ବିକଶିତ ଭାରତ ପାଇଁ ସମସ୍ତେ ଧର୍ମପଦ ହେବା: ରାଜସ୍ବ ମନ୍ତ୍ରୀ

ବରଗଡ଼,୨୬।୧୨(ପ୍ରେମାନନ୍ଦ ଖମାରୀ):ପୂର୍ବତନ ପ୍ରଧାନମନ୍ତ୍ରୀ ଭାରତରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ଏକଶହତମ ଜନ୍ମ ଜୟନ୍ତୀ ଅବସରରେ ବୁଧବାର ବରଗଡ଼ ବିଜୁ ପଟ୍ଟନାୟକ ଟାଉନ ହଲରେ ଜିଲାସ୍ତରୀୟ ସୁଶାସନ ଦିବସ ପାଳିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଷ୍ଟଲ ପ୍ରଦର୍ଶନୀ ଉଦ୍‌ଘାଟନ କରିବା ସହିତ ବାଜପେୟୀଙ୍କ ଜୀବନୀ, ମାର୍ଗଦର୍ଶନ ଏବଂ ତାଙ୍କ ଆଦର୍ଶ ବିଷୟରେ ଆଲୋଚନା କରିଥିଲେ। ବିକଶିତ ଭାରତର ବିଶୁ ମହାରଣା ଭାବେ ପୂର୍ବତନ ପ୍ରଧାନମନ୍ତ୍ରୀ ବାଜପେୟୀ ଏବଂ ବର୍ତ୍ତମାନର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସେ ବିବେଚନା କରି ବିକଶିତ ଭାରତ ପାଇଁ ସମସ୍ତେ ଜଣେ ଜଣେ ଧର୍ମପଦ ହେବା ପାଇଁ ଆହ୍ବାନ ଦେଇଥିଲେ। ମୁଖ୍ୟ ଅତିଥି ପୂଜାରୀ ଆହୁରି କହିଥିଲେ, ଭାରତୀୟ ଇତିହାସରେ ସୁଶାସନର ଜଣେ ପ୍ରବୀଣ ବ୍ୟକ୍ତି ଭାବେ ଜଣାଶୁଣା ଥିଲେ ଅଟଳ ବିହାରୀ ବାଜପେୟୀ। କେବଳ ଜଣେ ଉଦାରବାଦୀ ରାଜନୀତିଜ୍ଞ ନୁହେଁ, ଜଣେ କବି, ସମାଜସେବୀ, ଲେଖକ, ପତ୍ରକାର ଭାବେ ସମସ୍ତେ ତାଙ୍କୁ ଜାଣନ୍ତି। କୃଷି, ବିଜ୍ଞାନ, ଜାତୀୟ ରାଜପଥର ଉନ୍ନତିକରଣ ତଥା ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ ଯୋଜନା ଆଦି ଅନେକ କ୍ଷେତ୍ରରେ ବାଜପେୟୀଙ୍କ ଅବଦାନ ଅତୁଳନୀୟ ବୋଲି ପୂଜାରୀ କହିଥିଲେ। ଜିଲାପାଳ ଆଦିତ୍ୟ ଗୋୟାଲ, ଅତାବିରା ବିଧାୟକ ନିହାର ରଞ୍ଜନ ମହାନନ୍ଦ, ବିଜେପୁର ବିଧାୟକ ସନତ କୁମାର ଗଡତିଆ ଏବଂ ଅତିରିକ୍ତ ଜିଲାପାଳ ମହେନ୍ଦ୍ର ମହାପାତ୍ର ମଞ୍ଚାସୀନ ଥିଲେ। ଜିଲା ସୂଚନା ଓ ଲୋକ ସମ୍ପର୍କ ଅନୁଭାଗ ଦ୍ୱାରା ଆୟୋଜିତ କାର୍ଯ୍ୟକ୍ରମ ପ୍ରାରମ୍ଭରେ କବିତା ପାଠ ଆୟୋଜିତ ହୋଇଥିଲା। ଏହାସହିତ ଜିଲାର ଲୋକ ସେବାରେ ଉତ୍କୃଷ୍ଟ ପ୍ରଦର୍ଶନ କରିଥିବା ବିଭାଗ ଏବଂ ସଫଳ ଚାଷୀଙ୍କୁ ପୁରସ୍କୃତ କରାଯାଇଥିଲା। ପରେ ମନ୍ତ୍ରୀ ପୂଜାରୀ ନବନିର୍ମିତ ସର୍କିଟ୍‌ ହାଉସ ଉଦ୍‌ଘାଟନ କରିଥିଲେ। ଏହାସହିତ ମନ୍ତ୍ରୀ ପୂଜାରୀ ଏବଂ ବିଧାୟକ ମହାନନ୍ଦ ଜିଲା ମୁଖ୍ୟ ଚିକିତ୍ସାଳୟକୁ ଯାଇ ଚିକିତ୍ସାଧୀନ ରୋଗୀମାନଙ୍କୁ ଭେଟିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜେଲରେ ୨ ବିରୋଧୀ ଗୋଷ୍ଠୀ ମଧ୍ୟରେ ସଂଘର୍ଷ: ୨୫ ମୃତ

କଲମ୍ବୋ,୬ା୭(ପି.ଟି.):ଶ୍ରୀଲଙ୍କାର ପଶ୍ଚିମ ଉପକୂଳ ସହର ନେଗୋମ୍ବୋରସ୍ଥିତ ଏକ ଜେଲରେ ସଂଘର୍ଷ ଘଟି ୨୫ ଜଣଙ୍କ ମୃତ୍ୟୁ ଘଟିଥିବା କର୍ତ୍ତୃପକ୍ଷ ସୋମବାର କହିଛନ୍ତି। ସାମର୍ଥ୍ୟଠାରୁ ଅଧିକ ବନ୍ଦୀ ରହିଥିବା…

ଇନ୍ଦ୍ରାବତୀ ଜଳ ଭଣ୍ଡାରରୁ ମିଳିଲା ୨୭ କେଜିର ଭାକୁର

ଭବାନୀପାଟଣା,୬।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ଇନ୍ଦ୍ରାବତୀ ବତୀ ଜଳ ଭଣ୍ଡାର କେବଳ ଜଳସେଚନ କି ବିଦ୍ୟୁତ ଉତ୍ପାଦନ ପାଇଁ ନୁହେଁ ବରଂ ମାଛ ଉତ୍ପାଦନ ପାଇଁ…

ଯୁବକଙ୍କୁ ଆକ୍ରମଣ ମାମଲା: ଜେଲ୍‌ ଗଲେ ଅଭିଯୁକ୍ତ

ରିଷିଡା,୬।୭(ସୁଶାନ୍ତ ମଲ୍ଲିକ): କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ରିଷିଡା ଫାଣ୍ଡି ଅଧୀନ ବଡଡୁଙ୍ଗୁରୀଗୁଡା ଗ୍ରାମରେ ରବିବାର ଅପରାହ୍ନରେ ଘଟିଥିବା ଏକ ମରଣାନ୍ତକ ଆକ୍ରମଣ ଘଟଣାରେ ଜଣେ ଯୁବକଙ୍କୁ ପୋଲିସ…

ନୀରବ ମୋଦିଙ୍କ ଭାରତ ଫେରିବା ପାଇଁ ପଥ ପରିଷ୍କାର: ହାରିଗଲେ ଶେଷ ଆଇନଗତ ଲଢ଼େଇ

ନୂଆଦିଲ୍ଲୀ,୬।୭: ପଳାତକ ଭାରତୀୟ ହୀରା ବ୍ୟବସାୟୀ ନୀରବ ମୋଦିଙ୍କ ଭାରତ ଫେରିବା ପାଇଁ ପଥ ପରିଷ୍କାର ହୋଇଛି। ସେ ୟୁରୋପୀୟ କୋର୍ଟରେ ତାଙ୍କର ଶେଷ ଆଇନଗତ ଲଢ଼େଇ…

ପ୍ରଦୂଷଣ ନିୟନ୍ତ୍ରଣ ଆଇନ ଅବମାନନା: ସିଲ ହେଲା ୩ ହୋଟେଲ, କଲ୍ୟାଣ ମଣ୍ଡପ

ବରଗଡ଼,୬।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ରହିଥିବା ବିଭିନ୍ନ ହୋଟେଲ, କଲ୍ୟାଣ ମଣ୍ଡପ ଗୁଡ଼ିକ ସହରକୁ ପ୍ରଦୂଷଣ କରୁଥିବା ଅଭିଯୋଗ ହୋଇଛି। ଏପରିକି ସେମାନେ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡର…

ବାହାଘରକୁ ଭଙ୍ଗା ପୋଲ ଅଡ଼ୁଆ: ବହୁଛି ୭ ଫୁଟ ପାଣି

ଭେଡେନ,୬।୭(ହୃଷୀକେଶ ଖମାରୀ): ବରଗଡ଼ ଜିଲାରେ ବର୍ଷା ଥମିବାର ନାଁ ନେଉ ନାହିଁ। ଅଧିକରୁ ଅଧିକ ବର୍ଷା ହେଉଥିବା ଯୋଗୁ ବିଭିନ୍ନ ନଦୀ, ନାଳର ଜଳସ୍ରୋତ ବୃଦ୍ଧି ପାଇଛି।…

ସମୁଦ୍ରଜଳରେ ଲୀନ ହୋଇଯିବ ତାମ୍ପରା ହ୍ରଦ: ଛତ୍ରପୁର ସହରକୁ ଘାରିବ ବିପଦ

ଛତ୍ରପୁର,୬।୭(ଦିଲ୍ଲୀପ ସାମଲ): ବଙ୍ଗୋପସାଗର ଗଞ୍ଜାମ ଜିଲାର ବିଭିନ୍ନ କୂଳକୁ ଅତିକ୍ରମ କରିବା ଘଟଣା ଗଣମାଧ୍ୟମରେ ଚର୍ଚ୍ଚା ଜୋର୍‌ ଧରିଛି। ଆଉ ଅନ୍ୟପଟେ ଛତ୍ରପୁର ପୌରପରିଷଦର ଜୀବନରକ୍ଷା କରୁଥିବା…

ପୋଖରୀକୁ ଗାଧୋଇବାକୁ ଯାଇଥିଲେ ସୁନାମ: ହଠାତ୍‌ ଘଟିଗଲା…

ଦିଗପହଣ୍ଡି,୬।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡି ଗ୍ରାମର ଶ୍ରୀ ରଘୁନାଥ ମନ୍ଦିର ନିକଟସ୍ଥ ଏକ ପୋଖରୀରେ ବୁଡି ଜଣେ ବୃଦ୍ଧଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri