ଆସିଲା ନିର୍ଦ୍ଦେଶ, ଏହି ଦିନ ରାଜ୍ୟରେ ଖୋଲିବ ସମସ୍ତ ସ୍କୁଲ

ଭୁବନେଶ୍ୱର, ୯।୬: ରାଜ୍ୟରେ ଗ୍ରୀଷ୍ମ ଛୁଟି ସରି ଆସୁଥିବାବେଳେ ଆସନ୍ତା ୧୭ ତାରିଖରୁ ସ୍କୁଲ ଖୋଲିବ। ଛାତ୍ରୀଛାତ୍ରମାନେ ବିଦ୍ୟାଳୟକୁ ଆସିବା ଆଗରୁ ସମସ୍ତ ପ୍ରସ୍ତୁତି ସରିବ। ସ୍କୁଲ ଖୋଲିବାର ଏକ ସପ୍ତାହ ପୂର୍ବରୁ ସ୍ବଚ୍ଛତା ନେଇ ସୁନିଶ୍ଚିତ କରାଯିବ। ଏହାସହ ଦିନକ ପୂର୍ବରୁ ସମସ୍ତ ଶିକ୍ଷକ, କର୍ମଚାରୀ କାର୍ଯ୍ୟରେ ଯୋଗଦେବା ପାଇଁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ସମସ୍ତ ଡିଇଓଙ୍କୁ ନିର୍ଦ୍ଦେଶ ଦିଆଯାଇଛି।

ବିଭାଗର ବାର୍ଷିକ କ୍ୟାଲେଣ୍ଡର ଅନୁଯାୟୀ ଆସନ୍ତା ୧୭ ତାରିଖରେ ରାଜ୍ୟର ସମସ୍ତ ସରକାରୀ ଏବଂ ସରକାରୀ ଅନୁଦାନପ୍ରାପ୍ତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ଉଚ୍ଚ ବିଦ୍ୟାଳୟ, ଉଚ୍ଚ ପ୍ରାଥମିକ ଓ ପ୍ରାଥମିକ ବିଦ୍ୟାଳୟ ଖୋଲିବ। ବିଦ୍ୟାଳୟ ଖୋଲିବାକୁ ଆଉ ମାତ୍ର ୧୦ଦିନ ଥିବାବେଳେ ଏନେଇ ସମୀକ୍ଷା ସରିଛି। ସ୍କୁଲ ଖୋଲିବାର ସପ୍ତାହେ ପୂର୍ବରୁ ସମସ୍ତ ଶ୍ରେଣୀଗୃହ ଓ କ୍ୟାମ୍ପସକୁ ସଫାସୁତୁରା କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ଏଥିସହ ପାଣି ଟାଙ୍କି ସଫା କରିବା, ଶ୍ରେଣୀଗୃହର ଆସବାବପତ୍ର ସଫା କରି ଠିକ୍‌ ଭାବେ ସଜାଇବା ଓ ଶୌଚାଳୟକୁ ବ୍ୟବହାର ଉପଯୋଗୀ କରିବାକୁ କହିଛନ୍ତି। ଛାତ୍ରୀଛାତ୍ରଙ୍କ ମଧ୍ୟାହ୍ନ ଭୋଜନ ପାଇଁ ରୋଷେଇ ଘର, ଗ୍ୟାସ୍‌ ଚୁଲା ପରି ଆନୁଷଙ୍ଗିକ ପ୍ରସ୍ତୁତି କରିବା, ସ୍ମାର୍ଟ ଶ୍ରେଣୀଗୃହ, ଇ-ଲାଇବ୍ରେରୀ ସହ ଇଣ୍ଟରନେଟ୍‌ ସଂଯୋଗ ସୁନିଶ୍ଚିତ କରିବା ପାଇଁ ସମସ୍ତ ଜିଲା ଶିକ୍ଷାଧିକରୀ(ଡିଇଓ)ଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ବିଦ୍ୟାଳୟ ଖୋଲିବାର ଦିନକ ପୂର୍ବରୁ ଅର୍ଥାତ୍‌ ୧୭ତାରିଖ ଦିନ ସମସ୍ତ ଶିକ୍ଷକ, ଅଣଶିକ୍ଷକ କର୍ମଚାରୀଙ୍କ ସମେତ ରୋଷେୟା ଓ ସହାୟକ କାର୍ଯ୍ୟରେ ଯୋଗଦେବେ। ସ୍କୁଲରେ ସ୍ବଚ୍ଛତା ନେଇ ସମସ୍ତ କାର୍ଯ୍ୟ ହୋଇଛି କି ନାହିଁ ତାହା ଯାଞ୍ଚ କରିବା ପାଇଁ ୧୭ ତାରିଖରେ ଜିଲା ଏବଂ ରାଜ୍ୟ ଯାଞ୍ଚ ଟିମ୍‌ ସ୍କୁଲ ପରିଦର୍ଶନ କରିବାକୁ ସେ ପରାମର୍ଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ଦିଲ୍ଲୀର ‘ମାଠିଆ ମଣିଷ’ ନଟରାଜନ- ଏଭଳି ସମ୍ବୋଧନ ଅଜବ ଲାଗୁଥିଲେ ବି ଏହା ପଛରେ ରହିଛି ଏକ ବାସ୍ତବ କାହାଣୀ। ନଟରାଜନ ଦିଲ୍ଲୀର ଲୋକଙ୍କୁ ଥଣ୍ଡା ମାଠିଆ…

ପୁଞ୍ଜି ବଜାରରେ ଅବିଶ୍ୱାସ

ଞ୍ଜି ବଜାର ଏକ ଦେଶର ଅର୍ଥନୀତିର ଦର୍ପଣ ସଦୃଶ। ଏହା କେବଳ ଶେୟାର ଓ ଅନ୍ୟାନ୍ୟ ଆର୍ଥିକ ସମ୍ପତ୍ତିର କାରବାର ସ୍ଥଳ ନୁହେଁ, ବରଂ ଏହା ସଞ୍ଚୟ…

ସତ୍ୟର ପ୍ରୟୋଗ ବନାମ କାଳର ପ୍ରଭାବ

ବଡ଼ ବଡ଼ ମାଛ ଛୋଟ ଛୋଟ ମାଛକୁ ଖାଇ ସଫା କରିଦେଲା ପରି ବଡ଼ ବଡ଼ ଖବର ଦାଉରେ ଆଜିକାଲି ଛୋଟ ଛୋଟ ଖବର ଆଖିରେ ପଡ଼ୁନାହାନ୍ତି।…

ଇସ୍ତଫା ଦେବେ ବ୍ରିଟେନ୍‌ ପ୍ରଧାନମନ୍ତ୍ରୀ

ଲଣ୍ଡନ,୨୨ା୬: ବ୍ରିଟେନ୍‌ ପ୍ରଧାନମନ୍ତ୍ରୀ ପଦରୁ କିର୍‌ ଷ୍ଟାର୍ମର ଇସ୍ତଫା ଦେବାକୁ ଯାଉଥିବା ରବିବାର ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ କହିଛନ୍ତି। ଆଣ୍ଡି ବର୍ନହାମ୍‌ଙ୍କୁ ନୂଆ ପ୍ରଧାନମନ୍ତ୍ରୀ ଭାବେ…

ଚାଲିବା କେଉଁଠି

ସୁପ୍ରିମକୋର୍ଟ ୧୯ ଜୁନ୍‌ରେ ଏକ ରାୟରେ କହିଛନ୍ତି, ଚିହ୍ନଟ ହୋଇଥିବା ଫୁଟ୍‌ପାଥ ବା ପାଦଚଲା ପଥରେ ଚାଲିବା ଏକ ମୌଳିକ ଅଧିକାର। ଏହି ଅଧିକାର ସମ୍ବିଧାନର ଅନୁଚ୍ଛେଦ…

ସ୍ବିଜରଲ୍ୟାଣ୍ଡରେ ଆମେରିକା-ଇରାନ ପ୍ରଥମ ପର୍ଯ୍ୟାୟ ଆଲୋଚନା ଶେଷ, ଉଚ୍ଚସ୍ତରୀୟ କମିଟି ଉପରେ ସହମତ, ଜାଣନ୍ତୁ କ’ଣ କହିଲେ ଆରାଘଚି

ବେର୍ନ,୨୨।୬: ସ୍ବିଜରଲ୍ୟାଣ୍ଡରେ ଆମେରିକା ଏବଂ ଇରାନ ମଧ୍ୟରେ ପ୍ରଥମ ପର୍ଯ୍ୟାୟ ଆଲୋଚନା ଶେଷ ହୋଇଛି। ଏହି ଆଲୋଚନାର ଅଂଶ ସ୍ବରୂପ ଉଭୟ ପକ୍ଷ ଏକ ଉଚ୍ଚସ୍ତରୀୟ କମିଟି…

ଜାଣନ୍ତି କି କାହିଁକି ଖରାପ ହୁଏ କିଡ୍‌ନୀ?

କିଡ୍‌ନୀ ଏପରି ଏକ ଅଙ୍ଗ ଯାହାର କାର୍ଯ୍ୟ ଅକ୍ଷମତା ଅନେକ ଡେରିରେ ଧରାପଡ଼େ। ଅଙ୍ଗଟି ପ୍ରାୟ ୮୦-୯୦ ଶତାଂଶ ଅକ୍ଷମ ନ ହୋଇପଡ଼ିବାର ପୂର୍ବ ପର୍ଯ୍ୟନ୍ତ ରୋଗୀକୁ…

ହେବ ଭାରତ ପାକିସ୍ତାନ ଯୁଦ୍ଧ! ବିଲାୱଲ ଭୁଟ୍ଟୋଙ୍କ ପରେ, ପାକିସ୍ତାନର ପ୍ରତିରକ୍ଷା ମନ୍ତ୍ରୀ ଖ୍ବାଜା ଆସିଫ ଭାରତକୁ ଦେଲେ ଧମକ

ଇସଲାମାବାଦ,୨୨।୬: ଭାରତ ମିଳିତ ଜାତିସଂଘରେ ସିନ୍ଧୁ ଜଳ ଚୁକ୍ତିନାମା ସମ୍ପର୍କରେ ଦୀର୍ଘଦିନର ମତକୁ ପୁନରାବୃତ୍ତି କରିବା ପରେ ପାକିସ୍ତାନ କ୍ରୋଧିତ ହୋଇଛି। ପ୍ରାରମ୍ଭରେ, ପାକିସ୍ତାନ ପିପୁଲ୍ସ ପାର୍ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri