ରାଜ୍ୟର ସବୁ ଥଣ୍ଡା ସହର ଜି.ଉଦୟଗିରି: ଜନଜୀବନ ଅସ୍ତବ୍ୟସ୍ତ

ଜି.ଉଦୟଗିରି,୧୭।୧(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ଚଳିତ ଶୀତ ଋ଼ତୁରେ
ଓଡ଼ିଶାରେ ସବୁଠାରୁ କମ ତାପମାତ୍ରା ଓ ଶୀତଳତମ ସହର କନ୍ଧମାଳ ଜିଲାର ଜି.ଉଦୟଗିରି। ହାଡ଼ଭଙ୍ଗା ଶୀତରେ ଥରୁଛି ସମଗ୍ର ଅଞ୍ଚଳ। ବେଶି ପ୍ରଭାବିତ ଆଭ୍ୟନ୍ତରୀଣ ଅଞ୍ଚଳ ତଥା ପାହାଡ଼ ଜଙ୍ଗଲ ନିକଟରେ ରହୁଥିବା ଜନସାଧାରଣ।ଏଭଳି ହାଡ଼ଭଙ୍ଗା ଥଣ୍ଡା ଯୋଗୁ ପ୍ରଭାବିତ ହୋଇଛି ଦୈନନ୍ଦିନ ଜୀବନଶୈଳୀ। ଜି.ଉଦୟଗିରି ଓଡ଼ିଶାର ସର୍ବନିମ୍ନ ତାପମାତ୍ରା ସହ ପ୍ରବଳ ଶୀତ ଅନୁଭୂତ ଅଞ୍ଚଳ ହୋଇଥିଲେ ମଧ୍ୟ ଜିଲା ପ୍ରଶାସନ କିମ୍ବା ରାଜ୍ୟ ସରକାରଙ୍କ ତରଫରୁ ଅଞ୍ଚଳର ସାମୂହିକ ବିକାଶ ପାଇଁ କୌଣସି ପଦକ୍ଷେପ ନ ନେବା ସାଧାରଣରେ ଆଲୋଚନାର ବିଷୟ ହୋଇଛି।

ଜିଲାରେ ଦାରିଙ୍ଗବାଡ଼ି, ଫୁଲବାଣୀଠାରୁ ମଧ୍ୟ କମ ତାପମାତ୍ରା ସହ ପ୍ରବଳ ଶୀତ ଅନୁଭୂତ ଅଞ୍ଚଳ କିନ୍ତୁ ଅବହେଳିତ। ସରକାରୀ ପାଣିପାଗ ବିଭାଗର ସୂଚନା ଅନୁସାରେ, ଶନିବାର ରାଜ୍ୟର ସର୍ବନିମ୍ନ ତାପମାତ୍ରା ଜି.ଉଦୟଗିରିରେ ୨.୫ ଡିଗ୍ରୀ ରେକର୍ଡ କରାଯାଇଛି। ସେହି ଶୁକ୍ରବାର ଜି.ଉଦୟଗିରିରେ ତାପମାତ୍ରା ୨.୬ ଡିଗ୍ରୀ ସେଲସିୟସ ରେକର୍ଡ ହୋଇଥିବାବେଳେ ଫୁଲବାଣୀ ୫.୫ ଡିଗ୍ରୀ ଓ ଦାରିଙ୍ଗବାଡ଼ିରେ ୧୦ ଡିଗ୍ରୀ ରେକର୍ଡ ହୋଇଥିଲା।
ସରକାରୀ ତଥ୍ୟ ଅନୁସାରେ, ଓଡ଼ିଶାରେ ସବୁଠାରୁ କମ ତାପମାତ୍ରା ଜି.ଉଦୟଗିରି ସହରରେ ରହିଛି। ସହରଠାରୁ କିଛି ଦୂର ଆଭ୍ୟନ୍ତରୀଣ ଅଞ୍ଚଳରେ ତାପମାତ୍ରା ପ୍ରାୟତଃ ୧ ଡିଗ୍ରୀ ରହୁଥିବା ନେଇ ଅନୁମାନ କରାଯାଉଛି। ପ୍ରବଳ ଜାଡ ଯୋଗୁ ଲୋକେ ଘରୁ ବାହାରିବା କଷ୍ଟ ହେଉଛି ଅଞ୍ଚଳରେ ଥିବା ସମସ୍ତ ପ୍ରାକୃତିକ ପର୍ଯ୍ୟଟନ ସ୍ଥାନରେ ଶୀତର ମଜା ନେବା ପାଇଁ ପର୍ଯ୍ୟଟକମାନଙ୍କ ବଣଭୋଜିର ଆସର ଦେଖିବାକୁ ମିଳିଛି। ସରକାରଙ୍କ ତରଫରୁ ପର୍ଯ୍ୟଟନ କ୍ଷେତ୍ରରେ ଜି.ଉଦୟଗିରି ବହୁ ପଛରେ ଥିବା ନେଇ ବୁଦ୍ଧିଜିବୀ ମହଲରେ କ୍ଷୋଭ ପ୍ରକାଶ ପାଇଛି। ଏଠାରେ ଥିବା ପର୍ଯ୍ୟଟନ ସ୍ଥଳୀ ଗୁଡ଼ିକର ପୁନରୁଦ୍ଧାର ସହ ପ୍ରଚାର ପ୍ରସାର କରିବା ପାଇଁ ସାଧାରଣରେ ଦାବି ହେଉଛି।

ସ୍ଥାନୀୟ ଅଞ୍ଚଳର ପ୍ରାକୃତିକ ସୌନ୍ଦର୍ଯ୍ୟରେ ଭରପୁର ସ୍ଥାନ କଳିଙ୍ଗା ଘାଟି,କଳିଙ୍ଗା ବଟାନିକାଲ ଗାର୍ଡେନ, ସିର୍କି ଡ୍ୟାମ,କଲିନାଯୁ ଡ୍ୟାମ, ମଧୁଝରି ଘାଇ, କାକଲବାକି ଜଳ ପ୍ରପାତ,ଗଡ଼ିଶୀଲା ଜଳ ପ୍ରପାତ, କଫି ବଗିଚା, କାଲିଗାଡୁ ହିଲଟପ ଭଳି ସ୍ଥଳୀକୁ ଯାତାୟତ ସୁବିଧା ସହ ଭିତ୍ତିଭୂମିର ବିକାଶ କରିବା ପାଇଁ ଦୃଢ଼ ଦାବି କରିଛନ୍ତି ଅଞ୍ଚଳବାସୀ। ପ୍ରାକୃତିକ ସୌନ୍ଦର୍ଯ୍ୟ ଯୁବପିଢ଼ିଠୁ ବୟସ୍କ ପର୍ଯ୍ୟନ୍ତ ମନ ମୁଗ୍ଧ କରୁଛି। ପ୍ରବଳ ଶୀତକୁ ଦେଖି ଅଞ୍ଚଳବାସୀଙ୍କ ସହଯୋଗରେ ଶୀତ ମହୋତ୍ସବ କମିଟି ପ୍ରଥମଥର ପାଇଁ ‘ଶୀତ ମହୋତ୍ସବ ତୁଷାର’ର ଆୟୋଜନ ଜୋରସୋରରେ କରୁଥିବା ଦେଖିବାକୁ ମିଳିଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଭାରତୀୟ ମହିଳା କ୍ରିକେଟ ଟିମ୍‌ଙ୍କୁ ଝଟ୍‌କା, ଦଳରୁ ହଠାତ୍‌ ବାହାରିଲେ ମ୍ୟାଚ୍‌ ଓ଼୍ବିନର୍‌

ନୂଆଦିଲ୍ଲୀ,୪।୩: ଅଷ୍ଟ୍ରେଲିଆ ଗସ୍ତ କରୁଥିବା ଭାରତୀୟ ମହିଳା କ୍ରିକେଟ ଦଳକୁ ଏକ ବଡ଼ ଝଟକା ଲାଗିଲା ଯେତେବେଳେ ବରିଷ୍ଠ ପେସର ରେଣୁକା ସିଂହ ଠାକୁରଙ୍କୁ କାର୍ଯ୍ୟଭାର ପରିଚାଳନା…

ବଡ଼ଛତ୍ରଙ୍ଗରେ ଉତ୍ସାହର ସହ ପାଳିତ ହେଲା ହୋଲି :  ସାଂସ୍କୃତିକ କାର୍ଯ୍ୟକ୍ରମରେ କମ୍ପିଲା ଗାଁ

ଥୁଆମୂଳରାମପୁର, ୪।୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳରାମପୁର ବ୍ଲକର ବଡ଼ଛତ୍ରଙ୍ଗ ଗ୍ରାମରେ ରାଧାକୃଷ୍ଣ ପୂଜା କମିଟି ପକ୍ଷରୁ ଚଳିତ ବର୍ଷର ପବିତ୍ର ହୋଲି ଉତ୍ସବ ଅତ୍ୟନ୍ତ…

ହୋଲି ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି, ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୪।୩: ରଙ୍ଗର ପର୍ବ ହୋଲି। ଏ ନେଇ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ରାଷ୍ଟ୍ରପତି, ରାଜ୍ୟପାଳ ଏବଂ ମୁଖ୍ୟମନ୍ତ୍ରୀ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶୁଭେଚ୍ଛା ଜଣାଇ ‘ଏକ୍ସ’ରେ ଲେଖିଛନ୍ତି,‘ରଙ୍ଗର…

୧,୯୯,୭୦,୦୦,୦୦,୦୦,୦୦୦ ଆମେରିକାର ଯୁଦ୍ଧର ଖର୍ଚ୍ଚ, ଟ୍ରମ୍ପ କହିଲେ ଏତିକି ଦିନ ଯାଏ ଚାଲିବ ଯୁଦ୍ଧ

ଓ୍ବାଶିଂଟନ୍‌,୪।୩: ଆମେରିକା ପୁଣି ଥରେ ଯୁଦ୍ଧରେ ଜଡିତ। ଜୀବନ ଏବଂ ସମ୍ପତ୍ତି କ୍ଷତି ସହିତ, ଦେଶ ଏକ ଗୁରୁତ୍ୱପୂର୍ଣ୍ଣ ଆର୍ଥିକ କ୍ଷତିର ସମ୍ମୁଖୀନ ହେଉଛି। ରିପୋର୍ଟଗୁଡ଼ିକ ସୂଚିତ…

ଛାତ୍ରାବାସରୁ ୧୦ ଛାତ୍ର ହଷ୍ଟେଲରୁ ଫେରାର୍‌ ଘଟଣା: ଜଙ୍ଗଲରେ ରାତି ବିତାଇଲେ ଦ୍ୱିତୀୟ ଶ୍ରେଣୀ ଛାତ୍ର, ଭୋର୍‌ରୁ ହେଲେ ଉଦ୍ଧାର

ଦାରିଙ୍ଗବାଡି, ୪।୩ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ତିଲୋରୀ ପଞ୍ଚାୟତ ସାମନବାଡି ସରକାରୀ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ୪୦ଶଯ୍ୟା ବିଶିଷ୍ଟ ଛାତ୍ରାବାସରୁ ମଙ୍ଗଳବାର…

ଜୀବନର ରଙ୍ଗ ଛଡେଇନେଲା ଦନ୍ତା ହାତୀ:  ଯୁବକଙ୍କ ମୃତ୍ୟୁ

ମୋରଡା/ରାସଗୋବିନ୍ଦପୁର,୪/୩ (ସ୍ମାରକ ମାଜୀ/ସତ୍ୟବାଦୀ ପରିଡା):ରଙ୍ଗର ପର୍ବ ହୋଲିରେ ମଉଳି ଗଲା ଯୁବକଙ୍କ ଜୀବନର ରଙ୍ଗ। ହାତୀ ଆକ୍ରମଣରେ ଯୁବକଙ୍କ ମୃତ୍ୟୁ ଘଟିଛି। ଏଭଳି ଦୁଖଃଦ ଘଟଣା ଘଟିଛି…

ଟ୍ରକକୁ ପିଟିଲା ଟ୍ରକ: ଦୁଇ ଡ୍ରାଇଭର ଗୁରୁତର

 ବାଲେଶ୍ୱର,୪।୩( ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ ନଂ. ଜାତୀୟ ରାଜପଥ ପାର୍ଶ୍ୱରେ ଛିଡା ହୋଇଥିବା ସିମେଣ୍ଟ ବୋଝେଇ ଟ୍ରକକୁ ପଛପଟୁ ଧକ୍କା ଦେଲା ଡଷ୍ଟ ବୋଝେଇ ଟ୍ରକ୍‌।…

ଦକ୍ଷିଣ ଆଫ୍ରିକା-ନ୍ୟୁଜିଲାଣ୍ଡ ସେମିଫାଇନାଲ ମ୍ୟାଚରେ ବର୍ଷା ହେଲେ କାହାକୁ ମିଳିବ ଫାଇନାଲ ଟିକେଟ୍‌, ଜାଣନ୍ତୁ…

ନୂଆଦିଲ୍ଲୀ,୪।୩: ICC ପୁରୁଷ ଟି-୨୦ ବିଶ୍ୱକପ ୨୦୨୬ର ପ୍ରଥମ ସେମିଫାଇନାଲ ମାର୍ଚ୍ଚ ୪ ତାରିଖରେ କୋଲକାତାର ଐତିହାସିକ ଇଡେନ ଗାର୍ଡେନ୍ସରେ ଦକ୍ଷିଣ ଆଫ୍ରିକା ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri