍ଦେଶ ଦେଇଥିଲେ ସରକାର। ତେବେ ଖରାଛୁଟି ପରେ ମଙ୍ଗଳବାର ଅର୍ଥାତ୍‌ ଜୁନ୍‌ ୧୮ରେ ସ୍କୁଲ ଖୋଲା ହୋଇଥାଆନ୍ତା। ମାତ୍ର ସରକାରଙ୍କ ନିର୍ଦ୍ଦେଶ ପରେ ପୁଣି କେତେକ ଜିଲାରେ ସ୍କୁଲ ବନ୍ଦ କରିବାକୁ ଘୋଷଣା କରାଯାଇଥିଲା। ଏହି ନିର୍ଦ୍ଦେଶ ଅନୁଯାୟୀ, ଜିଲାପାଳମାନେ ନିଜ ନିଜ ଜିଲାର ପାଣିପାଗ ସ୍ଥିତିକୁ ନେଇ ସରକାରୀ, ବେସରକାରୀ ଓ ଅନୁଦାନପ୍ରାପ୍ତ ବିଦ୍ୟାଳୟଗୁଡ଼ିକର ପ୍ରଥମରୁ ଦାଦଶ ଶ୍ରେଣୀ ପର୍ଯ୍ୟନ୍ତ ଛୁଟି ଘୋଷଣା କରିବେ କିମ୍ବା ସମୟ ନିର୍ଘଣ୍ଟ ପରିବର୍ତ୍ତନ କରିବାକୁ ନିର୍ଦ୍ଦେଶ ଦିଆଯାଇଥିଲା। ଏହି ନିର୍ଦ୍ଦେଶ ୨୦ ତାରିଖ ପର୍ଯ୍ୟନ୍ତ ବଳବତ୍ତର ରହିଥିବା ବେଳେ ଶୁକ୍ରବାର ପର୍ଯ୍ୟନ୍ତ ଏହାକୁ ପୁଣି ବଢ଼ାଇ ଦିଆଯାଇଛି। ୨୨ ତାରିଖ ପରଠାରୁ ସମସ୍ତ ବିଦ୍ୟାଳୟ ସ୍ବାଭାବିକ ଭାବେ ଖୋଲାରହିବ ବୋଲି ସରକାରଙ୍କ ପକ୍ଷରୁ ଘୋଷଣା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ଦିଲ୍ଲୀର ‘ମାଠିଆ ମଣିଷ’ ନଟରାଜନ- ଏଭଳି ସମ୍ବୋଧନ ଅଜବ ଲାଗୁଥିଲେ ବି ଏହା ପଛରେ ରହିଛି ଏକ ବାସ୍ତବ କାହାଣୀ। ନଟରାଜନ ଦିଲ୍ଲୀର ଲୋକଙ୍କୁ ଥଣ୍ଡା ମାଠିଆ…

ପୁଞ୍ଜି ବଜାରରେ ଅବିଶ୍ୱାସ

ଞ୍ଜି ବଜାର ଏକ ଦେଶର ଅର୍ଥନୀତିର ଦର୍ପଣ ସଦୃଶ। ଏହା କେବଳ ଶେୟାର ଓ ଅନ୍ୟାନ୍ୟ ଆର୍ଥିକ ସମ୍ପତ୍ତିର କାରବାର ସ୍ଥଳ ନୁହେଁ, ବରଂ ଏହା ସଞ୍ଚୟ…

ସତ୍ୟର ପ୍ରୟୋଗ ବନାମ କାଳର ପ୍ରଭାବ

ବଡ଼ ବଡ଼ ମାଛ ଛୋଟ ଛୋଟ ମାଛକୁ ଖାଇ ସଫା କରିଦେଲା ପରି ବଡ଼ ବଡ଼ ଖବର ଦାଉରେ ଆଜିକାଲି ଛୋଟ ଛୋଟ ଖବର ଆଖିରେ ପଡ଼ୁନାହାନ୍ତି।…

ଇସ୍ତଫା ଦେବେ ବ୍ରିଟେନ୍‌ ପ୍ରଧାନମନ୍ତ୍ରୀ

ଲଣ୍ଡନ,୨୨ା୬: ବ୍ରିଟେନ୍‌ ପ୍ରଧାନମନ୍ତ୍ରୀ ପଦରୁ କିର୍‌ ଷ୍ଟାର୍ମର ଇସ୍ତଫା ଦେବାକୁ ଯାଉଥିବା ରବିବାର ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ କହିଛନ୍ତି। ଆଣ୍ଡି ବର୍ନହାମ୍‌ଙ୍କୁ ନୂଆ ପ୍ରଧାନମନ୍ତ୍ରୀ ଭାବେ…

ଚାଲିବା କେଉଁଠି

ସୁପ୍ରିମକୋର୍ଟ ୧୯ ଜୁନ୍‌ରେ ଏକ ରାୟରେ କହିଛନ୍ତି, ଚିହ୍ନଟ ହୋଇଥିବା ଫୁଟ୍‌ପାଥ ବା ପାଦଚଲା ପଥରେ ଚାଲିବା ଏକ ମୌଳିକ ଅଧିକାର। ଏହି ଅଧିକାର ସମ୍ବିଧାନର ଅନୁଚ୍ଛେଦ…

ସ୍ବିଜରଲ୍ୟାଣ୍ଡରେ ଆମେରିକା-ଇରାନ ପ୍ରଥମ ପର୍ଯ୍ୟାୟ ଆଲୋଚନା ଶେଷ, ଉଚ୍ଚସ୍ତରୀୟ କମିଟି ଉପରେ ସହମତ, ଜାଣନ୍ତୁ କ’ଣ କହିଲେ ଆରାଘଚି

ବେର୍ନ,୨୨।୬: ସ୍ବିଜରଲ୍ୟାଣ୍ଡରେ ଆମେରିକା ଏବଂ ଇରାନ ମଧ୍ୟରେ ପ୍ରଥମ ପର୍ଯ୍ୟାୟ ଆଲୋଚନା ଶେଷ ହୋଇଛି। ଏହି ଆଲୋଚନାର ଅଂଶ ସ୍ବରୂପ ଉଭୟ ପକ୍ଷ ଏକ ଉଚ୍ଚସ୍ତରୀୟ କମିଟି…

ଜାଣନ୍ତି କି କାହିଁକି ଖରାପ ହୁଏ କିଡ୍‌ନୀ?

କିଡ୍‌ନୀ ଏପରି ଏକ ଅଙ୍ଗ ଯାହାର କାର୍ଯ୍ୟ ଅକ୍ଷମତା ଅନେକ ଡେରିରେ ଧରାପଡ଼େ। ଅଙ୍ଗଟି ପ୍ରାୟ ୮୦-୯୦ ଶତାଂଶ ଅକ୍ଷମ ନ ହୋଇପଡ଼ିବାର ପୂର୍ବ ପର୍ଯ୍ୟନ୍ତ ରୋଗୀକୁ…

ହେବ ଭାରତ ପାକିସ୍ତାନ ଯୁଦ୍ଧ! ବିଲାୱଲ ଭୁଟ୍ଟୋଙ୍କ ପରେ, ପାକିସ୍ତାନର ପ୍ରତିରକ୍ଷା ମନ୍ତ୍ରୀ ଖ୍ବାଜା ଆସିଫ ଭାରତକୁ ଦେଲେ ଧମକ

ଇସଲାମାବାଦ,୨୨।୬: ଭାରତ ମିଳିତ ଜାତିସଂଘରେ ସିନ୍ଧୁ ଜଳ ଚୁକ୍ତିନାମା ସମ୍ପର୍କରେ ଦୀର୍ଘଦିନର ମତକୁ ପୁନରାବୃତ୍ତି କରିବା ପରେ ପାକିସ୍ତାନ କ୍ରୋଧିତ ହୋଇଛି। ପ୍ରାରମ୍ଭରେ, ପାକିସ୍ତାନ ପିପୁଲ୍ସ ପାର୍ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri