ପ୍ରତ୍ୟକ୍ଷ-ପରୋକ୍ଷ ସମସ୍ତ ଅଭିଯୁକ୍ତଙ୍କୁ ଗିରଫ କରାଯାଉ : ଉପ ଜିଲାପାଳ

ଭଞ୍ଜନଗର,୧।୭(ବାବୁଲା ପ୍ରଧାନ): ଭୁବନେଶ୍ୱର ମହାନଗର ନିଗମ (BMC) ଅତିରିକ୍ତ କମିଶନର ରତ୍ନାକର ସାହୁଙ୍କୁ ଆକ୍ରମଣ ଘଟଣାକୁ ନେଇ ରାଜ୍ୟ ରାଜନୀତି ବର୍ତ୍ତମାନ ସରଗରମ ରହିଛି। ଶାସକ ଭାଜପା ଓ ବିରୋଧୀ ବିଜେଡି, କଂଗ୍ରେସ ମଧ୍ୟରେ ମୁହାଁମୁହିଁ ପରିସ୍ଥିତି ଉପୁଜିଛି। ଅନ୍ୟପଟେ ଓଏଏସ୍‌ ସଙ୍ଘ ମଧ୍ୟ ଘଟଣାଟିକୁ ଗୁରୁତର ସହ ନେଇ ଆନ୍ଦୋଳନକୁ ଓହ୍ଲାଇଛି। ଏହିଭଳି ଘଟଣାକୁ ଗଞ୍ଜାମ ଜିଲା ଭଞ୍ଜନଗର ଉପ ଜଲାପାଳ ଉମା ଶଙ୍କର ବେହେରା ମଧ୍ୟ ଦୃଢ଼ ଭାବେ ମଙ୍ଗଳବାର ନିନ୍ଦା କରିଛନ୍ତି। ଏଥିସହ ପ୍ରତ୍ୟକ୍ଷ ଏବଂ ପରୋକ୍ଷ ଭାବେ ଜଡ଼ିତ ସମସ୍ତ ଅଭିଯୁକ୍ତମାନଙ୍କୁ ତୁରନ୍ତ ଗିରଫ କରାଯାଉ। ସେମାନଙ୍କ ବିରୁଦ୍ଧରେ ଦୃଷ୍ଟାନ୍ତଧ୍‌ମୂଳକ କାର୍ଯ୍ୟନୁଷ୍ଠାନ ନିଆଯାଉ। ସମସ୍ତ ଅଭିଯୁକ୍ତ ଗିରଫ ନହେବା ପର୍ଯ୍ୟନ୍ତ ସମଗ୍ର ଗଞ୍ଜାମ ଜିଲାରେ ଓଏଏସ୍‌ ସଂଘ ପକ୍ଷରୁ କାର୍ଯ୍ୟବନ୍ଦ ଆନ୍ଦୋଳନ ଚାଲୁ ରହିବ ବୋଲି ଉପ ଜିଲାପାଳ ଉମା ଶଙ୍କର ସୂଚନା ଦେଇଛନ୍ତି।

ଅନ୍ୟପଟେ ଓଏଏସ୍‌, ଓଆର୍‌ଏସ୍‌ ଅଫିସରମାନଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ ଯୋଗୁ ଆଜି ଭଞ୍ଜନଗର ଉପ ଜିଲାପାଳ କାର୍ଯ୍ୟାଳୟ, ତହସିଲ, ବ୍ଲକ କାର୍ଯ୍ୟଳୟରେ ପ୍ରଭାବ ଦେଖିବାକୁ ମିଳିଛି। ସାଧାରଣ ଜନତା ଆଜି ସରକାରୀ ସେବା ପାଇବାରୁ ବଞ୍ଚିତ ହୋଇଛନ୍ତି । ଆନ୍ଦୋଳନ ଯଦି ବଢିବ ତେବେ ସମସ୍ୟା ବଢିବା ସମ୍ଭାବନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜାତୀୟ ରାଜପଥରେ ପିକ୍‌ଅପ୍‌ ଭ୍ୟାନ୍‌ ଅଟକାଇ ଲୁଟ୍‌ ଘଟଣାର ପର୍ଦ୍ଦାଫାଶ: ଜେଲ ଗଲେ ୩ ଅଭିଯୁକ୍ତ,୪ ନାବାଳକ…

ଦିଗପହଣ୍ଡି,୧୯।୮(ଅଶେଷ ନାଥ ମିଶ୍ର): ପାଟପୁର ପୋଲିସ ଏକ ବଡ଼ଧରଣର ଡକାୟତି ଘଟଣାର ପର୍ଦ୍ଦାଫାସ କରିଛି। ବ୍ରହ୍ମପୁର-ରାୟଗଡ଼ା ୩୨୬ ନଂ ଜାତୀୟ ରାଜପଥର ମାର୍ଥାପୁର ନିକଟରେ ପିକ୍‌ଅପ୍‌ ଭ୍ୟାନ୍‌…

ଦେଶୀ ମଦ ଚୋରାଚାଲାଣ ବେଳେ ମାଡିବସିଲା ଅବକାରୀ ବିଭାଗ; ମହିଳାଙ୍କ ସମେତ ୩ ଗିରଫ, ମିଳିଲା…

ଦିଗପହଣ୍ଡି,୧୯।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପଦ୍ମପୁର ଗ୍ରାମ ନିକଟ ଦୁର୍ଗମ ଜଙ୍ଗଲରେ ବୁଧବାର ଦିଗପହଣ୍ଡି ଓ ଚିକିଟି ଅବକାରୀ ବିଭାଗ ପକ୍ଷରୁ ମିଳିତ…

ନିର୍ମାଣର ୫ମାସ ମଧ୍ୟରେ ରାସ୍ତାରୁ ଉଠି ଗଲାଣି ପିଚୁ, ଭିଜିଲାନ୍ସ ତଦନ୍ତ ପାଇଁ ଦାବି

କୋକସରା,୧୯।୮ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଦୀର୍ଘ ବର୍ଷରୁ ମରାମତି ଅଭାବ କାରଣରୁ କୋକସରା ବ୍ଲକ ବଡ଼କେନ୍ଦୁଗୁଡା ବଜାର ପଡିଆ ଛକ ବିଜୁ ଏକ୍ସପ୍ରେସୱେରୁ ବିଜମରା ଭାୟା ବୋବରିଆ…

ନିୟମ କଡ଼ାକଡ଼ି କଲେ ଉପଜିଲାପାଳ; ସାର୍ବଜନୀନ ସ୍ଥାନରେ ନିଶାଦ୍ରବ୍ୟ ସେବନ ମନା, ପାଳନ ନକଲେ….

ଗୁଣପୁର,୧୯।୮(ସୁଜାତା ପାଢ଼ୀ)- ସାର୍ବଜନୀନ ସ୍ଥାନରେ ନିଶାଦ୍ରବ୍ୟ ସେବନ ଉପରେ କଟକଣା ଜାରି କରାଯାଇଛି । ରାୟଗଡ଼ା ଜିଲା ଗୁଣପୁର ଉପଖଣ୍ଡର ବିଭିନ୍ନ ସାର୍ବଜନୀନ ସ୍ଥାନ, ସରକାରୀ କାର୍ଯ୍ୟାଳୟ…

କର୍କ ଆଣିବାକୁ ଯାଇଥିବା ବେଳେ ନାବାଳିକାଙ୍କୁ ବଳାତ୍କାର, ୨୦ ବର୍ଷ…

କଟକ,୧୯।୮(ପ୍ରଭୁକଲ୍ୟାଣ ପାଲ୍): ବ୍ୟାଡମିଣ୍ଟନ ଖେଳ ସମୟରେ ନାବାଳିକାଙ୍କୁ ବଳାତ୍କାର ମାମଲାରେ ଦୋଷୀଙ୍କୁ ସଜା ଶୁଣାଇଲେ କଟକ ସ୍ୱତନ୍ତ୍ର ପକ୍ସୋ ଅଦାଲତ । ଆସାମୀ ଜନ୍ମେଜୟ ମଲ୍ଲିକ ଓରଫ…

ଗାଁକୁ ରାସ୍ତା ନାହିଁ, ଯାଇପାରିଲାନି ଆମ୍ବୁଲାନ୍ସ, ଭାରରେ ବୁହାହେଲେ ମହିଳା

ପାତ୍ରପୁର,୧୯ା୮(ଉମାଚରଣ ନେପାକ): ପକ୍କା ରାସ୍ତା ନ ଥିବାରୁ ଦୁର୍ଗମ ଅଞ୍ଚଳର ଲୋକଙ୍କ ପାଇଁ ଜରୁରୀକାଳିନ ସ୍ବାସ୍ଥ୍ୟସେବା ସାତସପନ। ଏହାର ଏକ ଦୁଃଖଦ ଚିତ୍ର ପାତ୍ରପୁର ବ୍ଲକ ଆଙ୍କୁଲି…

ତୁମୁଡିବନ୍ଧ BJDରେ ନୂଆ ନେତୃତ୍ୱ: ମଙ୍ଗ ଧରିଲେ କୁନା ଦଣ୍ଡସେନା ଓ ଯୋହନ ବାରିକ

ତୁମୁଡିବନ୍ଧ,୧୯ା୮(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ବିଜୁ ଜନତା ଦଳର ବ୍ଲକ ସ୍ତରୀୟ ଏକ ବୈଠକ ବୁଧବାର ପୂର୍ବାହ୍ନ ୧୦ଘଣ୍ଟା ସମୟରେ ମୁଣ୍ଡିଗଡ଼ ସେବା…

ମା’ ଦଣ୍ଡକାଳୀ ମନ୍ଦିର ଦାନହୁଣ୍ଡି ଭାଙ୍ଗି ଲୁଟିନେଲେ ଦୁର୍ବୃତ୍ତ, ପୂଜକ ଦେଖିବା ପରେ…

ଦିଗପହଣ୍ଡି/ପାଟପୁର,୧୯ା୮(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ପାଟପୁର ଥାନାଠାରୁ ମାତ୍ର ୫ ଶହ ମିଟର ଦୂରରେ ଥିବା ପଳାସପୁର ଗ୍ରାମ ନିକଟ ମା ’ ଦଣ୍ଡକାଳୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri