ଭାଜପାରେ ବଢୁଛି ଗୋଷ୍ଠୀ କନ୍ଦଳ

ପାଟଣା,୧୯ା୪(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ବିଧାନସଭା କ୍ଷେତ୍ର ପାଇଁ ମଙ୍ଗଳବାର ଭାଜପା ଅବସରପ୍ରାପ୍ତ ପ୍ରଶାସନିକ ଅଧିକାରୀ ଅଖିଳ ଚନ୍ଦ୍ର ନାୟକଙ୍କ ନାମ ଘୋଷଣା କରିଛି। ଏହା ପରେ ଅଖିଳଙ୍କ ସମର୍ଥକଙ୍କ ମଧ୍ୟରେ ଖୁସି ପ୍ରକାଶ ପାଇଛି। ତେବେ ଅନ୍ୟ ଏକ ଗୋଷ୍ଠୀ ଅଖିଳଙ୍କ ପ୍ରାର୍ଥିତ୍ୱକୁ ବିରୋଧ କରି ଇସ୍ତଫା ଦେଇଛନ୍ତି। ଯଦିଓ ସବୁ ଦଳରେ କନ୍ଦଳ ଲାଗିରହିଛି ହେଲେ ଭାଜପାର ଗୋଷ୍ଠୀ କନ୍ଦଳ ତୀବ୍ର ହେଉଥିବା ପରିଲକ୍ଷିତ ହେଉଛି। ଏହାର ସମାଧାନ ନ ହେଲେ ଏହା ଦଳ ପାଇଁ ବିପର୍ଯ୍ୟୟର କାରଣ ସାଜିବ ବୋଲି ରାଜନୈତିକ ସମୀକ୍ଷକମାନେ କହୁଛନ୍ତି।
ସୂଚନା ମୁତାବକ, ଅତୀତରେ ପାଟଣା ନିର୍ବାଚନ ମଣ୍ଡଳୀକୁ ଭାଜପାର ଗଡ଼ କୁହାଯାଉଥିଲା। ମାତ୍ର ଦଳୀୟ ଅନ୍ତର୍ଘାତୀ କାର୍ଯ୍ୟ ଓ ଗୋଷ୍ଠୀ କନ୍ଦଳ ଭାଜପାର ବିଜୟ ପଥରେ ଅନ୍ତରାୟ ସୃଷ୍ଟି କରୁଛି। ଏଠାରେ ୨୦୧୯ ନିର୍ବାଚନ ସମୟରେ ଭାଜପା ୨ ଗୋଷ୍ଠୀରେ ବିଭକ୍ତ ହୋଇଯାଇଥିଲା। ଯାହା ସେଥର ନିର୍ବାଚନରେ ପ୍ରତିଫଳିତ ହୋଇଥିଲା। ଚଳିତ ନିର୍ବାଚନରେ ପୁଣି ଅଖିଳଙ୍କ ବିରୋଧୀ ଗୋଷ୍ଠୀ ପ୍ରତିବାଦ ଆରମ୍ଭ କରିସାରିଲେଣି। ତାଙ୍କ ପ୍ରାର୍ଥିତ୍ୱ ପରିବର୍ତ୍ତନ ଦାବିରେ ଜିଲା କାର୍ଯ୍ୟାଳୟରେ ହୋ ହଲ୍ଲା କରିଛନ୍ତି। ଦଳର ରାଜ୍ୟସ୍ତରୀୟ ନେତୃବୃନ୍ଦ କନ୍ଦଳକୁ ପ୍ରଶମିତ ନ କଲେ ୨୦୧୯ ପରି ଦଶା ଭୋଗିବାକୁ ପଡ଼ିବ ବୋଲି ରାଜନୈତିକ ସମୀକ୍ଷକମାନେ କହୁଛନ୍ତି। ବିଜେଡି ପକ୍ଷରୁ ବିଧାୟକ ଜଗନ୍ନାଥ ନାଏକଙ୍କୁ ଦଳ ପୁଣି ଭରସା କରିଛି। ବିଜେଡିରେ ଅନ୍ତର୍ଦ୍ୱନ୍ଦ୍ୱ ଥିଲେ ବି ଦଳର ସୁପ୍ରିମୋଙ୍କ ଭୟରେ ତାହା ପଦାକୁ ଆସୁ ନ ଥିବା ଚର୍ଚ୍ଚା ହେଉଛି। କଂଗ୍ରେସ ପକ୍ଷରୁ ଦଳର ହାଇକମାଣ୍ଡ ପୂର୍ବତନ ବିଧାୟକ ହୃଷୀକେଶ ନାଏକଙ୍କ ପ୍ରାର୍ଥିତ୍ୱରେ ମୋହର ମାରିଛନ୍ତି। ହୃଷୀକେଶଙ୍କୁ କଂଗ୍ରେସର ଏକ ଗୋଷ୍ଠୀ ଟିକେଟ ପାଇବା ପୂର୍ବରୁ ବିରୋଧ କରି ଆସୁଥିଲେ ହେଁ ଏବେ ଉକ୍ତ ଗୋଷ୍ଠୀ ସୁପ୍ତ ଆଗ୍ନେୟଗିରି ଭଳି ରହିଛି। କେଉଁ ସମୟରେ ବିସ୍ଫୋରକ ରୂପ ନେବ ତାହା କହିହେବ ନାହିଁ। ୩ ପ୍ରମୁଖ ଦଳରେ ଆଭ୍ୟନ୍ତରୀଣ କନ୍ଦଳ ଊଣା ଅଧିକେ ରହିଥିଲେ ହେଁ ମ୍ୟାନେଜମେଣ୍ଟ ଉପରେ ସବୁ କିଛି ନିର୍ଭର କରୁଛି। ଏଠାରେ ନବନିର୍ମାଣ କୃଷକ ସଂଗଠନ ତରଫରୁ ମଧ୍ୟ ସ୍ବାଧୀନ ପ୍ରାର୍ଥୀ ଭାବେ ଇଂ. ଦୀପକ ନାୟକଙ୍କ ନାମ ଘୋଷଣା କରାଯାଇଛି। ତେବେ ବିଜେଡି ସହ ପ୍ରମୁଖ ବିରୋଧୀ ଦଳ ଭାଜପା ମଧ୍ୟରେ ଟକ୍କର ହେବ ବୋଲି କୁହାଯାଉଛି। ଅପରପକ୍ଷେ ୫ ଥର ବିଧାୟକ ହୋଇଥିବା ଅନୁଭବୀ ନେତା ହୃଷୀକେଶଙ୍କୁ କଂଗ୍ରେସ ଟିକେଟ ଦେଇ ବାଜିମାତ ଲକ୍ଷ୍ୟ ମଧ୍ୟ ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ: ଏହି ତାରିଖ ଯାଏ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ଏନଏସି ପ୍ରଶାସନ ପକ୍ଷରୁ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଜାତୀୟ ଜନଗଣନା ୨୦୨୭ର ପ୍ରଥମ ପର୍ଯ୍ୟାୟ…

ଗଞ୍ଜାମରେ ଜୋରଦାର ଧରପକଡ: ୩ ଦିନରେ ଗାଡି ଚାଳକଙ୍କଠୁ ଆଦାୟ ହେଲାଣି ୩୯ ଲକ୍ଷରୁ ଅଧିକ ଜରିମାନା

ଛତ୍ରପୁର,୨୩।୩ (ଦିଲ୍ଲୀପ ସାମଲ): ଏଣିକି ବେପରୁଆଓ ନିୟମ ଉଲ୍ଲଙ୍ଘନ କରୁଥିବା ଗାଡି ଚାଳକଙ୍କୁ ସାବାଡ କରାଯିବ । ସଡ଼କ ଦୁର୍ଘଟଣା ଓ ମୃତ୍ୟୁସଂଖ୍ୟା ହ୍ରାସ ଲକ୍ଷ୍ୟରେ ସ୍ବତନ୍ତ୍ର…

ଇସ୍ତଫା ଦେଲେ ପ୍ରଦେଶ କଂଗ୍ରେସ କମିଟି ସଦସ୍ୟ, କଲେ ବଡ଼ ଖୁଲାସା, ଏହି କାରଣରୁ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକର ପୂର୍ବତନ ଜିଲା ପରିଷଦ ସଦସ୍ୟ ତଥା ପ୍ରଦେଶ କଂଗ୍ରେସ କମିିଟି ସଦସ୍ୟ ଅରବିନ୍ଦ ନାହାକ ସୋମବାର ସନ୍ଧ୍ୟାରେ…

ଜମି ଅଧିଗ୍ରହଣକୁ ନେଇ ଗ୍ରାମବାସୀ-ପ୍ରଶାସନ ମୁହାଁମୁହିଁ, ଅନୁମତି ଅପେକ୍ଷାରେ…

ଥୁଆମୂଳ ରାମପୁର,୨୩ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତହସିଲ ଅନ୍ତର୍ଗତ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣ ଓ ଜମି ଅଧିଗ୍ରହଣକୁ ନେଇ ପ୍ରଶାସନ…

‘ସରୁନି ଗପ କି ସରୁନି ପାପ ‘ନାଟକ ମଞ୍ଚସ୍ଥ… 

ଦିଗପହଣ୍ଡି,୨୩|୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ପଡିଆ ପୁରୁଷୋତ୍ତମପୁର ଗ୍ରାମ ପ୍ରକଳ୍ପ ଉଚ୍ଚ  ପ୍ରଥମିକ ବିଦ୍ୟାଳୟର ବାର୍ଷିକୋତ୍ସବ ସୋମବାର ଅନୁଷ୍ଠିତ ହୋଇଯାଇଛି।…

୨୨ ବସ୍ତା ଚାଉଳ ସହ ଜିପ୍‌ ଜବତ, ଡ୍ରାଇଭର ଅଟକ

କୋରାପୁଟ,୨୩ା୩(ଅମିତାଭ ବେହେରା): କୋରାପୁଟ ସଦର ଥାନା ପୋଲିସ ସୋମବାର ଅପରାହ୍ନରେ ଏକ  ଜିପ୍‌ ସହ ୨୨ ବସ୍ତା (୧୧ କ୍ୱିଣ୍ଟାଲ) ସରକାରୀ ଚାଉଳ ଜବତ କରିଥିବା ବେଳେ…

ମାଟ୍ରିକ ଛାତ୍ରୀଙ୍କ ସନ୍ଦେହଜନକ ମତ୍ୟୁ; ଶୋକାକୁଳ ପରିବେଶରେ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ମାଟ୍ରିକ ପରୀକ୍ଷା ଦେଇଥିବା ଜଣେ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ…

୧୫ଦିନରେ ଚାଷୀଙ୍କ ଧାରଣା, ବିକ୍ରି ହେଲାନି ଧାନ: ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଚାଷୀ

ବରଗଡ଼,୨୩।୩(ପ୍ରେମାନନ୍ଦ ଖମାରୀ): ରବି ଧାନବିକ୍ରି ପାଇଁ ଚାଷୀ ପଞ୍ଜୀକରଣ ଚାଲିଛି । କିନ୍ତୁ ଏପର୍ଯ୍ୟନ୍ତ ବରଗଡ଼ ଜିଲାର ଅନେକ ଚାଷୀ ଗତ ଖରିଫରେ ଅମଳ ଧାନ ବିକ୍ରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri