Posted inଜାତୀୟ

ତିରୁପତି ମନ୍ଦିରକୁ ଘିଅ ସପ୍ଲାଇ କରୁଥିବା କମ୍ପାନୀର ସମସ୍ତ ଅଧିକାରୀ ମୁସଲିମ! ବଡ ଦାବି, ଜାଣନ୍ତୁ ସତ କ’ଣ

ତିରୁପତି,୨୪।୯: ତିରୁପତି ମନ୍ଦିରର ପ୍ରସାଦ ତିଆରି କରିବା ପାଇଁ ବ୍ୟବହୃତ ଘିଅରେ ପଶୁ ଚର୍ବିର ବ୍ୟବହାର କରାଯାଉଥିବା ବାକୁ ନେଇ ଆଲୋଚନା ସମାଲୋଚନା ବୃଦ୍ଧି ପାଇବାରେ ଲାଗିଛି। ଏବେ ତିରୁପତି ଲଡୁ ବିବାଦକୁ ନେଇ ଏକ ସ୍କ୍ରିନସଟ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ମନ୍ଦିରକୁ ଘିଅ ଯୋଗାଉଥିବା କମ୍ପାନୀର ସମସ୍ତ ପରିଚାଳନା ଅଧିକାରୀ ମୁସଲମାନ ବୋଲି ଦାବି କରାଯାଇଛି।

ଭାଇରାଲ ହେଉଥିବା ଏହି ପୋଷ୍ଟରେ ଏହା ମଧ୍ୟ ଦାବି କରାଯାଇଛି ଯେ ଏହି କମ୍ପାନୀର ସମସ୍ତ ଅଧିକାରୀ ପାକିସ୍ତାନର। ତେବେ ଘଟଣାର ଅନୁସନ୍ଧାନ ପରେ ଭାଇରାଲ ସ୍କ୍ରିନସଟର ଦାବି ସମ୍ପୂର୍ଣ୍ଣ ମିଥ୍ୟା ଏବଂ ବିଭ୍ରାନ୍ତିକର ବୋଲି ଜଣାପଡିଛି। ଭାଇରାଲ ହେଉଥିବା ଅଧିକାରୀଙ୍କ ତାଲିକା ପାକିସ୍ତାନୀ କମ୍ପାନୀ ଆର୍‌ ଫୁଡ ପ୍ରାଇଭେଟ ଲିମିଟେଡର ହୋଇଥିବାବେଳେ ତାମିଲନାଡୁର ଆଉ ଏକ କମ୍ପାନୀ ତିରୁପତି ମନ୍ଦିରକୁ ଘିଅ ଯୋଗାଉଛି।

ନିକଟରେ ହିନ୍ଦୁସ୍ତାନ ଟାଇମ୍ସ ଏକ ରିପୋର୍ଟରେ କହିଛି ଯେ ତାମିଲନାଡୁର ଆର୍‌ ଡାଏରୀ ଫୁଡ କମ୍ପାନୀ ଜୁଲାଇ ୨୦୨୩ ପରେ ତିରୁପତି ମନ୍ଦିରକୁ ଘିଅ ଯୋଗାଉଥିବା କମ୍ପାନୀଗୁଡିକ ମଧ୍ୟରେ ଅଛି। ଏହି କମ୍ପାନୀ ତାମିଲନାଡୁର ଡିଣ୍ଡିଗୁଲରେ ଅବସ୍ଥିତ। ଏହି କମ୍ପାନୀରେ ରାଜାସେକରନ ଆର, ସୁରିଆ ପ୍ରଭା ଆର ଏବଂ ଶ୍ରୀନିବାସ ଏସ ନାମକ ୩ ଜଣ ଡାଇରେକ୍ଟର ଅଛନ୍ତି।
ତିରୁମାଲା ତିରୁପତି ଦେବସ୍ଥାନମ (ଟିଟିଡି)ର କାର୍ଯ୍ୟନିର୍ବାହୀ ଅଧିକାରୀ ଜେ ଶ୍ୟାମଲା ରାଓ ପିଟିଆଇକୁ ଦେଇଥିବା ବିବୃତ୍ତିରେ କହିଛନ୍ତି ଯେ ପ୍ରିମିୟର ଏଗ୍ରି ଫୁଡ, କ୍ରିପରାମ ଦୁଗ୍ଧ, ବୈଷ୍ଣବୀ, ଶ୍ରୀ ପାରାଗ କ୍ଷୀର ଏବଂ ଆର୍‌ ଡାଏରୀ ତିରୁପତି ମନ୍ଦିର ବୋର୍ଡର ଘିଅ ଯୋଗାଣକାରୀ।


Enter your email to get our daily news in your inbox.

All Right Reserved By Dharitri.Com

ଆଜିଠୁ ନୂଆ ସୁଭଦ୍ରା ଆବେଦନ: ଜାଣନ୍ତୁ କେମିତି କରିବେ

ଭୁବନେଶ୍ୱର,୧ା୪(ସୁଚିସ୍ମିତା ସାହୁ):ସୁଭଦ୍ରା ଯୋଜନାରେ ନୂଆ ଆବେଦନକାରୀମାନେ ଏପ୍ରିଲ ୧ ବୁଧବାରଠାରୁ ପଞ୍ଜୀକରଣ କରିପାରିବେ। ସୁଭଦ୍ରା ପୋର୍ଟାଲ ମାଧ୍ୟମରେ ଏପ୍ରିଲ ୩୦ ପର୍ଯ୍ୟନ୍ତ ନୂତନ ଆବେଦନ କରାଯାଇପାରିବ। ଆବେଦନକାରୀଙ୍କ…

ଆଜିଠୁ ଜନଗଣନା: ଏପ୍ରିଲ ୧ରୁ ଅଗଷ୍ଟ ୩୧ ମଧ୍ୟରେ…

ନୂଆଦିଲ୍ଲୀ,୧ା୪:ଜନଗଣନା-୨୦୨୭ ବୁଧବାରଠାରୁ ଆରମ୍ଭ ହେଉଛି। ପ୍ରତି ୧୦ ବର୍ଷରେ ଜନଗଣନା କରାଯାଉଥିବାବେଳେ ଶେଷଥର ପାଇଁ ୨୦୧୧ରେ ହୋଇଥିଲା। କୋଭିଡ୍‌ ମହାମାରୀକୁ ନେଇ ୨୦୨୧ରେ ଜନଗଣନା ସ୍ଥଗିତ ରହିଥିଲା।…

ଆଣବିକ ଯୁଦ୍ଧ ସଙ୍କେତ: ସାରା ବିଶ୍ୱରେ ଖେଳିଗଲା ଆତଙ୍କ

ତେହରାନ୍‌/ଓ୍ବାଶିଂଟନ୍‌,୧ା୪(ରଏଟର୍ସ/ଏଜେନ୍ସି):ଇରାନ୍‌ ଆଣବିକ ଅସ୍ତ୍ର ତିଆରି କରୁଥିବା ନେଇ ଆମେରିକା ଓ ଇସ୍ରାଏଲ୍‌ ବାରମ୍ବାର ଅଭିଯୋଗ କରିଆସୁଛନ୍ତି। ତେହରାନ୍‌ ଏହାକୁ ଖଣ୍ଡନ କରୁଥିବାବେଳେ ଜାତିସଂଘର ଆଣବିକ ଜଗୁଆଳି ସଂସ୍ଥା…

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri