ନୂଆବର୍ଷ ସୁଦ୍ଧା ସବୁ ସ୍କୁଲ ଖୋଲିଯିବ

ଭୁବନେଶ୍ୱର/ସମ୍ବଲପୁର ୪।୧୧(ବ୍ୟୁରୋ): ଦୀପାବଳି ପରେ ପ୍ରାଥମିକ ସ୍କୁଲ ଖୋଲିବା ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ତେବେ ପ୍ରଥମ ପର୍ଯ୍ୟାୟରେ ଷଷ୍ଠ ଓ ସପ୍ତମ ଶ୍ରେଣୀ ଖୋଲିବାକୁ ଚିନ୍ତା କରାଯାଉଛି। ପରବର୍ତ୍ତୀ ପର୍ଯ୍ୟାୟରେ ପ୍ରଥମରୁ ପଞ୍ଚମ ଶ୍ରେଣୀ ଖୋଲିବା ଉପରେ ବିଚାର କରାଯିବ। ତେବେ ନୂଆବର୍ଷ ସୁଦ୍ଧା ରାଜ୍ୟର ସବୁ ସ୍କୁଲ ଖୋଲିଯିବ ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି।
ବୁଧବାର ସମ୍ବଲପୁର ଗସ୍ତବେଳେ ଗଣଶିକ୍ଷା ମନ୍ତ୍ରୀ ଦାଶ କହିଛନ୍ତି, କୋଭିଡ୍‌ର ତୃତୀୟ ଲହର ପ୍ରଭାବ କମ୍‌ ରହିଛି। ତେଣୁ ବିଭିନ୍ନ ଦିଗକୁ ଦେଖି ପୂର୍ବରୁ ଅଷ୍ଟମ, ନବମ ଓ ଦଶମ ଶ୍ରେଣୀ ସହ କଲେଜ ଖୋଲାଯାଇଛି। ଏବେ ଷଷ୍ଠ ଓ ସପ୍ତମ ଶ୍ରେଣୀ ପିଲାଙ୍କୁ ଶ୍ରେଣୀଗୃହରେ ପାଠପଢା ହେବ। ଏଥିପାଇଁ ବିଭାଗ ସ୍ତରରେ ପ୍ରସ୍ତୁତି ଶେଷ ହୋଇଛି। କୋଭିଡ୍‌ କଟକଣା ଲାଗୁ କରି ସ୍କୁଲଗୁଡିକ ଖୋଲାଯିବ। ପ୍ରଥମରୁ ପଞ୍ଚମ ଶ୍ରେଣୀ ପିଲାଙ୍କୁ ସାମାଜିକ ଦୂରତା ଓ କଟକଣା ଉପରେ ବୁଝାଇବା କଷ୍ଟକର। ନୂଆବର୍ଷ ଅର୍ଥାତ୍‌ ଜାନୁୟାରୀରୁ ଏମାନଙ୍କ ପାଇଁ ଶ୍ରେଣୀଗୃହ ପାଠପଢା ଆରମ୍ଭ ହୋଇଯିବ। ସେହିଭଳି ଶିକ୍ଷକଙ୍କ ସମସ୍ୟା ଆଉ ରହିବ ନାହିଁ। ୧୬ ହଜାର ଶିକ୍ଷକ ନିଯୁକ୍ତ ହେବେ। ଏହି ପ୍ରକ୍ରିୟା ନଭେମ୍ବର ଶେଷ କିମ୍ବା ଡିସେମ୍ବର ପୂର୍ବରୁ ଶେଷ ହେବ। ଯେଉଁ ପରିକ୍ଷାର୍ଥୀମାନେ କମ୍ପ୍ୟୁଟର ବେସ୍‌ଡ ଟେଷ୍ଟରେ ଉତ୍ତୀର୍ଣ୍ଣ ହୋଇଥିଲେ, ସେମାନଙ୍କର ଡକ୍ୟୁମେଣ୍ଟ ଯାଞ୍ଚ କରାଯାଉଛି। ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ଏହି ଯାଞ୍ଚ ପ୍ରକ୍ରିୟା ଚାଲିଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶିକ୍ଷା କ୍ଷେତ୍ରକୁ ଗୁରୁତ୍ୱ ଦେଇଛନ୍ତି। ସ୍ମାର୍ଟ ସ୍କୁଲ ନିର୍ମାଣ କରାଯାଉଛି। ଅତ୍ୟାଧୁନିକ ସୁବିଧା ସହ ଛାତ୍ରୀଛାତ୍ରଙ୍କୁ ଶିକ୍ଷାଦାନ କରାଯିବ। ପ୍ରଥମ ପର୍ଯ୍ୟାୟରେ ରାଜ୍ୟରେ ୧୧ଶହ ସ୍କୁଲକୁ ସ୍ମାର୍ଟ ସ୍କୁଲ ଭାବେ ନିର୍ମାଣ କରାଯାଇଛି। ପିଲାମାନେ ମଧ୍ୟ ପାଠ ପଢା ଆରମ୍ଭ କରିଦେଇଛନ୍ତି। ଦ୍ୱିତୀୟ ପର୍ଯ୍ୟାୟରେ ଆଉ ୨୫ଶହ ସ୍କୁଲ ନିର୍ମାଣ ପାଇଁ ଯୋଜନା କରାଯାଇଛି। ସ୍କୁଲଗୁଡିକରେ ଛାତ୍ରୀଛାତ୍ରଙ୍କ ଉପସ୍ଥାନ ଦେଖି ସ୍ମାର୍ଟ ସ୍କୁଲ ନିର୍ମାଣ କରାଯିବ ବୋଲି ମନ୍ତ୍ରୀ ଦାଶ କହିଛନ୍ତି। ଏହି ଅବସରରେ ମନ୍ତ୍ରୀ ଲେଡି ଲୁଇସ ସ୍କୁଲ ପରିଦର୍ଶନ କରିବା ସହ ଛାତ୍ରୀଛାତ୍ର ଓ ଶିକ୍ଷୟିତ୍ରୀ ଶିକ୍ଷକଙ୍କ ସହ ଆଲୋଚନା କରିଥିଲେ।
ସୂଚନାଯୋଗ୍ୟ, ୟୁନେସ୍କୋ ପକ୍ଷରୁ ଗତ ମାସରେ ପ୍ରକାଶ ପାଇଥିବା ‘ନୋ ଟିଚର, ନୋ କ୍ଲାସ୍‌: ଷ୍ଟେଟ୍‌ ଅଫ୍‌ ଏଜୁକେଶନ ରିପୋର୍ଟ ଫର୍‌ ଇଣ୍ଡିଆ-୨୦୨୧’ରେ ଓଡ଼ିଶାର ୩,୧୯୭ ସରକାରୀ ଓ ଘରୋଇ ସ୍କୁଲରେ ଜଣେ ଲେଖାଏ ଶିକ୍ଷକ ରହିଛନ୍ତି। ଏଥି ମଧ୍ୟରେ ୮୮% ସ୍କୁଲ ଗ୍ରାମାଞ୍ଚଳରେ ରହିଛି। ରାଇଟ୍‌ ଟୁ ଏଜୁକେଶନ ହିସାବରେ ଛାତ୍ରୀଛାତ୍ର ଓ ଶିକ୍ଷକଙ୍କ ଅନୁପାତ ଅନୁଯାୟୀ ଓଡ଼ିଶାରେ ୨ଲକ୍ଷରୁ ଅଧିକ ଶିକ୍ଷକ ଆବଶ୍ୟକ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ହେଉଥିଲା ବଡ଼ ଡିଲ୍‌: ମାଡ଼ି ବସିଲା ପୋଲିସ

ସୋନପୁର/ଡୁଙ୍ଗୁରିପାଲି, ୭।୨(ମୃତ୍ୟୁଞ୍ଜୟ ଶତପଥୀ/ଦୀନବନ୍ଧୁ ସୁନା)-ସୁବର୍ଣ୍ଣପୁର ଜିଲା ରାମପୁର ପୋଲିସ ଶନିବାର ଚଢ଼ାଉକରି ବିପୁଳ ପରିମାଣର କଫ୍‌ ସିରପ୍‌ ଜବତ୍‌ କରିଛି। ଏହି ଘଟଣାରେ ପରିବହନକାରୀ ତଥା ବରଗଡ଼…

ଶେଫର୍ଡଙ୍କ ହ୍ୟାଟ୍ରିକ୍‌ : କୋଲ୍‌କାତାରେ ମ୍ୟାଚ୍‌ ଜିତିଲା ଓ୍ବେଷ୍ଟଇଣ୍ଡିଜ୍‌

କୋଲ୍‌କାତା, ୭ା୨: ରୋମାରିଓ ଶେଫର୍ଡଙ୍କ ହ୍ୟାଟ୍ରିକ୍‌ ସହ ୫ ଉଇକେଟ ସଫଳତା ବଳରେ ସ୍ଥାନୀୟ ଇଡେନ ଗାର୍ଡେନ୍ସରେ ଶନିବାର ଖେଳାଯାଇଥିବା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌ରେ ଓ୍ବେଷ୍ଟଇଣ୍ଡିଜ୍‌ ୩୫…

ବିଶ୍ୱକପ୍‌ର ପ୍ରଥମ ମ୍ୟାଚ୍‌ କାହିଁକି ଖେଳିଲେନି ଜସପ୍ରିତ ବୁମ୍‌ରାହ? ନିରାଶ ହେଲେ ପ୍ରଶଂସକ  

ମୁମ୍ବାଇ,୭।୨: ଭାରତ ମୁମ୍ବାଇର ୱାଙ୍ଖଡେ କ୍ରିକେଟ ଷ୍ଟାଡିୟମରେ ଆମେରିକା ବିପକ୍ଷରେ T୨୦ ବିଶ୍ୱକପ ଅଭିଯାନ ଆରମ୍ଭ କରିଛି।ପ୍ରଥମ ମ୍ୟାଚ୍‌ରେ ଭାରତୀୟ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ଟସ ହାରିଥିଲେ।…

ଜଳିଗଲା କାର୍‌

ଝାରସୁଗୁଡ଼ା, ୭ା୨(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସହର କିଷାନ ଛକ ନିକଟ ଏକ ହୋଟେଲ ସମ୍ମୁଖରେ ଶନିବାର ଏକ କାର୍‌ ଜଳିଯାଇଛି। କାର୍‌(ନଂ.ଏମ୍‌ଏଚ୍‌୧୫ସିଡ଼ି-୫୦୯୨)ଟି ସମ୍ବଲପୁର ଅଞ୍ଚଳରୁ ଆସି…

ଏକା ଲଢ଼ିଲେ ସୂର୍ଯ୍ୟକୁମାର…USA ବିପକ୍ଷରେ ରଚିଲେ ଇତିହାସ 

ମୁମ୍ବାଇ,୭।୨: ଟି୨୦ ବିଶ୍ୱକପ୍‌ରେ ଐତିହାସିକ ଓ୍ବାଙ୍ଖଡ଼େ ଷ୍ଟାଡିୟମରେ ଆମେରିକା ବିପକ୍ଷରେ ପ୍ରଥମ ମ୍ୟାଚ୍‌ ସହ ଅଭିଯାନ ଆରମ୍ଭ କରିଛି ଟିମ୍‌ ଇଣ୍ଡିଆ। ମ୍ୟାଚ୍‌ରେ ଟସ୍‌ ହାରିବା ପରେ…

ଆର୍‌ଏସ୍‌ସିସି କପ୍‌ କ୍ରିକେଟ: ଦେଶୀ ବୟେଜ ସେମିରେ

ନୂଆପଡ଼ା,୭ା୨ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଲକ ତରବୋଡ ସମ୍ଭବ ଖେଳପଡିଆରେ ଶନିବାର ରାଇଜିଂ ଷ୍ଟାର ୟୁଥ୍‌ କ୍ଲବ ଦ୍ୱାରା ଆୟୋଜିତ ୧୯ତମ ଆର୍‌ଏସ୍‌ସିସି କପ…

ରୋଷେଇ କରୁଥିଲେ, ଗ୍ୟାସ ସିଲିଣ୍ଡରରୁ ଲାଗିଗଲା ନିଆଁ; ପରିବାରର ୫ ଗୁରୁତର…

ଆନନ୍ଦପୁର,୭।୨(ସୁଶାନ୍ତ କୁମାର ସାହୁ): ରୋଷେଇ କରୁଥିବା ବେଳେ ଅଘଟଣ। ଗ୍ୟାସ ସିଲିଣ୍ଡରରୁ ନିଆଁ ଲାଗି ପରିବାରର ୫ଜଣ ଗୁରୁତର। ଏଭଳି ଏକ ଅଘଟଣ ଘଟିଛି କେନ୍ଦୁଝର ଜିଲା…

ଟ୍ରକ ନେଲା ୨ବାଇକ୍‌ ଆରୋହୀଙ୍କ ଜୀନନ

କୋକସରା/ବେହେରା,୭।୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ/ଭୂପେଶ ତିୱାରୀ): କଳାହାଣ୍ଡି ଜିଲା କୋକସରା ଥାନା ଅନ୍ତର୍ଗତ ବିଜୁ ଏକ୍ସପ୍ରେସୱେ ବେହେରା ବିଦେଶୀ ମଦ ଦୋକାନ ଛକ ନିକଟରେ ଶନିବାର ଏକ ମର୍ମନ୍ତୁଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri