Posted inରାଜ୍ୟ

ଶେଷ ଦିନରେ ପ୍ରଚାର ଜୋରଦାର କଲେ ସମସ୍ତ ପାର୍ଟି, ସୋମବାର ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ଭୋଟ୍

ଭୁବନେଶ୍ୱର,୧୧।୫: ରାଜ୍ୟର ଆସନ୍ତା ସୋମବାର ଦିନ ଅନୁଷ୍ଠିତ ହେବାକୁ ଥିବା ପ୍ରଥମ ପର୍ଯ୍ୟାୟ ମତଗ୍ରହଣ ପାଇଁ ପ୍ରଚାର କାର୍ଯ୍ୟ ଶନିବାର ଅପରାହ୍ନ ୫ଟାରେ ଶେଷ ହୋଇଛି। ଏହି ପର୍ଯ୍ୟାୟରେ ୪ଟି ଲୋକ ସଭା ଏବଂ ଏହା ଅନ୍ତର୍ଗତ ୨୮ଟି ବିଧାନସଭା ଆସନ ପାଇଁ ଭୋଟ୍‌‌ଗ୍ରହଣ ଅନୁଷ୍ଠିତ ହେବ।

କଳାହାଣ୍ଡି, ନବରଙ୍ଗପୁର, ବ୍ରହ୍ମପୁର ଏବଂ କୋରାପୁଟ୍‌‌ ସଂସଦୀୟ କ୍ଷେତ୍ର ପାଇଁ ୩୭ ଜଣ ପ୍ରାର୍ଥୀ ପ୍ରତିଦ୍ୱନ୍ଦିତା କରୁଛନ୍ତି। ସେମାନଙ୍କ ମଧ୍ୟରେ ୩୦ଜଣ ପୁରୁଷ ଏବଂ ୭ ଜଣ ମହିଳା ପ୍ରାର୍ଥୀ ରହିଛନ୍ତି। କୋରାପୁଟ, କଳାହାଣ୍ଡି ଏବଂ ବ୍ରହ୍ମପୁର ଲୋକସଭା ଆସନ ପାଇଁ ୧୧ ଜଣ ଲେଖାଏଁ ପ୍ରାର୍ଥୀ ପ୍ରତିଦ୍ୱନ୍ଦିତା କରୁଥିବାବେଳେ ନବରଙ୍ଗପୁର ଲୋକସଭା ଆସନ ପାଇଁ ୪ ଜଣ ପ୍ରାର୍ଥୀ ନିଜର ରାଜନୈତିକ ଭାଗ୍ୟ ପରୀକ୍ଷା କରୁଛନ୍ତି। ୨୮ଟି ବିଧାନସଭା ଆସନ ପାଇଁ ୨୪୩ ଜଣ ପ୍ରାର୍ଥୀ ନିର୍ବାଚନ ରଣାଙ୍ଗନରେ ଅଛନ୍ତି।

୪ଟି ଲୋକ ସଭା କ୍ଷେତ୍ରରେ ମୋଟ୍‌‌ ୬୨ ଲକ୍ଷ ୮୭ ହଜାର ୨୨୨ ଜଣ ମତଦାତା ସେମାନଙ୍କର ମତାଧିକାର ସାବ୍ୟସ୍ତ କରିବେ। ଏଥିପାଇଁ ୭ ହଜାର ୨୮୯ଟି ଏବଂ ୧୪ଟି ଅତିରିକ୍ତ ବୁଥ୍‌‌ ପ୍ରସ୍ତୁତ କରାଯାଇଛି। ମତଦାତାଙ୍କ ମଧ୍ୟରେ ୩୦ ଲକ୍ଷ ୯୭ ହଜାର ୫୨୭ ଜଣ ପୁରୁଷ, ୩୧ ଲକ୍ଷ ୮୯ ହଜାର ୬୦ ଜଣ ମହିଳା ଏବଂ ୬୩୫ ଜଣ ତୃତୀୟ ଲିଙ୍ଗୀ ମତଦାତା ଅଛନ୍ତି ମତଦାତା ଲିଙ୍ଗ ଅନୁପାତ ୧୦୩୦ ରହିଛି।

୭୩୦୩ ମତଦାନ କେନ୍ଦ୍ର ମଧ୍ୟରୁ ୭୪୮ଟି ସହରାଞ୍ଚଳ ଓ ୬୫୫୫ଟି ଗ୍ରାମାଞ୍ଚଳରେ ରହିଛି। ଏହା ମଧ୍ୟରେ ‘ସଂପୂର୍ଣ୍ଣ ରୂପେ ମହିଳା କର୍ମଚାରୀ ପରିଚାଳିତ ମତଦାନ କେନ୍ଦ୍ର’, ‘ସଂପୂର୍ଣ୍ଣ ରୂପେ ଭିନ୍ନକ୍ଷମ କର୍ମଚାରୀ ପରିଚାଳିତ ମତଦାନ କେନ୍ଦ୍ର’ ଏବଂ ‘ସଂପୂର୍ଣ ରୂପେ ଯୁବ କର୍ମଚାରୀଙ୍କ ଦ୍ୱାରା ପରିଚାଳିତ ମତଦାନ କେନ୍ଦ୍ର’ ରହିଛି। ଏହି ପର୍ଯ୍ୟାୟରେ ମୋଟ ୬୬୨ଟି ଆଦର୍ଶ ମତଦାନ କେନ୍ଦ୍ର (ମଡ଼େଲ୍ ବୁଥ୍) ରହିଛି । ଏହି ପର୍ଯ୍ୟାୟରେ ପ୍ରାୟ ୫୩୦୦୦ ଜଣ ପୋଲିଂ କର୍ମଚାରୀ ନିୟୋଜିତ ହୋଇଛନ୍ତି । ସର୍ବମୋଟ ୭୩୦୩ଟି ବୁଥ୍ ମଧ୍ୟରୁ ପ୍ରାୟ ୬୦ ପ୍ରତିଶତ ବୁଥ୍‌ରେ ୱେବ୍‌କାଷ୍ଟିଂ କରାଯିବ ।


Enter your email to get our daily news in your inbox.

All Right Reserved By Dharitri.Com

ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ; ଚାଷୀଙ୍କ ପାଇଁ ବଡ଼ ଘୋଷଣା

ଭୁବନେଶ୍ୱର,୨୫।୯: ରାଜ୍ୟରେ କୃଷି ଓ କୃଷକଙ୍କ ବିକାଶ ପାଇଁ ସମବାୟ କ୍ଷେତ୍ରରେ ଏକ ନୂତନ ଯୁଗର ଆରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଆନୁଷ୍ଠାନିକ…

ଲଗାଣ ବର୍ଷା ପାଇଁ କାଲି ୫ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା: ଭଦ୍ରକର ୭ ବ୍ଲକରେ ୩୯୯ ସ୍କୁଲ ବନ୍ଦ

ଭୁବନେଶ୍ୱର,୨୫।୯: ରାଜ୍ୟରେ ଜାରି ରହିଥିବା ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି ଆସନ୍ତାକାଲି (ଶନିବାର) ରାଜ୍ୟର ୫ଟି ଜିଲାରେ ସ୍କୁଲଗୁଡ଼ିକୁ ଛୁଟି ଘୋଷଣା କରାଯାଇଛି। ପିଲାମାନଙ୍କ ସୁରକ୍ଷାକୁ ଆଖିଆଗରେ…

ପାଣି ସୁଅରେ ଭାସିଗଲା କାର, ଦୁଇ ଘଣ୍ଟା ଫସିଲେ ୨ ଜଣ

ଉଦଳା, ୨୫/୯(ସନ୍ତୋଷ ବାଛିନୀ): ଅଚାନକ ରାସ୍ତାରେ ପାଣି ପ୍ରବାହିତ ହେବାରୁ ପାଣି ସୁଅରେ ଏକ କାର ଭାସିଯାଇଥିବାବେଳେ ଏଥିରେ ଥିବା ଦୁଇ ଜଣ ପ୍ରାୟ ଦୁଇ ଘଣ୍ଟା…

ଲଗାଣ ବର୍ଷାରେ ବେହାଲ ଥୁଆମୂଳ ରାମପୁର: ଧସିଲା ପାହାଡ଼, ଗଛ ପଡ଼ି ରାସ୍ତା ଅବରୋଧ

ଥୁଆମୂଳ ରାମପୁର, ୨୫।୯ (ଦୁର୍ଗା କୀର୍ତ୍ତି): ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ ପ୍ରଭାବରେ କଳାହାଣ୍ଡି ଜିଲାରେ ‘ରେଡ୍‌ ୱାର୍ଣ୍ଣିଂ’ ଜାରି ହୋଇଥିବା ବେଳେ ଥୁଆମୂଳ ରାମପୁର ବ୍ଲକ୍‌ରେ…

ମାନସିକ ଭିନ୍ନକ୍ଷମ ଯୁବତୀ ୮ ମାସର ଗର୍ଭବତୀ, ପ୍ରଶାସନିକ ସହାୟତା ଦାବି

କଲ୍ୟାଣସିଂହପୁର, ୨୫।୯ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ସଦର ମହକୁମାରେ ଏକ ଅତ୍ୟନ୍ତ ସମ୍ବେଦନଶୀଳ ତଥା ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି। ଜଣେ…

ଲଗାଣ ବର୍ଷାରେ ଭୂସ୍ଖଳନ: ୬ ଟ୍ରେନ୍‌ ବାତିଲ

କୋରାପୁଟ,୨୫।୯(ଅମିତାଭ ବେହେରା ): ରାୟଗଡ଼ା ଡିଭିଜନ ଅଧୀନ ମୁନିଗୁଡ଼ା-ଚାଟିକୋଣା ଷ୍ଟେଶନ ଏବଂ କୋରାପୁଟ ଜୟପୁର ମଧ୍ୟରେ ଥିବା ମାଲିଗୁଡାଠାରେ ଭୂସ୍ଖଳନ ଯୋଗୁ ରେଳ ଚଳାଚଳ ପ୍ରଭାବିତ ହୋଇଛି।…

ଲଗାଣ ବର୍ଷାରେ କାନ୍ଥ ପଡ଼ି ୩ ବର୍ଷର ଶିଶୁକନ୍ୟା ମୃତ

ପାଟଣା, ୨୫।୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ବଡ଼ପାଟଣା ପଞ୍ଚାୟତ ଅନ୍ତର୍ଗତ ସ୍ୱାମ ମୁଣ୍ଡାସାହିରେ ଶୁକ୍ରବାର ଲଗାଣ ବର୍ଷାରେ ଇଟା କାନ୍ଥ ଭୁଶୁଡ଼ି…

ଭୁଶୁଡ଼ିଲା ନୀଳମାଧବ ମନ୍ଦିର ମେଘନାଦ ପାଚେରୀ ଗାର୍ଡ ୱାଲ

ଖଣ୍ଡପଡ଼ା,୨୫।୯(ଅଜୟ କୁମାର ମହାରଣା): ଜଗନ୍ନାଥ ସଂସ୍କୃତିର ଆଦିପୀଠ ଭାବେ ପରିଚିତ କଣ୍ଟିଲୋର ଶ୍ରୀ ନୀଳମାଧବ ମନ୍ଦିର। ଲଗାଣ ବର୍ଷାରେ ଶୁକ୍ରବାର ମନ୍ଦିରର ଉତ୍ତର ପୂର୍ବ(ସ୍ନାନ ମଣ୍ଡପକୁ ସଂଲଗ୍ନ)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?