ଅଧ୍ୟକ୍ଷାଙ୍କ ବିପକ୍ଷରେ ସମସ୍ତ କାଉନସିଲର ଦେଲେ ଭୋଟ୍‌, ହାରିଗଲେ ଅଧ୍ୟକ୍ଷା

ଭବାନୀପାଟଣା,୧୨ା୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ପୌରପାଳିକାରେ ସୋମବାର ପୂର୍ବାହ୍ନ ୧୧ ଟାରେ ଅନାସ୍ଥା ଭୋଟ ଗ୍ରହଣ କରାଯାଇଥିଲା। ସ୍ଥାନୀୟ ପୌରପାଳିକା ଅଧ୍ୟକ୍ଷା ସଂଯୁକ୍ତା ବେହେରାଙ୍କ ବିପକ୍ଷରେ ସମସ୍ତ ୨୦ କାଉନସିଲର ଭୋଟ୍‌ ଦେଇଥିଲେ ବୋଲି ଉପାଧ୍ୟକ୍ଷା ବିଷ୍ଣୁ ପ୍ରଧାନ ପ୍ରକାଶ କରିଛନ୍ତି। ଏଥିରେ ବିଜେଡିର ୧୮ କାଉନସିଲର ସମେତ ଭାଜପା ଓ କଂଗ୍ରେସର ଜଣେ ଲେଖାଏ କାଉନସିଲର ରହିଥିଲେ। ଅନାସ୍ଥା ପ୍ରସ୍ତାବରେ ଅଧ୍ୟକ୍ଷା ହାରିବା ପରେ କାଉନସିଲରମାନେ ବାଣ ଫୁଟାଇ ସ୍ଥାନୀୟ ପୌରପାଳିକା ଆଗରେ ଖୁସି ଜାହିର କରିଛନ୍ତି। ଏହା ସମସ୍ତ କାଉନସିଲର ଏକତାର ବିଜୟ ବୋଲି କହିଛନ୍ତି ଉପାଧ୍ୟକ୍ଷା ବିଷ୍ଣୁ ପ୍ରଧାନ। ଅନ୍ୟପକ୍ଷରେ ବିଜେଡି ପୌରାଧ୍ୟକ୍ଷା ପାଇଁ ବିଜେଡି କାଉନସିଲର କାଳ ସାଜିବା ଘଟଣା ସାଧାରଣରେ ଚର୍ଚ୍ଚାର ବିଷୟ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମା’ ତାରାତାରିଣୀଙ୍କ ଆଶୀର୍ବାଦ ନେଲେ ବିଧାନସଭା ଗୃହ କମିଟି: ବିକାଶ କାର୍ଯ୍ୟର…

ପୁରୁଷୋତ୍ତମପୁର,୨୦ା୮(ସବିତା ମିଶ୍ର): ଓଡ଼ିଶା ବିଧାନସଭା ଗୃହ କମିଟି (ସବମିସନ୍) ଗଞ୍ଜାମ ଜିଲା ଗସ୍ତରେ ଆସିଥିବା ଅବସରରେ ଗୁରୁବାର ସନ୍ଧ୍ୟାରେ ମା’ ତାରାତାରିଣୀଙ୍କ ପୀଠ ପରିଦର୍ଶନ କରିଛନ୍ତି। କମିଟି…

ଥୁଆମୂଳ ରାମପୁରରେ ରାସନ ଚାଉଳ ଓଜନରେ ହେରଫେର୍: ଏମ୍‌ଆଇଙ୍କ ତଦନ୍ତ ପରେ ମେସିନ୍ ବନ୍ଦ, ବଳକା ଚାଉଳ ଯାଉଛି କୁଆଡ଼େ?

ଥୁଆମୂଳ ରାମପୁର,୨୦ା୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ପଞ୍ଚାୟତରେ ପିଡିଏସ (PDS) ରାସନ ଚାଉଳ ଓଜନରେ ବ୍ୟାପକ ହେରଫେର୍ ନେଇ ଗୁରୁବାର ଗୁରୁତର ଅଭିଯୋଗ ସାମ୍ନାକୁ…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଜେଲ କର୍ମଚାରୀଙ୍କ ପୋଷାକ ଭତ୍ତା ୨ ଗୁଣା ବୃଦ୍ଧି

ଭୁବନେଶ୍ୱର,୨୦।୮: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାର ଏକ ବଡ଼ ଘୋଷଣା କରିଛନ୍ତି। ଜେଲ କର୍ମଚାରୀ ଏବଂ ଅଧିକାରୀଙ୍କ ବାର୍ଷିକ ପୋଷାକ ଭତ୍ତାକୁ ୨ ଗୁଣା ବୃଦ୍ଧି…

ଘରୋଇ ବସ୍‌ର ଦାଦାଗିରି: ହାଇଦ୍ରାବାଦରୁ ଟିକେଟ୍ କାଟିଥିବା ଯାତ୍ରୀଙ୍କୁ ଅଧା ରାସ୍ତାରେ ଓହ୍ଲାଇଦେଲେ,ଆମପାଣିରେ…

କୋକସରା,୨୦ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଘରୋଇ ବସ୍ କର୍ମଚାରୀଙ୍କ ଦବଙ୍ଗଗିରି। ପୂରା ରାସ୍ତାର ଟିକେଟ୍ କାଟି ଅଧା ବାଟରେ ଯାତ୍ରୀଙ୍କୁ ଓହ୍ଲାଇ ଦେବା ଭଳି ଅଭାବନୀୟ ଦୃଶ୍ୟ ଗୁରୁବାର…

ଅସହାୟ ପରିବାରର କରୁଣ କାହାଣୀ: ବାପାଙ୍କ ଦଶାହ କାର୍ଯ୍ୟ ପାଇଁ ଭିକ୍ଷା ମାଗୁଛନ୍ତି ଦୁଇ ଝିଅ-ପୁଅ

ଦିଗପହଣ୍ଡି,୨୦ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୌଡ଼ଗାଁ ନୂଆସାହିର ଗୋବିନ୍ଦ ମହାରଣା (୪୯)ଙ୍କ ଗତ ୧୫ ତାରିଖ ବିଳମ୍ବିତ ରାତିରେ ଆକସ୍ମିକ ମୃତ୍ୟୁ ଘଟିଛି।…

ଏହି ଜିଲାରେ ବନ୍ଦ ରହିବ ୨୦୫ ସ୍କୁଲ, ୨୬୫ ଅଙ୍ଗନୱାଡି କେନ୍ଦ୍ର, ଜାଣନ୍ତୁ

ଭଦ୍ରକ,୨୦।୮(ସନାତନ ରାଉତ): ଭଦ୍ରକ ଜିଲାରେ ଜାରି ରହିଥିବା ବନ୍ୟା ସ୍ଥିତିକୁ ଦୃଷ୍ଟିରେ ରଖି ଶୁକ୍ରବାର ୪ ବ୍ଲକର ୨୦୫ ସ୍କୁଲ ଓ ୨୬୫ ଅଙ୍ଗନୱାଡି କେନ୍ଦ୍ର ବନ୍ଦ…

ଭଷ୍ମାରେ ଭୟାବହ ସଡ଼କ ଦୁର୍ଘଟଣା: ଟ୍ରଲର ଚକା ତଳେ ଚାଲିଗଲା ମହିଳାଙ୍କ ସମେତ ୨ ଶିଶୁଙ୍କ ଜୀବନ

ସୁନ୍ଦରଗଡ଼,୨୦।୮(ଜୟ ନାରାୟଣ ମେଣ୍ଡୁଳି): ରାଉରକେଲା-ସମ୍ବଲପୁର ବିଜୁ ଏକ୍ସପ୍ରେସ୍‌ୱେ’ର ସୁନ୍ଦରଗଡ଼ ଜିଲା ଭଷ୍ମା ପେଟ୍ରୋଲ ପମ୍ପ ନିକଟରେ ଗୁରୁବାର ସନ୍ଧ୍ୟା ପ୍ରାୟ ୭ଟା ସମୟରେ ଏକ ମର୍ମନ୍ତୁଦ ସଡ଼କ…

ମମତାରାଣୀ ତ୍ରିପାଠୀ ବରଗଡ଼ର ନୂତନ CDAO

ବରଗଡ଼,୨୦।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ନୂତନ ମୁଖ୍ୟ ଜିଲା କୃଷି ଅଧିକାରୀ (CDAO) ଭାବେ ଗୁରୁବାର ମମତାରାଣୀ ତ୍ରିପାଠୀ ଆନୁଷ୍ଠାନିକ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବତନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri