ନୂଆବର୍ଷ ସୁଦ୍ଧା ସବୁ ସ୍କୁଲ ଖୋଲିଯିବ

ଭୁବନେଶ୍ୱର/ସମ୍ବଲପୁର ୪।୧୧(ବ୍ୟୁରୋ): ଦୀପାବଳି ପରେ ପ୍ରାଥମିକ ସ୍କୁଲ ଖୋଲିବା ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ତେବେ ପ୍ରଥମ ପର୍ଯ୍ୟାୟରେ ଷଷ୍ଠ ଓ ସପ୍ତମ ଶ୍ରେଣୀ ଖୋଲିବାକୁ ଚିନ୍ତା କରାଯାଉଛି। ପରବର୍ତ୍ତୀ ପର୍ଯ୍ୟାୟରେ ପ୍ରଥମରୁ ପଞ୍ଚମ ଶ୍ରେଣୀ ଖୋଲିବା ଉପରେ ବିଚାର କରାଯିବ। ତେବେ ନୂଆବର୍ଷ ସୁଦ୍ଧା ରାଜ୍ୟର ସବୁ ସ୍କୁଲ ଖୋଲିଯିବ ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି।
ବୁଧବାର ସମ୍ବଲପୁର ଗସ୍ତବେଳେ ଗଣଶିକ୍ଷା ମନ୍ତ୍ରୀ ଦାଶ କହିଛନ୍ତି, କୋଭିଡ୍‌ର ତୃତୀୟ ଲହର ପ୍ରଭାବ କମ୍‌ ରହିଛି। ତେଣୁ ବିଭିନ୍ନ ଦିଗକୁ ଦେଖି ପୂର୍ବରୁ ଅଷ୍ଟମ, ନବମ ଓ ଦଶମ ଶ୍ରେଣୀ ସହ କଲେଜ ଖୋଲାଯାଇଛି। ଏବେ ଷଷ୍ଠ ଓ ସପ୍ତମ ଶ୍ରେଣୀ ପିଲାଙ୍କୁ ଶ୍ରେଣୀଗୃହରେ ପାଠପଢା ହେବ। ଏଥିପାଇଁ ବିଭାଗ ସ୍ତରରେ ପ୍ରସ୍ତୁତି ଶେଷ ହୋଇଛି। କୋଭିଡ୍‌ କଟକଣା ଲାଗୁ କରି ସ୍କୁଲଗୁଡିକ ଖୋଲାଯିବ। ପ୍ରଥମରୁ ପଞ୍ଚମ ଶ୍ରେଣୀ ପିଲାଙ୍କୁ ସାମାଜିକ ଦୂରତା ଓ କଟକଣା ଉପରେ ବୁଝାଇବା କଷ୍ଟକର। ନୂଆବର୍ଷ ଅର୍ଥାତ୍‌ ଜାନୁୟାରୀରୁ ଏମାନଙ୍କ ପାଇଁ ଶ୍ରେଣୀଗୃହ ପାଠପଢା ଆରମ୍ଭ ହୋଇଯିବ। ସେହିଭଳି ଶିକ୍ଷକଙ୍କ ସମସ୍ୟା ଆଉ ରହିବ ନାହିଁ। ୧୬ ହଜାର ଶିକ୍ଷକ ନିଯୁକ୍ତ ହେବେ। ଏହି ପ୍ରକ୍ରିୟା ନଭେମ୍ବର ଶେଷ କିମ୍ବା ଡିସେମ୍ବର ପୂର୍ବରୁ ଶେଷ ହେବ। ଯେଉଁ ପରିକ୍ଷାର୍ଥୀମାନେ କମ୍ପ୍ୟୁଟର ବେସ୍‌ଡ ଟେଷ୍ଟରେ ଉତ୍ତୀର୍ଣ୍ଣ ହୋଇଥିଲେ, ସେମାନଙ୍କର ଡକ୍ୟୁମେଣ୍ଟ ଯାଞ୍ଚ କରାଯାଉଛି। ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ଏହି ଯାଞ୍ଚ ପ୍ରକ୍ରିୟା ଚାଲିଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶିକ୍ଷା କ୍ଷେତ୍ରକୁ ଗୁରୁତ୍ୱ ଦେଇଛନ୍ତି। ସ୍ମାର୍ଟ ସ୍କୁଲ ନିର୍ମାଣ କରାଯାଉଛି। ଅତ୍ୟାଧୁନିକ ସୁବିଧା ସହ ଛାତ୍ରୀଛାତ୍ରଙ୍କୁ ଶିକ୍ଷାଦାନ କରାଯିବ। ପ୍ରଥମ ପର୍ଯ୍ୟାୟରେ ରାଜ୍ୟରେ ୧୧ଶହ ସ୍କୁଲକୁ ସ୍ମାର୍ଟ ସ୍କୁଲ ଭାବେ ନିର୍ମାଣ କରାଯାଇଛି। ପିଲାମାନେ ମଧ୍ୟ ପାଠ ପଢା ଆରମ୍ଭ କରିଦେଇଛନ୍ତି। ଦ୍ୱିତୀୟ ପର୍ଯ୍ୟାୟରେ ଆଉ ୨୫ଶହ ସ୍କୁଲ ନିର୍ମାଣ ପାଇଁ ଯୋଜନା କରାଯାଇଛି। ସ୍କୁଲଗୁଡିକରେ ଛାତ୍ରୀଛାତ୍ରଙ୍କ ଉପସ୍ଥାନ ଦେଖି ସ୍ମାର୍ଟ ସ୍କୁଲ ନିର୍ମାଣ କରାଯିବ ବୋଲି ମନ୍ତ୍ରୀ ଦାଶ କହିଛନ୍ତି। ଏହି ଅବସରରେ ମନ୍ତ୍ରୀ ଲେଡି ଲୁଇସ ସ୍କୁଲ ପରିଦର୍ଶନ କରିବା ସହ ଛାତ୍ରୀଛାତ୍ର ଓ ଶିକ୍ଷୟିତ୍ରୀ ଶିକ୍ଷକଙ୍କ ସହ ଆଲୋଚନା କରିଥିଲେ।
ସୂଚନାଯୋଗ୍ୟ, ୟୁନେସ୍କୋ ପକ୍ଷରୁ ଗତ ମାସରେ ପ୍ରକାଶ ପାଇଥିବା ‘ନୋ ଟିଚର, ନୋ କ୍ଲାସ୍‌: ଷ୍ଟେଟ୍‌ ଅଫ୍‌ ଏଜୁକେଶନ ରିପୋର୍ଟ ଫର୍‌ ଇଣ୍ଡିଆ-୨୦୨୧’ରେ ଓଡ଼ିଶାର ୩,୧୯୭ ସରକାରୀ ଓ ଘରୋଇ ସ୍କୁଲରେ ଜଣେ ଲେଖାଏ ଶିକ୍ଷକ ରହିଛନ୍ତି। ଏଥି ମଧ୍ୟରେ ୮୮% ସ୍କୁଲ ଗ୍ରାମାଞ୍ଚଳରେ ରହିଛି। ରାଇଟ୍‌ ଟୁ ଏଜୁକେଶନ ହିସାବରେ ଛାତ୍ରୀଛାତ୍ର ଓ ଶିକ୍ଷକଙ୍କ ଅନୁପାତ ଅନୁଯାୟୀ ଓଡ଼ିଶାରେ ୨ଲକ୍ଷରୁ ଅଧିକ ଶିକ୍ଷକ ଆବଶ୍ୟକ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

କୋରାପୁଟରେ ଶକ୍ତି ପ୍ରଦର୍ଶନ କଲେ ମାମୁଁ ଭଣଜା

କୋରାପୁଟ,୧୯।୪(ଅମିତାଭ ବେହେରା) କୋରାପୁଟ ସଂସଦୀୟ କ୍ଷେତ୍ରରେ ଆସନ୍ତା ମେ ୧୩ରେ ପ୍ରଥମ ପର୍ଯ୍ୟାୟ ମତଦାନ ହେବ। ଗତକାଲି ଅର୍ଥାତ ୧୮ରୁ ପାର୍ଥୀପତ୍ର ଦାଖଲ ଆରମ୍ଭ ହୋଇଥିବାବେକେ...

ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ

ସମ୍ବଲପୁର,୧୯ା୪(ପ୍ରମୋଦ ବହିଦାର): ରେଳବାଇ ସୁରକ୍ଷା ଜନିତ ରକ୍ଷଣାବେକ୍ଷଣ କାର୍ଯ୍ୟ ପାଇଁ ସମ୍ବଲପୁର ରେଳମଣ୍ଡଳ ଅଧୀନସ୍ଥ କେତେକ ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ କରାଯାଇଥିବା ନେଇ ସମ୍ବଲପୁର ରେଳ...

ତାପମାତ୍ରାରେ ଭୁବନେଶ୍ୱକୁ ଟପିଲା କଟକ

ଭୁବନେଶ୍ୱର,୧୯।୪: ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ତାତି। ସକାଳ ୮ଟା ପରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ରାଜ୍ୟରେ ଏ ବର୍ଷ ପ୍ରଥମ ଥର ପାଇଁ...

ମହାନଦୀରେ ଡଙ୍ଗାବୁଡି ଘଟଣା: ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୯।୪: ମହାନଦୀରେ ଡଙ୍ଗା ବୁଡିବା ଘଟଣାରେ ମୃତକଙ୍କ ପରିବାରକୁ ଅନୁକମ୍ପା ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପରିବାରକୁ ୪ ଲକ୍ଷ ଲେଖାଏଁ ଅନୁକମ୍ପା...

୨୦୧୯ରେ ପୁରୀ ବିଧାନସଭାରେ କାହିଁକି ହାରିଥିଲା ବିଜେଡି, କାରଣ କହିଲେ ସଭାପତି…

ପୁରୀ,୧୯।୪: ୨୦୧୯ରେ ପୁରୀ ବିଧାନସଭା ଆସନରେ କାହିଁକି ହାରିଲା ବିଜେଡି । ଏନେଇ କାରଣ କହିଛନ୍ତି ଖୋଦ ଜିଲା ବିଜେଡି ସଭାପତି । ସଭାପତି ଦିବାକର...

ପିକ୍‌ଅପ୍‌ରୁ ଜବତ ହେଲା ପୁଳାପୁଳା ଟଙ୍କା

ପଦ୍ମପୁର,୧୯ା୪(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଥାନା ପୋଲିସ ଶୁକ୍ରବାର ଏକ ପିକ୍‌ଅପ୍‌ରୁ ପୁଳାପୁଳା ଟଙ୍କା ଜବତ କରିଛି। ଗାଇସିଲେଟ -ପଦ୍ମପୁର ରାସ୍ତାର ଗଡ଼ଭାଟି ଛକରୁ...

ଅଶୁଂଘାତ ନେଲା ଜଣଙ୍କ ଜୀବନ

ଭୁବନେଶ୍ୱର,୧୯।୪: ଅଂଶୁଘାତରେ ରାଜ୍ୟରେ ଜଣଙ୍କର ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତି ଜଣଙ୍କ ବାଲେଶ୍ୱରର ବୋଲି ଜଣାପଡିଛି। ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର ଆଜି ଏହି...

ମହାନଦୀରେ ବୁଡିଲା ଡଙ୍ଗା: ଜଣେ ମୃତ, ୬ ନିଖୋଜ

ଝାରସୁଗୁଡା,୧୯।୪: ମହାନଦୀରେ ବୁଡିଲା ଡଙ୍ଗା। ଏଥିରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୬ ଜଣଙ୍କର ପତ୍ତା ମିଳୁନି। ଝାରସୁଗୁଡା ଜିଲା ଲଖନପୁର ବ୍ଲକ ଶରଧା ନିକଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri