Posted inରାଜ୍ୟ

୨୦୨୪ ପାଇଁ ପ୍ରସ୍ତୁତ ହେଲେଣି ସବୁ ଦଳ

ଭୁବନେଶ୍ବର,୧୫ା୧୨(ବ୍ୟୁରୋ): ୨୦୨୪ରେ ହେବାକୁ ଥିବା ସାଧାରଣ ନିର୍ବାଚନ ସମୟ ପୂର୍ବରୁ ହୋଇପାରେ ବୋଲି ରାଜନୈତିକ ମହଲରେ ଏକ ପ୍ରକାର ଚର୍ଚ୍ଚା ଚାଲିଛି। ତେବେ ଏଭଳି ସ୍ଥିତିରେ ସବୁ ଦଳ ନିଜ ନିଜର ସଙ୍ଗଠନ ସଜାଡ଼ିବା ଲାଗି ଉଦ୍ୟମ ଆରମ୍ଭ କରିବାକୁ ଯାଉଥିବା ଜଣାପଡ଼ିଛି। ଗୋଟିଏ ପଟେ ଭାଜପା କ୍ଷେତ୍ରୀୟ ପ୍ରଭାରୀ ସୁନୀଲ ବଂଶଲ ଆସନ୍ତା ୧୭ରେ ଦିନିକିଆ ଓଡ଼ିଶା ଗସ୍ତରେ ଆସିବେ। ଏହି ଅବସରରେ ସେ ୨୦୨୪ ପାଇଁ ରୋଡ୍‌ମ୍ୟାପ୍‌ ପ୍ରସ୍ତୁତ କରିବେ। ଏନେଇ ଦଳର କୋର୍‌ କମିଟି ସହିତ ଏକ ବୈଠକ କରିବେ। ଏଥିରେ ଜିଲା ପ୍ରଭାରୀ ବିଭିନ୍ନ ମୋର୍ଚ୍ଚା ସଭାପତିମାନେ ରହିବେ ବୋଲି ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର କହିଛନ୍ତି। ସେହିପରି କଂଗ୍ରେସର ଆସନ୍ତା ୧୮ରେ ରାଜ୍ୟର ସବୁ ଜିଲା ସଭାପତି, ବିଧାୟକ, ଏମ୍‌ପି ଏବଂ ବରିଷ୍ଠ ନେତାମାନଙ୍କ ସହ ବୈଠକ ହେବ ବୋଲି ଜଣାପଡ଼ିଛି। ତେବେ ଶାସକ ଦଳ ମଧ୍ୟ ଏବେଠାରୁ ୨୦୨୪ ପାଇଁ ତା’ର ରଣନୀତି ପ୍ରସ୍ତୁତ କରିବା ଆରମ୍ଭ କରିଦେଲାଣି। ଏହାକୁ ନଜରରେ ରଖି ବୋଧହୁଏ ଦଳର ବିଧାୟକ ସୁଶାନ୍ତ ସିଂ ଦଳ ଆସନ୍ତା ସାଧାରଣ ନିର୍ବାଚନରେ ୧୨୫ ଆସନ ଦଖଲ କରିବ ବୋଲି ଗଣମାଧ୍ୟମ ଆଗରେ ଦୃଢ଼ୋକ୍ତି ଦେଖାଉଛନ୍ତି। ତେବେ ପଦ୍ମପୁର ଉପନିର୍ବାଚନ ଫଳାଫଳକୁ ଦେଖି ହିଁ ସବୁ ଦଳ ନିଜର ସଙ୍ଗଠନ ସଜାଡ଼ିବାକୁ ଯୋଜନା କରିଛନ୍ତି। ଶାସକ ଦଳ ଲାଗି ଆସନ୍ତା ନିର୍ବାଚନରେ ଟିକେଟ ବଣ୍ଟନ ସବୁଠୁ ବଡ଼ ଚ୍ୟାଲେଞ୍ଜ ହେବାକୁ ଯାଉଥିବା ବେଳେ ଦଳରେ ଏହା ଉପରେ ଗୁରୁତ୍ୱ ଦିଆଯିବ ବୋଲି ଜଣାପଡ଼ିଛି। ଗୁରୁବାର ନବୀନ ନିବାସରେ ଦଳର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ବସିବ ବୋଲି ଜଣାପଡ଼ିଛି। ଅନ୍ୟପଟେ ଆସନ୍ତା ମାସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପଦ୍ମପୁର ଯାଇ ଏହି ନିର୍ବାଚନମଣ୍ଡଳୀ ଭୋଟରଙ୍କୁ ଧନ୍ୟବାଦ ଦେବା ସହ ୨୦୨୪ ପୂର୍ବରୁ ଏହା ପ୍ରଚାର ଆରମ୍ଭ ବୋଲି ବିରୋଧୀଙ୍କୁ ବାର୍ତ୍ତା ହେବା ନେଇ ଚର୍ଚ୍ଚା ହେଉଛି।

ତେବେ ଆଗୁଆ ନିର୍ବାଚନ କଥାକୁ ନେଇ ବିଜେଡି ବିଧାୟକ ସୁଶାନ୍ତ ସିଂ କହିଛନ୍ତି, ଯାହାର ପ୍ରତି ନିର୍ବାଚନମଣ୍ଡଳୀରେ ଲୋକପ୍ରିୟତା ଥିବ, ଯିଏ ଭୋଟରଙ୍କ ସୁଖଦୁଃଖରେ ଠିଆ ହେଉଥିବ ଏବଂ ଜିତିବା ସମ୍ଭାବନା ଥିବା ପ୍ରାର୍ଥୀଙ୍କୁ କୌଣସି ପ୍ରକାର ପ୍ରଭାବିତ ନ ହୋଇ ଦଳର ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟିକେଟ ଦେବେ। ଆଗାମୀ ଦିନରେ ମୁଖ୍ୟମନ୍ତ୍ରୀ ୧୪୭ ନିର୍ବାଚନମଣ୍ଡଳୀର ସ୍ଥିତି ସମ୍ପର୍କରେ ସମୀକ୍ଷା କରି ପରବର୍ତ୍ତୀ ପଦକ୍ଷେପ ନେବେ ବୋଲି ସୁଶାନ୍ତ କହିଛନ୍ତି।
ଭାଜପା ରାଜ୍ୟ ସାଧାରଣ ସମ୍ପାଦକ ପୃଥ୍ବୀରାଜ ହରିଚନ୍ଦନ କହିଛନ୍ତି, ଆଗାମୀ ଦିନରେ ଦଳ କାହାକୁ ପ୍ରାର୍ଥୀ କରିବ ସେନେଇ ଚିନ୍ତା, ମାନସମନ୍ଥନ ଏବଂ ପ୍ରକ୍ରିୟା ଚାଲିଛି। ସଙ୍ଗଠନ ଉପରେ ଏବଂ ଅପରାଗ ସରକାର ବିରୋଧରେ ଆନ୍ଦୋଳନ ଦିଗରେ ମଧ୍ୟ ଫୋକସ୍‌ ରହିଛି। ୨୦୨୪ ପରିବର୍ତ୍ତନର ବର୍ଷ ହେବ ବୋଲି ହରିଚନ୍ଦନ କହିଛନ୍ତି।

କଂଗ୍ରେସର ବରିଷ୍ଠ ନେତା ଗଣେଶ୍ୱର ବେହେରା କହିଛନ୍ତି, ଏଆଇସିସି( ଅଖିଳ ଭାରତ କଂଗ୍ରେସ କମିଟି) ସଭାପତି ମଲିକାର୍ଜୁନ ଖାର୍ଗେ ନିର୍ଦ୍ଦେଶ ଦେଇଛନ୍ତି, ଯେଉଁମାନେ ରାଜ୍ୟଗୁଡ଼ିକର ପ୍ରଭାରୀ ଭାବେ ନିଯୁକ୍ତ ହୋଇଛନ୍ତି ସେମାନେ ମାସକୁ ଅନୂ୍ୟନ ୧୦ ଦିନ ସେଠାରେ ରହି ସଙ୍ଗଠନ କଥା ବୁଝିବେ। ୧୮ରେ ଦଳର ବରିଷ୍ଠ ନେତା, ଜିଲା ସଭାପତିମାନଙ୍କୁ ଡାକି ସଙ୍ଗଠନ କଥା ବୁଝିବେ ବୋଲି ବେହେରା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାରିବାରିକ କଳହ: ବାପାଙ୍କ ତଣ୍ଟି କାଟିଲେ ପୁଅ

ଗୁଡାରି,୧।୧୦,(ପ୍ରମୋଦ କୁମାର ପତି ): ଗୁଡାରି ବ୍ଲକର ପେଣ୍ଡିଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଡି ପେଣ୍ଡିଲି ଗ୍ରାମରେ ଗୁରୁବାର ଭୋରୁ ଦେଖିବାକୁ ମିଳିଥିଲା ଏକ ଅଭାବନୀୟ ଘଟଣା।…

କନିଷ୍ଠ ଶିକ୍ଷକଙ୍କୁ ନେଇ ସରକାରଙ୍କ ବଡ଼ ଘୋଷଣା, ୨୦୨୩-୨୪ ବର୍ଷରେ ନିୟୋଜିତ….

ଭୁବନେଶ୍ବର,୧ା୧୦: ଓଡ଼ିଶାର କନିଷ୍ଠ ଶିକ୍ଷକ (ସ୍କିମାଟିକ୍)ଙ୍କ ନିୟମିତକରଣ ନେଇ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏନେଇ ଅଧିକାରିକ ବିଜ୍ଞପ୍ତି…

ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅବସର: ପଟ୍ଟାଙ୍ଗିରେ ଶିକ୍ଷା ବ୍ୟବସ୍ଥା ସଙ୍କଟରେ, ପଦବୀ ପୂରଣ ପାଇଁ ଦାବି

ପଟ୍ଟାଙ୍ଗି,୧ା୧୦(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟରେ କାର୍ଯ୍ୟରତ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ପ୍ରଭାକର ଖଟୁଆ ବୁଧବାର ଚାକିରିରୁ ଅବସର ଗ୍ରହଣ…

ଅଘୋଷିତ ବିଦ୍ୟୁତ୍ କାଟ: ଯନ୍ତ୍ରୀଙ୍କୁ ସ୍ମାରକପତ୍ର, ସୁଧାର ନ ଆସିଲେ ବଡ଼ ଆନ୍ଦୋଳନ ଚେତାବନୀ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଅନ୍ତର୍ଗତ ଭୀଷ୍ମଗିରି ଗ୍ରାମ ସମେତ ଆଖପାଖ ଅଞ୍ଚଳରେ ଲଗାତର ଅଘୋଷିତ ବିଦ୍ୟୁତ୍‌ ବିଭ୍ରାଟକୁ ନେଇ ଉପଭୋକ୍ତାଙ୍କ ମଧ୍ୟରେ…

ହିଞ୍ଜିଳିରେ ହଲଚଲ! ଏହି ନେତାଙ୍କୁ ଚେତାବନୀ ଦେଲେ ନବୀନ, ‘ସବୁ ଜାଣିଛି, ଆକ୍ସନ ନେବି…’,

ଭୁବନେଶ୍ବର,୧ା୧୦: ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ନେତାଙ୍କ ବାବଦରେ ବଡ଼ ବୟାନ ଦେଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ନବୀନ ନିବାସରେ ବୈଠକ ସମୟରେ ବିଶୃଙ୍ଖଳାକାରୀ ନେତାମାନଙ୍କୁ…

ବିଭିନ୍ନ ଦାବିରେ ଅବସରପ୍ରାପ୍ତ କର୍ମଚାରୀ ସଂଘର ବିକ୍ଷୋଭ

ଦିଗପହଣ୍ଡି,୧ା୧୦(ଅଶେଷ ନାଥ ମିଶ୍ର): ଜାତୀୟ ଦାବି ଦିବସ ଅବସରରେ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘ ପକ୍ଷରୁ ୧୨ ଦଫା ଦାବି ହାସଲ ପାଇଁ…

‘ସ୍ୱଚ୍ଛତା ହିଁ ସେବା’ର ନଗ୍ନ ଚିତ୍ର: ଝାଡ଼ୁରେ ଲୋକଦେଖାଣିଆ, ରାସ୍ତାରେ ଅବହେଳା

ପୁରୁଷୋତ୍ତମପୁର,୧ା୧୦(ସବିତା ମିଶ୍ର): ‘ସ୍ୱଚ୍ଛତା ହିଁ ସେବା’ ନାଁରେ ସ୍ୱଚ୍ଛତାର ବାର୍ତ୍ତା ଦେଉଥିବା ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନ୍‌ଏସ୍‌ସିର ଅସଲ ଚିତ୍ର ଗୁରୁବାର ସାମ୍ନାକୁ ଆସିଛି। ପୂର୍ବରୁ ସଫାସୁତରା…

ବୃଦ୍ଧାଶ୍ରମରେ ଶେଷ ଠିକଣା ଖୋଜୁଛନ୍ତି ନିର୍ଯାତିତ ମା’-ବାପା, ସୁଖରେ ଜୀବନ ବିତାଉଥିବା କହି…

ମହାକାଳପଡ଼ା,୧ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): ବୟସର ଅପରାହ୍ନରେ ନିଜ ସନ୍ତାନମାନଙ୍କ ଅବହେଳା ଓ ନିର୍ଯାତନାର ଶିକାର ହୋଇ ବୃଦ୍ଧାଶ୍ରମକୁ ଶେଷ ଠିକଣା ଭାବେ ବାଛିନେଉଛନ୍ତି ଅନେକ ବରିଷ୍ଠ ନାଗରିକ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?