ସମସ୍ତ ଷ୍ଟ୍ରିଟ୍‌ ଭେଣ୍ଡର ପାଇବେ ଆର୍ଥିକ ସହାୟତା

ଭୁବନେଶ୍ୱର,୨୪ା୮(ବ୍ୟୁରୋ): କେନ୍ଦ୍ର ସରକାରଙ୍କ ପିଏମ୍‌ ସ୍ବନିଧି ଯୋଜନାରେ ଭୁବନେଶ୍ୱରର ଷ୍ଟ୍ରିଟ୍‌ ଭେଣ୍ଡର ୧୦ହଜାର ଟଙ୍କା ଲେଖାଏ ଆର୍ଥିକ ସହାୟତା ପାଇବେ। ଏଥିପାଇଁ ପଞ୍ଜୀକୃତ, ଅଣପଞ୍ଜୀକୃତ ସମସ୍ତ ଭେଣ୍ଡର ଆବେଦନ କରିପାରିବେ। ଆବେଦନକାରୀମାନେ ନିକଟତମ ଜନସେବା କେନ୍ଦ୍ରକୁ ଯାଇ ୫୫ଟଙ୍କା ଫି’ ଓ ଆବଶ୍ୟକ ଡକ୍ୟୁମେଣ୍ଟ ଦାଖଲ କରି ଏହି ଆବେଦନ କରିବେ। ପରେ ଉକ୍ତ ଆବେଦନପତ୍ରଟି ସମ୍ପୃକ୍ତ ଆବେଦନକାରୀଙ୍କ ବ୍ୟାଙ୍କ୍‌ ନିକଟକୁ ପଠାଯିବ। କାଗଜପତ୍ର ଠିକ ଥିଲେ ବ୍ୟାଙ୍କ୍‌ ଉକ୍ତ ସହାୟତା ରାଶି ତାଙ୍କ ଆକାଉଣ୍ଟ୍‌କୁ ଟ୍ରାନ୍ସଫର କରିବେ। କିଛି ସମସ୍ୟା ଥିଲେ ଅନୁଧ୍ୟାନ କରିବାକୁ ବ୍ୟାଙ୍କ୍‌ କର୍ତ୍ତୃପକ୍ଷ ବିଏମ୍‌ସି ସହ ଯୋଗାଯୋଗ କରିବ ବୋଲି ବିଏମ୍‌ସି ଆଡିଶନାଲ କମିଶନର ସୁରଥଚନ୍ଦ୍ର ମଲ୍ଲିକ୍‌ କହିଛନ୍ତି।
ରବିବାର ବିଏମ୍‌ସିର ୩ ଜୋନ୍‌ର ଜୋନାଲ ଡେପୁଟି କମିଶନର ଓ ଅନ୍ୟ ବରିଷ୍ଠ ପଦାଧିକାରୀଙ୍କୁ ନେଇ ଏକ ବୈଠକ ବସିଥିଲା। ବୈଠକରେ ଆଡିଶନାଲ କମିଶନର ମଲ୍ଲିକ କହିଥିଲେ, କେନ୍ଦ୍ର ସରକାରଙ୍କ ଦ୍ୱାରା ମିଳିବାକୁ ଥିବା ସହାୟତା ରାଶି ସିଧା ଭେଣ୍ଡରଙ୍କ ବ୍ୟାଙ୍କ୍‌ ଆକାଉଣ୍ଟ୍‌କୁ ଯିବ। ଏଥିରେ ବିଏମ୍‌ସି କେବଳ ଏକ ମାଧ୍ୟମ ସାଜିବ। ସହାୟତା ପାଇଁ ଆବେଦନ କରିଥିବା ଭେଣ୍ଡର ଜଣକ ବ୍ୟବସାୟ କରୁଛନ୍ତି କି ନାହିଁ ଓ ସହାୟତା ପାଇଁ ଯୋଗ୍ୟ କି ନୁହେଁ, ତାହାର ଅନୁଧ୍ୟାନ କରିବ। ତେବେ ଆବେଦନକାରୀଙ୍କ ତଥ୍ୟରେ ସମସ୍ୟା ରହିଥିଲେ ତୁରନ୍ତ ଯାଞ୍ଚ କରିବାକୁ ୱାର୍ଡ ଅଫିସରଙ୍କୁ ଦାୟିତ୍ୱ ଦିଆଯାଇଛି। ଆସନ୍ତା ୩୧ ସୁଦ୍ଧା ସମସ୍ତ ପ୍ରକ୍ରିୟା ସରିବ ଓ ଅଧିକରୁ ଅଧିକ ଷ୍ଟ୍ରିଟ୍‌ ଭେଣ୍ଡର କିପରି ଏହି ଯୋଜନାରୁ ସହାୟତା ପାଇବେ ସେନେଇ ବିଏମ୍‌ସି ଚେଷ୍ଟା କରିବ ବୋଲି ମଲ୍ଲିକ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗଭୀର ଅବପାତ: କାଲିଠୁ ୩ ଯାଏ ପ୍ରବଳରୁ ଅତି ପ୍ରବଳ ବର୍ଷା, ଜାରି ହେଲା ଓ୍ବାର୍ନିଂ

ଭୁବନେଶ୍ୱର, ୨୮ା୭ (ବନ୍ଦନା ସେଠୀ) – ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶା ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ କେନ୍ଦ୍ରୀଭୂତ ଗଭୀର ଅବପାତ ମଙ୍ଗଳବାର ବାରିପଦାଠାରୁ ୧୦ କି.ମି.…

ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ନାମରେ ନାମିତ ହେଲା ଫୁଲବାଣୀ ସରକାରୀ ମେଡିକାଲ କଲେଜ

ଭୁବନେଶ୍ୱର, ୨୮ା୭ (ବନ୍ଦନା ସେଠୀ) – ରାଜ୍ୟ ସରକାରଙ୍କ ନିଷ୍ପତ୍ତିକ୍ରମେ ଫୁଲବାଣୀର ନୂତନ ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲର ନାମ ପରିବର୍ତ୍ତନ କରାଯାଇଛି। ସ୍ବାସ୍ଥ୍ୟ ଓ…

ଲଗାଣ ବର୍ଷା: କାଲି ଏସବୁ ଜିଲାରେ ସ୍କୁଲ, କଲେଜ-ଅଙ୍ଗନବାଡ଼ି ବନ୍ଦ, ସତର୍କ ରହିବାକୁ…

ଭୁବନେଶ୍ୱର,୨୮।୭: ରାଜ୍ୟରେ ଲାଗିରହିଥିବା ଲଗାଣ ବର୍ଷା ଏବଂ ସମ୍ଭାବ୍ୟ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଛାତ୍ରଛାତ୍ରୀଙ୍କ ସୁରକ୍ଷା ପାଇଁ ବିଭିନ୍ନ ଜିଲାର ଜିଲାପାଳମାନେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି।…

ଆସନ୍ତା ୨୪ ଘଣ୍ଟା ଅତି ଗୁରୁତ୍ୱପୂର୍ଣ୍ଣ: ୩ ବରିଷ୍ଠ ଆଇଏଏସଙ୍କୁ ୩ ଜିଲା ଦାୟିତ୍ବ, ଜାଣନ୍ତୁ …

ଭୁବନେଶ୍ୱର,୨୮।୭: ରାଜ୍ୟରେ ଲାଗିରହିଥିବା ଲଗାଣ ବର୍ଷା ଓ ବନ୍ୟା ଆଶଙ୍କାକୁ ଦୃଷ୍ଟିରେ ରଖି ଆସନ୍ତା ୨୪ ଘଣ୍ଟା ବାଲେଶ୍ୱର, ଭଦ୍ରକ ଏବଂ ଯାଜପୁର ଜିଲା ପାଇଁ ବହୁତ…

ସରକାରଙ୍କୁ ପୁଣି ବଡ଼ ଆନ୍ଦୋଳନର ଧମକ ଦେଲେ ଅଭିଜିତ ଦିପ୍‌କେ, କହିଲେ ସର୍ତ୍ତ ନ ରଖିଲେ…

ନୂଆଦିଲ୍‌ଲୀ,୨୮।୭: କକରୋଚ ଜନତା ପାର୍ଟି (CJP) ର ସଂସ୍ଥାପକ ଅଭିଜିତ୍ ଦୀପକେ ପୁଣି ଥରେ ଆନ୍ଦୋଳନର ଚେତାବନୀ ଦେଇଛନ୍ତି। ସେ କହିଛନ୍ତି ଯେ ଯଦି ପୋଲିସ ପକ୍ଷରୁ…

ଭଦ୍ରକରେ ବୁଧବାର ସମସ୍ତ ସ୍କୁଲ-ଅଙ୍ଗନବାଡ଼ି ଛୁଟି

ଭଦ୍ରକ,୨୮।୭: ପ୍ରବଳ ବର୍ଷା ଏବଂ ଖରାପ ପାଗକୁ ଦୃଷ୍ଟିରେ ରଖି ଭଦ୍ରକ ଜିଲା ପ୍ରଶାସନ ପକ୍ଷରୁ ଏକ ବଡ଼ ନିଷ୍ପତ୍ତି ନିଆଯାଇଛି। ଆସନ୍ତାକାଲି ଅର୍ଥାତ ବୁଧବାର ଜିଲାର…

ଛାତ୍ର ଆନ୍ଦୋଳନକୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ନିଷ୍ପତ୍ତି, ଗିରଫ ଛାତ୍ରଙ୍କୁ ମୁକ୍ତ କର…

ନୂଆଦିଲ୍‌ଲୀ,୨୮।୭: ମଙ୍ଗଳବାର, ସୁପ୍ରିମକୋର୍ଟ ଛାତ୍ର ପ୍ରଦର୍ଶନରେ ସାମିଲ ଥିବା ପ୍ରତିବାଦକାରୀଙ୍କୁ ଗୁରୁତ୍ୱପୂର୍ଣ୍ଣ ଆଶ୍ୱସ୍ତି ପ୍ରଦାନ କରିଛନ୍ତି। ବିଭିନ୍ନ ଆବେଦନର ଶୁଣାଣି ସମୟରେ, କୋର୍ଟ କହିଛନ୍ତି ଯେ ଦିଲ୍ଲୀର…

ସଂସଦରେ ପ୍ରିୟଙ୍କାଙ୍କୁ କଟାକ୍ଷ କଲେ ରିଜିଜୁ; ‘ରାହୁଲଙ୍କ ଭାଷଣ ଚୋରି କରିଦେଲେ…

ନୂଆଦିଲ୍ଲୀ,୨୮।୭: ମଙ୍ଗଳବାର ଲୋକ ସଭାରେ ପେପର ଲିକ ବିରୋଧୀ ପ୍ରସଙ୍ଗ ଉପରେ ଆଲୋଚନା ହୋଇଥିଲା। ପ୍ରିୟଙ୍କା ଗାନ୍ଧୀ ଭଦ୍ରା ମଧ୍ୟ କଂଗ୍ରେସ ଦଳ ପକ୍ଷରୁ ଭାଷଣ ଦେଇଥିଲେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri